Posted inRasifala

ରାଶିଫଳ: ଶୁକ୍ରବାର, ମେ ୩୧ ତାରିଖ – Daily Horoscope

ମେଷ
ଆଜିର ଶୁକ୍ର ଓ ଚନ୍ଦ୍ରଙ୍କ ସମ୍ବନ୍ଧରୁ ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ଲାଭ କରିପାରିବେ। ଖର୍ଚ୍ଚଭାରର ଆଧିକ୍ୟ, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ ରହିପାରନ୍ତି। ଭାଇ, ପଡ଼ୋଶୀ କିମ୍ବା ନିକଟ ସମ୍ପର୍କୀୟମାନେ ନିଆଁରେ ଘିଅ ଢାଳିଲା ପରି କଟୁ କଥା କହି ମାନସିକ ଆଘାତ ଦେଇପାରନ୍ତି। ଯାତ୍ରା, ପରିବହନ, ବ୍ୟବସାୟିକ ସ୍ଥିତି, କର୍ମକ୍ଷେତ୍ର ପ୍ରାୟତଃ ହାଲୁକା ରହିବ।
ବୃଷ
ବୃଷ
ଯେଉଁ କାମରେ ମୁଣ୍ଡ ପୂରାଇଛନ୍ତି, ସେଥିରେ ବନ୍ଧୁବର୍ଗ ଓ ଆତ୍ମୀୟସ୍ବଜନଙ୍କ ସାହାଯ୍ୟ ପୂର୍ଣ୍ଣମାତ୍ରାରେ ରହିବ। ଫଳରେ ଆପଣ ଯେମିତି, ଯାହା ଚାହୁଁଛନ୍ତି ତାହା ତ ନିଶ୍ଚିତ ଭାବରେ ପାଇପାରିବେ। ମାତ୍ର ଯେକୌଣସି ଆଲୋଚନାରେ ତର୍କ, ବିବାଦୀୟ କଥା ଓ ପିଲାଙ୍କ ସମସ୍ୟା ନେଇ ବ୍ୟସ୍ତତା ବଢ଼ିପାରେ। ସଭାସମିତି, ନୂତନ କାର୍ଯ୍ୟାରମ୍ଭରୁ ଖୁସି ରହିବେ।
ମିଥୁନ
ମିଥୁନ
ପାପଗ୍ରହ ପ୍ରଭାବରୁ ଆପଣଙ୍କ ଭଲ କାମର ପ୍ରଶଂସା ବଦଳରେ ନିନ୍ଦୁକ ଗୋଷ୍ଠୀ ଓ ଈର୍ଷାପରାୟଣ ବ୍ୟକ୍ତିମାନେ ନିନ୍ଦା ଗାଇ ବୁଲିବେ। ବାକି ରଖିଥିବା ଲୋକଟିକୁ ବକେୟା ମାଗିବା କାରଣରୁ ପରିସ୍ଥିତି ଉତ୍ତେଜନା ମୂଳକ ହୋଇପାରେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କିଛିଟା ସମସ୍ୟା ଦେଖା ଦେଇପାରେ।
କର୍କଟ
କର୍କଟ
ଆଜି କର୍ମଭାବରେ ଚନ୍ଦ୍ର ବିଳାସକାରକ ଗ୍ରହଯୁକ୍ତ ହେତୁ କର୍ମକ୍ଷେତ୍ର ଓ ପାରିବାରିକ ସ୍ଥିତି ବହୁତ ଭଲ ରହିବ। ମାତ୍ର ଅଫିସରେ ଅଶ୍ଳେଷା ନକ୍ଷତ୍ର ଅନ୍ୟମାନଙ୍କ ବେଖାତିର ମନୋଭାବ ହେତୁ ଟିକିଏ ଟିକିଏ କଥାରେ ରାଗିପାରନ୍ତି। ଜମା ପଟୁ ନ ଥିବା ପ୍ରତିଦ୍ୱନ୍ଦ୍ୱୀ, ଦୋଷାରୋପ କରି ସମସ୍ୟାକୁ ବଢ଼ାଇ ଦେବାର ସୂଚନା ରହିଛି।
ସି˚ହ
ସି˚ହ
କଥାବାର୍ତ୍ତାରେ ସଂଯମତା ଅଭାବରୁ ବର୍ତ୍ତମାନ ପରିସ୍ଥିତିରେ ଅନ୍ୟମାନଙ୍କ ସହ ଆକସ୍ମିକ ଶତ୍ରୁତା ସୃଷ୍ଟି ହୋଇପାରେ। ହଜି ଯାଇଥିବା ଟଙ୍କା କିମ୍ବା ଦରକାରୀ କାଗଜପତ୍ର କୌଣସି ଅଲଗା ସ୍ଥାନରେ ରଖି ଚିନ୍ତିତ ଓ ବିରକ୍ତ ହୋଇ ପାରନ୍ତି। ଅନ୍ୟମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ବିଦେଶ ଯାତ୍ରାକୁ ମନ ବଳାଇବେ।
କନ୍ୟା
ଅଧିକାଂଶ ସମୟରେ ନିଜର ଭୁଲ୍‌ ବୁଝାମଣା ଜନିତ ବିଶୃଙ୍ଖଳିତ କାର୍ଯ୍ୟ ସମସ୍ୟା ସୃଷ୍ଟିର ମୂଳ କାରଣ ହେବାର ସୂଚନା ରହିଛ। ଈର୍ଷା ଓ ଅସୂୟା ମନୋଭାବ ପୋଷଣ କରି ନିଜ ଲୋକମାନେ ଶତ୍ରୁତା ଆଚରଣ କରି ପାରନ୍ତି। ନିଜ ପରିସରରେ କୌଣସି ସ୍ପର୍ଶକାତର କଥାରେ ଚିହ୍ନା ପଡ଼ନ୍ତୁ ନାହିଁ। ଅସାବଧାନତା କାରଣରୁ ସୁନା, ଅଳଙ୍କାର ହଜି ଯାଇପାରେ।
ତୁଳା
ତୁଳା
ଅତି ନିକଟରେ ରହି ଶତ୍ରୁତା କରୁଥିବା ଲୋକଟି ପ୍ରତି ସତର୍କ ରୁହନ୍ତୁ, ନତୁବା ଅସୁବିଧାରେ ପଡ଼ିପାରନ୍ତି। ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ଭଲ ପାଉଥିବା ବନ୍ଧୁ କିମ୍ବା ପଡ଼ୋଶୀ ଭୁଲ୍‌ ଧାରଣା ପୋଷଣ କରିପାରନ୍ତି। ସତର୍କତା ଅଭାବରୁ ଟଙ୍କା, ସୁନା, ଚୋରି ହୋଇ ଯାଇପାରେ। କର୍ମକ୍ଷେତ୍ର, ପାରିବାରିକ ସ୍ଥିତି, ଆନୁଷ୍ଠାନିକ କାର୍ଯ୍ୟ ପାଇଁ କୌଣସି ଅସୁବିଧା ହେବନାହିଁ ା
ବିଛା
ବିଛା
ନୂତନ କାମରେ ହାତ ଦେଇ ଏକ ପ୍ରକାର ମାନସିକ ପରିତୃପ୍ତି ଲାଭ କରିପାରନ୍ତି। ପ୍ରତ୍ୟେକ ଦିଗରୁ ଖର୍ଚ୍ଚ କମାଇବା ପାଇଁ ଚେଷ୍ଟା କଲେ ଉପକୃତ ହେବେ। ସାମୟିକ ଭାବରେ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି। ସାମାଜିକ ସ୍ତରରେ ଭାବିଚିନ୍ତି କାମ ନ କଲେ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇପାରେ।
ଧନୁ
ଧନୁ
କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ କେବଳ ଉପଦେଶ ଶୁଣି ଶୁଣି ମନରେ ବିରକ୍ତି ଆସିପାରେ। ଶିଳ୍ପ, ବ୍ୟବସାୟରେ ଅର୍ଥ ସମ୍ପର୍କୀୟ ଟଣାଓଟରା ଲାଗିବାର ଆଶଙ୍କା ରହିଛି। ପାରିବାରିକ ସ୍ତରରେ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ। ଉପରିସ୍ଥଙ୍କ ସମ୍ମୁଖରେ ମନର ଭାବକୁ ପ୍ରକାଶ କରିବା କ୍ଷେତ୍ରରେ ପଛେଇ ଯାଇପାରନ୍ତି।
ମକର
ମକର
ଉଚ୍ଚ ଚିନ୍ତା ଓ ସଂଯମିତ ଚିନ୍ତାଧାରା ପ୍ରଭାବରେ ପ୍ରତ୍ୟେକ ପରିସ୍ଥିତିକୁ ସୁଧାରି ନେଇପାରିବେ। କାର୍ଯ୍ୟସିଦ୍ଧି ସାଙ୍ଗକୁ ଅର୍ଥ ଲାଭ ଓ ବନ୍ଧୁମିଳନରୁ ମଧ୍ୟ ମନ ଖୁସି ରହିବ। କର୍ମ କ୍ଷେତ୍ରରେ ଖଳ ଲୋକମାନଙ୍କ କୃତ ଅପମାନଜନକ ସ୍ଥିତିରୁ ସହସା ରକ୍ଷା ପାଇପାରନ୍ତି। କିନ୍ତୁ ପୂର୍ବାଷାଢ଼ା ନକ୍ଷତ୍ର ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହେବେ।
କୁମ୍ଭ
କୁମ୍ଭ
ପାରିବାରିକ ଅବସ୍ଥାରେ ବିଶେଷ ଉନ୍ନତି ଦେଖା ନ ଦେଲେ ମଧ୍ୟ ପରିସ୍ଥିତି ଶାନ୍ତ ରହିବ। କୌଣସି କ୍ଷେତ୍ରରେ ଅଧୈର୍ଯ୍ୟ ହୁଅନ୍ତୁ ନାହିଁ, ବନ୍ଧୁଙ୍କ ସହାନୁଭୂତି ନିଶ୍ଚୟ ଲାଭ କରିବେ। ଈର୍ଷାପରାୟଣ ବ୍ୟକ୍ତିମାନେ ପ୍ରତିଷ୍ଠା ଓ ପ୍ରଶଂସାକୁ ସହି ନ ପାରି ମନକୁ ଦୁଃଖ ଦେବା ଭଳି ମନ୍ତବ୍ୟ ଦେଇପାରନ୍ତି। ଅର୍ଥ ସଂକଟ ପରିସ୍ଥିତିକୁ ବଦଳାଇ ଦେବାର ଆଶଙ୍କା ରହିଛି।
ମୀନମୀନ
କର୍ମକ୍ଷେତ୍ରରେ ଫାଇଲ୍‌ କାମ ବୃଦ୍ଧି ପାଇବା କାରଣରୁ ଘରକଥା ବୁଝିବା ପାଇଁ ସମୟ ପାଇବେ ନାହିଁ। ବନ୍ଧୁ କିମ୍ବା ଗୁରୁଜନଙ୍କ ପ୍ରେରଣାରେ ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରି ସଫଳତା ହାସଲ କରିପାରିବେ। ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ଚିନ୍ତାଜନକ ସ୍ଥିତି ସୃଷ୍ଟି କରିବ। ଦିନଟିରେ କିଛି ଭଲ ଓ କିଛି ମନ୍ଦର ମିଶ୍ରିତ ଫଳ ଆଜି ଅନୁଭବ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର , ମେ ୨୨ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଦୃଢ ମାନସିକତା ଯୋଗୁ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ…

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି କର୍ମାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ଆପଣ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରିବେ। ଉଚ୍ଚପଦାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରାଇବ। ପରିବାରରେ…

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଆପଣଙ୍କ ଉଦ୍ୟମକୁ ଚରିତାର୍ଥ କରାଇବାରେ ସହାୟକ ହେବ ା ଉଚ୍ଚମନ, ଉକତ୍ୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି…

ରାଶିଫଳ: ସୋମବାର, ମେ ୧୮ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ର ଏବଂ ପାରିବାରିକ ସ୍ଥିତି ପ୍ରୀତିପ୍ରଦ ରହିବ। ବ୍ୟବହାରରେ ସଂଯମତା ଅଭାବରୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ବିଭିନ୍ନ ପ୍ରକାର କାର୍ଯ୍ୟ ବ୍ୟସ୍ତତା କାରଣରୁ…

ରାଶିଫଳ: ରବିବାର, ମେ ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ରସ୍ଥ ଚନ୍ଦ୍ର ଆର୍ଥିକ, ସାମାଜିକ ଏବଂ ପାରିବାରିକ ଜୀବନକୁ ଋଦ୍ଧିମନ୍ତ କରିବ। ଦ୍ୱାଦଶସ୍ଥ ମଙ୍ଗଳ ଭ୍ରାତୃ ସମ୍ପର୍କରେ ତିକ୍ତତା ସୃଷ୍ଟି ହେବ। କର୍ମକ୍ଷେତ୍ରରେ…

ରାଶିଫଳ: ଶନିବାର, ମେ ୧୬ ତାରିଖ – Daily Horoscope

ମେଷ ଆଜି କାମ ହାସଲ କରିବାରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିବେ। ଘାତଚନ୍ଦ୍ର ଯୋଗୁ ବାଣିଜ୍ୟ ବାଧାପ୍ରାପ୍ତ ହୋଇପାରେ। ପାରିବାରିକ ଜୀବନରେ ବୁଝାମଣା କ୍ଷେତ୍ରରେ ମତାନ୍ତରର…

ରାଶିଫଳ: ଶୁକ୍ରବାର, ମେ ୧୫ ତାରିଖ – Daily Horoscope

ମେଷ ବିଶିଷ୍ଟବ୍ୟକ୍ତିଙ୍କ ସହାୟତାରେ କାମଗୁଡ଼ିକୁ ସମ୍ପନ୍ନ କରିବାରେ କିଛି ଅସୁବିଧା ହେବନାହିଁ। ରହି ଯାଇଥିବା ଫାଇଲ କାମଟିକୁ ଆଜି ହିଁ ଆରମ୍ଭ କରିବାକୁ ମନ ବଳାଇବେ ଓ…

ରାଶିଫଳ: ଗୁରୁବାର, ମେ ୧୪ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅଶ୍ୱିନୀ ନକ୍ଷତ୍ରର ବନ୍ଧୁଙ୍କ ସହ ଭୁଲ୍‌ ବୁଝାମଣା କାରଣରୁ ମନ ଅଶାନ୍ତ ରହିପାରେ। ତଥାପି ଶାରୀରିକ ସୁସ୍ଥତା, ଆର୍ଥିକ ଉନ୍ନତି ଏବଂ ପ୍ରତିଯୋଗିତାରେ ସଫଳତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri