Posted inRasifala

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୪ ତାରିଖ – Daily Horoscope

ମେଷ
ଆଜି ଚନ୍ଦ୍ର ଷଷ୍ଠାଧିପତି ନକ୍ଷତ୍ରସ୍ଥ ହେତୁ ଭୁଲ ନିଷ୍ପତ୍ତି ସମସ୍ୟା ସୃଷ୍ଟି କରିବ କିନ୍ତୁ ଅପରାହ୍ନରେ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ। ପ୍ରତ୍ୟୁଷ ଯାତ୍ରାରେ ଅଭିଳଷିତ ଫଳ ପାଇବେ, ତଥାପି ସକାଳ ସମୟଟି ମାନସିକ ଅସ୍ଥିରତା ମଧ୍ୟରେ କଟିବ। ଦେବା ନେବାକୁ କେନ୍ଦ୍ରକରି ନିକଟ ସମ୍ପର୍କୀୟମାନଙ୍କ ସହ ବିବାଦ ବଢ଼ିପାରେ।
ବୃଷ
ବୃଷ
ମଙ୍ଗଳ ଚତୁର୍ଥାଧିପତି ନକ୍ଷତ୍ରସ୍ଥ ଯୋଗୁ ଯେ କୌଣସି କ୍ଷେତ୍ର ହେଉନା କାହିଁକି,ଆପଣ ତରବରିଆ ପଦକ୍ଷେପ ନେଲେ ବେଶି ହଇରାଣ ହେବେ। କେତେକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହେବେ ନତୁବା ସମସ୍ୟା ବୃଦ୍ଧି ପାଇବ। ଆର୍ଥିକ ସମସ୍ୟା ଦୂର ହେବାରେ ପଡ଼ୋଶୀଙ୍କ ଅବଦାନକୁ ଭୁଲି ହେବନି।
ମିଥୁନ
ମିଥୁନ
କର୍ମାଧିପତି ରାଶ୍ୟାଧିପତି ନକ୍ଷତ୍ରସ୍ଥ ଯୋଗୁ ପ୍ରତ୍ୟେକ କାମକୁ ଅନୁକୂଳ ବାତାବରଣ ମଧ୍ୟରେ ସମ୍ପନ୍ନ କରିପାରିବେ। ନାହିଁ ନାହିଁ କରୁଥିବା ଲୋକଟି ଶେଷରେ ଆପଣଙ୍କ କଥାରେ ହଁ ଭରିବ। ତଥାପି ମୃଗଶିରା ନକ୍ଷତ୍ର ସକାଶେ ସାଧାରଣ କଥାକୁ କେନ୍ଦ୍ରକରି ପଡ଼ୋଶୀ କେହି ପ୍ରତିବାଦର ସ୍ବର ଉଠାଇ ପାରନ୍ତି। ଅର୍ଥାଭାବ ଲାଗିରହିବା କାରଣରୁ କେତେକ ଆଶା ଅପୂରଣ ରହିଯାଇପାରେ।
କର୍କଟ
କର୍କଟ
ଦ୍ୱାଦଶସ୍ଥ ରାହୁ ପ୍ରଭାବରେ ଇଚ୍ଛା ନ ଥିଲେ ମଧ୍ୟ ବାଧ୍ୟ ବାଧକତାରେ ଆକସ୍ମିକ ଭାବରେ ଦୂରଯାତ୍ରା କରିବାକୁ ପଡ଼ିପାରେ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ। ମାଦକ ଦ୍ରବ୍ୟ ସେବନରୁ ସ୍ବାସ୍ଥ୍ୟହାନି ସାଙ୍ଗକୁ ସମାଲୋଚନାର ଶରବ୍ୟ ହୋଇପାରନ୍ତି। ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହେବ।
ସି˚ହ
ସି˚ହ
ଶୁକ୍ରଙ୍କ ସୁପ୍ରଭାବରେ ନିଜସ୍ବ ବିଚାରଧାରା ଓ କୌଶଳପୂର୍ଣ୍ଣ କାର୍ଯ୍ୟପଦ୍ଧତି ଯୋଗୁ ବହୁତ ଦିନରୁ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ। ଅଫିସିଆଲି କାର୍ଯ୍ୟବ୍ୟସ୍ତତା ଯୋଗୁ ଅବସର ପାଇବେ ନାହିଁ, ଫଳରେ କେତେକ ଗୁରୁତ୍ୱପୂର୍ଣ୍ଣ କାମ ଅଧାପନ୍ତରିଆ ରହିଯିବ। ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।
କନ୍ୟା
ପାପଦୃଷ୍ଟ ବୁଧ ହେତୁ ଯେତେ ଭଲ କରିବାକୁ ଚିନ୍ତା କଲେ ମଧ୍ୟ ନିଜ ଲୋକମାନଙ୍କ ବିରୁଦ୍ଧାଚରଣ ହେତୁ କାମଗୁଡ଼ିକ ବାସ୍ତବରେ ଓଲଟା ହେବ। ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ ଏବଂ ବିଜ୍ଞ ବ୍ୟକ୍ତିମାନଙ୍କର ପ୍ରଶଂସାଭାଜନ ହେବେ। ଅନ୍ୟମନସ୍କ କିମ୍ବା ଅସାବଧାନତା କାରଣରୁ ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନି ଘଟିପାରେ।
ତୁଳା
ତୁଳା
ଦ୍ୱାଦଶରେ ମଙ୍ଗଳଙ୍କ ଯୋଗୁ ଆଜି ଅର୍ଥ ସଂକଟ ଦେଖାଦେବା କାରଣରୁ ଚାହୁଁଥିବା ଜିନିଷ ପାଇବେ ନାହିଁ କିମ୍ବା କାମଗୁଡିକ ସକାଶେ ମଧ୍ୟ ଅନିଶ୍ଚିତତା ଦେଖାଦେବ। ଭଲ ସମ୍ପର୍କ ରହିଥିବା କୌଣସି ଭଦ୍ର ମହିଳାଙ୍କ ଦ୍ୱାରା ଉପକୃତ ହୋଇପାରନ୍ତି, ପ୍ରତ୍ୟେକ କ୍ଷେତ୍ର୍ରରେ ଅବସ୍ଥା ଦେଖି ବ୍ୟବସ୍ଥା କରନ୍ତୁ, ନତୁବା ଠକିଯିବାଟାହିଁ ସାର୍‌ ହେବ।
ବିଛା
ବିଛା
ଭାଗ୍ୟାଧିପ ରାଶିରେ ରହିଥିବାରୁ ଦୀର୍ଘଦିନରୁ ଅଟକି ରହିଥିବା କାମଟିକୁ ହଠାତ୍‌ ଆରମ୍ଭ କରିବାକୁ ମନ ବଳାଇବେ। ଆଜି ଆପଣଙ୍କର ଆଶା ନିଶ୍ଚିତ ପୂରଣ ହେବ । ଆପଣଙ୍କ ପ୍ରତି ଅସହିଷ୍ଣୁତା ମନୋଭାବ କାରଣରୁ ନିକଟ ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ। ଉଚ୍ଚସ୍ତରରେ ସମ୍ପର୍କ ବୃଦ୍ଧି ପାଇବ ଏବଂ ପଶଂସିତ ମଧ୍ୟ ହେବେ।
ଧନୁ
ଧନୁ
ପାପଗ୍ରହ ପ୍ରଭାବରେ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିବ। ନୂତନ କର୍ମସସ୍ଥାନ ପାଇଁ ମନ ବଳିବ ଏବଂ ବନ୍ଧୁଙ୍କ ସହ ଯୋଗାଯୋଗ କଲେ ନିଶ୍ଚିତ ଉପକୃତ ହେବେ। ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବା ସହ କେତେକ ଦିଗରୁ ଚାପର ସମ୍ମୁଖୀନ ହୋଇପାରନ୍ତି। ପାରିବାରିକ ସ୍ଥିତିରେ ମିଷ୍ଟଭାଷୀହେବେ।
ମକର
ମକର
ଆଜି ଶୁକ୍ରଙ୍କ ସ୍ଥାନ ପ୍ରଭାବରୁ କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଚେଷ୍ଟା କରୁଥିବା କାମଟି ଅସମ୍ପୂର୍ଣ୍ଣ ରହଯିବାରୁ ସାମୟିକ ମନଦୁଃଖ ହୋଇପାରେ। ଯାନ୍ତ୍ରିକ ତ୍ରୁଟି ସମସ୍ୟାକୁ ଦ୍ୱିଗୁଣିତ କରିବା ସହ ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରୁହନ୍ତୁ। ବାଣିଜ୍ୟ, ବ୍ୟବସାୟ, ପ୍ରଶାସନ, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ର ଉନ୍ନତ ରହିବ।
କୁମ୍ଭ
କୁମ୍ଭ
ରାହୁ ଓ ଶନିଙ୍କ କୁପ୍ରଭାବ ଜନିତ ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃୃଷ୍ଟି କରିବ, ଫଳରେ କାମଗୁଡିକ ବିଶୃଙ୍ଖଳିତ ହୋଇପାରେ। ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। ବିଭିନ୍ନ ସୂତ୍ରରୁ ରୋଜଗାର କରିବେ ଏବଂ ଋଣ ପରିଶୋଧର ଯୋଜନା କରିପାରନ୍ତି। ଆଜି ଭ୍ରମଣ ରାଜନୀତି, ପ୍ରଶାସନ ପାଇଁ ଦିନଟି ବହୁତ ଭଲ।
ମୀନମୀନ
ବୁଧ ଜନିତ ପାରିବାରିକ କ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ। ଆଗାମୀ ମାଙ୍ଗଳିକ ଉସତ୍ବ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରିବେ। ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ଆନୁଷ୍ଠାନିକ କାମରେ ନୂତନ ଦାୟିତ୍ୱ ହାତକୁ ନେଇ ପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inHome, Rasifala View All

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

ଫସିଗଲେ କପିଲ ଶର୍ମା: ମାମଲା ରୁଜୁ

ଫସିଯାଇଛନ୍ତି କମେଡି କିଙ୍ଗ କପିଲ ଶର୍ମା। ତାଙ୍କ ଶୋ ‘ଦି ଗ୍ରେଟ ଇଣ୍ଡିଆନ କପିଲ ଶୋ’ ପୁଣିଥରେ ଚର୍ଚ୍ଚାରେ। ନୂତନ ସିଜିନର ପ୍ରଥମ ଏପିସୋଡରେ ପ୍ରିୟଙ୍କା...

ବିଜୁଙ୍କୁ ମିଳିଲା ଆଜୀବନ କାରାଦଣ୍ଡ: ଅଢେଇ ବର୍ଷ ତଳେ…

ବ୍ରହ୍ମପୁର, ୨୩/୧୨(ସୁବାସ ଚନ୍ଦ୍ର ପାଢ଼ୀ): ଜିଲା ଜଜ ଅଶାନ୍ତ କୁମାର ଦାସ ମଙ୍ଗଳବାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତଙ୍କୁ ଦୋଷୀ...

ଚାଷୀଙ୍କୁ ଶୋଷଣ ଚଳିବ ନାହିଁ, ନଚେତ୍‌ ନିଆଁ ଜଳିବ: ପ୍ରଦୀପ ମାଝୀ

ଝରିଗାଁ, ୨୩।୧୨ (କିଶୋର ଚନ୍ଦ୍ର ମଣ୍ଡଳ):ନବରଙ୍ଗପୁର ଜିଲାର ଝରିଗାଁ, ଉମରକୋଟ ଓ ରାଇଘର, ଚନ୍ଦାହାଣ୍ଡି ବ୍ଲକ ଠାରେ ଚାଷୀ ମହାସଂଘ ପକ୍ଷରୁ ବ୍ଳକ ବନ୍ଦ କରାଯାଇଛି।...

ଦାରିଙ୍ଗବାଡି ଶୀତ ମହୋତ୍ସବ: ରାଜ୍ୟର ୪ ମୁଖିଆଙ୍କୁ ନିମନ୍ତ୍ରଣ

ଦାରିଙ୍ଗବାଡି, ୨୩।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିଠାରେ ଜାନୁଆରୀରେ ହେବାକୁ ରହିଥିବା ଶୀତ ମହୋତ୍ସବରେ ଅନ୍ୟ ଅତିଥିଙ୍କ ମଧ୍ୟରେ ଓଡ଼ିଶା ସରକାରଙ୍କ ଗୃହ ଏବଂ ନଗର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri