Posted inRasifala

ରାଶିଫଳ: ସୋମବାର, ଜୁନ୍ ୧୫ ତାରିଖ – Daily Horoscope

ମେଷ
ସୌନ୍ଦର୍ଯ୍ୟ ବୋଧର ନୂତନ ଅନୁଭବକୁ ଉପଲବ୍ଧତ୍ କରିବେ। ଦୀର୍ଘଦିନ ହେଲା ଚେଷ୍ଟା କରୁଥିବା କାମରେ ଆକସ୍ମିକ ସଫଳତା ସଙ୍ଗକୁ ଆଶା କରୁଥିବା ଦିଗରୁ ଅଧିକ ଧନ ପାଇ ଖୁସି ହେବେ। ନୂତନ ଯୋଜନା କ୍ଷେତ୍ରରେ ଉଚ୍ଚ ଆଶା ଧରି ଆଗେଇବେ। କୃତ୍ତିକା ନକ୍ଷତ୍ରର ମାନସିକ ସ୍ଥିତି ସେତେଟା ଭଲ ରହିବ ନାହିଁ ।
ବୃଷ
ବୃଷ
ଆଜି ରୋହିଣୀ ନକ୍ଷତ୍ର, କୌଣସି କ୍ଷେତ୍ରରେ ଆପଣ ଠିକ୍‌ ନିଷ୍ପତ୍ତି ନେଇପାରିବେ ନାହିଁ କିନ୍ତୁ ପରକ୍ଷଣରେ ସବୁ ଠିକ୍‌ । ନିର୍ଦ୍ଦିଷ୍ଟ ସମୟର କିଛି ପୂର୍ବରୁ ପରିସ୍ଥିତି ବଦଳି ଯିବ। କୌଣସି ଭୁଲ୍‌ କାମ କରି ଅନୁତପ୍ତ ହେବାକୁ ପଡିପାରେ। ପାରିବାରିକ କ୍ଷେତ୍ରରେ ବ୍ୟତିକ୍ରମ ରହିଥିଲେ ମଧ୍ୟ ବିଶେଷ ଅସୁବିଧା ହେବନାହିଁ ।
ମିଥୁନ
ମିଥୁନ
ପ୍ରତିବନ୍ଧକ ଲାଗି ରହିବା କାରଣରୁ କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡିବେ। ଦୀର୍ଘଦିନର ଆଶା ଫଳବତୀ ହେବାରେ ବନ୍ଧୁମାନେ ସାହାଯ୍ୟ କରିବେ। ଆଲୋଚନା କ୍ଷେତ୍ରରେ କିମ୍ବା ସଭାସମିତିରେ ସଫଳତା ପାଇବେ ନାହିଁ। ପରିବାର ଭିତରେ ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯିବେ ।
କର୍କଟ
କର୍କଟ
ଅଶ୍ଳେଷା ନକ୍ଷତ୍ର ଯାହା ବହୁତ ଦିନ ହେଲା ମନେ ମନେ ଭାବୁଥିଲେ ଆଜି ତାହା ବାସ୍ତବରେ ପରିଣତ ହେବ। ଅନ୍ୟାୟ ବିରୋଧରେ ନିଜ ବନ୍ଧୁମାନଙ୍କଠାରୁ ସହଯୋଗ ପାଇବେନି। ଯାନବାହନ ଚଳାଚଳ ସମୟରେ ସତକର୍ମରେ ଗାଡି ଚଳାନ୍ତୁ। ସରକାରୀ ସ୍ତରରୁ କିମ୍ବା ଆଇନର ସାହାଯ୍ୟରୁ ଉପକୃତ ହେବେ।
ସି˚ହ
ସି˚ହ
ଉତ୍ତରାଫାଲ୍‌ଗୁନୀ ନକ୍ଷତ୍ର ଆଜି ଦିନଟିରେ କିଛି ସୁଖ ସଙ୍ଗକୁ କିଛି ଦୁଃଖର ମିଶ୍ରିତ ଅନୁଭୂତି ପାଇବେ। ଆର୍ଥିକ ଉନ୍ନତି ସହ ନୂତନ ବନ୍ଧୁଙ୍କ ସହ ସମ୍ପର୍କ ବୃଦ୍ଧି ପାଇବ ଏବଂ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ସ୍ବାସ୍ଥ୍ୟ ସମସ୍ୟା ନୟନ୍ତ୍ରଣ ମଧ୍ୟରେ ରହିବ ଓ ଅଟକି ରହିଥିବା କାମଟିକୁ ସାକାର କରିପାରିବେ।
କନ୍ୟା
ହସ୍ତା ନକ୍ଷତ୍ର ଅଟକି ରହିଥିବା ଅସମ୍ପୂର୍ଣ୍ଣ କାମକୁ ଆଜି ପୂର୍ଣ୍ଣାଙ୍ଗ କରିବେ। ଏକାଧିକ କାମରେ ହାତ ଦେଲେ ଲାଭ ବଦଳରେ କ୍ଷତିରେ ପଡିବେ ା ଚାକିରି କ୍ଷେତ୍ରରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ପାରିବାରିକ ଦିଗରୁ ଖର୍ଚ୍ଚଭାର ଯୋଗୁଁ ଚିନ୍ତାପ୍ରକଟ କରିବେ ଏବଂ ପ୍ରଚେଷ୍ଟା ମଧ୍ୟ କାମକୁ ଆସିବ ନାହିଁ ।
ତୁଳା
ତୁଳା
ଶାରୀରିକ ଅସୁସ୍ଥତା ରହିଥିଲେ ମଧ୍ୟ କେତେକ କାମ କରିବାକୁ ପଡିବ । ସାଂସ୍କୃତିକ କାର୍ଯ୍ୟକ୍ରମରୁ କିମ୍ବା ଉଚ୍ଚସ୍ତରରୁ ଏପରି କି ସଭାସମିତିରୁ ସମ୍ମାନିତ ହେବେ । ଦାୟିତ୍ୱ କ୍ରମେ ବୃଦ୍ଧି ପାଇବ କିନ୍ତୁ ବାଣିଜ୍ୟ,ବ୍ୟବସାୟ ପାଇଁ ଦିନଟି ମନ୍ଦ ନୁହେଁ । ରାଜନୈତିକ କ୍ଷେତ୍ରରେ, ଆଇନ ଅଦାଲତରେ ନିଜର ସ୍ଥିତିକୁ ସୁଦୃଢ କରିପାରିବେ ।
ବିଛା
ବିଛା
ସମସ୍ୟା ଅସିଲେ ମଧ୍ୟ ତାହାର ସରଳ ସମାଧାନର ଉପାୟ ବାହାର କରିବାରେ ସଫଳ ହେବେ । ବ୍ୟବସାୟିକ କାରବାର ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ବଚ୍ଛଳତା ଫେରି ପାଇବେ। କାମରେ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ। ସ୍ତ୍ରୀ ଓ ପିଲାଛୁଆଙ୍କ ସ୍ବାସ୍ଥ୍ୟ ହାନି ହେତୁ ଅଧିକାଂଶ ସମୟ ଚିନ୍ତା କରିପାରନ୍ତି ।
ଧନୁ
ଧନୁ
ଅନ୍ୟମାନଙ୍କ ଉପରେ ଅଭିମାନ କରି ସ୍ବାସ୍ଥ୍ୟପ୍ରତି ଅବହେଳା କରିବା ହେତୁ ଅନୁତାପ କରିବାକୁ ପଡିପାରେ। ପ୍ରଶାସନ ଓ ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ହସ ଖୁସିର ବାତାବରଣରୁ ମନ ପ୍ରଫୁଲ୍ଲ ରହିବ। କେତେକ କଥା ମନ ଭିତରେ ରହିଯିବ, ଯାହା କି କହିପାରିବେ ନାହିଁ କି ସମାଧାନ କରିବାର ମଧ୍ୟ ଉପାୟ ନ ଥିବ ।
ମକର
ମକର

ଉତ୍ତରାଷାଢା ନକ୍ଷତ୍ର ପାଇଁ ଆର୍ଥିକ ଦିଗରୁ ଆଜି ଦିନଟି ବହୁତ ଭଲ, ଫଳରେ ବିଭିନ୍ନ ସୂତ୍ରରୁ ରୋଜଗାର କରିବେ। ଲୋକସମ୍ପର୍କ ବୃଦ୍ଧି ପାଇବ କିନ୍ତୁ କେତେକ ଈର୍ଷାପରାୟଣ ବ୍ୟକ୍ତିଙ୍କ ସକାଶେ ଟେନସନ ବଢିଯିବ। ଆନୁଷ୍ଠାନିକ କାମ, କଳା, ସାହିତ୍ୟ, ସଭାସମିତି, ଲେଖାପଢା ଓ ଚୁକ୍ତିପତ୍ରରୁ ଶୁଭଫଳ ପାଇବେ ।

କୁମ୍ଭ
କୁମ୍ଭ
ଋଣ ଓ ଶତ୍ରୁତା ଚିନ୍ତାର ମୁଖ୍ୟ କାରଣ ହେବାର ସମ୍ଭାବନା ରହିଛି । ସ୍ଥଗିତ କାମକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେବେ ଏବଂ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିବେ। ସାହିତ୍ୟ, କଳାରେ ଉଚ୍ଚ ପ୍ରଶଂସା ପାଇବେ । ଭୁଲ୍‌ ବୁଝାମଣା କାରଣରୁ ସାଧାରଣ କଥାକୁ କେନ୍ଦ୍ରକରି ଗୃହରେ କଳହ ସୃଷ୍ଟି ହୋଇପାରେ ।
ମୀନମୀନ

ବନ୍ଧୁ ମିଳନରୁ ଖୁସୀ ମଧ୍ୟ ରହିବେ। ରେବତୀ ନକ୍ଷତ୍ର ବ୍ୟବସାୟ ତଥା ବିଭିନ୍ନ ଦିଗରୁ ଲାଭବାନ ହେବା ସହ ମାଲିମକଦ୍ଦମା କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି କଳହ ସୃଷ୍ଟି ହେବାର ସମ୍ଭାବନା ରହିଛି । ଡାଇବେଟିସ୍‌ କିମ୍ବା ଗ୍ୟାଷ୍ଟିକ୍‌ ରୋଗୀମାନଙ୍କ ସକାଶେ ସମୟ ଅନୁକୂଳ ରହି ନ ପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଜୁଲାଇ ୨୭ ତାରିଖ – Daily Horoscope

ମେଷ ସକାଳୁ ଜଣେ ବନ୍ଧୁ ଆସିବେ ଓ ବହୁତ କିଛି କହିବେ ମାତ୍ର ଫେରିବା ସମୟକୁ ମନଦୁଃଖ କରି ବିଦାୟ ନେଇପାରନ୍ତି। ବିଶେଷ ଭ୍ରମଣ କାରଣରୁ...

ରାଶିଫଳ: ଶୁକ୍ରବାର, ଜୁଲାଇ ୨୬ ତାରିଖ – Daily Horoscope

ମେଷ ପାରିବାରିକ ଓ ସାମାଜିକ ସ୍ତରରେ ନିଜର ପ୍ରାଧାନ୍ୟକୁ ବୃଦ୍ଧି କରିପାରିବେ। ଗୃହ ସମସ୍ୟା ସମାଧାନ ସାଙ୍ଗକୁ ଆନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ...

ରାଶିଫଳ: ଗୁରୁବାର, ଜୁଲାଇ ୨୫ ତାରିଖ – Daily Horoscope

ମେଷ ଆଜି ଲାଭଭାବସ୍ଥ ଚନ୍ଦ୍ର ହେତୁ ଆବଶ୍ୟକତା ପୂରଣ ହେବାରେ କୌଣସି ଅସୁବିଧା ରହିବନାହିଁ। ଦୁର୍ବଳତାରୁ ସ୍ବାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖା ଦେଇପାରେ। ବନ୍ଧୁଙ୍କ ସାହାଯ୍ୟରୁ...

ରାଶିଫଳ: ବୁଧବାର, ଜୁଲାଇ ୨୪ ତାରିଖ – Daily Horoscope

ମେଷ କୌଣସି ମନ୍ତବ୍ୟକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ଆଶଙ୍କା ରହିଛି। ସବୁ ସୁବିଧା ଥିଲେ ମଧ୍ୟ ଖଳ ଲୋକଙ୍କ ପରୋକ୍ଷ ଶତ୍ରୁତା କାରଣରୁ ପାରିବାରିକ...

ରାଶିଫଳ: ମଙ୍ଗଳବାର, ଜୁଲାଇ ୨୩ ତାରିଖ – Daily Horoscope

ମେଷ ଆଗାମୀ କାଲିର ଆନୁଷ୍ଠନିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁନ୍ଦର ଓ ସୁମଧୁର ହେବ। ସହକର୍ମୀଙ୍କ ସାହାଯ୍ୟରେ ଅଟକିଥିବା କାମକୁ ସମ୍ପନ୍ନ...

ରାଶିଫଳ: ସୋମବାର, ଜୁଲାଇ ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ରଙ୍କ ସମ୍ମୁଖ ଭାଗରେ ରବି ଓ ଶୁକ୍ର ଅବସ୍ଥାନ କରିଥିବାରୁ ମନ ଯାହା ଚାହୁଁଥିବ ତାହା ପାଇବାରେ ଅସମର୍ଥ ହେବେ। ଶନିଙ୍କ ଦୃଷ୍ଟି...

ରାଶିଫଳ: ରବିବାର, ଜୁଲାଇ ୨୧ ତାରିଖ – Daily Horoscope

ମେଷ ଆଜି କେନ୍ଦ୍ରସ୍ଥ ଶୁକ୍ର ହେତୁ ବନ୍ଧୁମାନଙ୍କ ସାହାଯ୍ୟରେ ଅର୍ଥନୈତିକ ସ୍ଥିତିକୁ ସୁଦୃଢ଼ କରିବେ। କର୍ମକ୍ଷେତ୍ର ଓ ପାରିବାରିକ ଜୀବନ ସୁଖ, ସ୍ବାଚ୍ଛନ୍ଦ୍ୟରେ ଅତିବାହିତ ହେବ।...

ରାଶିଫଳ: ଶନିବାର, ଜୁଲାଇ ୨୦ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ରରେ ସ୍ବାଧୀନ ଭାବରେ କାର୍ଯ୍ୟ କରିବାରେ ସୁଯୋଗ ପାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବାରୁ ଖୁସି ହେବେ। ଶତ୍ରୁତା...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri