Posted inRasifala

ରାଶିଫଳ: ସୋମବାର, ଅଗଷ୍ଟ ୦୫ ତାରିଖ – Daily Horoscope

ମେଷ
ଆଜିର ଷଷ୍ଠସ୍ଥ ଚନ୍ଦ୍ର ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ । କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ମଧ୍ୟ ଶିଥିଳତା ଦେଖାଦେବ। ଆବଶ୍ୟକତା ଅନୁଭବ କରି ନୂତନ ଗୃହୋପକରଣ କ୍ରୟ କରିପାରନ୍ତି।
ବୃଷ
ବୃଷ
ଚନ୍ଦ୍ରଙ୍କ ଏକାଦଶସ୍ଥ ଗ୍ରହମାନେ ଆପଣଙ୍କ ଆବଶ୍ୟକତା ପୂରଣ କରିବାରେ ଅନୁକୂଳ ପରିସ୍ଥିତି ସୃଷ୍ଟି କରିବେ । ଦୀର୍ଘଦିନରୁ ପରିକଳ୍ପନା କରିଥିବା ନୂତନ ଯୋଜନା ପାଇଁ ପରିବାରରୁ ସହଯୋଗ ମିଳିବ। କର୍ମକ୍ଷେତ୍ରରେ ବନ୍ଧୁଙ୍କୁ ସାହାଯ୍ୟ କରି ଆତ୍ମସନ୍ତୋଷ ପାଇବେ। କିନ୍ତୁ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖାଦେଇପାରେ ।
ମିଥୁନ
ମିଥୁନ
ରାହୁଙ୍କ କୁପ୍ରଭାବରେ ବିଭିନ୍ନ ପ୍ରକାର ଅଭାବ ଅନଟନ ମାନସିକ ଶାନ୍ତିକୁ ନଷ୍ଟ କରିପାରେ । ପାରିବାରିକ ସମସ୍ୟା କ୍ରମଶଃ ବଢ଼ିଯାଉଥିବାରୁ ମନର ଦୁଃଖକୁ ଲୁଚାଇ ରଖି ବନ୍ଧୁମାନଙ୍କ ସମ୍ମୁଖରେ ହସି ହସି ବାର୍ତ୍ତାଳାପ କରିପାରନ୍ତି। ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ । ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ।
କର୍କଟ
କର୍କଟ
ରାଜଯୋଗ କାରଣରୁ ଦୀର୍ଘଦିନରୁ ଆଶା କରିଥିବା ଦିଗରୁ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ । ଆନୁଷ୍ଠାନିକ ଅଥବା ପ୍ରଶାସନିକ ସ୍ତରରେ ଏପରି କି ଶିଳ୍ପ, ବାଣିଜ୍ୟରେ ମଧ୍ୟ ପ୍ରତିବନ୍ଧକକୁ ଦୂରେଇବାରେ ସମର୍ଥ ହେବେ। ଆକସ୍ମିକ ସ୍ଥାନାନ୍ତର ସୂଚନା ମନକୁ ଭାରାକ୍ରାନ୍ତ କରିପାରେ।
ସି˚ହ
ସି˚ହ
କର୍ମକ୍ଷେତ୍ର ପ୍ରତି ଶନି ଓ ରାହୁଙ୍କ କୁପ୍ରଭାବଜନିତ ସମସ୍ୟା ଓ ପାରିବାରିକ ସ୍ତରରେ ବିଭିନ୍ନ ପ୍ରକାର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । ଚନ୍ଦ୍ର ପ୍ରଭାବରେ ବନ୍ଧୁମାନଙ୍କୁ ମଧୁର ବାକ୍ୟ କହି କାର୍ଯ୍ୟ ହାସଲ କରିନେବେ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିପାରନ୍ତି । ଯାତ୍ରା, କ୍ରୀଡ଼ା ଓ ବିବାଦୀୟ କ୍ଷେତ୍ର ତଥା ପ୍ରତିଯୋଗିତାରେ କିନ୍ତୁ ସଫଳତା ପାଇପାରନ୍ତି।
କନ୍ୟା
ଚନ୍ଦ୍ରଙ୍କ ରାଶ୍ୟାବସ୍ଥାନ ହେତୁ ଯାହା ଚାହୁଁଛନ୍ତି ତାହା ପାଇବାରେ କୌଣସି ଅସୁବିଧା ହେବନାହିଁ । ପୁରାତନ ରୋଗ, ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ଅଧିକାଂଶ ସମୟ ବ୍ୟସ୍ତ ରହିବେ । କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ନିର୍ମାଣ, ଯୋଗାଯୋଗ, ସଙ୍ଗଠନ ଓ ପ୍ରଶାସନିକସ୍ତର ସମସ୍ୟାମୁକ୍ତ ରହିବ ।
ତୁଳା
ତୁଳା
ଦ୍ୱାଦଶ ଚନ୍ଦ୍ରଜନିତ କର୍ମକ୍ଷେତ୍ରରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ । ବନ୍ଧୁଙ୍କ ନିକଟରୁ ଭୁଲ୍‌ ଖବର ପାଇ ସାମୟିକ ଭାବେ ବିବ୍ରତ ହୋଇପାରନ୍ତି। କଳା, ସାହିତ୍ୟ, ନୂତନ କାର୍ଯ୍ୟାରମ୍ଭ ଓ ଶିଳ୍ପ, ବ୍ୟବସାୟ, ପରିବହନରେ ଉନ୍ନତି କରିବେ । ଭୁଲ୍‌ ବୁଝାମଣା ଓ ସନ୍ଦେହ କାରଣରୁ ପାରିବାରିକ ଅଶାନ୍ତି ଦେଖାଦେଇପାରେ।
ବିଛା
ବିଛା
ଶନିଙ୍କ ପ୍ରଭାବଜନିତ ଅତୀତର କୌଣସି ଘଟଣା କିମ୍ବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। କର୍ମକ୍ଷେତ୍ରରେ ଶତ୍ରୁତା ପଥରୋଧ କରୁଥିବାର ସନ୍ଦେହ କରି ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କରିପାରନ୍ତି। ରାଜନୀତି, ଆନୁଷ୍ଠାନିକ କାର୍ଯ୍ୟ, ନୂତନ ଯୋଜନାରମ୍ଭ ଓ ଦୂରଯାତ୍ରା କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ ।
ଧନୁ
ଧନୁ
ବୃହସ୍ପତିଙ୍କ ଶୁଭଦୃଷ୍ଟିରୁ ପାରିବାରିକ କ୍ଷେତ୍ରରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । କିନ୍ତୁ ଅଧିକାଂଶ ସମୟ ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହୋଇ ନ ପାରେ । ସ୍ବାସ୍ଥ୍ୟ ସମସ୍ୟା ଯୋଗୁ କୌଣସି ଗୁରୁତ୍ୱପୂର୍ଣ୍ଣ କାମ ଅଟକି ରହିଯିବାର ଆଶଙ୍କା ରହିଛି।
ମକର
ମକର
ମାନସିକ ଦୁଶ୍ଚିନ୍ତାଜନିତ ପରିବାରରେ ସାଧାରଣ ଘଟଣାକୁ କେନ୍ଦ୍ରକରି ଅଶାନ୍ତି ଉପୁଜିପାରେ। ଅପୂରଣୀୟ ଆଶା କିମ୍ବା ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ । ଅତୀତ ଘଟଣାବଳୀକୁ ବାରମ୍ବାର ମନେ ପକାଇ ଅନ୍ୟମନସ୍କ ହୋଇପାରନ୍ତି। କର୍ମକ୍ଷେତ୍ର ପ୍ରତି ଉଦାସୀନ ରହିଲେ ସମାଲୋଚିତ ହୋଇପାରନ୍ତି।
କୁମ୍ଭ
କୁମ୍ଭ
ଆଜିର ଅଫିସ କାମ ସମୟରେ ରୁକ୍ଷ ବ୍ୟବହାର ବନ୍ଧୁଙ୍କ ମନରେ ଆଘାତ ଦେଇପାରେ । ପାରିବାରିକ କ୍ଷେତ୍ରରେ କିନ୍ତୁ ସହମତିରେ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି। ନିଜ ଉପରେ ନ୍ୟସ୍ତ ଥିବା କାର୍ଯ୍ୟକୁ ଏକାଗ୍ରତା ସହ ତୁଲାଇ ପ୍ରଶଂସିତ ହୋଇପାରନ୍ତି। ଭଲ ସମ୍ପର୍କ ନ ଥିବା ବ୍ୟକ୍ତିଙ୍କ ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି।
ମୀନମୀନ
ଶାରୀରିକ ସୁସ୍ଥତା ଅକ୍ଷୁଣ୍ଣ ରହିଲେ ମଧ୍ୟ ଟେନ୍‌ସନ ଜମା ଛାଡ଼ିବ ନାହିଁ । ବନ୍ଧୁମାନଙ୍କ ପରାମର୍ଶକୁ ଅନୁଧ୍ୟାନ କରି ସମସ୍ୟା ସମାଧାନର ରାସ୍ତା ଖୋଜି ବାହାର କରିବେ। କିନ୍ତୁ ପାରିବାରିକ କ୍ଷେତ୍ରରେ ଅସୁବିଧା ନ ହେଲେ ମଧ୍ୟ ମନ ଅସ୍ଥିର ରହିପାରେ। ରାଜନୈତିକ ସ୍ଥିତି ପ୍ରତି କୌଣସି ସମସ୍ୟାର ସୁରାକ ପାଇ କୂଟନୀତି ବଳରେ କାର୍ଯ୍ୟ ସାଧନ କରିବେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୭ ତାରିଖ – Daily Horoscope

ମେଷ ଆଜିର ଏକାଦଶସ୍ଥ ଗ୍ରହ ସ୍ଥିତି ପ୍ରଭାବରେ ପରୀକ୍ଷା, ଇଣ୍ଟରଭ୍ୟୁ, ସନ୍ତାନଙ୍କ ଉନ୍ନତି ସାଙ୍ଗକୁ ଆର୍ଥିକକ୍ଷେତ୍ର ଭଲ ରହିବ। କର୍ମମୁଖର ରହିବା ସହ ପାରିବାରିକ ଜୀବନ ପ୍ରୀତିପ୍ରଦ…

ରାଶିଫଳ: ସୋମବାର, ଫେବୃଆରୀ ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। କିନ୍ତୁ ଅଶ୍ଳେଷା ସକାଶେ ଯେତେ ଭଲ କଲେ ମଧ୍ୟ ଅନ୍ୟମାନଙ୍କର ଆନ୍ତରିକତା ରହିବନି।…

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri