Posted inRasifala

ରାଶିଫଳ: ଶନିବାର , ଅକ୍ଟୋବର ୨୮ ତାରିଖ – Daily Horoscope

ମେଷ
ଆଜି କୌଣସି ଅସୁବିଧା ନ ଥିଲେ ମଧ୍ୟ ପରିବାରର କିଛି ବ୍ୟତିକ୍ରମକୁ ନେଇ ଚିନ୍ତା ପ୍ରକଟ କରିବେ। ପରସ୍ପର ପଡୁ ନ ଥିବା ଭାଇଙ୍କ କଥା ମନକୁ ଆନ୍ଦୋଳିତ କରିପାରେ। ପରକୁ ଦେଇଥିବା ଅର୍ଥକୁ କେନ୍ଦ୍ରକରି ସମସ୍ୟା ଦେଖାଦେଇପାରେ। ଅପରାହ୍ନେ ବନ୍ଧୁଙ୍କ ଆଗମନରେ କିଛି ସମୟ ଅତିବାହିତ କରି ଖୁସି ରହିବେ।
ବୃଷ
ବୃଷ
ବିଭିନ୍ନ ପ୍ରକାରର ଘରୋଇ ସମସ୍ୟା ମଧ୍ୟରେ ଅଣନିଃଶ୍ୱାସୀ ହୋଇ ବ୍ୟତିବ୍ୟସ୍ତ ହୋଇପାରନ୍ତି। ପ୍ରକାଶନ, କଚେରି ମାମଲା ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ପୂର୍ବ ଯୋଜନା ଅନୁଯାୟୀ କାମ କରି କିଛିଟା ସଫଳତା ମଧ୍ୟ ପାଇବେ। ମଧୁର କଥା ଦ୍ୱାରା ଅନ୍ୟକୁ ଆପ୍ୟାୟିତ କରି କାମ ହାସଲ କରିବେ।
ମିଥୁନ
ମିଥୁନ
 ଅସୁବିଧାବଶତଃ କେତେକ କାମ ଅଟକିରହିଥିବା କାରଣରୁ ସେହିକଥା ଭାବି ଭାବି ଅନ୍ୟମନସ୍କ ରହିପାରନ୍ତି। ପରିବାରରେ ମତାନ୍ତରରୁ ବିତର୍କ ସୃଷ୍ଟି ଜନିତ ଅଶାନ୍ତ ରହିପାରନ୍ତି। ଅର୍ଥାଭାବ ହେତୁ କେତେକ କାମ ପୂର୍ଣ୍ଣାଙ୍ଗ ହେବା କଷ୍ଟକର ହୋଇପଡିବ। ଆମତ୍ୀୟମାନଙ୍କ ବେଖାତିର ମନୋଭାବ ହେତୁ କ୍ଷୁବ୍ଧ ହୋଇପାରନ୍ତି।
କର୍କଟ
କର୍କଟ
ଆଜିର ଯାତ୍ରା, ଆଲୋଚନା, ବନ୍ଧୁ ସମ୍ପର୍କ ଦିଗରୁ ଦିନଟି ଭଲ ରହିବ। କର୍ମକ୍ଷେତ୍ରରେ ଅସୁବିଧା ଭୋଗିବେ ଏବଂ କାରଣ ନ ଥାଇ ମଧ୍ୟ ଦୋଷୀ ସାବ୍ୟସ୍ତ ହେବେ। ମନ ଅସ୍ଥିର ରହିବା କାରଣରୁ କାମଗୁଡ଼ିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପଡ଼ିବ। କଳା, ସାହିତ୍ୟରେ ଉନ୍ନତି କରିବେ ଏବଂ ବାଣିଜ୍ୟ, ବ୍ୟବସାୟରେ ଲାଭବାନ ହେବେ।
ସି˚ହ
ସି˚ହ
ଆଜି ଅଫିସରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି। ସୁଯୋଗ ପାଇଲେ ମଧ୍ୟ ସଦ୍‌ବ୍ୟବହାର କରିବା କାଠିକର ପାଠ ହେବ। ଅନେକାଂଶରେ ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରି ଦ୍ୱନ୍ଦ୍ୱର ସମ୍ମୁଖୀନ ହୋଇପାରନ୍ତି। ସାହିତ୍ୟ, କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ମିଳିବ।
କନ୍ୟା
ଅନ୍ୟମାନଙ୍କଠାରୁ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ମାନମନାନ୍ତର ଦେଖା ଦେଇପାରେ। ଆପଣଙ୍କ ଅନୁରୋଧ ରକ୍ଷାକରି ବନ୍ଧୁମାନେ ଆବଶ୍ୟକୀୟ ସହଯୋଗ କରିବେ। ବନ୍ଧୁଙ୍କ ସହ ଆଲୋଚନା ପରେ କର୍ମକ୍ଷେତ୍ରରେ ରହିଥିବା ଟେନସନ୍‌ ଦୂର ହେବ।
ତୁଳା
ତୁଳା
ଆଜି ପରିବାରରେ ଅଶାନ୍ତି, ପରିବହନରେ ଝଗଡ଼ା, ବ୍ୟବସାୟରେ କ୍ଷତି, ଯାନବାହନରୁ ଆଘାତର ଆଶଙ୍କା ଦେଖାଦେଇପାରେ। କଳା, ସାହିତ୍ୟ, ସାମ୍ବାଦିକତା, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ସୁଫଳ ମିଳିବ। ବିଶୃଙ୍ଖଳିତ ସନ୍ତାନଙ୍କ ସ୍ବାସ୍ଥ୍ୟ ଓ ସ୍ବଭାବ ଯୋଗୁ ବିଚଳିତ ହୋଇପାରନ୍ତି। ଅଫିସରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ।
ବିଛା
ବିଛା
ବହୁତ ଚେଷ୍ଟା କଲେ ମଧ୍ୟ ଅଭିଳାଷ ପୂରଣ ନ ହୋଇପାରିବାରୁ ମନ ଭଲ ରହିବ ନାହିଁ। ଈର୍ଷାଳୁ ବ୍ୟକ୍ତିଙ୍କ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ଆଜି ଘରକୁ ଫେରିବା ସମୟରେ କିଛି ମୂଲ୍ୟବାନ ଜିନିଷ ଆଣି ପାରନ୍ତି। ବନ୍ଧୁମାନଙ୍କଠାରୁ ମିଥ୍ୟା ଗୁଜବ ଶୁଣି ଆତଙ୍କିତ ହୁଅନ୍ତୁ ନାହିଁ।
ଧନୁ
ଧନୁ
ବିବାଦୀୟ ଘଟଣା ପରିପ୍ରେକ୍ଷୀରେ ଘର ଅପେକ୍ଷା ବାହାର ଲୋକମାନେ ଆପଣଙ୍କ ପକ୍ଷ ସମର୍ଥନ କରିବେ। ବ୍ୟବସାୟରେ ସାଧାରଣ ସମସ୍ୟାଟି ପାଇଁ ବିଶେଷ ଅସୁବିଧା ହେବ ନାହିଁ। ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ। ଅଫିସରେ କୌଣସି ବ୍ୟକ୍ତିଠାରୁ କିଛି କଥା ଶୁଣି ନିଜ ଲୋକଙ୍କୁ ଭୁଲ୍‌ ବୁଝିବେ।
ମକର
ମକର
ସମ୍ପର୍କୀୟ ଲୋକମାନଙ୍କୁ ସାହାଯ୍ୟ କରିବାକୁ ଯାଇ ନିଜେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ବନ୍ଧୁମାନଙ୍କର ଅସହଯୋଗଜନିତ କେତେକ କାମ ବିଶୃଙ୍ଖଳିତ ହୋଇପାରେ। ବ୍ୟବସାୟରେ ଅନ୍ୟମାନଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ। ପରସ୍ପର ମତପାର୍ଥକ୍ୟ କାରଣରୁ ପାରିବାରିକ ଶାନ୍ତି ପାଇବେ ନାହିଁ।
କୁମ୍ଭ
କୁମ୍ଭ
ଆଜି ଯାହା ଛିନ୍ତା କରୁଛନ୍ତି ତାହା ସହଜରେ କରିବାରେ କୌଣସି ଅସୁବିଧା ହେବନାହଁି। ଅନ୍ୟମାନଙ୍କ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ। ବନ୍ଧୁ ସାହାଯ୍ୟ ସହଯୋଗର ଦୃଢ଼ ପ୍ରତିଶ୍ରୁତି ଦେବେ। ପିଲାମାନଙ୍କ ସଫଳତାରେ ଆନନ୍ଦ ଅନୁଭବ କରିପାରନ୍ତି। ମାନସିକ ଯନ୍ତ୍ରଣା କେତେକାଂଶରେ ବନ୍ଧୁଙ୍କ ଆଶ୍ୱାସନାରୁ ଉପଶମ ହେବ।
ମୀନମୀନ

ଆଜି କର୍ମ କ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ବ୍ୟବସାୟରେ ଆଖିଦୃଶିଆ ସଫଳତା ହାସଲ କରିପାରିବେ ନାହିଁ। ବହୁତ ଖଟଣି ହେତୁ ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି। ପିଲାଙ୍କ ପଢ଼ାକୁ ନେଇ ଚିନ୍ତା ବଢ଼ିଯାଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ:ଶନିବାର , ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ଜନିତ ବନ୍ଧୁ ସମ୍ପର୍କରେ ଉନ୍ନତି ହେବ। ଯାତ୍ରା, ବିବାଦ, ଗୃହାରମ୍ଭ ପାଇଁ ପ୍ରତିକୂଳତା ଆସିଲେ ମଧ୍ୟ କୌଣସି ଅସୁବିଧା ହେବନାହିଁ। ପାରିବାରିକ…

ରାଶିଫଳ: ଶୁକ୍ରବାର , ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ ବୃହସ୍ପତିଙ୍କ ଦୃଷ୍ଟିରେ କର୍ମାଧିପ ଥିବାରୁ ଶୁଭେଚ୍ଛୁଙ୍କ ପରାମର୍ଶରେ ନୂଆ କାମ ସକାଶେ ମନ ବଳାଇବେ। ଦୈହିକ ଦୁର୍ବଳତା ସାଙ୍ଗକୁ ପାରିବାରିକ ଦ୍ୱନ୍ଦ୍ୱଜନିତ ନୈରାଶ୍ୟରୁ ଚିନ୍ତିତ ରହିପାରନ୍ତି।…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର କର୍ମାରମ୍ଭ ସକାଶେ ସାହାଯ୍ୟ, ସହଯୋଗର ଅଭାବ ରହିବ ନାହିଁ। ଆନୁଷ୍ଠାନିକ, ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଦିନଟି ଭଲ। ଛୋଟ ଛୋଟ…

ରାଶିଫଳ: ବୁଧବାର, ସେପ୍ଟେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଧନସପ୍ତମାଧିପତି ଯୁକ୍ତ ହୋଇଥିବାରୁ ଯାତ୍ରାରେ ଲକ୍ଷ୍ୟପୂରଣ ହେବା ସହ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପିଲାଙ୍କ ସ୍ବାସ୍ଥ୍ୟହାନି କିମ୍ବା ବିବାହ ସମସ୍ୟା ନେଇ ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?