Posted inRasifala

ରାଶିଫଳ: ଶନିବାର, ଅଗଷ୍ଟ ୩୧ ତାରିଖ – Daily Horoscope

ମେଷ
ପାରିବାରିକ ସମସ୍ୟା ସମ୍ପର୍କରେ ଏଣୁତେଣୁ କେତେ ଗୁଡ଼ାଏ କଥା ଚିନ୍ତାକରି ମନକୁ ବିଷାକ୍ତ କରିବେ। ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବା କାରଣରୁ ମନ ମଧ୍ୟ ଭଲ ରହି ନ ପାରେ । ମଉଜିଆ କଥା କହି ବନ୍ଧୁମାନଙ୍କ ଗହଣରେ ପରିସ୍ଥିତିକୁ ହାଲ୍‌କା କରିପାରନ୍ତି। ଅତି ଭଲ ପାଉଥିବା ବନ୍ଧୁଟି ପ୍ରତି କିଛି ସାହାଯ୍ୟ କରିବା ଭଲ ହେବ ।
ବୃଷ
ବୃଷ
ଆଜି ସକାଳୁ ସକାଳୁ ଘର କଥା, ପରିଶୋଧ କରିବାକୁ ଥିବା ଋଣ ବିଷୟରେ ଚିନ୍ତା କରିପାରନ୍ତି। କର୍ମକ୍ଷେତ୍ରରେ ସ୍ନେହ, ସହାନୁଭୂତି ଯୋଗୁ ସମସ୍ୟା ଓ ଦୁଃଖକୁ କିୟଦ୍‌ କ୍ଷଣ ପାଇଁ ଭୁ ଲିଯିବେ। ମନ ଭିତରେ ଘାରି ହେଉଥିବା ଘଟଣାଗୁଡ଼ି କ ସମାଧାନ ସକାଶେ ପରିବାରରୁ ପୂର୍ଣ୍ଣ ସମର୍ଥନ ପାଇବେ ନାହିଁ । ଆତ୍ମୀୟମାନଙ୍କ ଭିନ୍ନ ଚିନ୍ତାଧାରାର ସମାଲୋଚନାକରି ପାରନ୍ତି।
ମିଥୁନ
ମିଥୁନ
ଘଟଣା ସମ୍ପର୍କରେ ଅବଗତ ପୂର୍ବକ ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇବେ । ପାରିବାରିକ କ୍ଷେତ୍ରରେ ମାନସିକ ଦ୍ୱନ୍ଦ୍ୱ ହେତୁ କୌଣସି ନିଷ୍ପତ୍ତି ନେବାରେ ବିଳମ୍ବ ହେବ। ପରକଥାକୁ ସତ ମନେକରି କାମ କରିଚାଲିଲେ ଖାଲରେ ପଡିପାରନ୍ତି। ପରୋକ୍ଷ ଶତ୍ରୁତା ମଧ୍ୟ ସାମୟିକ ଦୁଶ୍ଚିନ୍ତାର କାରଣ ହେବ। ଆର୍ଥିକ ସ୍ଥିତି, ଦୂରଯାତ୍ରା, ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ ।
କର୍କଟ
କର୍କଟ
ଘାତ ପ୍ରତିଘାତ ମଧ୍ୟରେ କର୍ମକ୍ଷେତ୍ରରେ ଉତ୍‌ଥାନ ପତନ ଲାଗି ରହିବ । ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ । ସହକର୍ମୀମାନେ ସହଯୋଗର ହାତ ବଢ଼ାଇବେ ଓ ସାହାଯ୍ୟ କରିବାକୁ ଆଗେଇ ଆସିପାରନ୍ତି। କଳା, ସାହିତ୍ୟ, କ୍ରୀଡ଼ା, ଶିଳ୍ପ, ସାମ୍ବାଦିକତା କ୍ଷେତ୍ରରୁ ପ୍ରଶଂସିତ ହୋଇପାରନ୍ତି।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିବ । ପରକଥାରେ ମନ ଦେଇ ନିଜ କାମକୁ ଅବହେଳା କରିବା କାରଣରୁ ଘରୁ ଗାଳି ଖାଇପାରନ୍ତି। ହଠାତ୍‌ ଜଣେ ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ । ସାମାଜିକ ସ୍ତରରେ ଅଥବା ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ ।
କନ୍ୟା
କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ଖାମଖିଆଲି କାର୍ଯ୍ୟପଦ୍ଧତି ଫଳରେ କାମଗୁଡ଼ିକ ବିଶୃଙ୍ଖଳିତ ହୋଇଯାଇପାରେ । ଆଜି ସକାଳୁ ସକାଳୁ ବୁଲିବା ସାଙ୍ଗକୁ କିଛି ନୂତନ ଖବର ମଧ୍ୟ ପାଇ ଖୁସି ହୋଇଯିବେ। ଆଇନ ଅଦାଲତ ଓ ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ । ଗୃହ, ଭୂମି, ଗାଡ଼ିମୋଟର ସମ୍ପର୍କିତ କାମକୁ ପ୍ରାଧାନ୍ୟ ଦେଇପାରନ୍ତି।
ତୁଳା
ତୁଳା
ଆଦୌ ଭଲ ସମ୍ପର୍କ ନ ଥିବା ବ୍ୟକ୍ତିମାନଙ୍କ ଦ୍ୱାରା ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ମାନସିକ ଅସ୍ଥିରତା ସାଙ୍ଗକୁ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ। ଗତକାଲିର ଯୋଜନା ଠିକ୍‌ ଭାବରେ ସମ୍ପନ୍ନ କରିବା ପାଇଁ ବହୁ ପ୍ରକାର ଚେଷ୍ଟା କରିପାରନ୍ତି। ଆଜି ନୂଆ ସୌଖୀନ ଦ୍ରବ୍ୟ କିଣିବା ପାଇଁ ମନ ବଳାଇପାରନ୍ତି।
ବିଛା
ବିଛା
ଦୂରସ୍ଥ ବନ୍ଧୁଙ୍କୁ ମନେପକାଇ ମନ ବ୍ୟାକୁଳିତ ରହିବ। ଚେଷ୍ଟା ସଫଳ ହେବାରେ ଜଣେ ପୁରାତନ ବନ୍ଧୁ ସାହାଯ୍ୟ କରିବେ । ଆକସ୍ମିକ ଭାବରେ ଘରେ ବନ୍ଧୁ ମିଳନ ଓ ଖୁସିର ଆସର ଜମିପାରେ । ବିବାଦୀୟ ପରିସ୍ଥିତିରେ କିଛି ଅଘଟଣ ଆଶଙ୍କା କରି ବ୍ୟସ୍ତତା ଅନୁଭବ କରିପାରନ୍ତି।
ଧନୁ
ଧନୁ
ଯାତ୍ରା ସମୟରେ ଅନ୍ୟମନସ୍କ କାରଣରୁ ଚୋରି ଜନିତ ଧନହାନିର ସୂଚନା ରହିଛି । ଜମା ପଟୁ ନ ଥିବା ବ୍ୟକ୍ତିମାନଙ୍କ ଦ୍ୱାରା ସମସ୍ୟା ଭିତରକୁ ଟାଣିହୋଇ ପାରନ୍ତି। କେତେକ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍‌ବ୍ୟବହାର କରିବା କାଠିକର ପାଠ ହେବ । ସ୍ବାସ୍ଥ୍ୟ ପ୍ରତି ସାବଧାନତା ଅବଲମ୍ବନ ନ କଲେ ପଶ୍ଚାନ୍ତେ ଅନୁତାପ କରିବାକୁ ପଡ଼ିପାରେ।
ମକର
ମକର
ପ୍ରତ୍ୟେକ କ୍ଷେତ୍ରରେ କାମଗୁଡ଼ିକ ମଧ୍ୟ ଆଶାନୁରୂପ ନ ହେବା କାରଣରୁ ମନ ଭଲ ରହି ନ ପାରେ। ବନ୍ଧୁଙ୍କ କାର୍ଯ୍ୟକଳାପରେ ଅସନ୍ତୁଷ୍ଟ ହେଲେ ମଧ୍ୟ ପ୍ରକାଶ୍ୟରେ କିଛି କହିପାରିବେ ନାହିଁ । ଶିଳ୍ପ, ବାଣିଜ୍ୟ ଓ କଳା, ପରିବହନ କ୍ଷେତ୍ରରେ ପ୍ରତିବନ୍ଧକର ସାମ୍ନା କରିବେ । ପାରିବାରିକ ଅସ୍ଥିରତା କାରଣରୁ ମାନସିକ ଶାନ୍ତି ବ୍ୟାହତ ହେବ।
କୁମ୍ଭ
କୁମ୍ଭ
ଯାତ୍ରାକଳୀନ ନିର୍ଦ୍ଦିଷ୍ଟ ସ୍ଥାନରେ ଉପସ୍ଥିତ ନ ଥିବା ବନ୍ଧୁଙ୍କୁ ଅପେକ୍ଷାକରି ବିରକ୍ତ ହେବେ । ଅଫିସରେ ହଠାତ୍‌ କୌଣସି ଘଟଣା ମନକୁ ବିବ୍ରତ କରିପାରେ । ପାରିବାରିକ, ସାମାଜିକ ଓ ଆନୁଷ୍ଠାନିକ କାମରୁ ଉପକାର ମିଳିବ। ପ୍ରଶାସନ, ଆଇନ, କଳା, ସାହିତ୍ୟ, ସଂସ୍କୃତି, ଗବେଷଣା,କ୍ରୀଡ଼ା,ଚଳଚ୍ଚିତ୍ରାଦି କ୍ଷେତ୍ରରେ ସୁଫଳ ପାଇବେ ।
ମୀନମୀନ
ପ୍ରତ୍ୟେକ ଦିଗରୁ ସାହାଯ୍ୟ ସହଯୋଗ ଲାଭକରି ଆରମ୍ଭ କରିଥିବା କାମଟିକୁ ପୂର୍ଣ୍ଣାଙ୍ଗ କରିପାରିବେ। ବାଣିଜ୍ୟ, ବ୍ୟବସାୟ, ପରିବହନ, ସଭାସମିତି, ଆନୁଷ୍ଠାନିକ କାମ ଓ କଚେରି ମାମଲା କ୍ଷେତ୍ରରୁ ଶୁଭଫଳ ମିଳିବ। ପରିବାର ଭିତରେ ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବା ଆଶଙ୍କା ଉପୁଜିପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଜୁଲାଇ ୨୮ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ମଧ୍ୟସ୍ଥ ଯୋଗୁ ଆପଣ ନିଜକୁ ଠିକ୍‌ ଭାବେ ଆଡ୍‌ଜଷ୍ଟ କରି ଚଳାଇ ନେଇପାରିବେ ନାହିଁ। ଯଦିଓ ବିଶେଷ କିଛି ଗୁରୁତର...

ରାଶିଫଳ: ଶୁକ୍ରବାର, ଜୁଲାଇ ୧୯ ତାରିଖ – Daily Horoscope

ମେଷ ଆଜି ରାଶ୍ୟାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ଅବସ୍ଥାନ କରୁଥିବାରୁ ଅଭିଳଷିତ କାର୍ଯ୍ୟ ହାସଲ କରିପାରିବେ। ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବା ସହ ପାରିବାରିକ ଜୀବନରେ ସ୍ନେହ,...

ରାଶିଫଳ: ରବିବାର, ଅଗଷ୍ଟ ୨୮ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ସହଜ ଓ ସୁବିଧାରେ କାମ ହାସଲ କରିବେ। ବିବାଦୀୟ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ ଏବଂ ବହୁ ପ୍ରତୀକ୍ଷିତ...

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ରରେ ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହେବେ। ପୂର୍ବରୁ ସୂଚନା ଦେଇ ସନ୍ଧ୍ୟାରେ ଘରକୁ ନୂତନ ବନ୍ଧୁ କେହି...

ରାଶିଫଳ: ଶନିବାର, ମାର୍ଚ୍ଚ ୫ ତାରିଖ – Daily Horoscope

ମେଷ ଆଜିର ପ୍ରତ୍ୟୁଷ ଯାତ୍ରା, ବନ୍ଧୁ ସମ୍ପର୍କ, ଆନୁଷ୍ଠାନିକ କ୍ଷେତ୍ର ବହୁତ ଭଲ ରହିବ। ପ୍ରତ୍ୟେକ କ୍ଷେତ୍ରରେ ସଫଳତାର ସହ ପ୍ରଶଂସା ଓ ପ୍ରୋତ୍ସାହନ ପାଇ...

ରାଶିଫଳ: ଶନିବାର, ଏପ୍ରିଲ୍‌ ୧୭ ତାରିଖ – Daily Horoscope

ମେଷ ଆଜି ତୃତୀୟସ୍ଥ ମଙ୍ଗଳଙ୍କ ପ୍ରଭାବରୁ ଧୈର୍ଯ୍ୟ ଓ ସାହସିକତା ପ୍ରଦର୍ଶନ କରି ପ୍ରତ୍ୟେକ କାର୍ଯ୍ୟ ସମ୍ପନ୍ନ କରିବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ...

ରାଶିଫଳ: ମଙ୍ଗଳବାର, ଜୁଲାଇ ୨୬ ତାରିଖ – Daily Horoscope

ମେଷ ଆଜି ଭାଗ୍ୟସ୍ଥାନକୁ ଶୁକ୍ରଚନ୍ଦ୍ରଙ୍କ ଦୃଷ୍ଟି ଆପଣଙ୍କୁ ମନୋରଞ୍ଜନର ସୁଯୋଗ ପ୍ରଦାନ କରିବ । କିନ୍ତୁ ବନ୍ଧୁଙ୍କ ସହ ଆପଣଙ୍କ ସମ୍ପର୍କକୁ ଅନ୍ୟମାନେ ଖରାପ ଦୃଷ୍ଟିରେ...

ରାଶିଫଳ: ଶନିବାର, ମାର୍ଚ୍ଚ ୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ନିଜ ରାଶିରେ ଅବସ୍ଥାନ କରିଥିବାରୁ ସୁନ୍ଦର ପାରିବାରିକ ଜୀବନ ଓ ସମସ୍ୟାମୁକ୍ତ କର୍ମକ୍ଷେତ୍ର ଯୋଗୁ ମନ ଖୁସୀ ରହିବ । ଶୁକ୍ରଙ୍କ...

Advertisement
Archives

Model This Week