Posted inRasifala

ରାଶିଫଳ: ଶୁକ୍ରବାର, ଜୁନ୍ ୫ ତାରିଖ – Daily Horoscope

ମେଷ
ଯାତ୍ରା ପ୍ରୀତିପ୍ରଦ ରହିବା ସଙ୍ଗକୁ ଲକ୍ଷ୍ୟ ମଧ୍ୟ ପୂରଣ ହୋଇଯିବ। ଗତକାଲିଠାରୁ ଆପଣ ଯାହା ଆଶା କରୁଥିଲେ ଆଜି ତାହା ସହଜ ଓ ସୁବିଧାରେ ପାଇଯିବେ। ସଭାସମିତି କ୍ଷେତ୍ରରେ ସୁନାମ ଅର୍ଜନ କରିପାରିବେ। କିନ୍ତୁ ସାମୟିକ ପ୍ରତିବନ୍ଧକ କାରଣରୁ ବାଣିଜ୍ୟ ଓ ନିର୍ମାଣ ତଥା ପରିବହନ ବାଧାପ୍ରାପ୍ତ ହୋଇପାରେ।
ବୃଷ
ବୃଷ
ବାରମ୍ବାର ମନରେ ଚିନ୍ତା କରି ମନଟା ଭଲ ରହିବ ନାହିଁ। ଏଣେ କର୍ମକ୍ଷେତ୍ରର ବିଭିନ୍ନ ପ୍ରକାରର ଘଟଣାବଳୀ ମନକୁ ବାରମ୍ବାର ଆଲୋଡ଼ିତ କରିବ। ପୁଣି କେତେକ କ୍ଷେତ୍ରରେ ଶେଷ ସମୟରେ ନିଷ୍ପତ୍ତି ବଦଳାଇବା ସକାଶେ ମନ ବଳାଇପାରନ୍ତି। ବ୍ୟବସାୟ ତଥା ଲେଖାପଢ଼ା ଓ ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ।
ମିଥୁନ
ମିଥୁନ
ଆଜିର ଦିନଟିରେ ହାତକୁ ନେଇଥିବା କାମଗୁଡ଼ିକ ସହଜ ଓ ସୁବିଧାରେ ହୋଇଯିବ। ଅବଶ୍ୟ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ସାମାନ୍ୟ ମନ୍ଥର କରିପାରେ। ଆର୍ଥିକ ପରିସ୍ଥିତି ଓ କିଛି କରିବା ସକାଶେ ମନ ବଳାଇ କର୍ମମୁଖର ହୋଇପାରନ୍ତି। ପାଖ, ପଡ଼ୋଶୀମାନଙ୍କୁ କାମରେ ଲଗାଇ କୌଶଳରେ କାର୍ଯ୍ୟ ହାସଲ କରିନେବେ।
କର୍କଟ
କର୍କଟ
ପ୍ରତ୍ୟେକ କ୍ଷେତ୍ରରେ ନିଜକୁ ଆଡଜଷ୍ଟ କରି ଚଳି ପାରିବା ହେତୁ କିଛି ଅସୁବିଧା ହେବନାହିଁ। କର୍ମକ୍ଷେତ୍ରରେ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେମିତି କିଛି ହେବନି। ପ୍ରତିଦ୍ୱନ୍ଦ୍ୱିତା ବଢି ଚାଲିବା କାରଣରୁ ବ୍ୟବସାୟ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃୃଷ୍ଟି ହୋଇପାରେ।
ସି˚ହ
ସି˚ହ
ଏକ ଭିନ୍ନ ପରିସ୍ଥିତିରେ ନିକଟ ସମ୍ପର୍କୀୟମାନଙ୍କ ସାହାଯ୍ୟ ଲାଭ କରି ଅଟକି ରହିଥିବା କାମଟି ହଠାତ୍‌ ହୋଇଯିବ। ସ୍ତ୍ରୀଙ୍କ ସାହାଯ୍ୟରୁ ମନୋବଳ ବୃଦ୍ଧି ପାଇବ ଓ କାମଗୁଡିକ ସୁବିଧାରେ ସମ୍ପନ୍ନ ହେବାର ସମ୍ଭାବନା ରହିଛି। ଅର୍ଥ ଲାଭ ସଙ୍ଗକୁ ଶାରୀରିକ ସୁସ୍ଥତା ଏବଂ କର୍ମକ୍ଷେତ୍ରରେ ବନ୍ଧୁଙ୍କ ପରାମର୍ଶ ଯୋଗୁ ମନ ଖୁସି ରହିବ।
କନ୍ୟା
ଦୀର୍ଘଦିନରୁ କର୍ମକ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ ଓ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ। ଉତ୍ତରାଫାଲଗୁନୀ ପରକଥାରେ ପଡି ଭୁଲ୍‌ ମାର୍ଗର ଅନୁସରଣ କରି ହଇରାଣ ହେବାକୁ ପଡିପାରେ। ଅପୂରଣୀୟ ଆଶା ମନକୁ ବାରମ୍ବାର ସାମୟିକ ଆଲୋଡ଼ନ କରିବା କାରଣରୁ ସାମୟିକ ଅଶାନ୍ତ ରହିପାରନ୍ତି।
ତୁଳା
ତୁଳା
ସହକର୍ମୀମାନଙ୍କ ସହଯୋଗ ପାଇବେ ନାହିଁ। ଅବଶ୍ୟ ପଦସ୍ଥ ବ୍ୟକ୍ତିବିଶେଷମାନଙ୍କ ନିକଟରୁ ଆନୁଷ୍ଠାନିକ କାମରେ ପ୍ରେରଣା ମିଳିବ। ଶିଳ୍ପ,ବାଣିଜ୍ୟ, ରାଜନୀତି ଓ ପ୍ରଶାସନିକ ସ୍ତରରେ କିଛିଟା ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ। ସକାଳ ସମୟଟି ବହୁତ ଭଲ। ଆକସ୍ମିକଭାବରେ ଅର୍ଥଲାଭ ଓ ବନ୍ଧୁ ମିଳନ ଅବଶ୍ୟ ଘଟିବ।
ବିଛା
ବିଛା
ପ୍ଲଟିଙ୍ଗ୍‌ କାରବାରରେ ଅଗ୍ରଗତି, ବିବାଦୀୟ ଘଟଣାରେ ବିଜୟ ଲାଭର ସୂଚନା ରହିଛି। ଜ୍ୟେଷ୍ଠା ନକ୍ଷତ୍ରର ଚେଷ୍ଟା କରୁଥିବା କାମଟି ନ ହେବା କାରଣରୁ ଅଥବା କିମ୍ବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ। ଆର୍ଥିକ ସ୍ଥିତିରେ ଅଭାବ ବୋଧ ଜନିତ କେତେକ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି।
ଧନୁ
ଧନୁ
ଘର କଥା ଓ ପିଲାମାନଙ୍କ କିଛି ବ୍ୟତିକ୍ରମ ହେତୁ ମନଟା ଅସ୍ଥିର ରହିପାରେ। ବାଣିଜ୍ୟ ମାନ୍ଦା ହେବ ନାହିଁ। କର୍ମକ୍ଷେତ୍ରରେ ସହକର୍ମୀଙ୍କଠାରୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ଭ୍ରାତୃ ସମ୍ପର୍କରେ ଉନ୍ନତି ପରିଲକ୍ଷିତ ହେବା ସହ ଆବଶ୍ୟକୀୟ ସହଯୋଗ ପାଇପାରିବେ।
ମକର
ମକର

ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ ଓ ଯେଉଁ କାମରେ ବାହାରିଛନ୍ତି ସେଥିରେ ନିଶ୍ଚିତ କୃତକାର୍ଯ୍ୟ ହେବେ। ଆଜି ମାଲିମକଦ୍ଦମା, ବ୍ୟବସାୟ,ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। କୌଣସି ଗୁରୁତ୍ୱପୂର୍ଣ୍ଣ ବିଷୟାଲୋଚନା ପରିପ୍ରେକ୍ଷୀରେ ନିକଟ ସମ୍ପର୍କୀୟମାନେ ଆପଣଙ୍କ ପରାମର୍ଶ ଲୋଡ଼ିପାରନ୍ତି।

କୁମ୍ଭ
କୁମ୍ଭ
ଜଣେ ବନ୍ଧୁଙ୍କୁ ଅନୁରୋଧ କରି ସମସ୍ୟା ସମାଧାନ କରିବା ସକାଶେ ଚେଷ୍ଟା କରିପାରନ୍ତି। ଗୃହସୀମା ଜନିତ ବିବାଦ, କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ସୌଭାଗ୍ୟକ୍ରମେ ଆର୍ଥିକ ଉନ୍ନତି ଘଟିବ, କିଛି ବ୍ୟାଙ୍କ ଜମା ମଧ୍ୟ କରି ପାରିବେ। ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ବାକ୍ଷରିତ ହୋଇପାରେ।
ମୀନମୀନ

ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧିହେତୁ ମନରେ ସରସତା ରହିବ ନାହିଁ। ଖାଦ୍ୟପେୟର ବିଷମତା ଜନିତ ହଠାତ୍‌ ଅଜୀର୍ଣ୍ଣ ଓ ଆମାଶୟ ଦେଖା ଦେଇପାରେ। ଚଳଚ୍ଚିତ୍ର କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ। କାର୍ଯ୍ୟରେ ସହଭାଗିତା କାରଣରୁ ନିକଟ ସମ୍ପର୍କୀୟମାନଙ୍କ ଦ୍ୱାରା ଆଦରଣୀୟ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର , ଜୁନ୍ ୧୧ ତାରିଖ – Daily Horoscope

ମେଷ ଆଜି ରାଶ୍ୟାଧିପତି ସ୍ବଗୃହରେ ଶୁକ୍ରନକ୍ଷତ୍ରସ୍ଥ ଯୋଗୁ ସ୍ବାସ୍ଥ୍ୟ ଭଲ ରହିବା ସହ ଖୁସିରେ ସମୟ କଟିବ। ଶନିଙ୍କ ସଂଯୋଗଜନିତ ଦ୍ୱାଦଶସ୍ଥ ଚନ୍ଦ୍ର ଯାତ୍ରା, ଆଧ୍ୟାତ୍ମିକ ଚିନ୍ତନ…

ରାଶିଫଳ: ବୁଧବାର, ଜୁନ୍ ୧୦ ତାରିଖ – Daily Horoscope

ମେଷ ଆପଣଙ୍କ ଦକ୍ଷତା ଏବଂ କର୍ତ୍ତବ୍ୟନିଷ୍ଠା କାରଣରୁ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଈର୍ଷାପରାୟଣ ବନ୍ଧୁ ଓ ସହକର୍ମୀ ଅପପ୍ରଚାର ଚଳାଇପାରନ୍ତି। ବାଣିଜ୍ୟ, ବ୍ୟବସାୟିକ କ୍ଷେତ୍ରରେ ଅର୍ଥ ସମ୍ପର୍କକୁ…

ରାଶିଫଳ: ମଙ୍ଗଳବାର , ଜୁନ୍ ୯ ତାରିଖ – Daily Horoscope

ମେଷ ଶ୍ରୁତିମଧୁର ବାକ୍ୟାଳାପ ଦ୍ୱାରା ବନ୍ଧୁଙ୍କୁ ଆପ୍ୟାୟିତ କରିବେ। ଶନିଙ୍କ ପ୍ରଭାବରୁ ମୃଦୁ ମନ୍ଦ ଗତିରେ କର୍ମପ୍ରବାହକୁ ଆଗକୁ ଗଡ଼ାଇନେବାରେ ସାହାଯ୍ୟ କରିପାରନ୍ତି। ବନ୍ଧୁଙ୍କ ସହ ଆନୁଷ୍ଠାନିକ…

ରାଶିଫଳ: ସୋମବାର, ଜୁନ୍ ୮ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ସମସ୍ୟା, ଜମିଜମା କଥା, ସମ୍ପର୍କୀୟଙ୍କ ସହ ଆଲୋଚନାରେ ସମୟ ଅତିବାହିତ କରିପାରନ୍ତି। ଆର୍ଥିକ ସ୍ଥିତିରେ ସୁଧାର ଆସିପାରେ। ପାରିବାରିକ ସ୍ତରରେ ମନ ଭୁଲାଣିଆ…

ରାଶିଫଳ: ରବିବାର, ଜୁନ୍ ୭ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ ଆର୍ଥିକ ସ୍ଥିତି ମନ୍ଦ ହେବନାହିଁ। ଚନ୍ଦ୍ରଙ୍କ ସହିତ ରାହୁଙ୍କ ସଂଯୋଗ ପାରିବାରିକ ଏବଂ ସନ୍ତାନଙ୍କ ସ୍ବାସ୍ଥ୍ୟହାନିର କାରଣ ହେବ…

ରାଶିଫଳ: ଶନିବାର, ଜୁନ୍ ୬ ତାରିଖ – Daily Horoscope

ମେଷ ଆଜି ରୁକ୍ଷ ଦୃଷ୍ଟିରେ ବୁଧ ଓ ଶୁକ୍ର ଯୋଗୁ କର୍ମକ୍ଷେତ୍ର, ପରିବାର ଓ ଆର୍ଥିକ ଦିଗ ଭଲ ରହି ନ ପାରେ। ସବୁ କିଛି ଭଲ…

ରାଶିଫଳ: ଶୁକ୍ରବାର , ଜୁନ୍ ୫ ତାରିଖ – Daily Horoscope

ମେଷ ଆଜି ହିତୈଷୀଙ୍କ ସହ ଆଲୋଚନା ପୂର୍ବକ ନୂଆ କାମର ରୂପରେଖ ପ୍ରସ୍ତୁତ କରିବେ। ଦୀର୍ଘଦିନରୁ ଯାହା ଆଶା କରୁଥିଲେ ଆଜି ତାହା ସହଜ ଓ ସୁବିଧାରେ…

ରାଶିଫଳ: ଗୁରୁବାର, ଜୁନ୍ ୪ ତାରିଖ – Daily Horoscope

ମେଷ ଆଜି ଯେଉଁ କାମ ଆରମ୍ଭ କରିବେ ସଫଳତା ପାଇବା କଷ୍ଟକର ହେବ। ଅବଶ୍ୟ ଯାତ୍ରା, ବାଣିଜ୍ୟ, ପରିବହନ କ୍ଷେତ୍ରରେ ପ୍ରତିବନ୍ଧକ କ୍ରମଶଃ ଦୂରେଇବାରେ ଲାଗିବ। ରାଜନୀତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri