Posted inRasifala

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୦ ତାରିଖ – Daily Horoscope

ମେଷ
ବିଶେଷ ଭ୍ରମଣଜନିତ ଦ୍ୱିଜା ନକ୍ଷତ୍ର ଶାରୀରିକ କ୍ଳାନ୍ତି ଓ ଅବସାଦ ସାୟାହ୍ନେ ଅନୁଭବ କରିବେ। ବନ୍ଧୁ ମାନଙ୍କ ଗହଣରେ ନୂତନ ସ୍ଥାନ ପରିଦର୍ଶନରେ ଯିବାର ସୂଚନା ରହିଛି। ବ୍ୟବସାୟିକ ସ୍ଥିତି କେତେକାଂଶରେ ଚିନ୍ତାଜନକ ସ୍ଥିତିକୁ ଆସି ଯାଇପାରେ। ପରିସ୍ଥିତି ଦୁଶ୍ଚିନ୍ତାର କାରଣ ହୋଇପାରେ।
ବୃଷ
ବୃଷ
ଆନୁଷ୍ଠାନିକ କାମ ସକାଶେ ରୋହିଣୀ ନକ୍ଷତ୍ର ସକାଶେ ବିଶେଷ ଭାବେ ଧାଁ ଧଉଡ କରିବାକୁ ପଡିପାରେ। ବନ୍ଧୁଙ୍କ ପାଇଁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବାରୁ ବ୍ୟସ୍ତତା ବୃଦ୍ଧି ପାଇବ। ପୁରାତନ ରୋଗର ପୀଡ଼ା ଅନୁଭବ କରିପାରନ୍ତି। ପରିବହନ କ୍ଷେତ୍ରରେ ସମସ୍ୟା ଦୂର ହେବାର ସମ୍ଭାବନା ରହିଛି।
ମିଥୁନ
ମିଥୁନ
ଆର୍ଦ୍ରା ନକ୍ଷତ୍ରର ସମସ୍ୟା ବଢି ବଢି ଯାଉଥିବା କାରଣରୁ ମାନସିକ ସ୍ଥିରତା ରହିବ ନାହିଁ। ପରିବାରର ସମସ୍ୟାକୁ ସଂକୋଚବଶତଃ ବନ୍ଧୁଙ୍କ ନିକଟରେ ମନକଥା ପ୍ରକାଶ କରିପାରିବେ ନାହିଁ। ଶିଳ୍ପ,ବ୍ୟବସାୟ ଓ ପରିବହନ ମଧ୍ୟ ସାମୟିକ ବାଧାପ୍ରାପ୍ତ ହେବାର ସମ୍ଭାବନା ରହିଛି। ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବ।
କର୍କଟ
କର୍କଟ
ସହକର୍ମୀଙ୍କ ସହାୟତାରେ ପୁଷ୍ୟା ନକ୍ଷତ୍ର ଅର୍ଥ ସମ୍ପର୍କୀୟ କୌଣସି ଅନୁଚିନ୍ତା କରିପାରନ୍ତି। ଦୀର୍ଘ ଦିନରୁ ଅଟକି ରହିଥିବା କର୍ମକ୍ଷେତ୍ରର ସ୍ଥିତି ଅନୁକୂଳ ହୋଇପାରେ। ଅଫିସ୍‌ରୁ ଫେରନ୍ତା ବାଟରେ କୌଣସି ମୂଲ୍ୟବାନ ଦ୍ରବ୍ୟ ଲାଭ ହେବାର ସୂଚନା ରହିଛି। କର୍ମକ୍ଷେତ୍ରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ।
ସି˚ହ
ସି˚ହ
ମନ କଥାକୁ ମନ ଭିତରେ ରଖି ଇଚ୍ଛା ନ ଥିଲେ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଆକସ୍ମିକ ଆବଶ୍ୟକତା ପୂରଣ ସକାଶେ ଟଙ୍କା ପଇସା ଯୋଗାଡ କରିବା ସକାଶେ ବିଭିନ୍ନ ପ୍ରକାରର ଫନ୍ଦି ଫିକର କରିବାକୁ ପଡିପାରେ। ପୂର୍ବାଫାଲଗୁନୀ ନକ୍ଷତ୍ର କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ।
କନ୍ୟା
ଶୁକ୍ର ଧନଭାବରୁ ଦୁଃସ୍ଥାନସ୍ଥଜନିତ ଅର୍ଥାଭାବ କାରଣରୁ ମାନସିକ ସ୍ଥିତି ସେତେଟା ଭଲ ରହି ନ ପାରେ। ତରବର ନ ହୋଇ ଧୀରସ୍ଥିର ମନ ନେଇ କାମକଲେ ସମସ୍ୟାର ସରଳ ସମାଧାନ ହେବ। ଆତ୍ମୀୟମାନେ ହଠାତ୍‌ ଶତ୍ରୁତା କରିପାରନ୍ତି। ନିର୍ମାଣାଧୀନ କାର୍ଯ୍ୟ ଶେଷ ପୂର୍ବରୁ କୌଣସି ସମସ୍ୟାର ସମ୍ମୁଖୀନ ହେବାକୁ ପଡିବ।
ତୁଳା
ତୁଳା
ପରିସ୍ଥିତିର ଚାପଜନିତ କେତେକ କାମ ବାଧ୍ୟତା ମୂଳକ ଭାବରେ କରିବାକୁ ବାଧ୍ୟ ହେବେ। କୌଣସି ଜିନିଷ କ୍ରୟ କରିବା ସକାଶେ ହଠାତ୍‌ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡିପାରେ। ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡା ଲାଗିବାର ସମ୍ଭାବନା ରହିଛି। ରାଜନୈତିକ ସ୍ଥିତିରେ ସମ୍ମାନ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ।
ବିଛା
ବିଛା
ପରିସ୍ଥିତି ବଦଳି ଯାଇଥିବା ଫଳରେ ମନଟା କାହିଁକି କେମିତି କେମିତି ଲାଗିବ ଓ ଭଲ ଲାଗିବ ନାହିଁ। ସୁବିଧା ସୁଯୋଗ ଥିଲେ ମଧ୍ୟ ପାରିବାରିିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ। ପ୍ରତ୍ୟେକ କ୍ଷେତ୍ରରେ ଛୋଟ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ, ଯାହା କି ସମସ୍ୟା ସୃଷ୍ଟିର କାରଣ ହେବ।
ଧନୁ
ଧନୁ
ଉତ୍ତରାଷାଢା ନକ୍ଷତ୍ର ସକାଶେ ବନ୍ଧୁଙ୍କ ପରୋକ୍ଷ ଶତ୍ରୁତା ସମସ୍ୟାକୁ ବୃଦ୍ଧି କରି ଦେବାର ଆଶଙ୍କା ମଧ୍ୟ ରହିଛି। ଜମିଜମା କାରବାର କିମ୍ବା ରେଜିଷ୍ଟ୍ରେଶନ ସମ୍ପର୍କୀୟ ସମସ୍ୟାକୁ ନେଇ ବିବ୍ରତ ରହିପାରନ୍ତି। କ୍ରୀଡା,କଳା, କାରିଗରି ପ୍ରଭୃତି କ୍ଷେତ୍ରର ପ୍ରତିଯୋଗିତାରେ ସଫଳତା ଯୋଗୁଁ ମନ ଖୁସି ରହିବ।
ମକର
ମକର
ପ୍ରିୟବନ୍ଧୁଙ୍କ ସାହାଯ୍ୟରେ ଆଜିର କାମଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବାରେ କୌଣସି ଅସୁବିଧା ରହିବ ନାହିଁ। କିନ୍ତୁ ଶ୍ରବଣା ନକ୍ଷତ୍ର ପାଖ ପଡୋଶୀ ମାନଙ୍କ ସହ ବ୍ୟବହାରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡିବେ। କଳା,ସାହିତ୍ୟ, ସଭାସମିତି ଓ ରାଜନୈତିକ ସ୍ତରରେ ଟେନ୍ସନ ଲାଗି ରହିବ।
କୁମ୍ଭ
କୁମ୍ଭ
ପାରିବାରିକ ସ୍ତରରେ ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ। ଶତଭିଷା ନକ୍ଷତ୍ରର ଶିଳ୍ପ,ବାଣିଜ୍ୟ,ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ଦୂର ହେବ। ଯଦି କିଛି ଅସୁବିଧା ଅନୁଭବ କରୁଛନ୍ତି ତେବେ ନିଜର ପ୍ରିୟ ବନ୍ଧୁଙ୍କୁ ମିଶନ୍ତୁ, ସେ ଅବଶ୍ୟ ଆପଣଙ୍କୁ କିଛିଟା ସାହାଯ୍ୟ କରିପାରନ୍ତି।
ମୀନମୀନ
ଆଜି ପରିବାରରେ ସନ୍ତାନମାନଙ୍କର କିଛିଟା ଅଭାବ ଓ ଅସୁବିଧା ମନକୁ ଭାରାକ୍ରାନ୍ତ କରିପାରେ। ଈର୍ଷା ପରାୟଣ ବନ୍ଧୁମାନଙ୍କ ପରୋକ୍ଷ ଶତ୍ରୁତା କାରଣରୁ ସତର୍କରେ ନ ଚଳିଲେ ବିବାଦ ଭିତରକୁ ଟାଣି ହୋଇ ପାରନ୍ତି। ରେବତୀ ନକ୍ଷତ୍ର ଜଣେ ବନ୍ଧୁଙ୍କ ନିକଟରୁ କିଛି ଗୁରୁତ୍ୱପୂର୍ଣ୍ଣ କଥା ଶୁଣିବାକୁ ପାଇବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଡିସେମ୍ବର ୮ ତାରିଖ – Daily Horoscope

ମେଷ ଆଜିର ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚିବର୍ଦ୍ଧକ ହେବ। ପରିବାରରେ ପୁତ୍ରକନ୍ୟାଙ୍କ ହେତୁକ ସୁଖ ମିଳିବ ଓ ଶାନ୍ତି...

ରାଶିଫଳ: ଗୁରୁବାର, ଡିସେମ୍ବର ୭ ତାରିଖ – Daily Horoscope

ମେଷ ଆଜି ବିଶେଷ କିଛି ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ। ସମସ୍ତ କାମ ଠିକ୍‌ ଭାବରେ ଚାଲିବ କିନ୍ତୁ...

ରାଶିଫଳ: ବୁଧବାର, ଡିସେମ୍ବର ୬ ତାରିଖ – Daily Horoscope

ମେଷ ଆଜି ନିଜର ଉଦାରତା ଗୁଣରୁ ସାହାଯ୍ୟ ମାଗୁଥିବା ଲୋକଟିକୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ। କଳା, ସାହିତ୍ୟ, ସାମ୍ବାଦିକତା, ସଂଗଠନ ଓ ରାଜନୀତିରେ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୫ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ କ୍ଷେତ୍ରରେ ସମୟୋଚିତ ଦୃଢ଼ ପଦକ୍ଷେପ ନେଲେ କୃତକାର୍ଯ୍ୟ ହେବେ। ଅଫିସ୍‌ କାମରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ। ବହୁ ଆଲୋଚନା ଶେଷରେ...

ରାଶିଫଳ: ସୋମବାର, ଡିସେମ୍ବର ୪ ତାରିଖ – Daily Horoscope

ମେଷ ଆଜି ଦିନଟିରେ ତରବର ନ ହୋଇ ଧୀର ସ୍ଥିର ପଦକ୍ଷେପ ନେଲେ ଉପକୃତ ହେବେ। ଦୂରଯାତ୍ରାର ସୁଯୋଗ ପାଇବେ, ମାତ୍ର ରାସ୍ତାରେ କୌଣସି ବ୍ୟକ୍ତିଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୩ ତାରିଖ – Daily Horoscope

ମେଷ ଆଜି ଆତ୍ମୀୟଙ୍କ ଉପରେ ଭୁଲ୍‌ ବୁଝାମଣା ହେତୁ ପାରିବାରିକ ସମସ୍ୟା ବଢ଼ିପାରେ। ପିଲାଙ୍କ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହେବ। ସମୟ...

ରାଶିଫଳ: ଶନିବାର, ଡିସେମ୍ବର ୨ ତାରିଖ – Daily Horoscope

ମେଷ ଆପଣଙ୍କ ଦୈହିକ ଦୁର୍ବଳତା ସାଙ୍ଗକୁ ଧୈର୍ଯ୍ୟହରା ଓ ନୈରାଶ୍ୟ ଆପଣଙ୍କୁ ବ୍ୟସ୍ତବିବ୍ରତ କରାଇପାରେ। କର୍ମକ୍ଷେତ୍ରରେ କୌଶଳପୂର୍ଣ୍ଣ ବ୍ୟବହାର ଅନ୍ୟମାନଙ୍କୁ ଆପଣାର କରିବାରେ ସାହାଯ୍ୟ କରିବ।...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧ ତାରିଖ – Daily Horoscope

ମେଷ ପାରିବାରିକ ପରିସ୍ଥିତି ନିଶ୍ଚିତ ଭଲ ରହିବ ତଥାପି ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ। ପରିବହନ ତଥା ବାଣିଜ୍ୟ, ବ୍ୟବସାୟରୁ ସନ୍ତୋଷଜନକ ସୁଫଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri