Posted inRasifala

ରାଶିଫଳ: ସୋମବାର, ନଭେମ୍ବର ୪ ତାରିଖ – Daily Horoscope

ମେଷ
ଆନୁଷଙ୍ଗିକ ସାହାଯ୍ୟ ସହଯୋଗ ଅଭାବରୁ କୌଣସି କାମ କରିବା ସକାଶେ ମନ ଚାହୁଁଥିଲେ ମଧ୍ୟ ତାହା କରି ପାରିବେ ନାହିଁ ା କିନ୍ତୁ ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ। କଳ କାରଖାନା, ଜଳଜାତ ଦ୍ରବ୍ୟ ତୈଳ କିମ୍ବା ବିଦ୍ୟୁତ ବ୍ୟବସାୟରୁ ଲାଭବାନ ହେବେ। ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ । ଜଣେ ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ପାଇ ଖୁସି ହେବେ।
ବୃଷ
ବୃଷ
ନୂତନ କର୍ମାରମ୍ଭ ପ୍ରତିପ୍ରଦ ରହିବା ସାଙ୍ଗକୁ ଅର୍ଥନୈତିକ ଦୃୃଷ୍ଟିକୋଣରୁ ବହୁତ ଉନ୍ନତି କରିବେ। ବନ୍ଧୁଙ୍କ ନିକଟରୁ ଯାହା ଓ ଯେତିକି ପାଉଛନ୍ତି ତାହାକୁ ଆଦରର ସହିତ ଗ୍ରହଣ କରିବା ଭଲ ହେବ। ନିଜ ସମ୍ପର୍କୀୟମାନଙ୍କ ସହଯୋଗରୁ ଉପକୃତ ହେବେ ଓ କାର୍ଯ୍ୟସିଦ୍ଧି ଅବଶ୍ୟ ଘଟିବ। ଦୂରଦର୍ଶିତା ଅଭାବରୁ କୌଣସି କ୍ଷେତ୍ରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ।
ମିଥୁନ
ମିଥୁନ
ଆଜି ଭଲ ସମ୍ପର୍କ ନ ଥିବା ବନ୍ଧୁମାନେ ଯେତେ ବିରୋଧ କଲେ ମଧ୍ୟ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅବଶ୍ୟମ୍ଭାବୀ। କର୍ମକ୍ଷେତ୍ର ଓ ପାରିବାରିକ କ୍ଷେତ୍ରରେ ସମସ୍ୟା ରହିଛି ଓ ରହିବ କିନ୍ତୁ ହଠାତ୍‌ କୌଣସି ଦୃଢ଼ ପଦକ୍ଷେପ ନେଲେ ଝାମେଲା ଅଧିକ ବଢ଼ି ଯାଇପାରେ। ଜମିଜମା ବିବାଦ କିମ୍ବା କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ।
କର୍କଟ
କର୍କଟ
ଛୋଟ ଛୋଟ କଥାକୁ ନେଇ ପାରିବାରିକ କ୍ଷେତ୍ରରେ କେହି ଜଣେ ବିନା କାରଣରେ କିଛି ଅଭିଯୋଗ ଆଣିପାରନ୍ତି। ଅଫିସିଆଲି କୌଣସି ବିବାଦୀୟ ଘଟଣାରେ ଆପଣଙ୍କ ଆଶଙ୍କା ଅପରାହ୍ନେ ଦୂର ହୋଇଯିବ। ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ପରିବହନ, ବ୍ୟବସାୟ ଓ ସଙ୍ଗଠନ କ୍ଷେତ୍ରରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ।
ସି˚ହ
ସି˚ହ
ଆଜି ଆର୍ଥିକ ସମସ୍ୟା ମଧ୍ୟରେ ପିଲାମାନଙ୍କ କୌଣସି ଅଭିଯୋଗକୁ ନେଇ ମନ ଅସ୍ଥିର ରହିବ। ପରକଥାରେ ପଡ଼ି ନିଜ ଲୋକଙ୍କୁ ଭୁଲ୍‌ ବୁଝିବେ। ସରକାରୀ ଆଦେଶ ପ୍ରାପ୍ତ ହୋଇ ବାଧ୍ୟବାଧକତାରେ ଇଚ୍ଛା ନ ଥିଲେ ମଧ୍ୟ ଦୂରସ୍ଥାନକୁ ଯିବାପାଇଁ ବାଧ୍ୟ ହେବେ। ବନ୍ଧୁଙ୍କ ସହ ଆଳାପ ଆଲୋଚନା ପରେ ପରେ ଶାନ୍ତ ହେବ ଓ ମାନସିକ ସ୍ଥିତି ଠିକ୍‌ ହୋଇଯିବ।
କନ୍ୟା
ଆଜି ସକାଳୁ ସକାଳୁ କୌଣସି ଶୁଭ ଖବର ପାଇ ମନଟି ଏକପ୍ରକାର ଖୁସି ହୋଇଯିବ। ଯାତ୍ରା ସମୟରେ ପରିଚିତ ଲୋକଟି ମିତ୍ରତା ଛଳରେ ପାଖେଇ ଆସିବା ହେତୁ ବିରକ୍ତି ଅନୁଭବ କରିବେ। ବହୁତ ଦିନ ହେଲା ଇଚ୍ଛା କରୁଥିବା ଜିନିଷଟି ପାଇ ପାଇ ଖୁସି ହେବେ। ବାଣିଜ୍ୟ ଓ ବ୍ୟବସାୟରେ ସମସ୍ୟା ଲାଗି ରହିଥିଲେ ମଧ୍ୟ ତାହା ବିଶେଷ ଉତ୍କଟ ହେବ ନାହିଁ।
ତୁଳା
ତୁଳା
ଆଜି ଯାହା ଓ ଯେମିତି ଚାହୁଁଛନ୍ତି ସେମିତି କାମ କରନ୍ତୁ, କିନ୍ତୁ ବିବାଦରୁ ଦୂରେଇ ରୁହନ୍ତୁ, କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ଦୀର୍ଘ ଦିନରୁ ପ୍ରଶାସନିକ ସ୍ତରରେ ରହିଥିବା ସମସ୍ୟାର ସମଧାନ ହୋଇଯିବ। ହଠାତ୍‌ ଜଣେ ବନ୍ଧୁଙ୍କ ପାଇଁ ମନ ଛଟପଟ ହେବ, ଫଳରେ ଦୂରଯାତ୍ରା କରିବାକୁ ପଡ଼ିପାରେ।
ବିଛା
ବିଛା
କର୍ମକ୍ଷେତ୍ର କିମ୍ବା ପରିବାରର ବିଭିନ୍ନ ସମସ୍ୟା ମୂଳକ ବିଷୟ ଚିନ୍ତାକରି ମାନସିକ ସୁସ୍ଥତା ରହିବ ନାହିଁ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସନ୍ଦେହ ଓ ଭୁଲ୍‌ ବୁଝାମଣା କାରଣରୁ ଅଶାନ୍ତ ପରିସ୍ଥିତି ସୃଷ୍ଟି ହୋଇପାରେ। କଳା,ସାହିତ୍ୟ, ସାମ୍ବାଦିକତା ଓ ରାଜନୀତି କ୍ଷେତ୍ରରେ ବେଶ୍‌ ଆଦୃତ ହେବେ। ଆନୁଷ୍ଠାନିକ କାମରେ ନେତୃତ୍ୱ ନେଇ ପ୍ରଶଂସିତ।
ଧନୁ
ଧନୁ
ବିଭିନ୍ନ ପ୍ରକାରର ସମସ୍ୟା ମଧ୍ୟୟରେ ଚଳିବା କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। କିଛି ଗୁପ୍ତକଥା, କଳାଧନ, କଚେରି ମାମଲା, ଅନ୍ୟମାନଙ୍କ ଘରୋଇ କଥାର ଆଲୋଚନା ସମ୍ପର୍କୀୟ ଅଯଥା ଚିନ୍ତା କରି ପାରନ୍ତି। ପରିବହନ, ବ୍ୟବସାୟ, ଶିଳ୍ପ, ବାଣିଜ୍ୟରେ ଉନ୍ନତି କରିବେ। ପାରିବାରିକ ସମସ୍ୟାର ସରଳ ସମାଧାନ କରିବେ।
ମକର
ମକର
ଆପଣ ଅଯଥା ମୂଲ୍ୟହୀନ କଥାରେ ତର୍କ ବିତର୍କ କରି ପରିବାରରେ କଳହ ଲାଗିପାରେ। ପ୍ରତ୍ୟେକ କ୍ଷେତ୍ରରେ ବିଶେଷ ଖର୍ଚ୍ଚାନ୍ତ ହେବେ ସିନା କାମ ସୁବିଧାରେ ହୋଇଯିବ। ମାଲିମକଦ୍ଦମା, ନିର୍ମାଣ, ପରିବହନ ଓ ପ୍ରଶାସନିକ କ୍ଷେତ୍ର, ଜମିଜମା କିମ୍ବା ଘରସୀମାକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ। ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ।
କୁମ୍ଭ
କୁମ୍ଭ
ବନ୍ଧୁଙ୍କ ନିକଟରୁ ପ୍ରାପ୍ତି ଆଶା ନିରର୍ଥକ ହେବ ନାହିଁ କିନ୍ତୁ ସହଜରେ ପାଇବା କାଠିକର ପାଠ ହୋଇପାରେ। ନିଜ ପରିସରରେ ବିବାଦୀୟ ଘଟଣା ଭିନ୍ନ ଆକାର ଧାରଣ କରିବ,ଏଣୁ ସତକ ରହିବା ଭଲ। କଠୋର ପରିଶ୍ରମ କାରଣରୁ ସାମୟିକ ଭାବରେ ଶାରୀରିକ ଅସୁସ୍ଥି ଅନୁଭବ କରି ପାରନ୍ତି। କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ।
ମୀନମୀନ
କୌଣସି ବନ୍ଧୁଙ୍କ ସାହାଯ୍ୟରୁ ଯାନବାହନ, ନୂତନ ମେସିନାରୀ ଜିନିଷ କିଣି ପାରନ୍ତି। ଆତ୍ମୀୟଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଘଟିବ ଏଣୁ ମନ ହାଲୁକା ହୋଇଯିବ। ଗତକାଲି ରାତିରେ ଆଲୋଚନା ଅନୁଯାୟୀ ଆଜିର କାମଗୁଡିକ ସବୁ ଠିକ୍‌ ଠିକ୍‌ ହୋଇଯିବ। ଗସ୍ତ କାର୍ଯ୍ୟକ୍ରମ ବଦଳି ଯାଇପାରେ କିନ୍ତୁ ଆର୍ଥିକ ସ୍ଥିତିରେ ସୁଧାର ଆସିବାର ପୂର୍ଣ୍ଣ ସମ୍ଭାବନା ରହିଛି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

ରାଶିଫଳ: ବୁଧବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ପ୍ରତି ମଙ୍ଗଳଙ୍କ ପ୍ରତ୍ୟକ୍ଷଦୃଷ୍ଟି ପ୍ରଭାବରେ କାର୍ଯ୍ୟ ହାସଲ କରିବେ। ରାହୁଙ୍କ ପ୍ରଭାବଜନିତ ପଡ଼ୋଶୀ ପ୍ରତିବାଦ କରିପାରନ୍ତି। ପାରିବାରିକ ସହମତି ସଙ୍ଗକୁ ବନ୍ଧୁମାନଙ୍କ ସହଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri