Advertisement
Posted inRasifala

ରାଶିଫଳ: ଶୁକ୍ରବାର, ସେପ୍ଟେମ୍ବର ୧୩ ତାରିଖ – Daily Horoscope

ମେଷ
କର୍ମ କ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ ପାଇ ଏବଂ କାମକୁ ତ୍ୱରାନ୍ବିତ କରିବା ସକାଶେ ନିଷ୍ପତି ନେବେ। ଅ-ନାମାକ୍ଷର ବ୍ୟକ୍ତି ଅବହେଳା କାରଣରୁ ସ୍ବାସ୍ଥ୍ୟରେ ସାମାନ୍ୟ ବତିକ୍ରମ ଦେଖା ଦେଇପାରେ। ଆଶା କରିଥିବା ଦିଗରୁ ଅର୍ଥପ୍ରାପ୍ତି ହେବ ନାହିଁ। ପ୍ରଶାସନ, ଆଇନ ଅଦାଲତ, ସଭା ସମିତି ଓ ବ୍ୟବସାୟ କ୍ଷେତ୍ରରେ ଉପକୃତ ହେବେ।
ବୃଷ
ବୃଷ
ଆଜିିର ଜୀବନଯାତ୍ରା ବ-ନାମାକ୍ଷର ବ୍ୟକ୍ତି ସକାଶେ ବ୍ୟୟ ବହୁଳ ହୋଇପାରେ। ଗୃହସୀମା, ଗାଡି ମୋଟର, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ମାନସିକ କ୍ଷେତ୍ରରେ ଆଶଙ୍କା ଓ ଉଦ୍‌ବେଗ ସୃଷ୍ଟି କରିପାରେ। ବନ୍ଧୁଙ୍କ ଠାରୁ ସାହାଯ୍ୟର ପ୍ରତଶ୍ରୁତି ପାଇ ଟେନସନ୍‌ ଦୂର ହେବ। କଳା ସାହିତ୍ୟ, ସଙ୍ଗୀତ, କ୍ରୀଡା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ସୁଫଳ ଓ ଆନନ୍ଦ ମିଳିବ।
ମିଥୁନ
ମିଥୁନ
ଭୁଲ୍‌ ବୁଝାମଣା କାରଣରୁ ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଘ-ନାମାକ୍ଷର ବ୍ୟକ୍ତି ଶିକ୍ଷା, ନୂତନ ବନ୍ଧୁ ସମ୍ପର୍କ ସ୍ଥାପନ କ୍ଷେତ୍ରରେ ଆଶା ଅନୁଯାୟୀ ଫଳ ପାଇବେ। କର୍ମକ୍ଷେତ୍ରରେ ଉପର ଅଧିକାରୀମାନେ ଆପଣଙ୍କୁ ପ୍ରଶଂସା କରି ପାରନ୍ତି। ବନ୍ଧୁଙ୍କ ନିକଟରେ ମନକଥାକୁ ଲୁଚାଇ ରଖିପାରିବେ ନାହିଁ॥
କର୍କଟ
କର୍କଟ
ଆପଣ ଯେତେ ଭଲ ଚିନ୍ତା କଲେ ମଧ୍ୟ ଅନ୍ୟମାନେ ଆପଣଙ୍କ ମନୋଭାବକୁ ସହଜରେ ବୁଝତ୍ ପାରିବେ ନାହିଁ। କିନ୍ତୁ ଡ-ନାମାକ୍ଷର ବ୍ୟକ୍ତିଙ୍କ ଅଟକି ରହିଥିବା କାମଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ। ବାଣିଜ୍ୟ ଓ ବ୍ୟବସାୟରେ ସଫଳତା ହାସଲ କରିବେ। ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍‌ ବୁଝିବେ।
ସି˚ହ
ସି˚ହ
ମ-ନାମାକ୍ଷର ବ୍ୟକ୍ତିଙ୍କ ଉନ୍ନତିରେ ଈର୍ଷାପରାୟଣ ହୋଇ ବିଭିନ୍ନ ପ୍ରକାରର ସମସ୍ୟା ସୃଷ୍ଟି କରି ପାରନ୍ତି। ଆର୍ଥିକ ସ୍ବଚ୍ଛଳତା ଊଣା ନ ହେଲେ ମଧ୍ୟ ମାନସିକ ଶାନ୍ତି ବ୍ୟାହତ ହେବ। ଅଫିସରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ। ସହକର୍ମୀ କିମ୍ବା ପାଖ ପଡୋଶୀମାନେ କେତେକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବେ।
କନ୍ୟା
ମିତ୍ରମାନେ ସୁପରାମର୍ଶ ନ ଦେଇ କିଛି ସମସ୍ୟା ମୂଳକ କାମ ପ୍ରତି ପ୍ରଲୋଭିତ କରାଇ ପାରନ୍ତି। ପୂ-ନାମାକ୍ଷର ବ୍ୟକ୍ତିମାନେ କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। ପାରିବାରିକ ସ୍ତରରେ ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରି ଦ୍ୱନ୍ଦ୍ୱରେ ପଡି ପାରନ୍ତି। ସମ୍ପର୍କୀୟ ଭାଇଙ୍କ ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟା ପାଇଁ ଚିନ୍ତା କରିବେ।
ତୁଳା
ତୁଳା
ତ-ନାମାକ୍ଷର ବ୍ୟକ୍ତିଙ୍କ କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାରର ସମସ୍ୟା ଦେଖା ଦେଇପାରେ। ଅତୀତର କୌଣସି ବିବାଦୀୟ ଘଟଣା ମନକୁ ବିବ୍ରତ କରିବାର ଆଶଙ୍କା ରହିଛି। ଆଜି ପ୍ରିୟ ବନ୍ଧୁମାନଙ୍କ ସହ ବିଭିନ୍ନ ସ୍ଥାନ ପରିଦର୍ଶନର ମଉକା ଜୁଟିବ। ସ୍ବାସ୍ଥ୍ୟ, ପରିବାର, କର୍ମକ୍ଷେତ୍ର, ଅର୍ଥ ସମ୍ପର୍କୀୟ କଥା ଆଲୋଚନା ପାଇଁ ସମୟ ପ୍ରାୟତଃ ଅନୁକୂଳ ରହିବ।
ବିଛା
ବିଛା
ବହୁତ ଦିନରୁ ଅଟକି ରହିଥିବା କାମଟି ଉପରିସ୍ଥଙ୍କର ସୌଜନ୍ୟରୁ ହୋଇଯିବ। ନ-ନାମାକ୍ଷର ବ୍ୟକ୍ତି ଦୃଢ଼ ପଦକ୍ଷେପ ନେଇ ବକେୟା ଅର୍ଥକୁ ହାସଲ କରିବାରେ ସମର୍ଥ ହେବେ। କ୍ରୟବିକ୍ରୟ କ୍ଷେତ୍ରରେ ସତର୍କ ନ ହେଲେ ଠକାମିରେ ପଡିପାରନ୍ତି। ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ ଏବଂ ଆଗାମୀ ଆନୁଷ୍ଠାନିକ କାର୍ଯ୍ୟ ସକାଶେ ବିବ୍ରତ ହୋଇପାରନ୍ତି।
ଧନୁ
ଧନୁ
ଆଜି ସକାଳୁ ସକାଳୁ ଜଣେ ବନ୍ଧୁ ଆସି କୌଣସି ଗୁରୁତ୍ୱପୂର୍ଣ୍ଣ କଥା କହି ପାରନ୍ତି। ଭୂ-ନାମାକ୍ଷର ବ୍ୟକ୍ତି କର୍ମକ୍ଷେତ୍ରରେ ମିଥ୍ୟାଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବାକୁ ବାଧ୍ୟ ହେବେ। ବିଳାସ ଉପକରଣ କ୍ରୟ କରିବା ସକାଶେ ଘରୁ ବରାଦ ପାଇପାରନ୍ତି। ପରୋକ୍ଷ ଶତ୍ରୁତା ଯୋଗୁ କର୍ମକ୍ଷେତ୍ର ବିବାଦୀୟ ହୋଇ ଉଠିବ।
ମକର
ମକର
ଆଜି ଯାହା କିଛି କରିବେ ସେଥିରେ ସାମାନ୍ୟ ବ୍ୟତିକ୍ରମ ଦେଖା ଦେଇପାରେ। ପୂର୍ବଶତ୍ରୁତା ପ୍ରତି ସତର୍କ ରହି କାମ କରିବା ଭଲ ହେବ। ଖ-ନାମାକ୍ଷର ବ୍ୟକ୍ତି ମୁହଁ ଖୋଲିଲେ ପାଖ ପଡୋଶୀଙ୍କ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ବନ୍ଧୁଙ୍କ ମେଳରେ ଦିନଟି ଭଲରେ କଟିବ । କର୍ମ କ୍ଷେତ୍ରରେ ଖୁବ୍‌ ଆଶାବାଦୀ ହେବେ।
କୁମ୍ଭ
କୁମ୍ଭ
ଶ-ନାମାକ୍ଷର ବ୍ୟକ୍ତିଙ୍କର ମନୋବଳ ବୃଦ୍ଧି ପାଇବା କାରଣରୁ କର୍ମକ୍ଷେତ୍ରରେ ଅଗ୍ରଗାମୀ ହେବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ନିର୍ମାଣ, କଚେରି ମାମଲାରେ ଉନ୍ନତି ପରିଲକ୍ଷିତ ହେବ। ପରିବାର ଭିତରେ ବସନ ଭୂଷଣ ପ୍ରଭୃତି କ୍ରୟ କରିବା ନେଇ ସମସ୍ୟା ଦେଖା ଦେଇପାରେ। ବନ୍ଧୁଙ୍କ ସହ ପାରସ୍ପରିକ ଅସହଯୋଗ କେତେକ ସାଧାରଣ ସମସ୍ୟା ସୃଷ୍ଟି କରିବ।
ମୀନମୀନ
ଦ-ନାମାକ୍ଷର ବ୍ୟକ୍ତିଙ୍କର ସାମାନ୍ୟ ବିଳମ୍ବ ହେଲେ ମଧ୍ୟ ହାତକୁ ନେଇଥିବା କାମ ଅଟକି ରହିବ ନାହିଁ। ଶତ୍ରୁମାନେ ଚେଷ୍ଟା କଲେ ମଧ୍ୟ କିଛି କ୍ଷତି କରିପାରିବେ ନାହିଁ। କର୍ମକ୍ଷେତ୍ରର କେତେକ ଫାଇଲ୍‌ କାମ ସକାଶେ ସମସ୍ୟାରେ ପଡ଼ି ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ବନ୍ଧୁମାନଙ୍କ ସହ ଆଜିର ଆନୁଷ୍ଠାନିକ କିମ୍ବା ସାମାଜିକ କାମରେ ଖଟଣି ବଢିଯିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଅକ୍ଟୋବର ୫ ତାରିଖ – Daily Horoscope

ମେଷ ଆପଣ ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରିପାରନ୍ତି । ସବୁ କିଛି ଶୁଣି ପାରିବା ପରେ ଫେରିବା...

ରାଶିଫଳ: ଶନିବାର, ନଭେମ୍ବର ୨୩ ତାରିଖ – Daily Horoscope

ମେଷ ବିଭିନ୍ନ ସମସ୍ୟାରେ ଜଡ଼ିତ ରହିଲେ ମଧ୍ୟ ଆନନ୍ଦର ଅନୁଭୂତି ଲାଭ କରିପାରିବେ । ବନ୍ଧୁମାନଙ୍କ ସାହାଯ୍ୟରୁ ପ୍ରତିଦ୍ୱନ୍ଦ୍ୱିତାରେ, ପାରିବାରିକ ସମସ୍ୟା ସମାଧାନରେ, ଜମିଜମା ବିବାଦରେ...

ରାଶିଫଳ: ସୋମବାର, ଜୁଲାଇ ୨୨ ତାରିଖ – Daily Horoscope

ମେଷ ଆପଣଙ୍କ ରାଶିପାଇଁ ଆଜି କୃଷ୍ଣପକ୍ଷର ଦ୍ୱାଦଶଚନ୍ଦ୍ର କଲ୍ୟାଣ ଚନ୍ଦ୍ର ହେତୁ ଯାତ୍ରାରେ ସଫଳତା, କାର୍ଯ୍ୟସିଦ୍ଧି ସଙ୍ଗକୁ ସତ୍‌କାର୍ଯ୍ୟରେ ଅର୍ଥ ବିନିଯୋଗ କରିବେ। ବାଣିଜ୍ୟ, ବ୍ୟବସାୟରେ...

ରାଶିଫଳ: ଗୁରୁବାର, ଜୁନ୍ ୨ ତାରିଖ – Daily Horoscope

ମେଷ ଆଜି ଭଲ କାମଗୁଡ଼ିଏ କରିବେ ଏବଂ ବିଶିଷ୍ଟ ବ୍ୟକ୍ତିଙ୍କ ଦ୍ୱାରା ସମ୍ମାନିତ ହେବେ। ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମ ତ୍ୱରାନ୍ବିତ...

ରାଶିଫଳ: ଗୁରୁବାର, ଅଗଷ୍ଟ ୨୭ ତାରିଖ – Daily Horoscope

ମେଷ ମଙ୍ଗଳଙ୍କ ପ୍ରଭାବରୁ ଆରୋଗ୍ୟ ଲାଭ ହେତୁ ସାମୟିକ ଆଶ୍ୱସ୍ତି ଅନୁଭବ କରିବେ। ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ, କିନ୍ତୁ ଆତ୍ମୀୟସ୍ବଜନଙ୍କ ପାଇଁ ଚିନ୍ତା...

ରାଶିଫଳ: ରବିବାର, ଜୁନ୍ ୭ ତାରିଖ – Daily Horoscope

ମେଷ ପ୍ରକୃତିବଶତଃ ମନର ଅସନ୍ତୋଷକୁ କଠୋର ବାକ୍ୟରେ ପ୍ରକାଶ କରିପାରନ୍ତି। ବହୁତଦିନରୁ ଟଙ୍କା ନେଇଥିବା ଲୋକ ବିଷୟରେ କିମ୍ବା ବ୍ୟବସାୟିକ କିଛି ବିଫଳତାକୁ ନେଇ ଚିନ୍ତିତ...

ରାଶିଫଳ: ଶନିବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ କେତେକ ଅପ୍ରୀତିକର ପରିସ୍ଥିତିର ସାମ୍‌ନା କରିବାକୁ ପଡ଼ିପାରେ। ଭଲ ଭଲ କହୁଥିବା ନିକଟ ସମ୍ପର୍କୀୟମାନେ ପଛରେ ବିଭିନ୍ନ ପ୍ରକାରର କଥା କହୁଥିବାର ଶୁଣିବାକୁ...

ରାଶିଫଳ: ଗୁରୁବାର, ଅଗଷ୍ଟ ୦୧ ତାରିଖ – Daily Horoscope

ମେଷ ଆଜି ନିକଟ ସମ୍ପର୍କୀୟଙ୍କ ସାହାଯ୍ୟ ନେଇ ଅଭିଳଷିତ କାର୍ଯ୍ୟ କରିପାରିବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ସଭାସମିତି, ଦୋକାନବାଡି, ସତ୍‌ସଙ୍ଗ, ଆଲୋଚନା ତଥା...

Advertisement
Archives

Model This Week