Posted inRasifala

ରାଶିଫଳ: ଶୁକ୍ରବାର , ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ
ଦକ୍ଷତା ଓ ସଚ୍ଚୋଟତା ହେତୁ କର୍ମକ୍ଷେତ୍ରରେ ପ୍ରାଧାନ୍ୟତା ଅକ୍ଷୁଣ୍ଣ ରହିବ। ଇଚ୍ଛା ନ ଥିଲେ ମଧ୍ୟ ପରିସ୍ଥିତିରେ ପଡ଼ି କେତେକ କାମ କରିବାକୁ ବାଧ୍ୟ ହେବେ। ଅଶ୍ୱିନୀ ନକ୍ଷତ୍ର ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଆନୁଷ୍ଠାନିକ କାମରେ ଆଦର ଅଭ୍ୟର୍ଥନା ମିଳିବ ଏବଂ ସବୁରି ସ୍ନେହ ଶ୍ରଦ୍ଧା ଅବଶ୍ୟ ପାଇବେ।
ବୃଷ
ବୃଷ
ଆଜିର ପ୍ରତ୍ୟୁଷ ଯାତ୍ରା, ବାଣିଜ୍ୟ, ପ୍ରତିଦ୍ୱନ୍ଦ୍ୱିତା, ସ୍ତ୍ରୀ ସମ୍ପର୍କରେ ଉନ୍ନତ ଫଳ ଆଶା କରିପାରନ୍ତି। କୃତ୍ତିକା ନକ୍ଷତ୍ରର ଭୁଲ୍‌ ବୁଝାମଣା କାରଣରୁ ପାରିବାରିକ ପରିସ୍ଥିତି ଗୋଳମାଳିଆ ରହିବ। ବେପରୁଆ କାର୍ଯ୍ୟକଳାପ ନିମନ୍ତେ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହୋଇପାରନ୍ତି। ଅନ୍ୟର ଭଲ ସକାଶେ ନିଜକୁ ଉତ୍ତରଦାୟୀ କରିପାରନ୍ତି।
ମିଥୁନ
ମିଥୁନ
ମୃଗଶିରା ନକ୍ଷତ୍ର ସକାଶେ ଆଜିର ସମୟଟି ବୃଥା ଭ୍ରମଣ ଓ ଅଯଥା ଖର୍ଚ୍ଚାନ୍ତ ମଧ୍ୟରେ ଅତିବାହିତ ହେବ। ଅଭାବ ଅସୁବିଧା ଲାଗିରହିଥିଲେ ମଧ୍ୟ କୌଣସି କାମ ଅଟକିବ ନାହିଁ। ପ୍ରତ୍ୟୁଷ ଯାତ୍ରାରେ ସଫଳତା ପାଇବେ କିନ୍ତୁ ନୀଚ ଜାତିର ବ୍ୟକ୍ତିଙ୍କ ସହ କଳହ ଲାଗିପାରେ। ପରୋକ୍ଷ ଶତ୍ରୁତା ଓ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ୱାରା ତିରସ୍କୃତ ହୋଇପାରନ୍ତି।
କର୍କଟ
କର୍କଟ
ଏକାଦଶସ୍ଥ ଚନ୍ଦ୍ର ହେତୁ ମନୋବଳ ବୃଦ୍ଧି ପାଇବ। ଆଶା ପୂରଣ ହେବା ନେଇ ନିଶ୍ଚିତ ରହିବେ। ଅଶ୍ଳେଷା ନକ୍ଷତ୍ର ପାଇଁ କିଛି ସୁବିଧା ସାଙ୍ଗକୁ କିଛି ଅସୁବିଧା ରହିଥିବାରୁ ଦ୍ୱନ୍ଦ୍ୱ ଭିତର ଦେଇ ଗତିକରିବେ। ପାରିବାରିକ କ୍ଷେତ୍ରରେ ଉତ୍ତମ ବୁଝାମଣାଜନିତ ଜୀବନଯାତ୍ରା ମଧୁମୟ ହେବ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ ଓ ଫାଇଲ୍‌ କାମରେ ନିମଗ୍ନ ରହିବେ।
ସି˚ହ
ସି˚ହ
ନିଜ ଲୋକଙ୍କ ଭୁଲ୍‌ ଯୋଗୁ ମୁଣ୍ଡ ନୁଆଁଇବାକୁ ପଡ଼ିପାରେ। ଭିତରେ ରାଗରେ ଜଳୁଥିଲେ ମଧ୍ୟ ଉପରେ କିଛି କହିବାକୁ ସାହସ କରିପାରିବେ ନାହିଁ। କର୍ମକ୍ଷେତ୍ରରେ ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀଙ୍କ ସାନ୍ନିଧ୍ୟରେ ଆସିବେ। ପୂର୍ବା ଫାଲ୍‌ଗୁନୀ ନକ୍ଷତ୍ର ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି।
କନ୍ୟା
ଆଜି ହସ୍ତା ନକ୍ଷତ୍ର ସକାଶେ ଦିନଟି ସାମଗ୍ରିକ ଦୃଷ୍ଟିକୋଣରୁ ବହୁତ ଭଲ ରହିବ। କୌଣସି ବନ୍ଧୁ ଆର୍ଥିକ ସମସ୍ୟାକୁ ସୁଧାରିନେବେ। ପାରିବାରିକ ପ୍ରତିକୁଳ ପରିସ୍ଥିତି ଯୋଗୁ ଚିନ୍ତା କରିଥିବା କାମଗୁଡ଼ିକ ଠିକ୍‌ଭାବେ ସମ୍ପୂର୍ଣ୍ଣ ନ ହୋଇପାରେ। ପ୍ରତ୍ୟେକ କ୍ଷେତ୍ରରେ ସାମାନ୍ୟ ଅସୁବିଧା ଥିବାର ଅନୁଭବ କରିବେ।
ତୁଳା
ତୁଳା
ବନ୍ଧୁଗହଣରେ ଖୁସି ଗପ ଓ ମଉଜ ମଜଲିସ୍‌ ପାଇଁ ମନ ବଳିବ। କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବା କାରଣକୁ ନେଇ ବ୍ୟସ୍ତତା ବୃଦ୍ଧି ପାଇପାରେ। କାର୍ଯ୍ୟବ୍ୟସ୍ତତା ଯୋଗୁ ଅବସର ପାଇବେ ନାହିଁ କିମ୍ବା ଖାଦ୍ୟପେୟରେ ମଧ୍ୟ ଠିକ୍‌ ରହିବ ନାହିଁ। ସ୍ବାତୀ ନକ୍ଷତ୍ର ପାଇଁ ପାରିବାରିକ ସମସ୍ୟା ଦୁଶ୍ଚିନ୍ତାର କାରଣ ହେବ।
ବିଛା
ବିଛା
ଝିନ୍‌ଝଟ୍‌ ମଧ୍ୟରେ ସମୟ ଚାଲୁଥିବାରୁ ମାନସିକ ଶାନ୍ତି ଦୁରୂହ ହୋଇପାରେ। ସବୁ ଥାଇ ମଧ୍ୟ କିଛି ନ ଥିଲା ଭଳି ପରିସ୍ଥିତି ଭିତରେ ଗତିକରିବେ। ମିଥ୍ୟାପବାଦରେ ନିନ୍ଦିତ ହୋଇପାରନ୍ତି। ସମସ୍ତଙ୍କୁ ସରଳ ଭାବେ ଗ୍ରହଣ କରିବା ଅସୁବିଧାର କାରଣ ହେବ। ତଥାପି ଅନୁରାଧା ସକାଶେ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେଇପାରନ୍ତି।
ଧନୁ
ଧନୁ
ସମସ୍ୟାବହୁଳ କର୍ମକ୍ଷେତ୍ର ଓ ପାରିବାରିକ ପରିସ୍ଥିତି ମନକୁ ଅସ୍ଥିର କରିପାରେ। ପ୍ରତ୍ୟେକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କଲେ ଭଲ। ଆଜିର ଯାତ୍ରା ସମୟରେ ଅପରିଚିତ ବ୍ୟକ୍ତି ଜଣକ ସକାଶେ ବ୍ୟସ୍ତତା ବଢ଼ିବ। ଉତ୍ତରାଷାଢ଼ା ନକ୍ଷତ୍ର ସକାଶେ ସାମାଜିକ କାମରେ ପ୍ରଶଂସା ମିଳିବ।
ମକର
ମକର
ବିବାଦୀୟ ପରିସ୍ଥିତି ଲାଗି ରହିଲେ ମଧ୍ୟ କାମ ହାସଲରେ ଅସୁବିଧା ହେବନାହିଁ। ଶ୍ରବଣା ନକ୍ଷତ୍ର କାମ ପୂର୍ଣ୍ଣାଙ୍ଗ କରିବା କଷ୍ଟକର ହୋଇପାରେ। ଆବଶ୍ୟକତା ପୂରଣ ଲାଗି କରଜ କରିବାକୁ ବାଧ୍ୟହେବେ। ପ୍ରତ୍ୟେକ କ୍ଷେତ୍ରରେ ନିଜର ସୀମା ଭିତରେ ଜଗିରଖି ଚଳିବା ଭଲହେବ, ନତୁବା କଳହ ଭିତରକୁ ଟାଣି ହୋଇପାରନ୍ତି।
କୁମ୍ଭ
କୁମ୍ଭ
ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବାରୁ ଆଶ୍ୱସ୍ତି ମିଳିପାରେ। ଶତଭିଷା ନକ୍ଷତ୍ର ସକାଶେ କର୍ମକ୍ଷେତ୍ରରେ ସୁଯୋଗ ଆପଣାଛାଏଁ ଆସିବ ଏବଂ ଯାହା ଓ ଯେତିକି ପାଇବା କଥା ପାଇବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସାମାଜିକ ସ୍ତରରେ ଅଯଥା ମୂଲ୍ୟହୀନ କଥାକୁ ଗୁରୁତ୍ୱ ଦେଇ ଶୋକାକୁଳ ରହିପାରନ୍ତି।
ମୀନମୀନ

ସମସ୍ୟା ମଧ୍ୟରେ କାଳାତିପାତ କରିବା ହେତୁ ମାନସିକସ୍ତରରେ ସମ୍ପୂର୍ଣ୍ଣ ସୁସ୍ଥତା ରହିବ ନାହିଁ। ମିତ୍ରଙ୍କ ସାହାଯ୍ୟରୁ ଅଟକି ରହିଥିବା କାମ ସମ୍ପୂର୍ଣ୍ଣ ହୋଇଯିବ ମାତ୍ର ଏଥିଲାଗି କଠିନ ପରିଶ୍ରମ କରିବାକୁ ପଡ଼ିପାରେ। ବାସ୍ତବବାଦୀ ଚିନ୍ତାଧାରା ହେତୁ ଅନ୍ୟମାନଙ୍କ ସହ କମ୍‌ ସମ୍ପର୍କଜନିତ ସମାଲୋଚିତ ହୋଇପାରନ୍ତି। ଆନୁଷ୍ଠାନିକ କାମରେ ପ୍ରଶଂସିତ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମେ ୨୫ ତାରିଖ – Daily Horoscope

ମେଷ ଆଜି ସହକର୍ମୀଙ୍କ ସହଭାଗିତାରୁ ସମସ୍ତ କାର୍ଯ୍ୟରେ ସିଦ୍ଧିଲାଭ ଘଟିବ। ରବି ବୁଧ ମୁଖଭାବରେ ଅବସ୍ଥାନ କରି ଅପ୍ରିୟ ସତ୍ୟଭାଷଣରୁ ପ୍ରତ୍ୟେକ ସ୍ତରରେ ସମସ୍ୟା ସୃଷ୍ଟି କରିବେ।…

ରାଶିଫଳ: ରବିବାର, ମେ ୨୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ କେତୁଙ୍କ ସଂଯୋଗରୁ ବିଭିନ୍ନ କାରଣରୁ ମନ ଭଲ ରହିନପାରେ। ବନ୍ଧୁବାନ୍ଧବ, ସହକର୍ମୀ, କରଜ, ଟଙ୍କା ପଇସାକୁ କେନ୍ଦ୍ରକରି କଳହ ଲାଗିପାରେ। ଦୈହିକ…

ରାଶିଫଳ: ଶନିବାର, ମେ ୨୩ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଏକାଦଶରେ ଶୁକ୍ର ପ୍ରଭାବରେ ବନ୍ଧୁମିଳନରୁ ଖୁସିରେ ସମୟ କାଟିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ର ଓ ପାରିବାରିକ ତଥା ସାମାଜିକ ସ୍ତରରେ ଚର୍ଚ୍ଚିତ ହୋଇପାରନ୍ତି। ନିଜ…

ରାଶିଫଳ: ଶୁକ୍ରବାର , ମେ ୨୨ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଦୃଢ ମାନସିକତା ଯୋଗୁ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ…

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି କର୍ମାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ଆପଣ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରିବେ। ଉଚ୍ଚପଦାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରାଇବ। ପରିବାରରେ…

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଆପଣଙ୍କ ଉଦ୍ୟମକୁ ଚରିତାର୍ଥ କରାଇବାରେ ସହାୟକ ହେବ ା ଉଚ୍ଚମନ, ଉକତ୍ୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି…

ରାଶିଫଳ: ସୋମବାର, ମେ ୧୮ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ର ଏବଂ ପାରିବାରିକ ସ୍ଥିତି ପ୍ରୀତିପ୍ରଦ ରହିବ। ବ୍ୟବହାରରେ ସଂଯମତା ଅଭାବରୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ବିଭିନ୍ନ ପ୍ରକାର କାର୍ଯ୍ୟ ବ୍ୟସ୍ତତା କାରଣରୁ…

ରାଶିଫଳ: ରବିବାର, ମେ ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ରସ୍ଥ ଚନ୍ଦ୍ର ଆର୍ଥିକ, ସାମାଜିକ ଏବଂ ପାରିବାରିକ ଜୀବନକୁ ଋଦ୍ଧିମନ୍ତ କରିବ। ଦ୍ୱାଦଶସ୍ଥ ମଙ୍ଗଳ ଭ୍ରାତୃ ସମ୍ପର୍କରେ ତିକ୍ତତା ସୃଷ୍ଟି ହେବ। କର୍ମକ୍ଷେତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri