Posted inRasifala

ରାଶିଫଳ: ଶୁକ୍ରବାର, ଜୁନ ୨୧ ତାରିଖ – Daily Horoscope

ମେଷ
ଆଜି କର୍ମଭାବସ୍ଥ ଚନ୍ଦ୍ର ତୃତୀୟଷଷ୍ଠାଧିପ ବୁଧଙ୍କ ଦୃଷ୍ଟିରେ ପାରିବାରିକ ସ୍ବାସ୍ଥ୍ୟ ସମସ୍ୟା କିମ୍ବା ମତା‘ର ଜନିତ କଳହକୁ ନେଇ ଚିନ୍ତିତ କରାଇବ। କିନ୍ତୁ ମୁଖଭାବସ୍ଥ ଶୁକ୍ରଙ୍କ ସୁପ୍ରଭାବରୁ ମନ ଭିତରର ଉତେଜନାକୁ ନିୟନ୍ତ୍ରିତ କରି ସହୃଦୟତାର ସହ ବାକ୍ୟାଳାପ କରିବାରେ ସମର୍ଥ ହେବେ। ମୁହଁ ସାମନାରେ ଭଲ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାରର କଥା।
ବୃଷ
ବୃଷ
ଚତୁର୍ଥାଧିପ ଚନ୍ଦ୍ରଙ୍କ ନିକଟରୁ ଷଡାଷ୍ଟକ ସ୍ଥିତିରେ ରହିଥିବାରୁ ପରିବାରର ବ୍ୟତିକ୍ରମ ସକାଶେ ମନ ଭଲ ରହିନପାରେ। କିନ୍ତୁ ଚନ୍ଦ୍ରଙ୍କ ଶୁଭଦୃଷ୍ଟି ପ୍ରଭାବରେ କୌଣସି ବନ୍ଧୁ, ସହକର୍ମୀ ସହଯୋଗର ହାତ ବଢାଇବା ଫଳରେ କୌଣସି କାମ ଅଟକିବ ନାହିଁ। ଆଲୋଚନା କ୍ଷେତ୍ରରେ କାର୍ଯ୍ୟବ୍ୟସ୍ତ ଯୋଗୁ କେତେକ କାମ ଠିକ୍‌ ସମୟରେ କରି ପାରିବେ ନାହିଁ।
ମିଥୁନ
ମିଥୁନ
ରାଶିରେ ପାପଗ୍ରହ ଏବଂ ଦ୍ୱିତୀୟସ୍ଥ ବୁଧ ଆପଣଙ୍କ ମନ ଭିତରର ଉତେଜନାକୁ ପ୍ରକାଶ କରିବାକୁ ପଶ୍ଚାଦ୍‌ପଦ୍‌ ହେବେ ନାହିଁ। ଫଳରେ ଅଶାନ୍ତ ପରିସ୍ଥିତି ସୃଷ୍ଟି ହେବାର ପୂର୍ଣ୍ଣ ଆଶଙ୍କା ରହିଛି। ନିଜ ସଂସ୍ପର୍ଶରେ ଆସୁଥିବା କୌଣସି ବ୍ୟକ୍ତିଙ୍କୁ ଆପ୍ୟାୟିତ କରି ଅର୍ଥଲାଭର ମାର୍ଗକୁ ସୁଗମ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ନୂତନ କାମ ଆରମ୍ଭ କରି ପ୍ରଶଂସିତ ହେବେ।
କର୍କଟ
କର୍କଟ
ବ୍ୟୟାଧିପତି ତୃତୀୟାଧିପତିଙ୍କ ସହ ଅବସ୍ଥାନ କରି ରାଶିରେ ଥିବାରୁ ବନ୍ଧୁଙ୍କ ପାଇଁ ଖର୍ଚ୍ଚାନ୍ତ ହେବାକୁ ପଡିପାରେ। ଅବଶ୍ୟ ଚନ୍ଦ୍ରଙ୍କ ଦୃଷ୍ଟିରୁ ସୁସ୍ଥ ଚିନ୍ତାଧାରା ହେତୁ ପରିସ୍ଥିତି ପ୍ରତି ସଚେତନ ରହି କାମ କରିବା ଦ୍ୱାରା ପ୍ରତ୍ୟେକ ସମସ୍ୟାକୁ ଟାଳି ଦେଇ ପାରିବେ। ପାରଷ୍ପରିକ ମତଭେଦ କାରଣରୁ ଶିଳ୍ପ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ବିଦ୍ରୋହ ଓ ଅଶାନ୍ତି ବଢ଼ିବ।
ସି˚ହ
ସି˚ହ
ଚନ୍ଦ୍ରଙ୍କ ଦ୍ୱାରା ସୃଷ୍ଟି ହୋଇଥିବା ବିପରୀତ ରାଜଯୋଗ ଆପଣଙ୍କ କାଯର୍‌ୟସିଦ୍ଧିରେ ସହାୟକ ହେବ। ଆନୁଷ୍ଠାନିକ କାମ ଓ ସଭାସମିତିତରେ ତଥା କ୍ରୀଡ଼ା, କଳା, ସାହିତ୍ୟ ଓ ସଂଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ଅଫିସିଆଲି କାମକ୍ଷେତ୍ରରେ ପୂର୍ବରୁ ଲାଗି ରହିଥିବା ସମସ୍ୟାର ସମାଧାନପୂର୍ବକ ମଧ୍ୟାହ୍ନରେ ଟେନସନ୍‌ ଦୂର ହେବ।
କନ୍ୟା
ଏକାଦଶସ୍ଥ ରାଶ୍ୟାଧିପତି ବୃହସ୍ପତିଙ୍କ ନକ୍ଷତ୍ରସ୍ଥ ଯୋଗୁଁ ପାରିବାରିକ,ବ୍ୟବସାୟିକ ତଥା ଯାତ୍ରା ଓ ନୂତନକର୍ମାରମ୍ଭ ପାଇଁ ମନ୍ଦ ହେବନି। କିନ୍ତୁ ଦ୍ୱିତୀୟଭାବ ଗ୍ରହଶୂନ୍ୟତା କାରଣରୁ ଆର୍ଥିକ ସଂକଟ ମଧ୍ୟରେ ଗତି କରିପାରନ୍ତି। ନିଜ ପରିସରରେ ଜମା ପଡୁ ନ ଥିବା ବନ୍ଧୁ କିମ୍ବା ଶତ୍ରୁତା କରୁଥିବା ଲୋକଟି ମନକୁ ବାଧିଲା ଭଳି ଭଳି କଥା କହିପାରେ।
ତୁଳା
ତୁଳା
କର୍ମାଧିପତିଙ୍କ ନକ୍ଷତ୍ରରେ ରାଶ୍ୟାଧିପତି ଅବସ୍ଥାନ କରି ଅଷ୍ଟମସ୍ଥ ଯୋଗୁ କର୍ମଜଞ୍ଜାଳ ବୃଦ୍ଧି ଜନିତ ସ୍ବାସ୍ଥ୍ୟହାନୀ ଘଟିପାରେ। ଶନିକ୍ଷେତ୍ରସ୍ଥ ଚନ୍ଦ୍ର ଯୋଗୁ କାହାକୁ କିଛି ନ କହିଲେ ମଧ୍ୟ ମନ ଭିତରଟା ବିଶେଷ ଭଲ ରହିବ ନାହିଁ। ପ୍ରତ୍ୟେକ କ୍ଷେତ୍ରରେ ଶତ୍ରୁତା କରୁଥିବା ବ୍ୟକ୍ତିମାନଙ୍କ ଠାରୁ ଦୂରତା ରଖି କାମ କରିବା ଭଲ ହେବ।
ବିଛା
ବିଛା
ମୁଖଭାବରେ ଶନି ପ୍ରଭାବରୁ ଆପଣଙ୍କ ନୀରବତା ଅନ୍ୟମାନଙ୍କ ସନ୍ଦେହକୁ ଦ୍ୱିଗୁଣିତ କରିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ଆପଣ ଯେତେ ପାଇଲେ ମଧ୍ୟ ଆହୁରି ଅଧିକ ପାଇବା ସକାଶେ ବ୍ୟାକୁଳତା ପ୍ରକାଶ କରିବେ। ପରିବହନ, ଶିଳ୍ପ ଓ ବ୍ୟବସାୟ, ବାଣିଜ୍ୟରେ ପ୍ରତିବନ୍ଧକ ଦୂରେଇବା ପାଇଁ ପ୍ରଯନତ୍ କଲେ ସଫଳତା ପାଇବେ।
ଧନୁ
ଧନୁ
କୌଣସି ପ୍ରକାରର ଅସୁବିଧା ନ ଥିଲେ ମଧ୍ୟ ପାପଗ୍ରହଙ୍କ କୁପ୍ରଭାରୁ ଦୈହିକ ଓ ମାନସିକ ସ୍ଥିତି ପ୍ରାୟତଃ ଭଲ ରହିବନାହିଁ। ଫଳରେ ସାଧାରଣ ଘଟଣାକୁ କେନ୍ଦ୍ରକରି ପରିବାରରେ ଅଶାନ୍ତ ପରିସ୍ଥିତି ସୃଷ୍ଟିହେବାର ସୂଚନା ରହିଛି। କୈାଣସି ପରିଚିତ ବ୍ୟକ୍ତିଙ୍କ କାର୍ଯ୍ୟକଳାପ ଆପଣଙ୍କ କର୍ମ କ୍ଷେତ୍ରକୁ ବିଶୃଙ୍ଖଳିତ କରିପାରେ।
ମକର
ମକର
ସପ୍ତମାଧିପତି ଚନ୍ଦ୍ର ସ୍ବଗୃହୀ ହେତୁ ଆଗାମୀ ଯାତ୍ରା, ବାଣିଜ୍ୟ, ବ୍ୟବସାୟ ଓ ବିବାହ ପ୍ରସ୍ତାବ ସମ୍ପର୍କୀୟ ଚିନ୍ତାରେ ଆପଣଙ୍କୁ ନିମଗ୍ନ କରାଇପାରେ। କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀମାନେ କାମ ହାସଲ ସକାଶେ ଆପଣଙ୍କ ସହଯୋଗ ଲୋଡ଼ିପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ନିର୍ମାଣ, ସଭାସମିତି ପ୍ରଭୃତିରୁ ସୁଫଳ ପାଇବେ।
କୁମ୍ଭ
କୁମ୍ଭ
ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣ ମଧ୍ୟରେ ରହିଲେ ମଧ୍ୟ ପାପଗ୍ରହ କାସରଣରୁ ମାନସିକ ସ୍ଥିତି ସେତେଟା ଭଲ ରହି ନ ପାରେ। ସ୍ବଗୃହୀ ଶୁକ୍ର ପ୍ରଭାବରୁ ବନ୍ଧୁ ସମ୍ପର୍କ, ପରିବହନ, ବିବାଦୀୟ ପରିସ୍ଥିତି, ସଭାସମିତି ଓ ଆନୁଷ୍ଠାନିକ କାମରେ ବିଶେଷ ଅସୁବିଧା ହେବନାହିଁ। କଳା, କ୍ରୀଡା, ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ରାଜନୀତି ଓ ସାହିତ୍ୟକ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ।
ମୀନମୀନ
ଦୈହିକ ସୁସ୍ଥ ସଙ୍ଗକୁ ବନ୍ଧୁମାନଙ୍କ ସାହାଯ୍ୟ,ସହଯୋଗ ଆପଣଙ୍କ କଥା ଓ କାମରେ ସହାୟକ ହେବ। ପିଲା ମାନଙ୍କ ସମସ୍ୟା ଓ ପାଇଁ ମାଧାନ ମନ ଅସ୍ଥିର ରହିବ ଓ ମାନସିକ ବ୍ୟଥା ଅନୁଭବ କରିବେ। ଦୁର୍ବଳ ଓ ପାପଗ୍ରସ୍ଥ ଧନାଧିପତି କାରଣରୁ ପରିସ୍ଥିତିବଶତଃ ଧାର, କରଜ କରି ଆବଶ୍ୟକତାକୁ ଚଳାଇ ନେବାକୁ ବାଧ୍ୟ ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୧୧ ତାରିଖ – Daily Horoscope

ମେଷ ଆଜି କର୍ମଭାବସ୍ଥ ଚନ୍ଦ୍ର ଏକାଧାରରେ ପାରିବାରିକ ଜୀବନ ଏବଂ କର୍ମକ୍ଷେତ୍ର ସକାଶେ ଶୁଭଫଳ ପ୍ରଦାନ କରିବେ। କିନ୍ତୁ ଶନିକ୍ଷେତ୍ରସ୍ଥ ହେତୁ ବିଭିନ୍ନ କାରଣକୁ କେନ୍ଦ୍ରକରି ମାନସିକ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୦ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଦ୍ୱିଜା ନକ୍ଷତ୍ରର ମନ ହର୍ଷିତ ରହିବ। ସ୍ଥଗତି କାମକୁ ସମ୍ପନ୍ନ କରିବା ସକାଶେ ଉତ୍ସହ, ଉଦ୍ଦୀପନା ବୃଦ୍ଧି ପାଇପାରେ। ପରିସ୍ଥିତିବଶତଃ…

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri