Posted inRasifala

ରାଶିଫଳ: ସୋମବାର, ନଭେମ୍ବର ୪ ତାରିଖ – Daily Horoscope

ମେଷ
ଆନୁଷଙ୍ଗିକ ସାହାଯ୍ୟ ସହଯୋଗ ଅଭାବରୁ କୌଣସି କାମ କରିବା ସକାଶେ ମନ ଚାହୁଁଥିଲେ ମଧ୍ୟ ତାହା କରି ପାରିବେ ନାହିଁ ା କିନ୍ତୁ ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ। କଳ କାରଖାନା, ଜଳଜାତ ଦ୍ରବ୍ୟ ତୈଳ କିମ୍ବା ବିଦ୍ୟୁତ ବ୍ୟବସାୟରୁ ଲାଭବାନ ହେବେ। ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ । ଜଣେ ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ପାଇ ଖୁସି ହେବେ।
ବୃଷ
ବୃଷ
ନୂତନ କର୍ମାରମ୍ଭ ପ୍ରତିପ୍ରଦ ରହିବା ସାଙ୍ଗକୁ ଅର୍ଥନୈତିକ ଦୃୃଷ୍ଟିକୋଣରୁ ବହୁତ ଉନ୍ନତି କରିବେ। ବନ୍ଧୁଙ୍କ ନିକଟରୁ ଯାହା ଓ ଯେତିକି ପାଉଛନ୍ତି ତାହାକୁ ଆଦରର ସହିତ ଗ୍ରହଣ କରିବା ଭଲ ହେବ। ନିଜ ସମ୍ପର୍କୀୟମାନଙ୍କ ସହଯୋଗରୁ ଉପକୃତ ହେବେ ଓ କାର୍ଯ୍ୟସିଦ୍ଧି ଅବଶ୍ୟ ଘଟିବ। ଦୂରଦର୍ଶିତା ଅଭାବରୁ କୌଣସି କ୍ଷେତ୍ରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ।
ମିଥୁନ
ମିଥୁନ
ଆଜି ଭଲ ସମ୍ପର୍କ ନ ଥିବା ବନ୍ଧୁମାନେ ଯେତେ ବିରୋଧ କଲେ ମଧ୍ୟ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅବଶ୍ୟମ୍ଭାବୀ। କର୍ମକ୍ଷେତ୍ର ଓ ପାରିବାରିକ କ୍ଷେତ୍ରରେ ସମସ୍ୟା ରହିଛି ଓ ରହିବ କିନ୍ତୁ ହଠାତ୍‌ କୌଣସି ଦୃଢ଼ ପଦକ୍ଷେପ ନେଲେ ଝାମେଲା ଅଧିକ ବଢ଼ି ଯାଇପାରେ। ଜମିଜମା ବିବାଦ କିମ୍ବା କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ।
କର୍କଟ
କର୍କଟ
ଛୋଟ ଛୋଟ କଥାକୁ ନେଇ ପାରିବାରିକ କ୍ଷେତ୍ରରେ କେହି ଜଣେ ବିନା କାରଣରେ କିଛି ଅଭିଯୋଗ ଆଣିପାରନ୍ତି। ଅଫିସିଆଲି କୌଣସି ବିବାଦୀୟ ଘଟଣାରେ ଆପଣଙ୍କ ଆଶଙ୍କା ଅପରାହ୍ନେ ଦୂର ହୋଇଯିବ। ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ପରିବହନ, ବ୍ୟବସାୟ ଓ ସଙ୍ଗଠନ କ୍ଷେତ୍ରରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ।
ସି˚ହ
ସି˚ହ
ଆଜି ଆର୍ଥିକ ସମସ୍ୟା ମଧ୍ୟରେ ପିଲାମାନଙ୍କ କୌଣସି ଅଭିଯୋଗକୁ ନେଇ ମନ ଅସ୍ଥିର ରହିବ। ପରକଥାରେ ପଡ଼ି ନିଜ ଲୋକଙ୍କୁ ଭୁଲ୍‌ ବୁଝିବେ। ସରକାରୀ ଆଦେଶ ପ୍ରାପ୍ତ ହୋଇ ବାଧ୍ୟବାଧକତାରେ ଇଚ୍ଛା ନ ଥିଲେ ମଧ୍ୟ ଦୂରସ୍ଥାନକୁ ଯିବାପାଇଁ ବାଧ୍ୟ ହେବେ। ବନ୍ଧୁଙ୍କ ସହ ଆଳାପ ଆଲୋଚନା ପରେ ପରେ ଶାନ୍ତ ହେବ ଓ ମାନସିକ ସ୍ଥିତି ଠିକ୍‌ ହୋଇଯିବ।
କନ୍ୟା
ଆଜି ସକାଳୁ ସକାଳୁ କୌଣସି ଶୁଭ ଖବର ପାଇ ମନଟି ଏକପ୍ରକାର ଖୁସି ହୋଇଯିବ। ଯାତ୍ରା ସମୟରେ ପରିଚିତ ଲୋକଟି ମିତ୍ରତା ଛଳରେ ପାଖେଇ ଆସିବା ହେତୁ ବିରକ୍ତି ଅନୁଭବ କରିବେ। ବହୁତ ଦିନ ହେଲା ଇଚ୍ଛା କରୁଥିବା ଜିନିଷଟି ପାଇ ପାଇ ଖୁସି ହେବେ। ବାଣିଜ୍ୟ ଓ ବ୍ୟବସାୟରେ ସମସ୍ୟା ଲାଗି ରହିଥିଲେ ମଧ୍ୟ ତାହା ବିଶେଷ ଉତ୍କଟ ହେବ ନାହିଁ।
ତୁଳା
ତୁଳା
ଆଜି ଯାହା ଓ ଯେମିତି ଚାହୁଁଛନ୍ତି ସେମିତି କାମ କରନ୍ତୁ, କିନ୍ତୁ ବିବାଦରୁ ଦୂରେଇ ରୁହନ୍ତୁ, କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ଦୀର୍ଘ ଦିନରୁ ପ୍ରଶାସନିକ ସ୍ତରରେ ରହିଥିବା ସମସ୍ୟାର ସମଧାନ ହୋଇଯିବ। ହଠାତ୍‌ ଜଣେ ବନ୍ଧୁଙ୍କ ପାଇଁ ମନ ଛଟପଟ ହେବ, ଫଳରେ ଦୂରଯାତ୍ରା କରିବାକୁ ପଡ଼ିପାରେ।
ବିଛା
ବିଛା
କର୍ମକ୍ଷେତ୍ର କିମ୍ବା ପରିବାରର ବିଭିନ୍ନ ସମସ୍ୟା ମୂଳକ ବିଷୟ ଚିନ୍ତାକରି ମାନସିକ ସୁସ୍ଥତା ରହିବ ନାହିଁ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସନ୍ଦେହ ଓ ଭୁଲ୍‌ ବୁଝାମଣା କାରଣରୁ ଅଶାନ୍ତ ପରିସ୍ଥିତି ସୃଷ୍ଟି ହୋଇପାରେ। କଳା,ସାହିତ୍ୟ, ସାମ୍ବାଦିକତା ଓ ରାଜନୀତି କ୍ଷେତ୍ରରେ ବେଶ୍‌ ଆଦୃତ ହେବେ। ଆନୁଷ୍ଠାନିକ କାମରେ ନେତୃତ୍ୱ ନେଇ ପ୍ରଶଂସିତ।
ଧନୁ
ଧନୁ
ବିଭିନ୍ନ ପ୍ରକାରର ସମସ୍ୟା ମଧ୍ୟୟରେ ଚଳିବା କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। କିଛି ଗୁପ୍ତକଥା, କଳାଧନ, କଚେରି ମାମଲା, ଅନ୍ୟମାନଙ୍କ ଘରୋଇ କଥାର ଆଲୋଚନା ସମ୍ପର୍କୀୟ ଅଯଥା ଚିନ୍ତା କରି ପାରନ୍ତି। ପରିବହନ, ବ୍ୟବସାୟ, ଶିଳ୍ପ, ବାଣିଜ୍ୟରେ ଉନ୍ନତି କରିବେ। ପାରିବାରିକ ସମସ୍ୟାର ସରଳ ସମାଧାନ କରିବେ।
ମକର
ମକର
ଆପଣ ଅଯଥା ମୂଲ୍ୟହୀନ କଥାରେ ତର୍କ ବିତର୍କ କରି ପରିବାରରେ କଳହ ଲାଗିପାରେ। ପ୍ରତ୍ୟେକ କ୍ଷେତ୍ରରେ ବିଶେଷ ଖର୍ଚ୍ଚାନ୍ତ ହେବେ ସିନା କାମ ସୁବିଧାରେ ହୋଇଯିବ। ମାଲିମକଦ୍ଦମା, ନିର୍ମାଣ, ପରିବହନ ଓ ପ୍ରଶାସନିକ କ୍ଷେତ୍ର, ଜମିଜମା କିମ୍ବା ଘରସୀମାକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ। ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ।
କୁମ୍ଭ
କୁମ୍ଭ
ବନ୍ଧୁଙ୍କ ନିକଟରୁ ପ୍ରାପ୍ତି ଆଶା ନିରର୍ଥକ ହେବ ନାହିଁ କିନ୍ତୁ ସହଜରେ ପାଇବା କାଠିକର ପାଠ ହୋଇପାରେ। ନିଜ ପରିସରରେ ବିବାଦୀୟ ଘଟଣା ଭିନ୍ନ ଆକାର ଧାରଣ କରିବ,ଏଣୁ ସତକ ରହିବା ଭଲ। କଠୋର ପରିଶ୍ରମ କାରଣରୁ ସାମୟିକ ଭାବରେ ଶାରୀରିକ ଅସୁସ୍ଥି ଅନୁଭବ କରି ପାରନ୍ତି। କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ।
ମୀନମୀନ
କୌଣସି ବନ୍ଧୁଙ୍କ ସାହାଯ୍ୟରୁ ଯାନବାହନ, ନୂତନ ମେସିନାରୀ ଜିନିଷ କିଣି ପାରନ୍ତି। ଆତ୍ମୀୟଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଘଟିବ ଏଣୁ ମନ ହାଲୁକା ହୋଇଯିବ। ଗତକାଲି ରାତିରେ ଆଲୋଚନା ଅନୁଯାୟୀ ଆଜିର କାମଗୁଡିକ ସବୁ ଠିକ୍‌ ଠିକ୍‌ ହୋଇଯିବ। ଗସ୍ତ କାର୍ଯ୍ୟକ୍ରମ ବଦଳି ଯାଇପାରେ କିନ୍ତୁ ଆର୍ଥିକ ସ୍ଥିତିରେ ସୁଧାର ଆସିବାର ପୂର୍ଣ୍ଣ ସମ୍ଭାବନା ରହିଛି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଜୁଲାଇ ୨୭ ତାରିଖ – Daily Horoscope

ମେଷ ସକାଳୁ ଜଣେ ବନ୍ଧୁ ଆସିବେ ଓ ବହୁତ କିଛି କହିବେ ମାତ୍ର ଫେରିବା ସମୟକୁ ମନଦୁଃଖ କରି ବିଦାୟ ନେଇପାରନ୍ତି। ବିଶେଷ ଭ୍ରମଣ କାରଣରୁ...

ରାଶିଫଳ: ଶୁକ୍ରବାର, ଜୁଲାଇ ୨୬ ତାରିଖ – Daily Horoscope

ମେଷ ପାରିବାରିକ ଓ ସାମାଜିକ ସ୍ତରରେ ନିଜର ପ୍ରାଧାନ୍ୟକୁ ବୃଦ୍ଧି କରିପାରିବେ। ଗୃହ ସମସ୍ୟା ସମାଧାନ ସାଙ୍ଗକୁ ଆନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ...

ରାଶିଫଳ: ଗୁରୁବାର, ଜୁଲାଇ ୨୫ ତାରିଖ – Daily Horoscope

ମେଷ ଆଜି ଲାଭଭାବସ୍ଥ ଚନ୍ଦ୍ର ହେତୁ ଆବଶ୍ୟକତା ପୂରଣ ହେବାରେ କୌଣସି ଅସୁବିଧା ରହିବନାହିଁ। ଦୁର୍ବଳତାରୁ ସ୍ବାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖା ଦେଇପାରେ। ବନ୍ଧୁଙ୍କ ସାହାଯ୍ୟରୁ...

ରାଶିଫଳ: ବୁଧବାର, ଜୁଲାଇ ୨୪ ତାରିଖ – Daily Horoscope

ମେଷ କୌଣସି ମନ୍ତବ୍ୟକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ଆଶଙ୍କା ରହିଛି। ସବୁ ସୁବିଧା ଥିଲେ ମଧ୍ୟ ଖଳ ଲୋକଙ୍କ ପରୋକ୍ଷ ଶତ୍ରୁତା କାରଣରୁ ପାରିବାରିକ...

ରାଶିଫଳ: ମଙ୍ଗଳବାର, ଜୁଲାଇ ୨୩ ତାରିଖ – Daily Horoscope

ମେଷ ଆଗାମୀ କାଲିର ଆନୁଷ୍ଠନିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁନ୍ଦର ଓ ସୁମଧୁର ହେବ। ସହକର୍ମୀଙ୍କ ସାହାଯ୍ୟରେ ଅଟକିଥିବା କାମକୁ ସମ୍ପନ୍ନ...

ରାଶିଫଳ: ସୋମବାର, ଜୁଲାଇ ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ରଙ୍କ ସମ୍ମୁଖ ଭାଗରେ ରବି ଓ ଶୁକ୍ର ଅବସ୍ଥାନ କରିଥିବାରୁ ମନ ଯାହା ଚାହୁଁଥିବ ତାହା ପାଇବାରେ ଅସମର୍ଥ ହେବେ। ଶନିଙ୍କ ଦୃଷ୍ଟି...

ରାଶିଫଳ: ରବିବାର, ଜୁଲାଇ ୨୧ ତାରିଖ – Daily Horoscope

ମେଷ ଆଜି କେନ୍ଦ୍ରସ୍ଥ ଶୁକ୍ର ହେତୁ ବନ୍ଧୁମାନଙ୍କ ସାହାଯ୍ୟରେ ଅର୍ଥନୈତିକ ସ୍ଥିତିକୁ ସୁଦୃଢ଼ କରିବେ। କର୍ମକ୍ଷେତ୍ର ଓ ପାରିବାରିକ ଜୀବନ ସୁଖ, ସ୍ବାଚ୍ଛନ୍ଦ୍ୟରେ ଅତିବାହିତ ହେବ।...

ରାଶିଫଳ: ଶନିବାର, ଜୁଲାଇ ୨୦ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ରରେ ସ୍ବାଧୀନ ଭାବରେ କାର୍ଯ୍ୟ କରିବାରେ ସୁଯୋଗ ପାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବାରୁ ଖୁସି ହେବେ। ଶତ୍ରୁତା...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri