Posted inRasifala

ରାଶିଫଳ: ଶନିବାର, ନଭେମ୍ବର ୦୨ ତାରିଖ – Daily Horoscope

ମେଷ
ପ୍ରତ୍ୟେକ କ୍ଷେତ୍ରରେ କିଛି ନା କିଛି ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବା ସୂଚନା ରହିଛି । ଛୋଟ ଘଟଣାରେ ବନ୍ଧୁ ସମ୍ପର୍କ ଫିକା ପଡ଼ିଯିବ ଏବଂ ଯାନବାହନରେ ଅସୁବିଧାର ସମ୍ମୁଖୀନ ହେବେ। ଭଲ ସମ୍ପର୍କ ନ ଥିବା ହିତଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ । ପ୍ରଶାସନ,ପ୍ରକାଶନ, ଅଧ୍ୟୟନ, ଅଧ୍ୟାପନା ଓ ସାହିତ୍ୟ, ଗବେଷଣା କ୍ଷେତ୍ରରୁ ଶୁଭଫଳ ମିଳିବ ।
ବୃଷ
ବୃଷ
ଅଧିକାଂଶ ସମୟ ମାନସିକ ଅସ୍ଥିରତା ସାଙ୍ଗକୁ ଅତି ନିଜର ବୋଲି ଚିନ୍ତା କରୁଥିବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ । କୌଣସି ବନ୍ଧୁଙ୍କ ସହାୟତାରେ ବାଣିଜ୍ୟ,ବ୍ୟବସାୟ,ଏଜେନ୍ସିପ୍‌, ଓ ପରିବହନ କ୍ଷେତ୍ରରୁ ଲାଭବାନ୍‌ ହେବେ ।ଅବଶ୍ୟ ସାଧାରଣ କେତେକ ବ୍ୟତିକ୍ରମକୁ ବାଦ୍‌ ଦେଲେ ଆଜିର ଯାତ୍ରା ସଫଳ ହେବ ।
ମିଥୁନ
ମିଥୁନ
ପରିବାରର ଆକସ୍ମିକ ଭାବରେ ଖର୍ଚ୍ଚଭାର ବୃଦ୍ଧିପାଇବା କାରଣରୁ ଚିନ୍ତାପ୍ରକଟ କରିବେ। ଯାହାକୁ କିଛି ସହାନୁଭୂତି ଆଶାରେ କହିବାକୁ ଯିବେ, ସେ ଓଲଟା କଥା କହିପାରନ୍ତି। ସମସ୍ୟା ବିଜଡ଼ିତ ଅସ୍ଥିର ମନ ହେତୁ କଥାରେ ସଂଯମତା ହରାଇବେ ଓ ସମସ୍ୟା ଡାକି ଆଣିଲା ଭଳି କାମ କରିପାରନ୍ତି। ପ୍ରକାଶନ ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇପାରନ୍ତି।
କର୍କଟ
କର୍କଟ
ଅତ୍ୟଧିକ ଭାବପ୍ରବଣତା କାରଣରୁ କର୍ମକ୍ଷେତ୍ରରେ ସାଧାରଣ ସମସ୍ୟା ଆସିଲେ ମଧ୍ୟ ତାହାକୁ ଠିକ୍‌ ଭାବରେ ସାମ୍‌ନା କରିବାର ସାହସ ରହି ପାରିବ ନାହିଁ । ଅତୀତ କଥାକୁ ସ୍ମରଣକରି ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ ଧାରଣା ସମସ୍ୟା ସୃଷ୍ଟି କରିବ । କରଜଦାତାଙ୍କ ଚାପ ଯୋଗୁ ବ୍ୟସ୍ତତା ବୃଦ୍ଧି ପାଇପାରେ ।
ସି˚ହ
ସି˚ହ
ପାରିବାରିକ କ୍ଷେତ୍ରରେ କିଛି କହିବା ଅପେକ୍ଷା ବରଂ ନୀରବ ରହିପାରିଲେ ଭଲ ହେବ । ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ । ଉନ୍ନତିମୂଳକ କାମ ସକାଶେ ବନ୍ଧୁମାନଙ୍କୁ ଗଠନମୂଳକ ପ୍ରସ୍ତାବଦେଇ ବନ୍ଧୁ ଗହଣରେ ପ୍ରଶଂସିତ ହେବେ । ବ୍ୟବସାୟ, ପରିବହନ ଶିଳ୍ପ, ବାଣିଜ୍ୟ, ସକାଶେ ଦିନଟି ବହୁତ ଭଲ ।
କନ୍ୟା
କର୍ମକ୍ଷେତ୍ରର ସମସ୍ୟା ସମାଧାନ କରିବା ପାଇଁ ଯେତେ ପ୍ରକାର ଚେଷ୍ଟାକଲେ ମଧ୍ୟ ପରିବାର ଭିତରେ କିଛିଟା ଗୋଳମାଳିଆ ପରିସ୍ଥିତି ସୃଷ୍ଟି ହେବା ଆଶଙ୍କା ରହିଛି। ନିଜ ପରିସରରେ ପିଲାଙ୍କ ସକାଶେ ଅନ୍ୟମାନଙ୍କ ନିକଟରେ ମୁଣ୍ଡ ନୁଆଁଇବାକୁ ପଡ଼ିବ। ବନ୍ଧୁଙ୍କ ଅନୁରୋଧ କ୍ରମେ ଭ୍ରମଣ କାରଣରୁ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।
ତୁଳା
ତୁଳା
ପ୍ରତ୍ୟେକ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଓ କୂଟନୀତି ପ୍ରୟୋଗ କରି କାମ ହାସଲ କରିପାରିବେ । ବନ୍ଧୁଙ୍କ ନିକଟରୁ ପାଇବାକୁ ଥିବା ଅର୍ଥ କିମ୍ବା କୌଣସି ଜିନିଷପତ୍ର ପାଇବାରେ କଳହର ସମ୍ମୁଖୀନ ହୋଇପାରନ୍ତି। କର୍ମକ୍ଷେତ୍ରରେ ବହୁ କାମ ହାତକୁ ନେଇ ବ୍ୟଥିତ ହେବେ । ସଭାସମିତିରେ ଅପ୍ରିୟ ସତ୍ୟ କଥା ପ୍ରକାଶ କରିବା ଦ୍ୱାରା ସମ୍ମାନ ବୃଦ୍ଧି ପାଇବ ।
ବିଛା
ବିଛା
ପରିବାରରେ ପରିଜନଙ୍କ ସ୍ବାସ୍ଥ୍ୟ ସମସ୍ୟା ବୃଦ୍ଧି ପାଇବା କାରଣରୁ ବିଚଳିତବୋଧ କରିପାରନ୍ତି। ଏଜେନ୍ସିପ୍‌, ରାଜନୀତି, ନୂତନ କର୍ମାରମ୍ଭ, କଳା ଓ ସାହିତ୍ୟ ପ୍ରଭୃତିରୁ ସୁଫଳ ପାଇବେ । କୌଣସି ନୂତନ ବନ୍ଧୁଙ୍କ ସହ ଆତ୍ମୀୟତା ବୃଦ୍ଧି ପାଇପାରେ। ଆଜିର ଯାତ୍ରା,ବନ୍ଧୁ ସମ୍ପର୍କ, ନୂତନ କର୍ମାରମ୍ଭ,ବ୍ୟବସାୟ ଓ ନିର୍ମାଣମୂଳକ କାମରେ ସୁଫଳ ପାଇବେ।
ଧନୁ
ଧନୁ
ପ୍ରତ୍ୟେକ କ୍ଷେତ୍ରରେ ଆପଣଙ୍କ ରୋକ୍‌ଠୋକ୍‌ କଥା ବନ୍ଧୁଙ୍କ ମନରେ ଆଘାତ ସୃଷ୍ଟି କରିବ । ଯାତ୍ରା ସମୟରେ ଅନ୍ୟମନସ୍କତା କିମ୍ବା ବିସ୍ମରଣଜନିତ କୌଣସି ଜିନିଷ ହରାଇପାରନ୍ତି। କର୍ମକ୍ଷେତ୍ରରେ ସହକର୍ମୀ, ପରିବାରରେ ଭାଇଭଉଣୀଙ୍କ ଦ୍ୱାରା କାର୍ଯ୍ୟ ସାଧନ କରିବେ । ଜୋର କରି ଅନ୍ୟମାନଙ୍କଠାରୁ ଅର୍ଥ, କାମ ଆଦାୟ କରିବାରେ ସଫଳ ହେବେ।
ମକର
ମକର
ଖର୍ଚ୍ଚାନ୍ତ ହୋଇ ଆଜି ଯେଉଁ କାମରେ ହାତ ଦେବେ ସେଥିରେ ସଫଳତା ନିଶ୍ଚିତ। କର୍ମକ୍ଷେତ୍ରରେ ଜଣେ ବାନ୍ଧବୀଙ୍କ କାମରେ ଅସନ୍ତୁଷ୍ଟ ହୋଇପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନ ଓ ନିର୍ମାଣ କ୍ଷେତ୍ରରେ ଝଗଡ଼ା ଲାଗିପାରେ । ପାଖ ପଡ଼ୋଶୀମାନେ କଅଁଳିଆ କଥା କହି କାର୍ଯ୍ୟ ହାସଲର ଅପଚେଷ୍ଟା କରିବା ସୂଚନା ରହିଛି ।
କୁମ୍ଭ
କୁମ୍ଭ
ବିଭିନ୍ନ ପ୍ରକାର ପ୍ରତିବନ୍ଧକ ଲାଗି ରହିବା କାରଣରୁ ଚେଷ୍ଟା କରୁଥିବା କାମଗୁଡ଼ିକ ସହଜ ଓ ସୁବିଧାରେ ହୋଇ ନ ପାରେ । ପାରିବାରିକ କ୍ଷେତ୍ରରେ ସବୁ ଜାଣିଶୁଣି ନୀରବତା ଅବଲମ୍ବନ କରିବାକୁ ବାଧ୍ୟ ହେବେ। କର୍ମକ୍ଷେତ୍ରରେ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ । ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହେବ।
ମୀନମୀନ
ପରିବାରରେ କିମ୍ବା ଆନୁଷ୍ଟାନିକ କାମରୁ ଅଥବା ଆଲୋଚନା ପରିସରରେ ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଭଲ ରହିବ ନାହିଁ । ସାମୟିକ ଅସୁସ୍ଥତା କାରଣରୁ କେତେକ କାମରେ ଅବହେଳା କରିପାରନ୍ତି। କଳା, ସାହିତ୍ୟ,ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍‌ ଆଦୃତ ହେବେ । ତଥାପି ବିବାଦୀୟ ଘଟଣାରେ ବିଜୟୀ ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଆପଣଙ୍କ ଉଦ୍ୟମକୁ ଚରିତାର୍ଥ କରାଇବାରେ ସହାୟକ ହେବ ା ଉଚ୍ଚମନ, ଉକତ୍ୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି…

ରାଶିଫଳ: ସୋମବାର, ମେ ୧୮ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ର ଏବଂ ପାରିବାରିକ ସ୍ଥିତି ପ୍ରୀତିପ୍ରଦ ରହିବ। ବ୍ୟବହାରରେ ସଂଯମତା ଅଭାବରୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ବିଭିନ୍ନ ପ୍ରକାର କାର୍ଯ୍ୟ ବ୍ୟସ୍ତତା କାରଣରୁ…

ରାଶିଫଳ: ରବିବାର, ମେ ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ରସ୍ଥ ଚନ୍ଦ୍ର ଆର୍ଥିକ, ସାମାଜିକ ଏବଂ ପାରିବାରିକ ଜୀବନକୁ ଋଦ୍ଧିମନ୍ତ କରିବ। ଦ୍ୱାଦଶସ୍ଥ ମଙ୍ଗଳ ଭ୍ରାତୃ ସମ୍ପର୍କରେ ତିକ୍ତତା ସୃଷ୍ଟି ହେବ। କର୍ମକ୍ଷେତ୍ରରେ…

ରାଶିଫଳ: ଶନିବାର, ମେ ୧୬ ତାରିଖ – Daily Horoscope

ମେଷ ଆଜି କାମ ହାସଲ କରିବାରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିବେ। ଘାତଚନ୍ଦ୍ର ଯୋଗୁ ବାଣିଜ୍ୟ ବାଧାପ୍ରାପ୍ତ ହୋଇପାରେ। ପାରିବାରିକ ଜୀବନରେ ବୁଝାମଣା କ୍ଷେତ୍ରରେ ମତାନ୍ତରର…

ରାଶିଫଳ: ଶୁକ୍ରବାର, ମେ ୧୫ ତାରିଖ – Daily Horoscope

ମେଷ ବିଶିଷ୍ଟବ୍ୟକ୍ତିଙ୍କ ସହାୟତାରେ କାମଗୁଡ଼ିକୁ ସମ୍ପନ୍ନ କରିବାରେ କିଛି ଅସୁବିଧା ହେବନାହିଁ। ରହି ଯାଇଥିବା ଫାଇଲ କାମଟିକୁ ଆଜି ହିଁ ଆରମ୍ଭ କରିବାକୁ ମନ ବଳାଇବେ ଓ…

ରାଶିଫଳ: ଗୁରୁବାର, ମେ ୧୪ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅଶ୍ୱିନୀ ନକ୍ଷତ୍ରର ବନ୍ଧୁଙ୍କ ସହ ଭୁଲ୍‌ ବୁଝାମଣା କାରଣରୁ ମନ ଅଶାନ୍ତ ରହିପାରେ। ତଥାପି ଶାରୀରିକ ସୁସ୍ଥତା, ଆର୍ଥିକ ଉନ୍ନତି ଏବଂ ପ୍ରତିଯୋଗିତାରେ ସଫଳତା…

ରାଶିଫଳ: ବୁଧବାର, ମେ ୧୩ ତାରିଖ – Daily Horoscope

ମେଷ ପ୍ରତ୍ୟେକ କାମ ବିଳମ୍ବ ଓ ଝମେଲା ଭିତରେ ହିଁ ସମ୍ପନ୍ନ ହେବ। କିନ୍ତୁ ଯଦି ତରବରିଆ ପଦକ୍ଷେପ ନେବେ ତେବେ ବେଶି ହଇରାଣ ହେବାକୁ ପଡ଼ିପାରେ।…

ରାଶିଫଳ: ମଙ୍ଗଳବାର, ମେ ୧୨ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ କେତେକ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ଦୃଢ଼ ଓ କଠୋରୋକ୍ତି ଫଳରେ ମୁହଁ ସାମ୍ନାରେ କଥା କହିବାକୁ ଅନ୍ୟମାନେ ପଛେଇ ରହିବେ। ପାରିବାରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri