Posted inRasifala

ରାଶିଫଳ: ଶୁକ୍ରବାର, ଫେବ୍ରୁଆରି ୭ ତାରିଖ – Daily Horoscope

ମେଷ
ଆଜିର କର୍ମକ୍ଷେତ୍ରରେ କୌଣସି ବିଶିଷ୍ଟବ୍ୟକ୍ତିଙ୍କ ସହାୟତା ଲାଭ କରିବାର ସୁଯୋଗ ପାଇବେ। ଆଜକୁ କେତେଦିନ ହେଲା ମନେ ମନେ ଯାହା ଭାବୁଥିଲେ ତାହା ଆଜି ସହଜ ଓ ସୁବିଧାରେ ପାଇଯିବେ। ପ୍ରତିବନ୍ଧକ କାରଣରୁ ବ୍ୟବସାୟ, ବାଣିଜ୍ୟ ଓ ପରିବହନ ବାଧାପ୍ରାପ୍ତ ହୋଇପାରେ। ସାମାଜିକସ୍ତରରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ।
ବୃଷ
ବୃଷ
ବିଭିନ୍ନ ପ୍ରକାର ଘରୋଇ ଝମେଲା କାରଣରୁ ମନଟା ଭଲ ରହିବ ନାହିଁ। ଅବଶ୍ୟ ଯେଉଁ କାମରେ ହାତ ଦେଇଛନ୍ତି ତାହାକୁ ଯେ କୌଣସି ପ୍ରକାରେ କରିବାରେ ସମର୍ଥ ହେବେ। ବ୍ୟବସାୟ,ପରିବହନ, ଲେଖାପଢ଼ା ଓ ପ୍ରଶାସନ ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ଆଲୋଚନା ପରିସରରେ ବନ୍ଧୁମାନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ପ୍ରଦର୍ଶନ କରି ପ୍ରଶଂସିତ ହୋଇପାରନ୍ତି।
ମିଥୁନ
ମିଥୁନ
ଆଜି ଦେହ ଓ ମନ ଭଲ ରହିବ ଏବଂ ବହୁତ ଦିନରୁ ଅଟକି ରହିଥିବା କାମଗୁଡିକ ସୁବିଧାରେ ହୋଇଯିବ। କିନ୍ତୁ କାମ କରିବାର ସ୍ପୃହା ଥିଲେ ମଧ୍ୟ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ। ପାରିବାରିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଓ ଓଲଟା ବୁଝାମଣା ଯୋଗୁ ବିତର୍କ ଲାଗିବାର ଆଶଙ୍କା ରହିଛି। ଆର୍ଥିକ ପରିସ୍ଥିତି ବଦଳାଇବା କିମ୍ବା କିଛି କରିବା ସକାଶେ କର୍ମମୁଖର ହୋଇପାରନ୍ତି।
କର୍କଟ
କର୍କଟ
ଆଜିର ଦିନଟିରେ ହସଖୁସିରେ ସମୟ କଟାଇବେ। ଅତୀତ କଥାକୁ ଚିନ୍ତାକରି ଆପଣ ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି ବାସ୍ତବରେ ସେମିତି କିଛି ହେବନି। ଶିଳ୍ପ, ବ୍ୟବସାୟ, ବାଣିଜ୍ୟ ଓ ପରିବହନ ତଥା ନିର୍ମାଣରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ଅର୍ଥହାନି ଓ ଅଭାବ ଅସୁବିଧା ଯୋଗୁ ସାମୟିକ ଚିନ୍ତିତ ରହିପାରନ୍ତି।
ସି˚ହ
ସି˚ହ
ଆର୍ଥିକ ଅନଟନ ମଧ୍ୟରେ ଅଣନିଃଶ୍ୱାସୀ ହେବେ, କିନ୍ତୁ ପରିଶେଷରେ କିଛି ପାଇବାର ଆଶା ରହିଛି। ପ୍ରଶାସନ, ଆଇନ, ଅଦାଲତ ଓ ପ୍ରତିଦ୍ୱନ୍ଦ୍ୱିତା, ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ମାତ୍ର ସାବଧାନ ରହିବା ଭଲ ହେବ। କାରଣ ଅପ୍ରିୟ ସତ୍ୟ କହି ସହକର୍ମୀଙ୍କ ଚକ୍ଷୁଶୂଳ ହୋଇପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଲାଭବାନ୍‌ ହେବେ।
କନ୍ୟା
କାର୍ଯ୍ୟ ହାସଲ ସକାଶେ ମାଗଣାରେ କୌଣସି କାମ କରିବା ସମ୍ଭବପର ହେବନାହିଁ, ବରଂ କିଛି ଦେଇ କାମ ହାସଲ କରିପାରିବେ। କର୍ମକ୍ଷେତ୍ରରେ ଅବହେଳା ଯୋଗୁ କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟହେବେ। ମାଲିମକଦ୍ଦମା, ତର୍କ ବିତର୍କ, ସଭାସମିତି, ସଙ୍ଗଠନ, ନିର୍ମାଣ ଓ ପରିବହନ କ୍ଷେତ୍ରରୁ ଶୁଭଫଳ ପାଇବେ।
ତୁଳା
ତୁଳା
ଦିନଟି ପ୍ରତ୍ୟେକ କାମ ପାଇଁ ଅନୁକୂଳ ରହିବ ଏବଂ ଆଶା ଅନୁଯାୟୀ ଦ୍ରବ୍ୟ ମଧ୍ୟ ପାଇଯିବେ। ଆଜିର ପ୍ରତ୍ୟୁଷ ଯାତ୍ରାରେ ଅଭିଳଷିତ ଜିନିଷ ପାଇ ମନ ଖୁସୀ ହୋଇଯିବ। ଶିଳ୍ପ, ବାଣିଜ୍ୟ ,ରାଜନୀତି, କଳା,କ୍ରୀଡ଼ା, ଚଳଚ୍ଚିତ୍ର , ସାହିତ୍ୟ, ସାମ୍ବାଦିକତା ଓ ପ୍ରଶାସନିକ ସ୍ତରରେ କିଛିଟା ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ।
ବିଛା
ବିଛା
ମନଇଚ୍ଛା କାମ କରିଚାଲନ୍ତୁ, ସାଧାରଣ ବ୍ୟତିକ୍ରମ ଦେଖାଗଲେ ମଧ୍ୟ କାମ ଅଟକିବ ନାହିଁ। ଯାହାକୁ ବେଶି ଭଲ ପାଉଛନ୍ତି ତାହାଠାରୁ ପ୍ରତିଦାନ ପାଇବା କଷ୍ଟକର ହୋଇପଡ଼ିବ। ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ। କଳା, ସାହିତ୍ୟ, ପ୍ରକାଶନ, ରାଜନୀତି ଓ କ୍ରୀଡ଼ା, ଚଳଚ୍ଚିତ୍ରରେ ସମସ୍ୟା ଆପଣାଛାଏଁ ସମାଧାନ ହୋଇଯିବ।
ଧନୁ
ଧନୁ
କର୍ମକ୍ଷେତ୍ରରେ ସହକର୍ମୀଙ୍କଠାରୁ ଭୁଲ୍‌ ଖବର ପାଇ ସାମୟିକ ଭାବେ ବିବ୍ରତ ହୋଇପାରନ୍ତି। ପାଖପଡ଼ୋଶୀ ପ୍ରତିଷ୍ଠା ଓ ପ୍ରଶଂସାକୁ ସହି ନ ପାରି ଭିନ୍ନ ପ୍ରକାରର ମନ୍ତବ୍ୟ ଦେବେ। ପରିବାରରେ ପାରଷ୍ପରିକ ବୁଝାମଣା ହେତୁ ଭ୍ରାତୃ ସମ୍ପର୍କରେ ଉନ୍ନତି ପରିଲକ୍ଷିତ ହେବ। କର୍ମକ୍ଷେତ୍ରରେ ସମସ୍ୟାକୁ ଈର୍ଷାପରାୟଣ ବ୍ୟକ୍ତି ବଢ଼ାଇ ଦେଇପାରନ୍ତି।
ମକର
ମକର
ସକାଳୁ ସକାଳୁ ନିକଟ ସମ୍ପର୍କୀୟମାନଙ୍କ ଅନୁକମ୍ପା ଲାଭ କରି କାର୍ଯ୍ୟ ପାଇଁ ପ୍ରସ୍ତୁତ ହୋଇପାରନ୍ତି। ପାରିବାରିକ କ୍ଷେତ୍ରରେ ମାନସିକ ଅଶାନ୍ତି କ୍ରମଶଃ ବୃଦ୍ଧି ପାଇବ। ଧନିଷ୍ଠା ନକ୍ଷତ୍ର ଆକସ୍ମିକ ଭାବେ କଳହର ସମ୍ମୁଖୀନ ହୋଇପାରନ୍ତି। ବନ୍ଧୁମାନଙ୍କ ସହ ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବା ସଙ୍ଗକୁ ରପ୍ତାନି କାରବାର, ଏଜେନ୍ସି, ସାମ୍ବାଦିକତାରେ ପ୍ରଶଂସିତ ହେବେ।
କୁମ୍ଭ
କୁମ୍ଭ
ବହୁଦିନ ହେଲା ଯେଉଁ ଜିନିଷଟି ନ ପାଇ ବ୍ୟସ୍ତ ହେଉଥିଲେ ଆଜି ତାହା ଅତି ସୁବିଧାରେ ପାଇଯିବେ। ବିବାଦୀୟ ଘଟଣା କିମ୍ବା କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରୁ ଲାଭ ଏବଂ ଆଲୋଚନା କାଳରେ ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ବାକ୍ଷରିତ ହୋଇପାରେ।
ମୀନମୀନ
ଆଜି ଅଟକି ରହିଥିବା କାମଗୁଡିକ ସୁବିଧାରେ ସମ୍ପନ୍ନ ହେବା କଷ୍ଟକର ହୋଇପଡ଼ିବ। କିନ୍ତୁ ବନ୍ଧୁମାନଙ୍କ ନିକଟରୁ ଅର୍ଥ ଓ ସମ୍ମାନ ପାଇବାରେ କୌଣସି ଅସୁବିଧା ହେବନାହିଁ। ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର, ନିର୍ମାଣ, ପରିବହନ, ସଭାସମିତି କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ। କର୍ମକ୍ଷେତ୍ରରେ କାର୍ଯ୍ୟଦକ୍ଷତା ହେତୁ ପ୍ରଶଂସିତ ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

ରାଶିଫଳ: ରବିବାର, ଫେବୃଆରୀ ୮ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ବିବାଦୀୟ ମନ୍ତବ୍ୟ ଦେଇ ସମାଲୋଚିତ ହେବେ। ଏକାଦଶସ୍ଥ ଗ୍ରହ ପ୍ରଭାବରେ ଯାତ୍ରା, କାର୍ଯ୍ୟସାଧନ ସାଙ୍ଗକୁ ପାରିବାରିକ ସମସ୍ୟା ସୁଧାରି ନେଇପାରନ୍ତି। ଆବଶ୍ୟକତା ପୂରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri