Posted inRasifala

ରାଶିଫଳ: ଶୁକ୍ରବାର , ଜୁନ୍ ୯ ତାରିଖ – Daily Horoscope

ମେଷ
ଆଜିର ଦଶମ ଚନ୍ଦ୍ର ଶନି କ୍ଷେତ୍ରରେ ଅବସ୍ଥାନ କରି ମୃଦୁ ମନ୍ଦ ଗତିରେ କର୍ମପ୍ରବାହକୁ ଆଗକୁ ଗଡ଼ାଇନେବେ। ଆନୁଷ୍ଠାନିକ କାମ ସକାଶେ ତତ୍ପର ହେବେ। ପାରିବାରିକ କ୍ଷେତ୍ରରେ ରାହୁଙ୍କ ନକ୍ଷତ୍ରର କୁପ୍ରଭାବରୁ ମତାନ୍ତରଜନିତ ଅନର୍ଥ ସୃଷ୍ଟି ହୋଇପାରେ। କର୍ମକ୍ଷେତ୍ର, ବାଣିଜ୍ୟ, ପ୍ରଶାସନ, ସାମ୍ବାଦିକତା ତଥା ସଭାସମିତିରେ ପ୍ରଶଂସିତ ହେବେ।
ବୃଷ
ବୃଷ
ମନ ଚାହୁଁ ନ ଥିବା କେତେକ କାମ ପରିସ୍ଥିତିରେ ପଡି କରିବାକୁ ବାଧ୍ୟ ହେବେ। ବନ୍ଧୁଙ୍କ ସମ୍ମୁଖରେ ପାରିବାରିକ ଜୀବନର ଅକୁହା କଥାକୁ ଲୁଚାଇ ରଖି ହସି ହସି କଥା କହିବେ। ସନ୍ଧ୍ୟା ସୁଦ୍ଧା ଶେଷ କରିବାକୁ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇଯିବ। ମଧ୍ୟାହ୍ନରେ ବନ୍ଧୁମିଳନଜନିତ ମାନସିକ ସ୍ତରରେ ସୁସ୍ଥ ମାନସିକତା ପରିଲକ୍ଷିତ ହେବ।
ମିଥୁନ
ମିଥୁନ
କେତେକ କ୍ଷେତ୍ରରେ ଅନ୍ୟକୁ ଖୁସି କରିବାକୁ ଯାଇ ନିଜର ସ୍ବାର୍ଥକୁ ବଳି ଦେଇପାରନ୍ତି। ଘରୋଇ କଥା ମନରେ ବାରମ୍ବାର ଆଲୋଡ଼ନ ସୃଷ୍ଟି କରି ଚିନ୍ତାଧାରାକୁ ବିକ୍ଷିପ୍ତ କରିଦେବ। ଅଫିସ୍‌ରେ ମିଠା କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇବାରେ ସମର୍ଥ ହେବେ। ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇ ଯିବେ।
କର୍କଟ
କର୍କଟ
ଆଜି କାମଗୁଡିକରେ କୌଣସି ପ୍ରତିବନ୍ଧକ ନ ରହିଲେ ମଧ୍ୟ ସେତେଟା ପ୍ରୀତିପ୍ରଦ ରହିବ ନାହିଁ। ନିକଟରେ ରହୁଥିବା ବନ୍ଧୁଙ୍କ ସାହାଯ୍ୟ ଓ ସମର୍ଥନ ଦୁଃଖ ଭୁଲି ଯିବାରେ ସାହାଯ୍ୟ କରିବ। ପ୍ରକାଶନ, ପାରିବାରିକ, ପ୍ରଶାସନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ସାହିତ୍ୟ, ଗବେଷଣା ତଥା ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ।
ସି˚ହ
ସି˚ହ
କାର୍ଯ୍ୟ ହାସଲ ପାଇଁ ଆବଶ୍ୟକ ଅର୍ଥ ଯୋଗାଡ଼ରେ କୌଣସି ଅସୁବିଧା ହେବ ନାହିଁ। କର୍ମକ୍ଷେତ୍ର ସକାଶେ ପରିସ୍ଥିତିକୁ ଯେତେଟା ଜଟିଳ ମନେକରୁଛନ୍ତି ବାସ୍ତବରେ ସେପରି କିଛି ହେବନି। ପାରିବାରିକ କଳହକୁ ନେଇ ମାନସିକ ଶାନ୍ତି ବ୍ୟାହତ ହେବ। ସାଙ୍ଗଠନିକ କାର୍ଯ୍ୟରେ କିମ୍ବା ଆନୁଷ୍ଠାନିକ କାମରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ।
କନ୍ୟା
ଆଜି ଯାହା ପାଇବା କଥା ତାହା ସହଜ ଓ ସୁବିଧାରେ ପାଇବା କଷ୍ଟକର ହେବ। ପ୍ଲଟିଂ କାରବାର, ଯାନ୍ତ୍ରିକ କିମ୍ବା ବିଦ୍ୟୁତ୍‌ ବ୍ୟବସାୟୀମାନେ ବିଶେଷ ପରିମାଣରେ ଉପକୃତ ହେବେ। ପିଲାମାନଙ୍କ ଉଚ୍ଚ ଶିକ୍ଷା ସକାଶେ ପାରିବାରିକ ଆଲୋଚନାକୁ ପ୍ରାଧାନ୍ୟ ଦେଇପାରନ୍ତି। ଆକସ୍ମିକ ଭାବରେ ବନ୍ଧୁମିଳନ ଓ ଆନୁଷ୍ଠାନିକ କାମରୁ ଖୁସି ରହିବେ।
ତୁଳା
ତୁଳା
ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମିଯିବ। ଅଭାବ ନ ଥିଲେ ମଧ୍ୟ ନିଜର ପ୍ରିୟବ୍ୟକ୍ତିଙ୍କଠାରୁ ବହୁ ଦୂରେ ରହି ଚିନ୍ତିତ ରହିବେ। ସମ୍ପର୍କୀୟଙ୍କ ବେଖାତିର ମନୋଭାବ ଯାହାକି କାହାକୁ କହି ପାରିବେ ନାହିଁ କିନ୍ତୁ ମନେ ମନେ ଅସନ୍ତୁଷ୍ଟ ରହିବେ। ସନ୍ତାନଙ୍କ ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ଏକ ପ୍ରକାର ଆତ୍ମସନ୍ତୋଷ ଲାଭ କରିପାରନ୍ତି।
ବିଛା
ବିଛା
ଅତୀତର କୃତକର୍ମ ସକାଶେ ଅନୁତପ୍ତ ରହିବେ। ଭାଙ୍ଗିପଡିଥିବା ସମ୍ପର୍କକୁ ପୁଣି ଯୋଡିବାକୁ ଚେଷ୍ଟା କରି ଅସଫଳ ହୋଇପାରନ୍ତି। ନିଜ ପରିସରର ବ୍ୟକ୍ତିମାନେ ଅଯଥା ଦୋଷାରୋପ କରି ମାନସିକ ସ୍ଥିତିକୁ କଳୁଷିତ କରିପାରନ୍ତି। ଈର୍ଷାପରାୟଣ ବ୍ୟକ୍ତିମାନେ ଉପର ମନରେ ଭଲ କଥା କହି ପଛରେ ବହୁତ ସମାଲୋଚନା କରିବେ।
ଧନୁ
ଧନୁ
ଅନାବଶ୍ୟକ କଥା ମନରୁ ପରିହାର କରି ବାସ୍ତବତାକୁ ଗୁରୁତ୍ୱ ଦେଇ କାମ କରିବା ଭଲ ହେବ। ବିଭିନ୍ନ ପ୍ରକାରର ସ୍ଥଗିତ କାମକୁ ନେଇ ପାରିବାରିିକ ଜଞ୍ଜାଳ ବୃଦ୍ଧି ପାଇପାରେ। ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦେହ ଭଲ ରହିଲେ ମଧ୍ୟ ସାମୟିକ ପେଟ ଓ ମୁଣ୍ଡ ରୋଗରେ କଷ୍ଟ ପାଇବେ।
ମକର
ମକର
ପାରିବାରିକ ଜୀବନରେ ତିକ୍ତତା ଦେଖାଦେଇପାରେ। ପ୍ରଶାସନିକ ସ୍ତରରେ କିମ୍ବା ପ୍ରକାଶନ କ୍ଷେତ୍ରରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ। ପୁତ୍ରକନ୍ୟାଙ୍କ ହେତୁକ ସମସ୍ୟା ଲାଗି ରହିବ କିନ୍ତୁ ସେପରି କିଛି ବିଶେଷ ଅସୁବିଧା ହେବ ନାହିଁ। ପଡ଼ୋଶୀ କେହି ପ୍ରତିବାଦର ସ୍ବର ଉଠାଇ କାମଟିକୁ ଭଣ୍ଡୁର କରି ଦେଇପାରନ୍ତି।
କୁମ୍ଭ
କୁମ୍ଭ
ସମସ୍ୟା ଲାଗି ରହିଥିଲେ ମଧ୍ୟ କର୍ମକ୍ଷେତ୍ରରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ଆଜି ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍ଧ ହେବେ କିନ୍ତୁ କିଛି ବି କରିବାର ଉପାୟ ନ ଥିବ। ସାଧାରଣ କଥାକୁ ବଡ଼ ଆକାରରେ ଚିନ୍ତା କରି ବ୍ୟସ୍ତ ରହିବେ।
ମୀନମୀନ
ଉପରିସ୍ଥଙ୍କ ସାହାଯ୍ୟରୁ ଅଫିସିଆଲି ଟେନ୍‌ସନ କମିଯିବ ଏବଂ ସହଯୋଗଭିତ୍ତିରେ କାମ କଲେ ଉପକାର ପାଇବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ପ୍ରତିବନ୍ଧକ ସୃଷ୍ଟି ହାଇପାରେ। ତଥାପି ଭୁଲ୍‌ ବୁଝାମଣାରୁ ଦାମ୍ପତ୍ୟ ଜୀବନରେ ଝଡ଼ ସୃଷ୍ଟି ହେବାର ଆଶଙ୍କା ପୂରା ମାତ୍ରାରେ ରହିଛି। ପିଲାମାନଙ୍କ ଶୃଙ୍ଖଳା ଓ ଶିକ୍ଷା ବିଷୟ ନେଇ ଚିନ୍ତା ପ୍ରକଟ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଆପଣଙ୍କ ଉଦ୍ୟମକୁ ଚରିତାର୍ଥ କରାଇବାରେ ସହାୟକ ହେବ ା ଉଚ୍ଚମନ, ଉକତ୍ୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି…

ରାଶିଫଳ: ସୋମବାର, ମେ ୧୮ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ର ଏବଂ ପାରିବାରିକ ସ୍ଥିତି ପ୍ରୀତିପ୍ରଦ ରହିବ। ବ୍ୟବହାରରେ ସଂଯମତା ଅଭାବରୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ବିଭିନ୍ନ ପ୍ରକାର କାର୍ଯ୍ୟ ବ୍ୟସ୍ତତା କାରଣରୁ…

ରାଶିଫଳ: ରବିବାର, ମେ ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ରସ୍ଥ ଚନ୍ଦ୍ର ଆର୍ଥିକ, ସାମାଜିକ ଏବଂ ପାରିବାରିକ ଜୀବନକୁ ଋଦ୍ଧିମନ୍ତ କରିବ। ଦ୍ୱାଦଶସ୍ଥ ମଙ୍ଗଳ ଭ୍ରାତୃ ସମ୍ପର୍କରେ ତିକ୍ତତା ସୃଷ୍ଟି ହେବ। କର୍ମକ୍ଷେତ୍ରରେ…

ରାଶିଫଳ: ଶନିବାର, ମେ ୧୬ ତାରିଖ – Daily Horoscope

ମେଷ ଆଜି କାମ ହାସଲ କରିବାରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିବେ। ଘାତଚନ୍ଦ୍ର ଯୋଗୁ ବାଣିଜ୍ୟ ବାଧାପ୍ରାପ୍ତ ହୋଇପାରେ। ପାରିବାରିକ ଜୀବନରେ ବୁଝାମଣା କ୍ଷେତ୍ରରେ ମତାନ୍ତରର…

ରାଶିଫଳ: ଶୁକ୍ରବାର, ମେ ୧୫ ତାରିଖ – Daily Horoscope

ମେଷ ବିଶିଷ୍ଟବ୍ୟକ୍ତିଙ୍କ ସହାୟତାରେ କାମଗୁଡ଼ିକୁ ସମ୍ପନ୍ନ କରିବାରେ କିଛି ଅସୁବିଧା ହେବନାହିଁ। ରହି ଯାଇଥିବା ଫାଇଲ କାମଟିକୁ ଆଜି ହିଁ ଆରମ୍ଭ କରିବାକୁ ମନ ବଳାଇବେ ଓ…

ରାଶିଫଳ: ଗୁରୁବାର, ମେ ୧୪ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅଶ୍ୱିନୀ ନକ୍ଷତ୍ରର ବନ୍ଧୁଙ୍କ ସହ ଭୁଲ୍‌ ବୁଝାମଣା କାରଣରୁ ମନ ଅଶାନ୍ତ ରହିପାରେ। ତଥାପି ଶାରୀରିକ ସୁସ୍ଥତା, ଆର୍ଥିକ ଉନ୍ନତି ଏବଂ ପ୍ରତିଯୋଗିତାରେ ସଫଳତା…

ରାଶିଫଳ: ବୁଧବାର, ମେ ୧୩ ତାରିଖ – Daily Horoscope

ମେଷ ପ୍ରତ୍ୟେକ କାମ ବିଳମ୍ବ ଓ ଝମେଲା ଭିତରେ ହିଁ ସମ୍ପନ୍ନ ହେବ। କିନ୍ତୁ ଯଦି ତରବରିଆ ପଦକ୍ଷେପ ନେବେ ତେବେ ବେଶି ହଇରାଣ ହେବାକୁ ପଡ଼ିପାରେ।…

ରାଶିଫଳ: ମଙ୍ଗଳବାର, ମେ ୧୨ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ କେତେକ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ଦୃଢ଼ ଓ କଠୋରୋକ୍ତି ଫଳରେ ମୁହଁ ସାମ୍ନାରେ କଥା କହିବାକୁ ଅନ୍ୟମାନେ ପଛେଇ ରହିବେ। ପାରିବାରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri