Posted inRasifala

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୨୫ ତାରିଖ – Daily Horoscope

ମେଷ
ପରିବାରର କେତେକ ବ୍ୟତିକ୍ରମ ସୁଧାରିବାକୁ କେନ୍ଦ୍ରକରି ମାନସିକ ସ୍ଥିତି ଠିକ୍‌ ରହିନପାରେ। ଅବଶ୍ୟ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ। ଆର୍ଥିକ ସ୍ବଚ୍ଛଳତା ଫେରିପାଇବେ ଓ ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ। କିନ୍ତୁ ଅଶ୍ୱିନୀ ନକ୍ଷତ୍ର କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି।
ବୃଷ
ବୃଷ
ଆପଣଙ୍କ କାର୍ଯ୍ୟ ଦକ୍ଷତାରେ ଭୂୟସୀ ପ୍ରଶଂସା ଓ ପ୍ରୋତ୍ସାହନ ବନ୍ଧୁମାନଙ୍କ ନିକଟରୁ ପାଇ ମନୋବଳ ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ଲାଗି ରହିଥିବା ସମସ୍ୟାଜନିତ ଟେନସନ୍‌ ଅପରାହ୍ଣରେ ଦୂର ହେବ। କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବା କାରଣରୁ କିମ୍ବା ବାଇଦା ପଡ଼ିବାରେ ସାମୟିକ ଆନମନା ରହିପାରନ୍ତି।
ମିଥୁନ
ମିଥୁନ
ମୃଗଶିରା ନକ୍ଷତ୍ର ପରିସ୍ଥିତିର ବଶବର୍ତ୍ତୀ ହୋଇ ଆପଣ କିଛି ମିଥ୍ୟା ପ୍ରତିଶ୍ରୁତି ଦେଇ କାର୍ଯ୍ୟ ହାସଲ ପାଇଁ ଚେଷ୍ଟା କରିପାରନ୍ତି। ସମସ୍ତ ପ୍ରକାରର ସୁବିଧା ରହିଥିଲେ ମଧ୍ୟ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। ପାରିପାର୍ଶ୍ୱିକ ପରିବେଶରେ ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ। ପାରିବାରିକ ସମସ୍ୟା ସୃଷ୍ଟି ହେବାର ସୂଚନା ରହିଛି।
କର୍କଟ
କର୍କଟ
ଶାରୀରିକ ଅସୁସ୍ଥତା କେତେକାଂଶରେ ମାନସିକ ସ୍ଥିତିକୁ ଦୁର୍ବଳ କରିଦେବାର ଆଶଙ୍କା ରହିଥିବାରୁ ସାବଧାନତା ଅବଲମ୍ବନ କରିବା ଭଲ ହେବ। ଗତକାଲି ଯେଉଁଥି ପାଇଁ ଚିନ୍ତା କରୁଥିଲେ ଆଜି ତାହା ଅଳ୍ପ ବିଳମ୍ବରେ ପାଇବେ। କାମଗୁଡିକ ସୁରୁଖୁରୁରେ ସମ୍ପନ୍ନ ସକାଶେ ଅନ୍ୟମାନଙ୍କ ସାହାଯ୍ୟ ନେବାକୁ ବାଧ୍ୟ ହୋଇପାରନ୍ତି।
ସି˚ହ
ସି˚ହ
ଦୂରସ୍ଥ ସନ୍ତାନଙ୍କ କର୍ମକ୍ଷେତ୍ର ଓ ପାରିବାରିକ ବିଶୃଙ୍ଖଳାକୁ କେନ୍ଦ୍ରକରି ସମସ୍ୟାମୂଳକ ଖବର ମନକୁ ବିଚଳିତ କରିପାରେ। ଏହା ସାଙ୍ଗକୁ ଆତ୍ମୀୟମାନଙ୍କ ପରୋକ୍ଷ ଶତ୍ରୁତା ନିଆଁରେ ଘିଅ ଢାଳିଲାଭଳି ପରିସ୍ଥିତି ସୃଷ୍ଟି କରିପାରେ। ପରିସ୍ଥିତିର ଗୁରୁତ୍ୱ ଉପଲବ୍ଧି ହୃଦୟଙ୍ଗମ କରି କେତେକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହେବେ।
କନ୍ୟା
ଆପଣଙ୍କ ଚିନ୍ତାଧାରା ଅନୁଯାୟୀ କାମଗୁଡ଼ିକ ତଦନୁରୂପ ହେବାରେ କୌଣସି ଅସୁବିଧା ରହିବ ନାହିଁ। ବନ୍ଧୁଙ୍କ ଉପରେ ବୃଥା ସନ୍ଦେହ କରନ୍ତୁ ନାହିଁ, ବରଂ ବିଶ୍ୱାସ କରି ଉପକୃତ ହେବେ। ବହୁତ ଦିନରୁ ରହି ଆସିଥିବା ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଦିନଟିରେ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ ହେବ।
ତୁଳା
ତୁଳା
ଆପଣଙ୍କ ସୁଦୂରପ୍ରସାରୀ ଆଶା ଓ କାମନା ଚରିତାର୍ଥ ହେବାର ଅନୁକୂଳ ଅବସର ପାଇବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ। ପାରିବାରିକ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। କଳା, ସାହିତ୍ୟ, କ୍ରୀଡ଼ା, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ପ୍ରତିଦ୍ୱନ୍ଦ୍ୱିତାର ସମ୍ମୁଖୀନ ହେବାକୁ ପଡ଼ିବ।
ବିଛା
ବିଛା
ପ୍ରତ୍ୟେକ କ୍ଷେତ୍ରରେ କୌଶଳରେ କାମଗୁଡ଼ିକୁ ହାସଲ କରବାରେ ସମର୍ଥ ହେବେ। ଆପୋସ ଆଲୋଚନା ଦ୍ୱାରା ଘରୋଇ ସମସ୍ୟାର ସରଳ ସମାଧାନ ହୋଇଯିବ। ଆତ୍ମୀୟସ୍ବଜନଙ୍କ ସହାୟତାରେ ମୂଲ୍ୟବାନ୍‌ ଦ୍ରବ୍ୟ ପାଇପାରନ୍ତି। କଳା ସାହିତ୍ୟରେ ସମସ୍ୟା ସମାଧାନ ହେବାର କ୍ଷୀଣ ଆଶା ମନରେ ଉଙ୍କି ମାରିପାରେ।
ଧନୁ
ଧନୁ
ସ୍ବାସ୍ଥ୍ୟ ସମସ୍ୟା ଲାଗି ରହିଥିଲେ ମଧ୍ୟ ବିଶେଷ ଗୁରୁତର ହେବାର କୌଣସି ଆଖିଦୃଶିଆ ବିଲକ୍ଷଣ ଦେଖାଯିବ ନାହିଁ। ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱରେ ପଡ଼ିବେ, କିନ୍ତୁ ସାମୟିକ ସମୟାନ୍ତରରେ ତାହାର ସରଳ ସମାଧାନ ହୋଇପାରିବ। ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି। ପରିବାରରେ ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖା ଦେଇପାରେ।
ମକର
ମକର
ପ୍ରତ୍ୟେକ କ୍ଷେତ୍ରରେ କିଛିନାକିଛି ସମସ୍ୟା ଲାଗି ରହୁଥିବାରୁ ମନରେ ବିଭିନ୍ନ ପ୍ରକାରର ଦୁଶ୍ଚିନ୍ତା ଦେଖାଦେଇପାରେ। ହଠାତ୍‌ ବନ୍ଧୁଙ୍କ ବ୍ୟବହାରରେ ପରିବର୍ତ୍ତନ ପରିିଲକ୍ଷିତ ହେବାରୁ ବିଚଳିତ ହୋଇପାରନ୍ତି। ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବା ଆଶାରେ ବିଭିନ୍ନ ପ୍ରକାର ବିନୟପୂର୍ଣ୍ଣ କଥା କହିବାକୁ ପଡ଼ିପାରେ।
କୁମ୍ଭ
କୁମ୍ଭ
ଆଜି କର୍ମକ୍ଷେତ୍ରରେ କାମ ହାସଲ କରିବା ସକାଶେ ଆଗନ୍ତୁକଟି ପ୍ରଶଂସାରେ ଶତମୁଖ ହୋଇ ଉଠିବ। ଅଭାବ ଅସୁବିଧା ସମ୍ପର୍କରେ ଉପରିସ୍ଥ ଅଫିସରଙ୍କ ମୁହଁ ସାମ୍ନାରେ ପ୍ରକାଶ କରିପାରିବେନି। ପ୍ରତ୍ୟେକ କ୍ଷେତ୍ରରେ ବାଦବିବାଦ କ୍ରମେ ଜଟିଳ ହେବ ଓ ଶେଷ ସମୟରେ ସଫଳତା ହାସଲ କରିବେ। ନିକଟ ସମ୍ପର୍କୀୟମାନଙ୍କ ପକ୍ଷପାତିତାକୁ ନାପସନ୍ଦ କରିପାରନ୍ତି।
ମୀନମୀନ
ଆକସ୍ମିକ ଭାବରେ ଅସମର୍ଥିତ ସୂତ୍ରରୁ ଶୁଣାକଥାକୁ ବିଶ୍ୱାସ କରି କୌଣସି କାମ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଜମିଜମା ସମସ୍ୟା କିମ୍ବା ବିବାଦୀୟ ପରିସ୍ଥିତିରେ ଗୁରୁଜନଙ୍କ ସାନ୍ତ୍ୱନାବାଣୀ ମନରେ ଆଶ୍ୱସ୍ତି ଭରିପାରେ। ବ୍ୟବସାୟ, ଆନୁଷ୍ଠାନିକ କାମ, ଦୂରଯାତ୍ରା, ମୂଲ୍ୟବାନ୍‌ ଜିନିଷ କ୍ରୟ କ୍ଷେତ୍ରରେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inHome, Rasifala View All

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri