Posted inRasifala

ରାଶିଫଳ: ସୋମବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ
ଆଜି ଶନି ଓ ଚନ୍ଦ୍ରଙ୍କ ଷଡ଼ାଷ୍ଟକ ସ୍ଥିତି ଯୋଗୁ ମନ ମୁତାବକ କାମ କରିବାରେ ବିଫଳ ହେବେ। ଅବଶ୍ୟ ପ୍ରତିଯୋଗିତାରେ ସଫଳତା ଯୋଗୁ କେତେକାଂଶରେ ମନକୁ ବୁଝାଇ ଖୁସି ରହିବେ। ଅଫିସ୍‌ କାମରେ ଏପରିକି ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ ସତର୍କତାର ସହ କାମ କରିବା ଭଲ ହେବ।
ବୃଷ
ବୃଷ
ଧନସ୍ଥ ରାହୁ ଓ ଧନାଧିପଙ୍କ ଦୁର୍ବଳତା କାରଣରୁ ଅର୍ଥ ସମ୍ପର୍କୀୟ ବିବାଦର ସମ୍ମୁଖୀନ ହୋଇପାରନ୍ତି। କର୍ମକ୍ଷେତ୍ରରେ ସାଧାରଣ କଥାରେ କୌଣସି ବ୍ୟକ୍ତିଙ୍କ ସହ ମତାନ୍ତର ଘଟିପାରେ। ଖର୍ଚ୍ଚ ପରିମାଣ ବୃଦ୍ଧି ପାଇ ଚିନ୍ତାକୁ ବଢ଼ାଇ ଦେବ। ତଥାପି ରୋହିଣୀ ନକ୍ଷତ୍ର ବନ୍ଧୁ ମାନଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ।
ମିଥୁନ
ମିଥୁନ
ଧନାଧିପ ସପ୍ତମ ଭାବସ୍ଥ ପ୍ରଭାବରେ ଋଣ ପରିଶୋଧ କରିବା ସକାଶେ କିମ୍ବା ବିଭିନ୍ନ ପ୍ରକାରର ଧନ୍ଦା କରିବା ସକାଶେ ମନ ବଳାଇ ପାରନ୍ତି। ଜଣେ ବନ୍ଧୁ ଆଜି ଆପଣଙ୍କର ମାର୍ଗଦର୍ଶକ ସାଜି ପାରନ୍ତି, ଯାହାକି ଆପଣଙ୍କ ସକାଶେ ହିତକର ହେବ। କର୍ମକ୍ଷେତ୍ର, ବ୍ୟବସାୟରେ ସ୍ତ୍ରୀଙ୍କ ପରାମର୍ଶକୁ ଗ୍ରହଣ କଲେ ମନ୍ଦ ହେବନି।
କର୍କଟ
କର୍କଟ
ଚନ୍ଦ୍ର ପାପଗ୍ରହଙ୍କ ପ୍ରଭାବରୁ ମୁକ୍ତ ଯୋଗୁ ମାନସିକ ସ୍ଥିତି ପ୍ରାୟତଃ ଭଲ ରହିବ। କିନ୍ତୁ ଅଶ୍ଳେଷା ନକ୍ଷତ୍ର ଯୋଗୁ କର୍ମବ୍ୟସ୍ତତା ବୃଦ୍ଧି ପାଇପାରେ। ଆର୍ଥିକ ସମସ୍ୟା ନେଇ ମନରେ ବିଭିନ୍ନ ପ୍ରକାର ଦୁର୍ଭାବନା ସୃଷ୍ଟି ହେବ। କର୍ମକ୍ଷେତ୍ରରେ ସାଧାରଣ କଥାକୁ ବଡ଼ କରି ସହକର୍ମୀମାନେ କଳହର ମାତ୍ରାକୁ ବଢ଼ାଇ ଦେଇପାରନ୍ତି।
ସି˚ହ
ସି˚ହ
ସୁଯୋଗ ଅଭାବରୁ ଯେତେ ପ୍ରକାର ସୁବିଧା ସୁଯୋଗ ସୃଷ୍ଟି କଲେ ମଧ୍ୟ ଅନ୍ୟମାନେ ସନ୍ତୁଷ୍ଟ ହେବେ ନାହିଁ ବରଂ ଓଲଟି ନିନ୍ଦାଗାନ କରିବେ। କିନ୍ତୁ ଶନି ଓ ମଙ୍ଗଳଙ୍କ ସ୍ଥିତିରୁ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ। ଶୁକ୍ରଙ୍କ ଶୁଭ ସଂସ୍ଥାନରୁ କର୍ମକ୍ଷେତ୍ରରେ ଉଚ୍ଚବର୍ଗର ବ୍ୟକ୍ତି ବିଶେଷଙ୍କ ଦ୍ୱାରା ପ୍ରତିବନ୍ଧକ ଦେଖାଦେଇପାରେ।
କନ୍ୟା
ଧନ ସ୍ଥାନକୁ ଧନାଧିପତି ଦେଖୁଥିବାରୁ ହଠାତ୍‌ ଆଜି ବହୁତ ଦିନରୁ ଟଙ୍କା ବାକି ରଖିଥବା ଲୋକଟି ଘରେ ଆସି ଟଙ୍କା ଦେଇଯିବ। ଅଫିସରେ ସାଧାରଣ କଥାରେ ମତାନ୍ତରରୁ ବିତର୍କ ସୃଷ୍ଟି ହେବାର ସୂଚନା ରହିଛି।  ଗୃହସଜ୍ଜା, ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡ଼ିବାରେ ମନୋନିବେଶ କରିପାରନ୍ତି।
ତୁଳା
ତୁଳା
ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କର ସମସ୍ତ ଆଶା ଓ କାମନା ପୂର୍ଣ୍ଣତା ଲାଭ କରିବ। ଆଇନର ସହାୟତା ନେଇ ମାଲିମୋକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ। ଫେରିବା ବାଟରୁ ମୂଲ୍ୟବାନ ଦ୍ରବ୍ୟ ଆଣିବେ। କିନ୍ତୁ ଚିତ୍ରା ନକ୍ଷତ୍ର ମାନସିକ ଦୁଶ୍ଚିନ୍ତା ଭିତରେ ନିଜର ଭାରସାମ୍ୟ ହରାଇ ପାରନ୍ତି।
ବିଛା
ବିଛା
ଅଷ୍ଟମାଧିପତି ନବମ ଭାବରେ ରହି ଆପଣଙ୍କ ଉଦ୍ୟମ ଓ ଚିନ୍ତାଧାରାକୁ ବିକ୍ଷିପ୍ତ କରିପାରନ୍ତି। ଆଜି ଘର କାମ ସାଙ୍ଗକୁ ଅଫିସ୍‌ କାମର ଚାପ ବଳିଯିବା କାରଣରୁ ବ୍ୟସ୍ତତା ବଢ଼ି ଯାଇପାରେ। ଅନ୍ୟମାନଙ୍କ କଥାରେ ଭାସି ନ ଯାଇ ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ। କ୍ରୀଡ଼ା, କଳା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ।
ଧନୁ
ଧନୁ
ରାହୁ ଓ ରାଶିରେ ପାପଗ୍ରହ ପ୍ରଭାବରେ ବିଭିନ୍ନ ପ୍ରକାରର ସମସ୍ୟା ଓ ପ୍ରତିବନ୍ଧକ ଭିତର ଦେଇ ଚଳିବା ପାଇଁ ବାଧ୍ୟ ହେବେ ପରିବହନ, ଆମଦାନୀ କାରବାର କ୍ଷେତ୍ରରେ ନିଜ ନିଜ ସ୍ଥାନରେ ବେଶ୍‌ ଖୁସୀ ରହିବେ। ରାଜନୀତିରେ ଓ ସାଙ୍ଗଠନିକ କ୍ଷେତ୍ରରେ ବହୁତ ଜନକଲ୍ୟାଣ କାମ ହାତକୁ ନେଇ ପ୍ରଶଂସିତ ହୋଇପାରନ୍ତି।
ମକର
ମକର
ଶନି ଓ ଚନ୍ଦ୍ରଙ୍କ ଷଡ଼ାଷ୍ଟକ ସ୍ଥିତି କାରଣରୁ ଆପଣ ଭାବୁଥିବେ ଗୋଟିଏ କଥା କହିଲା ବେଳକୁ ତାହା ଓଲଟା ହୋଇ ଯାଇପାରେ। ଫଳରେ ବନ୍ଧୁଙ୍କ ସହ ବିତର୍କଜନିତ ଅଶାନ୍ତିକର ପରିସ୍ଥିତି ସୃଷ୍ଟି ହୋଇପାରେ। ତଥାପି ଶ୍ରବଣା ନକ୍ଷତ୍ର ବନ୍ଧୁଙ୍କ କଥା ମାନି କାମ କଲେ ବହୁତ ଭଲ ହେବ। ଶିଳ୍ପ, ବ୍ୟବସାୟ, ନିର୍ମାଣ ଓ ପରିବହନରୁ ଲାଭବାନ୍‌ ହେବେ।
କୁମ୍ଭ
କୁମ୍ଭ
ଷଷ୍ଠାଧିପ ସପ୍ତମ ଭାବସ୍ଥ ଯୋଗୁ ଯେଉଁ କାମରେ ହାତ ଦିଅନ୍ତୁନା କାହିଁକି ସବୁ କାମଗୁଡ଼ିକ ଘାତପ୍ରତିଘାତ ମଧ୍ୟ ଦେଇ ସମ୍ପନ୍ନ ହେବାର ସୂଚନା ରହିଛି। ପରିବାରରେ କାହାର ସ୍ବାସ୍ଥ୍ୟ ସକାଶେ ମନ ବ୍ୟସ୍ତ ରହିପାରେ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଘରର ଥିବା ଭୂ-ସମ୍ପତ୍ତିକୁ କେନ୍ଦ୍ରକରି କଳହ ସୃଷ୍ଟି ହୋଇପାରେ।
ମୀନମୀନ
ଚତୁର୍ଥ ଭାଗରେ ରାହୁ ଥିବାରୁ ଘରୋଇ କ୍ଷେତ୍ରରେ ଆମତ୍ୀୟମାନେ କେତେକ କାରଣକୁ କେନ୍ଦ୍ରକରି ବିଶ୍ୱାସଘାତକତା କରିପାରନ୍ତି। ଶୁକ୍ରଙ୍କ ଧନଭାବ ସଂସ୍ଥାନରୁ ଅର୍ଥଲାଭ ସହ ବହୁ ପ୍ରତୀକ୍ଷିତ ଖବରଟି ଆଜି ପାଇପାରନ୍ତି। ଆଜିର ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ମାଲି ମୋକଦ୍ଦମା, ଜମିଜମା କାରବାରରେ କିଛିଟା ସାମୟିକ ସମସ୍ୟା ଲାଗି ରହିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

ରାଶିଫଳ: ବୁଧବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ପ୍ରତି ମଙ୍ଗଳଙ୍କ ପ୍ରତ୍ୟକ୍ଷଦୃଷ୍ଟି ପ୍ରଭାବରେ କାର୍ଯ୍ୟ ହାସଲ କରିବେ। ରାହୁଙ୍କ ପ୍ରଭାବଜନିତ ପଡ଼ୋଶୀ ପ୍ରତିବାଦ କରିପାରନ୍ତି। ପାରିବାରିକ ସହମତି ସଙ୍ଗକୁ ବନ୍ଧୁମାନଙ୍କ ସହଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri