Posted inRasifala

ରାଶିଫଳ: ଶନିବାର, ଡିସେମ୍ବର ୭ ତାରିଖ – Daily Horoscope

ମେଷ
ଆଜି ବିଶେଷ କିଛି ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ। ସମସ୍ତ କାମ ଠିକ୍‌ ଭାବରେ ଚାଲିବ, କିନ୍ତୁ ଝିନ୍‌ଝଟ୍‌ ମଧ୍ୟରେ। ସାମାନ୍ୟ ବିଳମ୍ବିତ ସମୟରେ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ସବୁ ସୁବିଧା ଥିଲେ ମଧ୍ୟ ବିଚଳିତ ରହିବା କାରଣରୁ ଅଶାନ୍ତି ଅନୁଭବ କରିବେ।
ବୃଷ
ବୃଷ
କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଓ ପ୍ରାଧାନ୍ୟ ଦେଇ ପ୍ରଶଂସିତ ହେବେ। ଉଚ୍ଚ ଚିନ୍ତା କରିବେ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ଏକାଧିକ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ପାରିବାରିକ କ୍ଷେତ୍ରରେ ସେପରି କିଛି ବିଶେଷ ଅସୁବିଧା ହେବନାହିଁ। ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ।
ମିଥୁନ
ମିଥୁନ
ପ୍ରତ୍ୟେକ କ୍ଷେତ୍ରରେ କୌଶଳରେ କାର୍ଯ୍ୟ ହାସଲ କରିନେବେ। ଚେଷ୍ଟା ସଫଳ ହେବାରେ ଜଣେ ପୁରାତନ ବନ୍ଧୁ ସାହାଯ୍ୟ କରିପାରନ୍ତି। ସାମାଜିକ ସ୍ତରରେ ହସ ଖୁସିର ବାତାବରଣରୁ ମନ ପ୍ରଫୁଲ୍ଲ ରହିବ। ଯେଉଁ ଜିନିଷଟି ପାଇବାକୁ ଆଶା କରିଛନ୍ତି ତାହା ସାମାନ୍ୟ ବିଳମ୍ବ ହେଲେ ମଧ୍ୟ ପାଇବେ।
କର୍କଟ
କର୍କଟ
ପ୍ରତ୍ୟେକ ପରିସ୍ଥିତିରେ ଦୃଢ଼ ପଦକ୍ଷେପ ନେଇ ସମସ୍ୟା ସୁଧାରିନେବେ। ସାଙ୍ଗଠନିକ କ୍ଷେତ୍ରରେ ନେତୃତ୍ୱ ନେଇ ପ୍ରଶଂସିତ ହୋଇପାରନ୍ତି। ହାତରୁ ଖାଇ ପର ପାଇଁ ଖଟି ସାମାନ୍ୟ ବାହାବା ବ୍ୟତୀତ ଆଉ କିଛି ପାଇବେ ନାହିଁ। ହଠାତ୍‌ ବିରୋଧୀ ପକ୍ଷ ସକ୍ରିୟ ହୋଇ ଉଠିବେ, ମାତ୍ର କିଛି ଅନିଷ୍ଟ କରିପାରିବେ ନାହିଁ।
ସି˚ହ
ସି˚ହ
ମନର କଥାକୁ ଲୁଚାଇରଖି ପ୍ରତ୍ୟକ୍ଷରେ ହସଖୁସିରେ କଥାବାର୍ତ୍ତା କରିବାକୁ ବାଧ୍ୟ ହେବେ। ଯାନ୍ତ୍ରିକ ତ୍ରୁଟି ଯୋଗୁ ଲକ୍ଷ୍ୟସ୍ଥଳରେ ପହଞ୍ଚତ୍ବାରେ ବିଳମ୍ବ ଘଟିବ। ଗତକାଲିର ଯୋଜନା ଠିକ୍‌ ଭାବରେ ବଦଳାଇବା ପାଇଁ କଷ୍ଟକର ହୋଇପାରେ। ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିବାର ଆଶଙ୍କା ରହିଛି ।
କନ୍ୟା
ଆଜି ଦୂରସ୍ଥାନକୁ ଯାତ୍ରା କରିବା ସମୟରେ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତୁ, ଯଥା ସମ୍ଭବ କମ୍‌ କଥାବାର୍ତ୍ତା କଲେ କଳହରୁ ଦୂରେଇ ରହିବାରେ ସମର୍ଥ ହେବେ। ମିଥ୍ୟାଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ପୁନଶ୍ଚ ସ୍ଥଗିତ କାମପାଇଁ ଅନ୍ୟକୁ କୈଫିୟତ ଦେବାକୁ ପଡ଼ିପାରେ।
ତୁଳା
ତୁଳା
ଆଜି ଯାହା କଲେ ମଧ୍ୟ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ପ୍ରକୃତ ଘଟଣା ନ ବୁଝି ପଡ଼ୋଶୀ କ୍ରୋଧ ପ୍ରକାଶ କରିପାରନ୍ତି। ଭ୍ରମଣ, ରାଜନୀତି,ପ୍ରଶାସନ ପାଇଁ ଭଲ। ଦାମ୍ପତ୍ୟ ଜୀବନରେ ଅସହିଷ୍ଣୁତା ଅଶାନ୍ତିର କାରଣ ହୋଇପାରେ। ଛୋଟ ଛୋଟ କଥାକୁ ଧରିବସିଲେ ଅସୁବିଧାର ସମ୍ମୁଖୀନ ହେବେ।
ବିଛା
ବିଛା
ଆଜି ଏକାଧାରରେ ଅର୍ଥ ଓ ସମ୍ମାନ ପାଇବେ, କିନ୍ତୁ ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ। ଗଠନମୂଳକ କାର୍ଯ୍ୟରେ ନେତୃତ୍ୱ ଗ୍ରହଣ କରି ଉଚ୍ଚ ପ୍ରଶଂସିତ ହେବେ। ଦୀର୍ଘଦିନର ଆଶା ଫଳବତୀ ହେବ ଓ ନୂତନ ସମ୍ପର୍କ ସ୍ଥାପିତ ହୋଇପାରେ। ପରିବାର ସହ ଆଜିର ଭ୍ରମଣ ବେଶ୍‌ ଆନନ୍ଦଦାୟକ ହେବ।
ଧନୁ
ଧନୁ
ଅତୀତକୁ ଧରିବସିଲେ ବର୍ତ୍ତମାନକୁ ହରାଇବାକୁ ପଡ଼ିପାରେ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ । ସନ୍ଧ୍ୟାରେ ପରିବାରରେ ସାଧାରଣ କଥାକୁ ନେଇ କଳହ ସୃଷ୍ଟି ହୋଇପାରେ। ବନ୍ଧୁଙ୍କ ଅନୁରୋଧରେ ଭ୍ରମଣ ସୁଯୋଗ ଜୁଟିପାରେ। ଯାହା ମନରେ ଭାବୁଛନ୍ତି, ତାହା ନିଶ୍ଚିତ ପାଇପାରିବେ।
ମକର
ମକର
ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ। ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ। ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରହିବ, ମାତ୍ର ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ। ଯେତେ ପାଇଲେ ମଧ୍ୟ ମନରେ ସନ୍ତୋଷ ଆସିବ ନାହିଁ।
କୁମ୍ଭ
କୁମ୍ଭ
ବିଭିନ୍ନ ପ୍ରକାର ଅସୁବିଧା ଓ ପ୍ରତି ବନ୍ଧକ ଭିତରେ ଚଳିବାକୁ ପଡ଼ିବ। ଆର୍ଥିକ ଦୁଃସ୍ଥିତି ମାନସିକ ସ୍ତରକୁ ସଙ୍କୁଚିତ କରି ରଖିବ। ବନ୍ଧୁଙ୍କ ମନରେ ବିଶ୍ୱାସ ହେଲା ଭଳି କାମ କରି ସଫଳତା ହାସଲ କରିବେ। ଛୋଟ କଥାଟିକୁ ବଡ଼ ଆକାରରେ ଚିନ୍ତାକରି ଅସ୍ଥିରତା ଅନୁଭବ କରିପାରନ୍ତି। ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ।
ମୀନମୀନ
ମାନସିକ ସ୍ଥିତି ଆଜି ପ୍ରାୟତଃ ଭଲ ରହିବ। ଶିଳ୍ପ, ବାଣିଜ୍ୟ, ରାଜନୀତି ଓ କୂଟନୈତିକ ଆଲୋଚନା କ୍ଷେତ୍ରରେ ସଫଳତା ହାସଲ କରିବେ। ସବୁ କାମରେ ପଛୁଆ ହେତୁ ନିଜକୁ ଅପାରଗ ମନେକରିପାରନ୍ତି। କାର୍ଯ୍ୟ କ୍ଷେତ୍ରରେ କେତେକ ବ୍ୟତିକ୍ରମ ପରିଲକ୍ଷିତ ହେବ। ଅନ୍ୟମାନଙ୍କ ଭଲ ସକାଶେ ନିଜକୁ ଉତ୍ତରଦାୟୀ ହେବାକୁ ପଡ଼ିପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

ରାଶିଫଳ: ରବିବାର, ଫେବୃଆରୀ ୮ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ବିବାଦୀୟ ମନ୍ତବ୍ୟ ଦେଇ ସମାଲୋଚିତ ହେବେ। ଏକାଦଶସ୍ଥ ଗ୍ରହ ପ୍ରଭାବରେ ଯାତ୍ରା, କାର୍ଯ୍ୟସାଧନ ସାଙ୍ଗକୁ ପାରିବାରିକ ସମସ୍ୟା ସୁଧାରି ନେଇପାରନ୍ତି। ଆବଶ୍ୟକତା ପୂରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri