Posted inRasifala

ରାଶିଫଳ: ସୋମବାର, ଜୁଲାଇ ୧୫ ତାରିଖ – Daily Horoscope

ମେଷ
ଆଜି ଧନଲାଭ ସଙ୍ଗକୁ ନିକଟ ସମ୍ପର୍କୀୟମାନଙ୍କ ଆଦର ଓ ସୌଜନ୍ୟତାରୁ ଖୁସୀ ରହିବେ। ଆଜକୁ କେତେଦିନ ହେଲା ଯାହା ଭାବୁଥିଲେ ତାହା ଆଜି ସହଜ ଓ ସୁବିଧାରେ ପାଇଯିବେ। ଶିଳ୍ପ, ନିର୍ମାଣ, ବ୍ୟବସାୟ ଓ ବାଣିଜ୍ୟ ଓ ପରିବହନ ବାଧାପ୍ରାପ୍ତ ହୋଇପାରେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ।
ବୃଷ
ବୃଷ
ଆଜି ବିବାଦରେ ମଧ୍ୟସ୍ଥତା, ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ପ୍ରଶଂସିତ ହୋଇପାରନ୍ତି। ସ୍ବାସ୍ଥ୍ୟରେ ଉନ୍ନତି ସଙ୍ଗକୁ କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ପ୍ରଭୃତିରେ ଉନ୍ନତି କରିବେ। ଶିଳ୍ପ, ବାଣିଜ୍ୟ,ପରିବହନ ତଥା ଲେଖାପଢ଼ା, ପ୍ରଶାସନ ଓ ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ଆମତ୍ୀୟଙ୍କ ସକାଶେ ମନ ବିଚଳିତ ରହିବ।
ମିଥୁନ
ମିଥୁନ
ଆଜି କଥା ଯେମିତି କାମ ସେମିତି କରିବାରେ ପଛକୁ ହଟିବେ ନାହିଁ। ବହୁତ ଦିନ ହେଲା ଅଟକି ରହିଥିବା କାମଗୁଡ଼ିକ ସହମତି ମାଧ୍ୟମରେ ସୁବିଧାରେ ସମ୍ପନ୍ନ ହୋଇଯିବ। ସାମୟିକ ଭାବରେ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ। ଆର୍ଥିକ ପରିସ୍ଥିତି ବଦଳାଇବା ପାଇଁ କିମ୍ବା କିଛି କରିବା ସକାଶେ କର୍ମମୁଖର ହେବେ।
କର୍କଟ
କର୍କଟ
ଆଜି କହିବେ ଯାହା କାମରେ କରିବାରେ ସମର୍ଥ ହେବେ। ଆପଣ ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି ବାସ୍ତବରେ ସେମିତି କିଛି ହେବନି। ବ୍ୟବସାୟ ଓ ବାଣିଜ୍ୟ ଏବଂ ପରିବହନ ତଥା ନିର୍ମାଣରେ ପ୍ରତିବନ୍ଧକଜନିତ କାମ ସ୍ଥଗିତ ରହିଯାଇପାରେ। ପାରିବାରିକ ଜୀବନରେ ବୁଝାମଣା ନେଇ ସୂଚନା ରହିଛି।
ସି˚ହ
ସି˚ହ
କର୍ତ୍ତବ୍ୟର ଆହ୍ବାନରେ ପାରିବାରିକ କ୍ଷେତ୍ରର ଗୁରୁ୍‌ତ୍ୱପୂର୍ଣ୍ଣ କାମ ପଛ କରିବାକୁ ବାଧ୍ୟ ହେବେ। ଅବହେଳା କାରଣରୁ ସ୍ବାସ୍ଥ୍ୟ ଅବନ୍ନତି ଦିଗକୁ ଗତି କରିପାରେ। ଋଣଭାରରେ ଅତିଷ୍ଠ ହେବା ସହ ଆର୍ଥିକ ଅନଟନ ମଧ୍ୟରେ ଅଣନିଃଶ୍ୱାସୀ ହେବେ। କ୍ରୀଡ଼ା, ସାହିତ୍ୟ, ସଙ୍ଗୀତ, ପ୍ରତିଦ୍ୱନ୍ଦ୍ୱିତା, ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ।
କନ୍ୟା
ଖଳ ଲୋକଙ୍କ କଥାରେ ଭୁଲ୍‌ ମାର୍ଗର ଅନୁସରଣ କରିପାରନ୍ତି। କାମରେ ଅବହେଳା ଯୋଗୁ କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟ ହେବେ। କଚେରି ମାମଲା, ତର୍କବିତର୍କ, ସଭାସମିତି, ସଂଗଠନ, ନିର୍ମାଣ ଓ ପରିବହନ କ୍ଷେତ୍ରରୁ ଶୁଭଫଳ ପାଇବେ। ବିବାଦୀୟ ଘଟଣାରେ ବିଜୟପ୍ରାପ୍ତି ଯୋଗ ରହିଛି।
ତୁଳା
ତୁଳା
ଭଲ ଓ ମନ୍ଦର ମିଶ୍ରିତ ଅନୁଭୂତି ମଧ୍ୟରେ ଦିନଟି ଅତିବାହିତ ହେବ। କର୍ମକ୍ଷେତ୍ରରେ ବ୍ୟତିକ୍ରମ ଲାଗି ରହିବା କାରଣରୁ ମାନସିକ ସ୍ଥିତି ଭଲ ରହି ନ ପାରେ। କୌଣସି ବନ୍ଧୁଙ୍କ ସ୍ବାସ୍ଥ୍ୟ ସମସ୍ୟା ମନକୁ ସାମୟିକ ବ୍ୟଥିତ କରିବ। କଳା, ସାହିତ୍ୟ, ସାମ୍ବାଦିକତା ଓ ପ୍ରଶାସନିକ ସ୍ତରରେ କିଛିଟା ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ।
ବିଛା
ବିଛା
ଟିକିଏ ଟିକିଏ କଥାରେ ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ। ଅସାବଧାନତାବଶତଃ ଦ୍ରବ୍ୟ ନଷ୍ଟ କାରଣରୁ ଅନ୍ୟ ଉପରେ ରାଗି ପାରନ୍ତି। ପ୍ରକାଶନ, ରାଜନୀତି, ପ୍ରଶାସନ, ସାମ୍ବାଦିକତା, ସଂଗଠନରେ ସମସ୍ୟା ସମାଧାନ ହୋଇଯିବ। ବିବାଦୀୟ ଜମିଜମା ଦୁଶ୍ଚିନ୍ତାକୁ ବୃଦ୍ଧି କରିବାର ଆଶଙ୍କା ରହିଛି।
ଧନୁ
ଧନୁ
ବନ୍ଧୁଙ୍କ ନିକଟରେ ଘରକଥା ମୁହଁ ଖୋଲି କହିଦେବା ହେତୁ ସମସ୍ୟା ବଢ଼ି ଯାଇପାରେ। କର୍ମକ୍ଷେତ୍ରରେ ବନ୍ଧୁ ସହିତ ଆଲୋଚନାପୂର୍ବକ ସମସ୍ୟାକୁ ସୁଧାରି ନେବେ। ପୂର୍ବ ରାଗକୁ ଶୁଝାଇବାକୁ ଯାଇ ସମସ୍ୟାକୁ ଈର୍ଷାପରାୟଣ ବ୍ୟକ୍ତିମାନେ ବଢାଇ ଦେଇପାରନ୍ତି। ଆଜିର ଯାତ୍ରା, ବାଣିଜ୍ୟ, ବ୍ୟବସାୟ ଓ ପରିବହନରୁ ଖୁସି ରହିବେ।
ମକର
ମକର
ଆଜି ଯେଉଁ କାମରେ ହାତ ଦେବେ ତାହା ସମ୍ପୂର୍ଣ୍ଣ ନ ହୋଇ ରହିବ ନାହିଁ। ପାରିବାରିକ କ୍ଷେତ୍ରରେ ମାନସିକ ଅଶାନ୍ତି କମିଯିବା କାରଣରୁ ଆଂଶିକ ଆଶ୍ୱସ୍ତି ଲାଭ କରିବେ। ପ୍ରକୃତ ଘଟଣା ନ ବୁଝି ଉପରିସ୍ଥ କର୍ମଚାରୀ କ୍ରୋଧ ପ୍ରକାଶ କରିପାରନ୍ତି। ରପ୍ତାନି କାରବାର, ନିର୍ମାଣ, ପରିବହନ, ବାଣିଜ୍ୟ, ଏଜେନ୍ସି, ସାମ୍ବାଦିକତାରେ ପ୍ରଶଂସିତ ହେବେ।
କୁମ୍ଭ
କୁମ୍ଭ
ଆଜି ମନ ଅଶାନ୍ତ ରହିଥିବା ହେତୁ ମାନସିକ ଅସ୍ଥିରତା ଲାଗି ରହିବ। ଜଣେ ବନ୍ଧୁ ପାରିବାରିକ କ୍ଷେତ୍ରର ସମସ୍ୟା ସମାଧାନ କରିବା ସକାଶେ ଚେଷ୍ଟା କରିବେ। ଜମିଜମା କିମ୍ବା କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇପାରନ୍ତି। ସ୍ବାସ୍ଥ୍ୟ ପ୍ରତି ଧ୍ୟାନଦେବା ନିତାନ୍ତ ଆବଶ୍ୟକ ଅନ୍ୟଥା ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିପାରେ।
ମୀନମୀନ

ଆଜି ଏକାଧାରରେ ଦୈହିକ ଓ ମାନସିକ ସ୍ଥିତି ବହୁତ ଭଲ ରହିବ। ଆନୁଷ୍ଠାନିକ କାମରେ ଅର୍ଥ ଓ ସମ୍ମାନ ପାଇବାରେ କୌଣସି ଅସୁବିଧା ହେବନାହିଁ। ଅବଶ୍ୟ ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧିହେତୁ ମନରେ ସରସତା ସାମୟିକ ରହି ନ ପାରେ। କଳା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ମାର୍ଚ୍ଚ ୧୮ ତାରିଖ – Daily Horoscope

ମେଷ ଆପଣଙ୍କ ଚିନ୍ତାନୁଯାୟୀ ଆଜିର କାମ ବନ୍ଧୁଙ୍କ ସହାୟତାରେ ସହଜରେ ସମ୍ପନ୍ନ ହେବ। କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ଅଭିଯୋଗ ଯୋଗୁ ମାନସିକ ଅସୁସ୍ଥତା ସୃଷ୍ଟି…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୭ ତାରିଖ – Daily Horoscope

ମେଷ ଆଜି ଏକାଦଶ ସ୍ଥାନରେ ଚନ୍ଦ୍ର ସମେତ ଚତୁଃଗ୍ରହ ଯୋଗ କାରଣରୁ ପ୍ରତ୍ୟେକ ଦିଗରୁ ଲାଭବାନ୍‍ ହେବେ। ସନ୍ତାନଙ୍କ କୃତି ଓ କୃତିତ୍ୱରୁ ଖୁସିହେବା ସହ ବନ୍ଧୁ…

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri