Posted inRasifala

ରାଶିଫଳ: ଶନିବାର, ଅକ୍ଟୋବର ୨୬ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ ପୂର୍ବର ସମସ୍ୟା କେତେକାଂଶରେ ସୁଧୁରି ଯାଇଥିବାରୁ ସାମୟିକ ଆଶ୍ୱସ୍ଥି ଅନୁଭବ କରିବେ। ଗତକାଲିର ଯୋଜନା ମୁତାବକ କାମରେ ଲାଗିପଡ଼ନ୍ତୁ ଅବଶ୍ୟ ଟେନସନ୍‌ କିଛି ମାତ୍ରାରେ କମିଯିବ। ସଙ୍ଗୀତ ସମାରୋହ, ସତ୍‌ସଙ୍ଗ, ସଭାସମିତି, ସଙ୍ଗଠନ, ରାଜନୀତି କ୍ଷେତ୍ରରେ ଉନ୍ନତ ମାନର ସୁଫଳ ପାଇବେ ।
ବୃଷ
ବୃଷ
ଅଯଥା ବ୍ୟସ୍ତ ନହୋଇ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ। ପରୋକ୍ଷ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ । ବନ୍ଧୁ ମାନଙ୍କ ସମ୍ମୁଖରେ ମନର ଦୁଃଖକୁ ଲୁଚାଇ ରଖି ହସି ହସି କଥା କହିବାର ଅଭିନୟ କରିବାକୁ ପଡିପାରେ।
ମିଥୁନ
ମିଥୁନ
ଆଜିର କର୍ମକ୍ଷେତ୍ରରେ ପରିସ୍ଥିତିକୁ ଆଖି ଆଗରେ ରଖି କାମ କରିବା ଭଲ ହେବ। ମନ ବୁଝତ୍ଲାଭଳି କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇବାରେ ସମର୍ଥ ହେବେ। ରାଜନୀତିରେ କିମ୍ବା କର୍ମକ୍ଷେତ୍ରରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ ।ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ। ନିର୍ମାଣଧୀନ କାମ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ବା ସୂଚନା ରହିଛି।
କର୍କଟ
କର୍କଟ
ସ୍ବାସ୍ଥ୍ୟରେ ଉନ୍ନତି ଘଟିବା ସହ କର୍ମକ୍ଷେତ୍ରର ସ୍ଥିତି ପ୍ରାୟତଃ ସ୍ବାଭାବିକ ରହିବ। କଳା, ସାହିତ୍ୟ ଓ ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବା ସହ ବନ୍ଧୁ ମାନଙ୍କ ଦ୍ୱାରା ପ୍ରଶଂସିତ ମଧ୍ୟ ହେବେ। ସହକର୍ମୀ ମାନଙ୍କ ସୌଜନ୍ୟତା ଓ ସହଯୋଗ ଆପଣଙ୍କ କାମକୁ ତ୍ୱରାନ୍ବିତ କରିବାରେ ସହାୟକ ହେବାର ସୂଚନା ରହିଛି।
ସି˚ହ
ସି˚ହ
ପାରିବାରିକ କ୍ଷେତ୍ରରେ ଗୋଟିଏ ସମସ୍ୟା ନ ସରୁଣୁ ଅନ୍ୟ ଏକ ସମସ୍ୟାର ଉପସ୍ଥିତି ମନକୁ ବିଭ୍ରାନ୍ତ କରିପାରେ। ଏହା ସଙ୍ଗକୁ ଆର୍ଥିକ ସ୍ବଚ୍ଛଳତା ନ ରହିବା କାରଣରୁ ମଧ୍ୟ ମାନସିକ ଶାନ୍ତି ବ୍ୟାହତ ହେବ । ବନ୍ଧୁମାନଙ୍କ ପ୍ରରୋଚନାରେ ସତ୍‌ସଙ୍ଗ ସାଙ୍ଗକୁ ଧର୍ମଚର୍ଚ୍ଚା ପ୍ରତି ମନ ବଳିପାରେ । ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ
କନ୍ୟା
ଆଜିର ପାରିବାରିକ ଜୀବନରେ ଉଚିତ୍‌ ବୁଝାମଣା ସହ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ପ୍ରତ୍ୟେକ କ୍ଷେତ୍ରରେ ବନ୍ଧୁମାନେ ସହଯୋଗ କରିବାର ପ୍ରତିଶ୍ରୁତି ଦେବେ କିନ୍ତୁ କିଛି ବି କରିବେ ନାହିଁ । ଆଇନ ଅଦାଲତରୁ ସୁଫଳ ପାଇବେ । ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ପ୍ରତିକୁଳ ପରିସ୍ଥିତି ଯୋଗୁ ସାମାନ୍ୟ ହଡବଡେଇ ଯାଇପାରନ୍ତି।
ତୁଳା
ତୁଳା
ଗ୍ରହମାନଙ୍କ ଶୁଭତ୍ୱ କାରଣରୁ କର୍ମକ୍ଷେତ୍ର ଓ ପାରିବାରିିକ ପରିସ୍ଥିତି ପୂର୍ବପରି ରହିବ । ରପ୍ତାନୀ ବାଣିଜ୍ୟରେ ଉନ୍ନତି ଘଟିବା ସହ ଋଣ ପରିଶୋଧ ସକାଶେ ଅନୁକୂଳ ସୁବିଧା ପାଇବେ । ସାମୟିକ ଭାବରେ ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ । ଆକସ୍ମିକ ଆବଶ୍ୟକତା ପୂରଣ କରିବା କ୍ଷେତ୍ରରେ ହଠାତ୍‌ ବୁହତ ଗୁଡିଏ ଟଙ୍କା ଖର୍ଚ୍ଚକରି ଦୁଃଖିତ ହେବେ ।
ବିଛା
ବିଛା
ଟିକିଏ ଟିକିଏ କଥାରେ ଧୈର୍ଯ୍ୟର ସୀମା ଲଙ୍ଘନ ପୂର୍ବକ କଠୋର ବାକ୍ୟାଳାପ ପରିସ୍ଥିତିକୁ ଗମ୍ଭୀର କରିଦେଇପାରେ। କେତେକ କ୍ଷେତ୍ର୍ରରେ ନିଜର ଅସାବଧାନତା କିମ୍ବା ନିଜର ଅବହେଳାରୁ ହାତ ମୁଠାରୁ ସୁ୍‌ଯୋଗ ଖସିଯାଇପାରେ । ସାମାଜିକ ସ୍ତରରେ ନୀଚବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇ ପାରନ୍ତି।
ଧନୁ
ଧନୁ
ଆଜି ସହକର୍ମୀଙ୍କ ସହଯୋଗ ଲାଭକରି ସ୍ଥଗିତ କାର୍ଯ୍ୟକୁ ତ୍ୱରାନିତ କରିବେ ଏବଂ ଅର୍ଥ ସଂଗ୍ରହ କରିବାରେ ତତ୍ପରତା ପ୍ରକାଶ କରିବେ । ପାରିବାରିିକ ଜଞ୍ଜାଳ ବୃଦ୍ଧି ପାଇପାରେ ଯାହାକି ମନକୁ ବ୍ୟସ୍ତବିବ୍ରତ ହେବାର ଆଶଙ୍କା ଦେଖାଦେବ ।କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଦେହ ଭଲ ରହିଲେ ମଧ୍ୟ ରକ୍ତଚାପ କିମ୍ବା ଡାଇବେଟିସ୍‌ ରୋଗରେ କଷ୍ଟ ପାଇବେ ।
ମକର
ମକର
ଆଜି ଦିନଟିରେ ଯଦିଓ କୌଣସି କାମ ଅଟକିବ ନାହିଁ ତଥାପି ଯେତେ ସୁବିଧାରେ ଚଳିବା ପାଇଁ ଚେଷ୍ଟା କଲେ ମଧ୍ୟ ପ୍ରତ୍ୟେକ କ୍ଷେତ୍ରରେ ସାମାନ୍ୟ ଅସୁବିଧା ଥିବାର ଅନୁଭବ କରିବେ । ପ୍ରଶାସନିକ କ୍ଷେତ୍ରରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ । ସରକାରୀ ସାହାଯ୍ୟ କିମ୍ବା ବ୍ୟାଙ୍କ ମାଧ୍ୟମରେ ଆର୍ଥିକ ଦୂରବସ୍ଥାକୁ ସାମୟିକ ସୁଧାରି ନେଇପାରନ୍ତି।
କୁମ୍ଭ
କୁମ୍ଭ
ରୁଗ୍‌ଣ ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବା ସହ ଚେଷ୍ଟା କରୁଥିବା କାମରେ ଆଂଶିକ ସଫଳତା ପାଇବେ । ବନ୍ଧୁମାନଙ୍କ ସହଯୋଗରେ ସାହିତ୍ୟ, କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ପାଇବେ। କୌଣସି ଗୁରୁତ୍ୱପୂର୍ଣ୍ଣ ବିଷୟରେ ବନ୍ଧୁମାନେ ଠିକ୍‌ ଖବର ଦେବାରେ ହେଳା କରିପାରନ୍ତି, ଯାହାକି ଅସୁବିଧାର କାରଣ ହୋଇପାରେ।
ମୀନମୀନ
ସ୍ଥଗିତ କାର୍ଯ୍ୟ ସମ୍ପାଦନରେ ଆପଣଙ୍କ ଚେଷ୍ଟା ଅବ୍ୟାହତ ରହିଲେ ମଧ୍ୟ ଅନ୍ୟମାନଙ୍କ ସହ ସୁସମ୍ପର୍କ ଅଭାବ ଜନିତ କାମରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। କୌଣସି ଦୂରାଗତ ବନ୍ଧୁଙ୍କ ଦ୍ୱାରା ହଜି ଯାଇଥିବା ଜିନିଷର ଖୋଜ ଖବର ପାଇପାରନ୍ତି। ନିର୍ମାଣଧୀନ କାମ ଶେଷ ପର୍ଯ୍ୟାୟରେ ପହଞ୍ଚିବାର ସଂକେତ ମନକୁ ସ୍ବାଭାବିକ କରିବାରେ ସମର୍ଥ ହେବ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଜୁନ୍ ୧ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମ ଚନ୍ଦ୍ରଙ୍କ ମଙ୍ଗଳଦୃଷ୍ଟ ଯୋଗୁ ପାରିପାର୍ଶ୍ୱିକ ପରିସ୍ଥିତି ଓ ପରିବେଶ ଚିନ୍ତାଜନକ ରହିବ। ଦ୍ୱିଜା ନକ୍ଷତ୍ର ଜନ ସମାଜରେ ଆଦୃତି ଲାଭ ସାଙ୍ଗକୁ ଯାନବାହନ,…

ରାଶିଫଳ: ରବିବାର, ମେ ୩୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମ ଚନ୍ଦ୍ରଜନିତ ଖର୍ଚ୍ଚଭାରର ଆଧିକ୍ୟ, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ ରହିବେ। ସମ୍ପର୍କୀୟମାନେ ନିଆଁରେ ଘିଅ ଢାଳିଲା ପରି କଥା କହି…

ରାଶିଫଳ: ଶନିବାର, ମେ ୩୦ ତାରିଖ – Daily Horoscope

ମେଷ ପରିସ୍ଥିତିର ବିଷମତା କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ବିବାଦୀୟ ସ୍ଥିତି ଉପତ୍ନ ହେବ। ଆବଶ୍ୟକତା ପୂରଣ ପାଇଁ କରଜ କରି କାମ ଚଳାଇ ନେବା ସକାଶେ ଚେଷ୍ଟା…

ରାଶିଫଳ: ଶୁକ୍ରବାର, ମେ ୨୯ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ଅକ୍ଷୁଣ୍ଣ ରହିବ। କର୍ମକ୍ଷେତ୍ରରେ ଅଭିଳଷିତ କାର୍ଯ୍ୟ ସମ୍ପାଦନ କରିବେ। ଆଜିର ଯାତ୍ରା, ବ୍ୟବସାୟ, ଗବେଷଣା, ସାହିତ୍ୟ ଓ ରଚନାତ୍ମକ କାମରେ ପ୍ରଶଂସିତ ହେବେ।…

ରାଶିଫଳ: ଗୁରୁବାର, ମେ ୨୮ ତାରିଖ – Daily Horoscope

ମେଷ ଆଜି ଖର୍ଚ୍ଚଭାରର ଆଧିକ୍ୟ, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ ରହିପାରନ୍ତି। ସମ୍ପର୍କୀୟ ନିଆଁରେ ଘିଅ ଢାଳିଲାପରି କଟୁକଥା କହି ମାନସିକ ଆଘାତ ଦେଇପାରନ୍ତି।…

ରାଶିଫଳ: ବୁଧବାର, ମେ ୨୭ ତାରିଖ – Daily Horoscope

ମେଷ ଆଜି ସ୍ବନକ୍ଷତ୍ରସ୍ଥ ଚନ୍ଦ୍ର ଯୋଗୁ ସମାଜ କଲ୍ୟାଣ କାର୍ଯ୍ୟରେ, ଆନୁଷ୍ଠାନିକ କ୍ଷେତ୍ରରେ, ସଭାସମିତିରେ ସମ୍ମାନିତ ହେବେ। ଧାର୍ମିକ ମନୋଭାବ ନେଇ ସ୍ବେଚ୍ଛାକୃତ ଭାବରେ ଏକ ମହତ୍ତ୍ୱପୂର୍ଣ୍ଣ…

ରାଶିଫଳ: ମଙ୍ଗଳବାର, ମେ ୨୬ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ହେତୁ ଯାହା କରିବେ ତାହା ନିର୍ବିଘ୍ନରେ ଫଳପ୍ରଦ ହେବ। ପାରିବାରିକ ଶାନ୍ତି, ସାମାଜିକ ସମ୍ମାନ ଏବଂ ଆନୁଷ୍ଠାନିକ କାମରେ ପ୍ରଶଂସିତ ହେବେ।…

ରାଶିଫଳ: ସୋମବାର, ମେ ୨୫ ତାରିଖ – Daily Horoscope

ମେଷ ଆଜି ସହକର୍ମୀଙ୍କ ସହଭାଗିତାରୁ ସମସ୍ତ କାର୍ଯ୍ୟରେ ସିଦ୍ଧିଲାଭ ଘଟିବ। ରବି ବୁଧ ମୁଖଭାବରେ ଅବସ୍ଥାନ କରି ଅପ୍ରିୟ ସତ୍ୟଭାଷଣରୁ ପ୍ରତ୍ୟେକ ସ୍ତରରେ ସମସ୍ୟା ସୃଷ୍ଟି କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri