Posted inRasifala

ରାଶିଫଳ: ଶୁକ୍ରବାର, ନଭେମ୍ବର ୧୫ ତାରିଖ – Daily Horoscope

ମେଷ
ଅର୍ଥଲାଭ ସଙ୍ଗକୁ କର୍ମକ୍ଷେତ୍ରରେ ଉଚ୍ଚ ପଦାଧିକାରୀ ସହଯୋଗ କରିବାର ପ୍ରତିଶ୍ରୁତି ଦେବେ। ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ଶିଥିଳତା ପରିଲକ୍ଷିତ ହେଲେ ମଧ୍ୟ ଲାଭ କିଛି ଊଣା ହେବନି। ପରିବାରରେ ଅଶାନ୍ତ ଦୂର ହେବା ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ପାରନ୍ତି। ସୁଖ ସମ୍ମାନ ପାଇଲେ ସୁଧା ଏକାକୀତ୍ୱ ଅନୁଭବ କରି ଦୁଃଖିତ ହେବେ।
ବୃଷ
ବୃଷ
ଆଜି ସହକର୍ମୀ, ପାଖ ପଡ଼ୋଶୀ କିମ୍ବା ବନ୍ଧୁବର୍ଗ ମାନଙ୍କ ସାହାଯ୍ୟ, ସହାନୁଭୂତି ଲାଭ କରି କାର୍ଯ୍ୟ ସାଧନ କରିବେ। ବିଶେଷ ଅସୁବିଧା ନ ହେଲେ ମଧ୍ୟ ଅଜଣା ଅଶୁଣା ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ। ଅନ୍ୟମନସ୍କହେତୁକ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହୋଇପାରନ୍ତି। ଅଫିସରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ।
ମିଥୁନ
ମିଥୁନ
ପ୍ରତ୍ୟେକ କାମରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିବେ। ଆର୍ଥିକ ଦୃଷ୍ଟି କୋଣରୁ ଦୀର୍ଘଦିନର ଆଶା ଫଳବତୀ ହେବ। ଉଚ୍ଚ ପଦାଧିକାରୀଙ୍କ ସମ୍ମୁଖରେ ମନର ଭାବକୁ ପ୍ରକାଶ କରି କାମ ହାସଲରେ ସମର୍ଥ ହେବେ। ମହିଳାମାନଙ୍କ ସକାଶେ ଭ୍ରାତୃ ସମ୍ପର୍କରେ କିଛିଟା ଅବନତି ପରିଲକ୍ଷିତ ହେବ ।
କର୍କଟ
କର୍କଟ
ଯେତେ ଚେଷ୍ଟା କଲେ ମଧ୍ୟ ସୁବିଧାରେ କାମ ହାସଲ କରିବା କଷ୍ଟକର ହୋଇପାରେ। ଆଲୋଚନା ସମୟରେ ଅନ୍ୟାୟ ବିରୋଧରେ ସ୍ବର ଉଠାଇବେ ସତ କିନ୍ତୁ ସହଯୋଗ ପାଇବେନି ବରଂ ଅପ୍ରିୟ ସତ୍ୟ କହି ବନ୍ଧୁ ବିରୋଧୀ ହେବେ। ଶିଳ୍ପ, ବାଣିଜ୍ୟ, ଯାତ୍ରା,ରାଜନୀତି, ପ୍ରଶାସନ କ୍ଷେତ୍ରରେ ସମସ୍ୟାକୁ ସୁଧାରି ନେବା ପାଇଁ ପ୍ରଯନତ୍ କରିପାରନ୍ତି।
ସି˚ହ
ସି˚ହ
ଆଜି ବହୁତ ଦିନରୁ ଖୋଜୁଥିବା ଜିନିଷ ମଧ୍ୟ ସୁବିଧାରେ ପାଇଯିବେ। କର୍ମକ୍ଷେତ୍ରରେ ପଦୋନ୍ନତି ଘଟିବା ନତୁବା ସ୍ଥାନାନ୍ତରର ସୂଚନା ରହିଛି। ସଭାସମିତିରେ ପ୍ରିୟଜନ ମାନଙ୍କୁ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ପିଲାଙ୍କ ମନମୁଖି କାର୍ଯ୍ୟ ମନରେ ଅସନ୍ତୋଷ ସୃଷ୍ଟିକରିବା
କନ୍ୟା
କର୍ମ କ୍ଷେତ୍ରରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ପାରିବାରିକ କ୍ଷେତ୍ରରେ ଖର୍ଚ୍ଚଭାର ଯୋଗୁ ଚିନ୍ତାପ୍ରକଟ କରିପାରନ୍ତି। ଆଗାମୀ ମାଙ୍ଗଳିକ କାମ ପରିପ୍ରେକ୍ଷୀରେ ଗାଡ଼ିମୋଟର, ଯାନ୍ତ୍ରିକ ଜିନିଷ କିମ୍ବା ଘର ସାଜସଜ୍ଜାରେ ବ୍ୟସ୍ତ ରହିବାକୁ ପଡ଼ିପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ କିମ୍ବା ପରିବହନରେ ସମସ୍ୟାର ସମାଧାନ ହୋଇଯିବ।
ତୁଳା
ତୁଳା
ଅଧିକାଂଶ ସମୟ ହାତ ଖାଲି ରହିବା କାରଣରୁ କେତେକ କାମ ଅଧୁରା ରହିଯାଇପାରେ। ଅତି ନିକଟରେ ରହି ସାହାଯ୍ୟ କରୁଥିବା ବ୍ୟକ୍ତି ଉପରେ ବିରକ୍ତି ପ୍ରକାଶ କରନ୍ତୁ ନାହିଁ। କେତେକ କ୍ଷେତ୍ରରେ ମନକଥା ମନରେ ରଖି ଗୁରୁଜନମାନଙ୍କୁ ପ୍ରତାରିତ କରି ଅନୁଶୋଚନା କରିବେ। ଅଫିସ୍‌ରେ ପରିଚାଳନା ଦାୟିତ୍ୱ କ୍ରମେ ବୃଦ୍ଧି ପାଇବ।
ବିଛା
ବିଛା
ଏଇ ଅଳ୍ପ କେତେଦିନ ହେଲା ଯେଉଁ ଟେନ୍ସନ ମଧ୍ୟଦେଇ ଗତି କରୁଥିଲେ ତାହାର ପରିସମାପ୍ତି ଘଟିବ। ନୂତନ କାମରେ ପ୍ରବେଶ କରିବା ସହ ଆର୍ଥିକ ଉନ୍ନତି ଘଟିବାରୁ ଆମତ୍ତୃପ୍ତି ଲାଭ କରିବେ। ପାରିବାରିକ ସୁସ୍ଥତା ଫେରି ପାଇବେ। କର୍ମ କ୍ଷେତ୍ରରେ ବିଶିଷ୍ଟ ବ୍ୟକ୍ତିମାନଙ୍କ ନିକଟରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ।
ଧନୁ
ଧନୁ
ଅଧିକାଂଶ ସମୟ ମନ ବିଚଳିତ ରହିବା କାରଣରୁ ଧୈର୍ଯ୍ୟଚ୍ୟୁତି ଘଟିପାରେ। ପାରିବାରିକ ସମସ୍ୟା ପଛକୁ ପକାଇ ଏକ ଗୁରୁତ୍ୱପୂର୍ଣ୍ଣ କାମକୁ ପ୍ରାଧାନ୍ୟ ଦେବେ। ପ୍ରକାଶନ, ପ୍ରଶାସନ,ଗବେଷଣା, କଳା, ସାହିତ୍ୟ ପ୍ରଭୃତି କ୍ଷେତ୍ରରେ ଶୁଭଫଳ ପାଇବେ। ଜଣାଶୁଣା ବ୍ୟକ୍ତିବିଶେଷ କିମ୍ବା କୌଣସି ଗୁରୁବର୍ଗୀୟ ବ୍ୟକ୍ତି ଚିନ୍ତାର କାରଣ ହେବେ।
ମକର
ମକର
କର୍ମକ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ନିଜ ସଂସ୍ପର୍ଶରେ ଆସୁଥିବା ଲୋକମାନଙ୍କୁ ମୁଗ୍ଧ କରିବେ। ଆର୍ଥିକ ସ୍ଥିତି ମଧ୍ୟ ମନ୍ଦ ହେବନି, କିନ୍ତୁ ଋଣ ଭାର କ୍ରମଶଃ ବୃଦ୍ଧି ପାଉଥିବା କାରଣରୁ ସାମୟିକ ଚିନ୍ତା କରିବେ। ଦୀର୍ଘ ପ୍ରତୀକ୍ଷାର ଅବସାନ ଘଟିବ । ବ୍ୟବସାୟୀମାନେ ନିଜର ପ୍ରାଧାନ୍ୟ ବିସ୍ତାର କରି ବନ୍ଧୁଙ୍କ ସମସ୍ୟାକୁ ସୁଧାରି ନେବେ।
କୁମ୍ଭ
କୁମ୍ଭ
ଗତକାଲିଠାରୁ ସ୍ଥଗିତ କାମକୁ ଆଜି ପୂରା ଦମ୍‌ରେ କରିବା ପାଇଁ ନିଷ୍ପତ୍ତି ନେବେ। କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବା ଦ୍ୱାରା ଅଟକି ଥିବା କାମ ତ୍ୱରାନ୍ବିତ ହେବ। ସାହିତ୍ୟ, କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ପାଇବେ। ସାଧାରଣ କଥାକୁ କେନ୍ଦ୍ରକରି ଗୃହରେ କଳହ ସୃଷ୍ଟି ହୋଇପାରେ। ହଠାତ୍‌ କୌଣସି ଖବର ପାଇ ଖୁସି ହେବେ।
ମୀନମୀନ
ଉନ୍ନତ ଚିନ୍ତା ଓ ଯୋଜନା ମନୋବଳ ବୃଦ୍ଧିରେ ସହାୟକ ହେବ। ଋଣ ପରିଶୋଧ କରି ଏକ ପ୍ରକାର ହାଲୁକା ଅନୁଭବ କରିବେ। ଶିଳ୍ପ, ବ୍ୟବସାୟ ଓ ପରିବହନ ତଥା ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। ଏକ ବିଶେଷ କାର୍ଯ୍ୟକ୍ରମ ମଧ୍ୟରେ ବନ୍ଧୁ ମିଳନରୁ ଆନନ୍ଦିତ ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଜୁଲାଇ ୩୧ ତାରିଖ – Daily Horoscope

ମେଷ ପରିବାରରେ ଅଯଥା ସନ୍ଦେହ ଓ ଭୁଲ୍‍ ବୁଝାମଣାଜନିତ ମତପାର୍ଥକ୍ୟର ଆଶଙ୍କା ରହିଛି। ବନ୍ଧୁଙ୍କ ଦୁଃଖଦ ପରିସ୍ଥିତି ପାଇଁ ମନ ଛଟପଟ ହୋଇପାରେ। କର୍ମକ୍ଷେତ୍ରରେ ସୁସମ୍ପର୍କ ଅଭାବରୁ…

ରାଶିଫଳ: ଗୁରୁବାର, ଜୁଲାଇ ୩୦ ତାରିଖ – Daily Horoscope

ମେଷ ଆଜିର ଗ୍ରହଯୋଗ ଆପଣଙ୍କୁ ଅର୍ଥ,ବିଳାସବ୍ୟସନ, ସନ୍ତାନସୁଖ,ନୂତନମୈତ୍ରୀ ସୃଷ୍ଟିକରି ମୁହଁରେ ହସ ଫୁଟାଇବେ। ସାମାନ୍ୟ କଥାରୁ ପାରିବାରିକ ସମସ୍ୟା ଦେଖାଦେଇପାରେ। ଶନି ପ୍ରଭାବରୁ ବିଭିନ୍ନ ଝାମେଲା ମଧ୍ୟରେ…

ରାଶିଫଳ: ବୁଧବାର, ଜୁଲାଇ ୨୯ ତାରିଖ – Daily Horoscope

ମେଷ ବିଭିନ୍ନ ସମସ୍ୟା ମଧ୍ୟରେ କର୍ମକ୍ଷେତ୍ରରେ ଅସ୍ଥିରତା ଲାଗିରହିବ। ପାରିବାରିକ କ୍ଷେତ୍ରରେ ମତାନ୍ତର ଓ ବିତର୍କ ଜନିତ ଅଶାନ୍ତ ପରିସ୍ଥିତିର ଆଶଙ୍କା ଦେଖାଦେବ। ନିଜ ପରିସରର ଭଦ୍ରବ୍ୟକ୍ତିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri