Posted inRasifala

ରାଶିଫଳ: ଶୁକ୍ରବାର , ଜୁନ୍ ୨ ତାରିଖ – Daily Horoscope

ମେଷ
ଆଜି ପରିସ୍ଥିତିବଶତଃ କଠୋର ବାକ୍ୟାଳାପରୁ ଦୂରେଇ ରହିବା ଭଲ। ଅନନ୍ୟୋପାୟ ହୋଇ ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲାରେ ସମର୍ଥ ହେବେ । ପରଶ୍ରୀକାତର ବନ୍ଧୁଙ୍କ ପରୋକ୍ଷ ଶତ୍ରୁତା ପ୍ରତିପଦକ୍ଷେପରେ ବାଧା ସୃଷ୍ଟି କରିପାରେ। ନୂତନ ଗୃହୋପକରଣ କ୍ରୟ କରିପାରନ୍ତି।
ବୃଷ
ବୃଷ
ସାଧାରଣ ବ୍ୟତିକ୍ରମକୁ ବାଦ୍‌ ଦେଲେ ଦିନଟି ମନ୍ଦ ହେବନି। ପଡ଼ୋଶୀ, ଆତ୍ମୀୟସ୍ବଜନଙ୍କ ଦ୍ୱାରା ସାହାଯ୍ୟ, ସହଯୋଗଲାଭର ସୂଚନା ରହିଛି। କୌଣସି ଧର୍ମକାର୍ଯ୍ୟ, ଆନୁଷ୍ଠାନିକ କାମ, କଳା, କ୍ରୀଡ଼ା, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରସ୍ଥ ସମସ୍ୟାର ସରଳ ସମାଧାନ ହୋଇଯିବ। ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ ସବୁ ଠିକ୍‌ ହୋଇଯିବ।
ମିଥୁନ
ମିଥୁନ
ଉପରିସ୍ଥଙ୍କ ଅନୁକମ୍ପାରୁ କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ ପାଇବେ। ଶିଳ୍ପ, ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ଉନ୍ନତ ଫଳ ପ୍ରାପ୍ତି ହୋଇପାରେ। ଯେ କୌଣସି କ୍ଷେତ୍ରରେ ହେଉନା କାହିଁକି, ଆଜି ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ। କୌଣସି ଜିନିଷଟି ପାଇଁ ସହକର୍ମୀଙ୍କ ମଧ୍ୟରେ ତର୍କ ଓ ବିବାଦ ବଢ଼ିପାରେ।
କର୍କଟ
କର୍କଟ
ଗ୍ରହଙ୍କ ଅନୁକୂଳ ପ୍ରଭାବରୁ ଦୀର୍ଘଦିନର ଆଶା ଫଳବତୀ ହେବା ସୂଚନା ପାଇ ମନ ପ୍ରଫୁଲ୍ଲ ହୋଇଯିବ। ଆକସ୍ମିକ ଭାବରେ ଶତ୍ରୁମାନେ ମିତ୍ରଭାବ ପୋଷଣ କରିବାର ଅନୁଭବ କରିବେ। ଶିଳ୍ପ, ବାଣିଜ୍ୟ, ପରିବହନ କ୍ଷେତ୍ରରେ ପ୍ରତିବନ୍ଧକ ଦୂର ହେବ। ଆତ୍ମୀୟଙ୍କ ଅନାଦରଭାବ, ଅସ୍ଥିରତାଯୁକ୍ତ ନିଷ୍ପତ୍ତି, ଉଦ୍‌ଯୋଗର ପ୍ରତିରୋଧ ମନକୁ ହଲଚଲ କରିପାରେ।
ସି˚ହ
ସି˚ହ
ପରିବାରରେ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ଉପୁଜିପାରେ। ପ୍ରତ୍ୟେକ କ୍ଷେତ୍ରରେ ଚେଷ୍ଟା ଅବ୍ୟାହତ ରଖିଲେ ମଧ୍ୟ ପ୍ରତିବନ୍ଧକ ପିଛା ଛାଡିବ ନାହିଁ। କର୍ମକ୍ଷେତ୍ରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି। ଉପର ମନରେ ମିତ୍ରଭାବ ଦେଖାଉଥିବା ବନ୍ଧୁମାନେ ପଛରେ ସରଳତାର ସୁଯୋଗ ଲାଭ ମାନସରେ ରହିବେ।
କନ୍ୟା
କର୍ମକ୍ଷେତ୍ରରେ ସହମତିରେ କାମ କଲେ ମଧ୍ୟ ବିବାଦୀୟ ସ୍ଥିତି, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ବିଜୟ ଲାଭ ନିଶ୍ଚିତ। ଦୀର୍ଘଦିନରୁ ଲାଗିରହିଥିବା ମାଲିମକଦ୍ଦମାର ଫଇସଲା ସମ୍ଭାବନା ରହିଛି। ସାମାଜିକ ସ୍ତରରେ ମିଥ୍ୟା ଅଭିଯୋଗ ସକାଶେ ବିରକ୍ତ ହେବେ। ସାଧାରଣ କଥାରେ ପଡ଼ୋଶୀଙ୍କ ସହ ମନାନ୍ତର ଦେଖା ଦେଇପାରେ।
ତୁଳା
ତୁଳା
କର୍ମକ୍ଷେତ୍ରରେ ସମାଲୋଚିତ ହେଲେ ମଧ୍ୟ ସତ କହିବାକୁ କଦାପି ପଛେଇ ରହି ପାରିବେ ନାହିଁ। ଆକସ୍ମିକଭାବରେ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ନିର୍ମାଣ କାର୍ଯ୍ୟରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ। ବ୍ୟୟ ବୃଦ୍ଧି କିମ୍ବା ପରିବହନରେ ସମସ୍ୟା ଯୋଗୁ ବ୍ୟସ୍ତ ହେବେ।
ବିଛା
ବିଛା
କର୍ମକ୍ଷେତ୍ରରେ ଅନ୍ୟମନସ୍କତା କାରଣରୁ କେତେକ ଭୁଲ କରିପାରନ୍ତି। ସାହିତ୍ୟ, ସାମ୍ବାଦିକତା, ପ୍ରଶାସନ, ବ୍ୟବସାୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ। କଳା, ସାହିତ୍ୟ, ନୃତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ପ୍ରେସ୍‌, ପବ୍ଲିକକେଶନ, ପ୍ଲଟିଂ କାରବାର, ଚୁକ୍ତିପତ୍ର କ୍ଷେତ୍ରରେ ସଫଳତା ମିଳିବ।
ଧନୁ
ଧନୁ
କୌଣସି ଅସୁବିଧା ନ ଥିଲେ ମଧ୍ୟ ଅତୀତ ଘଟଣାକୁ ନେଇ ନିରୁତ୍ସାହିତ ରହିବେ। ସ୍ବାସ୍ଥ୍ୟ ସମସ୍ୟା, ପାରିବାରିକ ମତାନ୍ତର, ସମ୍ପର୍କୀୟଙ୍କ ଅନାସ୍ଥାଭାବ ମନରେ ଭାବାନ୍ତର ସୃଷ୍ଟି କରିବ। କର୍ମକ୍ଷେତ୍ରରେ କିମ୍ବା ପ୍ରଶାସନିକ ସ୍ତରରେ ଅପରାହ୍ନରେ ସମସ୍ୟାର ସମାଧାନ ହୋଇଯିବ। ପାରିବାରିକ ସ୍ତରରେ ଅର୍ଥାଭାବ ଯୋଗୁ ବିଚଳିତ ହୋଇପାରନ୍ତି।
ମକର
ମକର
ସମସ୍ୟା ଲାଗିରହିଲେ ମଧ୍ୟ ପରିବାରର ସମର୍ଥନ କ୍ରମେ ଯେ କୌଣସି କାର୍ଯ୍ୟ କରିବାରେ ସମର୍ଥ ହେବେ। ପରୋକ୍ଷ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ଭୁଲ୍‌ ଅଶାନ୍ତିକର ପରିବେଶ ସୃଷ୍ଟି ହେବ। ବନ୍ଧୁଙ୍କ ସହ ଆକସ୍ମିକ ଭ୍ରମଣ ସୁଯୋଗ ଲାଭକରିବେ। ବ୍ୟବସାୟିକ ସ୍ଥିତି ସୁଦୃଢ଼ ରହିବା ହେତୁ ସାମାନ୍ୟ ଖୁସିର ଝଲକ ପରିଲକ୍ଷିତ ହେବ।
କୁମ୍ଭ
କୁମ୍ଭ
କାର୍ଯ୍ୟଦକ୍ଷତା ହେତୁ ଲୋକପ୍ରିୟତା ରହିଥିବାରୁ କଠିନତର କାମକୁ ମଧ୍ୟ ସହଜରେ କରିପାରିବେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ କାର୍ଯ୍ୟହାସଲପୂର୍ବକ ଉପକୃତ ହେବେ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ। ବନ୍ଧୁ ପରିଜନଙ୍କ ସହିତ ଦେବ ଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବ।
ମୀନମୀନ
କର୍ମକ୍ଷେତ୍ରରେ ହାତପାହାନ୍ତାରେ ସୁଯୋଗ ପାଇ କାମ ହାସଲ କରିପାରିବେ। ରାଜନୈତିକ ସ୍ତରରେ ହଠାତ୍‌ ବିରାଧୀ ପକ୍ଷ ସକ୍ରିୟ ହୋଇପାରନ୍ତି। ପଡ଼ୋଶୀଙ୍କଠାରୁ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ପରିବାରର ଆବଶ୍ୟକତାନୁଯାୟୀ ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିବା ସକାଶେ ମନ ବଳାଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ:ଶନିବାର , ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ଜନିତ ବନ୍ଧୁ ସମ୍ପର୍କରେ ଉନ୍ନତି ହେବ। ଯାତ୍ରା, ବିବାଦ, ଗୃହାରମ୍ଭ ପାଇଁ ପ୍ରତିକୂଳତା ଆସିଲେ ମଧ୍ୟ କୌଣସି ଅସୁବିଧା ହେବନାହିଁ। ପାରିବାରିକ…

ରାଶିଫଳ: ଶୁକ୍ରବାର , ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ ବୃହସ୍ପତିଙ୍କ ଦୃଷ୍ଟିରେ କର୍ମାଧିପ ଥିବାରୁ ଶୁଭେଚ୍ଛୁଙ୍କ ପରାମର୍ଶରେ ନୂଆ କାମ ସକାଶେ ମନ ବଳାଇବେ। ଦୈହିକ ଦୁର୍ବଳତା ସାଙ୍ଗକୁ ପାରିବାରିକ ଦ୍ୱନ୍ଦ୍ୱଜନିତ ନୈରାଶ୍ୟରୁ ଚିନ୍ତିତ ରହିପାରନ୍ତି।…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର କର୍ମାରମ୍ଭ ସକାଶେ ସାହାଯ୍ୟ, ସହଯୋଗର ଅଭାବ ରହିବ ନାହିଁ। ଆନୁଷ୍ଠାନିକ, ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଦିନଟି ଭଲ। ଛୋଟ ଛୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?