Posted inRasifala

ରାଶିଫଳ: ଶନିବାର , ଜୁନ ୧୫ ତାରିଖ – Daily Horoscope

ମେଷ
ଶୁକ୍ର ମୁଖ ଭାବରେ ରହି ଏକାଧାରରେ ଅର୍ଥ, ବସ୍ତ୍ରଭୂଷଣ, ବନ୍ଧୁଙ୍କ ଆତିଥ୍ୟଯୋଗ ଲାଭକରି ଖୁସିହେବେ। ଅଫିସରେ ସହକର୍ମୀଙ୍କ ସୌହାର୍ଦ୍ଦ୍ୟ ମଧ୍ୟରେ ନୂତନ ଯୋଜନା ପ୍ରଣୟନ କରିପାରନ୍ତି। ଅଷ୍ଟମସ୍ଥ ଚନ୍ଦ୍ର ଯୋଗୁ ପରିବହନ ବ୍ୟବସାୟରେ ଶିଥିଳତା ଦେଖାଦେଇପାରେ। ପାରିବାରିକ କ୍ଷେତ୍ରରେ ଅଷ୍ଟମସ୍ଥ ଚନ୍ଦ୍ର ବୁଝାମଣାର ଅଭାବ ସୃଷ୍ଟି କରିପାରେ ।
ବୃଷ
ବୃଷ
ମଙ୍ଗଳ ଓ ବୁଧ ଦ୍ୱିତୀୟଭାବରେ ଆପଣଙ୍କ ଅପ୍ରିୟ ସତ୍ୟର କଠୋର ବାକ୍ୟାଳାପ ବନ୍ଧୁ ସମ୍ପର୍କକୁ ତିକ୍ତ କରିଦେଇପାରେ। ଯାହା କରିବା ପାଇଁ ଭାବୁଥିବେ ନିର୍ଦ୍ଦିଷ୍ଟ ସମୟର କିଛି ପୂର୍ବରୁ ପରିସ୍ଥିତି ବଦଳିଯିବାର ସୂଚନା ରହିଛି। କିନ୍ତୁ ପାରିବାରିକ କ୍ଷେତ୍ରରେ କେତେକ ବ୍ୟତିକ୍ରମ ରହିଥିଲେ ମଧ୍ୟ ବିଶେଷ ଅସୁବିଧା ହେବନାହିଁ।
ମିଥୁନ
ମିଥୁନ
ଧନାଧିପ ଷଷ୍ଠସ୍ଥ ଯୋଗୁ ଆପଣଙ୍କ ନିର୍ଦ୍ଦିଷ୍ଟ ସ୍ଥାନରୁ ଅର୍ଥପ୍ରାପ୍ତିର ଆଶା ମଉଳିଯାଇପାରେ । ବାରମ୍ବାର ପ୍ରତିବନ୍ଧକ ଲାଗି ରହିବା କାରଣରୁ କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିବେ । ପରିବାର ଭିତରେ ମନର ଭାବକୁ ପ୍ରକାଶ କରିବାରେ ପଛେଇଯିବେ । ମାଲିମକଦ୍ଦମା କ୍ଷେତ୍ରରେ ସମସ୍ୟା ସମାଧାନର କ୍ଷୀଣ ଆଶା ରହିଛି ।
କର୍କଟ
କର୍କଟ
ଲାଭଭାବରେ ରବି ଅର୍ଥନୈତିକ ଅଭିବୃଦ୍ଧି କରାଇବା ସହ ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପା ପ୍ରାପ୍ତ କରାଇପାରେ; ଯାହା ବହୁଦିନ ହେଲା ମନେ ମନେ ଭାବୁଥିଲେ ଆଜି ତାହା ବାସ୍ତବରେ ପରିଣତ ହେବ। କର୍ମକ୍ଷେତ୍ରରେ ଦୀର୍ଘଦିନରୁ ରହିଆସୁଥିବା ବିବାଦର ଅନ୍ତ ଘଟିବ। ସରକାରୀ ସ୍ତରରୁ କିମ୍ବା ଆଇନର ସହାୟତାରୁ ଉପକୃତ ହେବେ।
ସି˚ହ
ସି˚ହ
ଧନାଧିପ କର୍ମଭାବରେ ପ୍ରବଳ ଧନଯୋଗ ସୃଷ୍ଟିକରି ଅଭିଳଷିତ ଆର୍ଥିକ ସାହାଯ୍ୟ ନିଶ୍ଚିତ ପାଇବେ । ଏକ ଆନନ୍ଦଦାୟକ ପରିବେଶରେ ନୂତନ ବନ୍ଧୁଙ୍କ ସହ ସମ୍ପର୍କ ବୃଦ୍ଧି ପାଇବ । ପାରିବାରିକ ଅସ୍ଥିରତା କେତେକାଂଶରେ ଦୂରୀଭୂତ ହେବା ସାଙ୍ଗକୁ କର୍ମକ୍ଷେତ୍ରରେ ସମସ୍ୟା ମଧ୍ୟ ଦୂରେଇଯିବ । ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣ ମଧ୍ୟରେ ରହିବ।
କନ୍ୟା
ବିଳାସବ୍ୟସନକାରକ ଶୁକ୍ର ଧନଭାବକୁ ଦେଖୁଥିବାରୁ ଆଜି ଅର୍ଥଲାଭ,ନୂତନ ବସ୍ତ୍ରାଳଙ୍କାର ପ୍ରାପ୍ତି ଓ ବନ୍ଧୁଗହଣରେ ମିଷ୍ଠାନ୍ନଭୋଜନ ଯୋଗ ରହିଛି । ପାରିବାରିକ ଖର୍ଚ୍ଚଭାର କ୍ରମଶଃ ବୃଦ୍ଧି ପାଉଥିବା ଯୋଗୁ ଚିନ୍ତାପ୍ରକଟ କରିବେ। ଆଗାମୀ ମାଙ୍ଗଳିକ କାମ ସକାଶେ ଘର ସାଜସଜ୍ଜାରେ କିମ୍ବା ମରାମତିରେ ବ୍ୟସ୍ତ ରହିପାରନ୍ତି।
ତୁଳା
ତୁଳା
ଅଷ୍ଟମଭାବରୁ ରାହୁ ସହ ମଙ୍ଗଳ ଧନଭାବକୁ ଦୃଷ୍ଟି ଦେଉଥିବାରୁ ସତର୍କତା ଅଭାବରୁ ଧନହାନିର ପୂର୍ଣ୍ଣ ସୂଚନା ରହିଛି । ଆଜି ଦିନଟିରେ ସଭାସମିତିରୁ ସମ୍ମାନିତ ହେବେ । ପରିବାରରେ ଦାୟିତ୍ୱ କ୍ରମେ ବୃଦ୍ଧି ପାଇବ, କିନ୍ତୁ ବ୍ୟବସାୟ ପାଇଁ ଦିନଟି ମନ୍ଦ ନୁହେଁ । ପ୍ରଶାସନିକ ସ୍ତରରେ,ରାଜନୈତିକ କ୍ଷେତ୍ରରେ,ଆଇନ ଅଦାଲତରେ ନିଜର ସ୍ଥିତିକୁ ସୁଦୃଢ଼ କରିପାରିବେ।
ବିଛା
ବିଛା
ଆଜି ଆପଣଙ୍କ ରାଶିରେ ଗୁରୁଚାନ୍ଦ୍ରୀ ଯୋଗ ସୃଷ୍ଟିହୋଇ ଅର୍ଥ, ଉଚ୍ଚସମ୍ମାନ,ବନ୍ଧୁପ୍ରୀତି ମାଧ୍ୟମରେ ଆନନ୍ଦ ପ୍ରାପ୍ତ କରାଇବ । ସମସ୍ୟା ଆସିଲେ ମଧ୍ୟ ସମାଧାନର ଉପାୟ ବାହାର କରିବାରେ ସଫଳ ହେବେ । ବ୍ୟବସାୟିକ କାରବାର ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ବଚ୍ଛଳତା ଫେରି ପାଇବେ । ଚେଷ୍ଟା କରୁଥିବା କାମରେ ଉତ୍ସାହ ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ ।
ଧନୁ
ଧନୁ
ଧନାଧିପ ରାଶିରେ ପାପଗ୍ରହ ଯୁକ୍ତ ହେତୁ ଆପଣଙ୍କୁ ବିଭିନ୍ନ ଦିଗରେ ଖର୍ଚ୍ଚାନ୍ତ କରାଇ ଋଣଗ୍ରସ୍ତ କରାଇପାରନ୍ତି। ଅନ୍ୟମାନଙ୍କ ଉପରେ ଅଭିମାନ କରି ସ୍ବାସ୍ଥ୍ୟ ପ୍ରତି ଅବହେଳା କରିବା ହେତୁ ଅନୁତାପ କରିବାକୁ ପଡ଼ିପାରେ । ତଥାପି କର୍ମକ୍ଷେତ୍ର ସଙ୍ଗଠନ, ପ୍ରଶାସନ ଓ ପାଖପଡ଼ୋଶୀଙ୍କ ଆଦର ଗୌରବରୁ ଖୁସି ରହିବେ।
ମକର
ମକର
ଏକାଦଶରେ ଶନି ଆପଣଙ୍କୁ ବିଜାତୀୟ ବ୍ୟକ୍ତିଙ୍କ ମାଧ୍ୟମରେ ଆର୍ଥିକ, ସାଙ୍ଗଠନିକ ସହାୟତା ପ୍ରଦାନ କରିବେ। ଆର୍ଥିକ ଦିଗରୁ ଆଜି ଦିନଟି ବହୁତ ଭଲ। ଫଳରେ ବିଭିନ୍ନ ସୂତ୍ରରୁ ରୋଜଗାର କରିବେ। ଲୋକସମ୍ପର୍କ ବୃଦ୍ଧି ପାଇବ, କିନ୍ତୁ କେତେକ ଈର୍ଷାପରାୟଣ ବ୍ୟକ୍ତିଙ୍କ ସକାଶେ ଟେନ୍‌ସନ ବଢ଼ିଯିବ।
କୁମ୍ଭ
କୁମ୍ଭ
ଷଷ୍ଠାଧିପଙ୍କ ସହ କର୍ମସ୍ଥ ଧନାଧିପ ଆପଣଙ୍କୁ ବ୍ୟାଙ୍କ, ଲଟେରି, ସଞ୍ଚୟ ଜମାରୁ ଅର୍ଥପ୍ରାପ୍ତ କରାଇପାରେ। ଚିନ୍ତା ନ କରି କାମ କରି ଚାଲନ୍ତୁ, ଅବଶ୍ୟ ସଫଳତା ହାସଲ କରିବାରେ କୌଣସି ଅସୁବିଧା ରହିବ ନାହିଁ । କେତୁଯୁକ୍ତ ରାଶ୍ୟାଧିପତି ଯୋଗୁ ରୋଗ, ଋଣ ଓ ଶତ୍ରୁତା ଚିନ୍ତାର ମୁଖ୍ୟ କାରଣ ହେବା ସମ୍ଭାବନା ରହିଛି ।
ମୀନମୀନ
ଚତୁର୍ଥ ଭାବରେ ଧନାଧିପ କୌଣସି ଗୁରୁତ୍ୱପୂର୍ଣ୍ଣ କାମ ସକାଶେ ବ୍ୟୟବହୁଳତା ସୃଷ୍ଟି କରିବ । ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ପରିବାରରେ,ବନ୍ଧୁମାନଙ୍କ ମଧ୍ୟରେ କିମ୍ବା ସାମାଜିକ ସ୍ତରରେ ବିବାଦ ବୃଦ୍ଧି ଘଟିପାରେ। କିନ୍ତୁ ପୂର୍ବଭାଦ୍ରପଦ୍‌ ନକ୍ଷତ୍ର ପାଇଁ ଯାତ୍ରା ଓ ବାଣିଜ୍ୟ ସକାଶେ ଦିନଟି ବହୁତ ଭଲ ଏବଂ ବନ୍ଧୁମିଳନରୁ ଖୁସି ରହିପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମେ ୧୮ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ର ଏବଂ ପାରିବାରିକ ସ୍ଥିତି ପ୍ରୀତିପ୍ରଦ ରହିବ। ବ୍ୟବହାରରେ ସଂଯମତା ଅଭାବରୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ବିଭିନ୍ନ ପ୍ରକାର କାର୍ଯ୍ୟ ବ୍ୟସ୍ତତା କାରଣରୁ…

ରାଶିଫଳ: ରବିବାର, ମେ ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ରସ୍ଥ ଚନ୍ଦ୍ର ଆର୍ଥିକ, ସାମାଜିକ ଏବଂ ପାରିବାରିକ ଜୀବନକୁ ଋଦ୍ଧିମନ୍ତ କରିବ। ଦ୍ୱାଦଶସ୍ଥ ମଙ୍ଗଳ ଭ୍ରାତୃ ସମ୍ପର୍କରେ ତିକ୍ତତା ସୃଷ୍ଟି ହେବ। କର୍ମକ୍ଷେତ୍ରରେ…

ରାଶିଫଳ: ଶନିବାର, ମେ ୧୬ ତାରିଖ – Daily Horoscope

ମେଷ ଆଜି କାମ ହାସଲ କରିବାରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିବେ। ଘାତଚନ୍ଦ୍ର ଯୋଗୁ ବାଣିଜ୍ୟ ବାଧାପ୍ରାପ୍ତ ହୋଇପାରେ। ପାରିବାରିକ ଜୀବନରେ ବୁଝାମଣା କ୍ଷେତ୍ରରେ ମତାନ୍ତରର…

ରାଶିଫଳ: ଶୁକ୍ରବାର, ମେ ୧୫ ତାରିଖ – Daily Horoscope

ମେଷ ବିଶିଷ୍ଟବ୍ୟକ୍ତିଙ୍କ ସହାୟତାରେ କାମଗୁଡ଼ିକୁ ସମ୍ପନ୍ନ କରିବାରେ କିଛି ଅସୁବିଧା ହେବନାହିଁ। ରହି ଯାଇଥିବା ଫାଇଲ କାମଟିକୁ ଆଜି ହିଁ ଆରମ୍ଭ କରିବାକୁ ମନ ବଳାଇବେ ଓ…

ରାଶିଫଳ: ଗୁରୁବାର, ମେ ୧୪ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅଶ୍ୱିନୀ ନକ୍ଷତ୍ରର ବନ୍ଧୁଙ୍କ ସହ ଭୁଲ୍‌ ବୁଝାମଣା କାରଣରୁ ମନ ଅଶାନ୍ତ ରହିପାରେ। ତଥାପି ଶାରୀରିକ ସୁସ୍ଥତା, ଆର୍ଥିକ ଉନ୍ନତି ଏବଂ ପ୍ରତିଯୋଗିତାରେ ସଫଳତା…

ରାଶିଫଳ: ବୁଧବାର, ମେ ୧୩ ତାରିଖ – Daily Horoscope

ମେଷ ପ୍ରତ୍ୟେକ କାମ ବିଳମ୍ବ ଓ ଝମେଲା ଭିତରେ ହିଁ ସମ୍ପନ୍ନ ହେବ। କିନ୍ତୁ ଯଦି ତରବରିଆ ପଦକ୍ଷେପ ନେବେ ତେବେ ବେଶି ହଇରାଣ ହେବାକୁ ପଡ଼ିପାରେ।…

ରାଶିଫଳ: ମଙ୍ଗଳବାର, ମେ ୧୨ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ କେତେକ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ଦୃଢ଼ ଓ କଠୋରୋକ୍ତି ଫଳରେ ମୁହଁ ସାମ୍ନାରେ କଥା କହିବାକୁ ଅନ୍ୟମାନେ ପଛେଇ ରହିବେ। ପାରିବାରିକ…

ରାଶିଫଳ: ସୋମବାର, ମେ ୧୧ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ଯୋଗୁ ପାରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ ରହିବ। ବନ୍ଧୁଙ୍କୁ ସୁହାଇଲା ଭଳି ମଉଜିଆ କଥା କହି ପରିସ୍ଥିତିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri