Posted inRasifala

ରାଶିଫଳ: ସୋମବାର, ମେ ୧୨ ତାରିଖ – Daily Horoscope

ମେଷ
ଆଜି କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡିପାରେ। ରାହୁ ପ୍ରଭାବରୁ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବା ଶୁଣିବାକୁ ପାଇବେ। ପ୍ରତ୍ୟେକ କ୍ଷେତ୍ରରେ ଅବସ୍ଥା ଦେଖି ବ୍ୟବସ୍ଥା ନ କଲେ ପରେ ଅନୁତାପ କରିବାକୁ ପଡ଼ିବ। ସାମାନ୍ୟ ଚେଷ୍ଟା ଦ୍ୱାରା ଯେଉଁଥି ପାଇଁ ଚିନ୍ତିତ ରହିଥିଲେ ଆଜି ତାହା ମିଳିପାରିବ।
ବୃଷ
ବୃଷ
ବନ୍ଧୁ କିମ୍ବା ସହକର୍ମୀ ସହଯୋଗର ହାତ ବଢ଼ାଇବେ ଫଳରେ ଆଜିର କାମ ଅଟକିବ ନାହିଁ। ଆଲୋଚନା କ୍ଷେତ୍ରରେ କାର୍ଯ୍ୟବ୍ୟସ୍ତ ଯୋଗୁ କେତେକ କାମ ଠିକ୍‍ ସମୟରେ କରିପାରିବେ ନାହିଁ। ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟଲାଭ କରିପାରନ୍ତି। ଦ୍ୱାଦଶସ୍ଥ ରବିଙ୍କ ଯୋଗୁ ଘରୋଇ କ୍ଷେତ୍ରରେ ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ।
ମିଥୁନ
ମିଥୁନ
ଆଜି କର୍ମାରମ୍ଭ ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ ଓ କାମ ହାସଲ କରିବେ। ରାଜନୀତି , ସଂଗଠନ, ସଭାସମିତି ଓ ଆନୁଷ୍ଠାନିକ କ୍ଷେତ୍ରରେ ପ୍ରଶଂସିତ ହେବେ। ବୃହସ୍ପତିଙ୍କ ହେତୁ ବ୍ୟବସାୟିକ ଦିଗ ମଧ୍ୟମ ପ୍ରକାର ରହିବ। ଆଲୋଚନା ପରିସରରେ କୌଣସି ନୀଚଜାତିର ବ୍ୟକ୍ତିଙ୍କ ସହ ଝଗଡ଼ା ଲାଗିପାରେ।
କର୍କଟ
କର୍କଟ
ଖଟଣି ବଢ଼ିବ କିନ୍ତୁ ଯାହା ଯେତିକି ଓ ଯେମିତି ପାଇବା କଥା ତାହା ନ ପାଇ ଅନୁତପ୍ତ ହୋଇପାରନ୍ତି। କେନ୍ଦ୍ରସ୍ଥ ଚନ୍ଦ୍ରଜନିତ ଜଣେ ପ୍ରତିଷ୍ଠାବାନ୍‍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଆତ୍ମବିଭୋର ହେବେ। ମକଦ୍ଦମା, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ମାନସିକ ଅଶାନ୍ତି ବଢ଼ିବ। କ୍ରୀଡ଼ା, ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ପ୍ରତିଯୋଗିତାରେ ସଫଳତା ଅର୍ଜନ କରିବେ।
ସି˚ହ
ସି˚ହ
ଭାଗ୍ୟସ୍ଥାନରେ ବୁଧାଦିତ୍ୟ ଯୋଗରୁ ଆଜି ଯାହା ଚାହୁଁଛନ୍ତି ତାହା ପାଇବାରେ ଅସୁବିଧା ରହିବ ନାହିଁ। ଜଣେ ବିଶିଷ୍ଟ ବ୍ୟକ୍ତିଙ୍କ ସହାୟତାରେ ସ୍ଥଗିତ କାମକୁ ସମ୍ପନ୍ନ କରିବେ। କ୍ରୀଡ଼ା, କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ସମସ୍ୟାଗୁଡ଼ିକର ସରଳ ସମାଧାନ କରିବାରେ ସଫଳ ହେବେ।
କନ୍ୟା
ଆନୁସଙ୍ଗିକ ସାହାଯ୍ୟ, ସହଯୋଗ ଲାଭକରି ଆଶା ପୂରଣ ପାଇଁ ଅନୁକୂଳ ପରିସ୍ଥିତି ସୃଷ୍ଟି କରିବେ। ସପ୍ତମସ୍ଥ ପାପଗ୍ରହଜନିତ ଯାତ୍ରା କାଳରେ ଶତ୍ରୁତା କରୁଥିବା ଲୋକଟି ମନକୁ ବାଧିଲା ଭଳି କଥା କହିବ। ବ୍ୟବସାୟ କ୍ଷେତ୍ରରେ ଅଧିକ କିଛି ଆଶା ଦୁଃଖ ଦେଇପାରେ। କୌଣସି ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି।
ତୁଳା
ତୁଳା
ସପ୍ତମାଧିପ କେନ୍ଦ୍ରସ୍ଥ ଯୋଗୁ କର୍ମକ୍ଷେତ୍ରରେ ସାହାଯ୍ୟ ପାଇଁ ପ୍ରତିଶ୍ରୁତି ଦେଇଥିବା ବନ୍ଧୁଙ୍କ ଦ୍ୱାରା ଉପକୃତ ହେବେ। ଶତ୍ରୁଠାରୁ ଦୂରତା ରଖି କାମ କରିବା ଭଲ ହେବ, ନତୁବା ହଇରାଣ ହେବାକୁ ପଡିପାରେ । ପରିବାରରେ ଭୁଲ୍‍ ବୁଝାମଣା ହେତୁ ସମସ୍ୟା ବଢିଯିବ। ଶିଳ୍ପ, ବାଣିଜ୍ୟ, ସାମ୍ବାଦିକତା ଓ ଅର୍ଥ ସମ୍ବନ୍ଧିତ କାମରେ ସଫଳତା ପାଇବେ।
ବିଛା
ବିଛା
ଦୀର୍ଘଦିନ ହେଲା ଯାହା ହୋଇ ପାରି ନ ଥିଲା ଆଜି ତାହାର ସରଳ ସମାଧାନ ହୋଇଯିବ। ବ୍ୟବସାୟରେ ପ୍ରତିବନ୍ଧକ ଦୂରେଇବା ପାଇଁ ପ୍ରଯତ୍ନ କଲେ ସଫଳ ହେବେ। ଭୁଲ୍‍ ବୁଝାମଣାରୁ ପରିବାର ସଦସ୍ୟଙ୍କଠାରୁ ସମସ୍ୟା ଆସିପାରେ। ଶନିଙ୍କ କୁପ୍ରଭାବରୁ ଘରୋଇ ବ୍ୟାପାରରେ ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେବ।
ଧନୁ
ଧନୁ
ଧନାଧିପ କେନ୍ଦ୍ରସ୍ଥ ଯୋଗୁ ଆର୍ଥିକ ଦିଗରୁ ସମସ୍ୟା ଲାଗିରହିବ କିନ୍ତୁ ସୁଧାରି ନେବାରେ ବନ୍ଧୁଙ୍କ ଅବଦାନ ଅବଶ୍ୟ ରହିବ। ଅଫିସରେ ସହକର୍ମୀଙ୍କ ସହ ମିଷ୍ଟାଳାପ ମଧ୍ୟରେ କାମ କରିଚାଲିବେ। ପିଲାମାନଙ୍କ ସଫଳତାରେ ଆନନ୍ଦ ଅନୁଭବ କରିପାରନ୍ତି। ବାଟରେ ଯିବା ସମୟରେ ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ।
ମକର
ମକର
ରାଶ୍ୟାଧିପ ତୃତୀୟସ୍ଥ ହେତୁ ସ୍ବାସ୍ଥ୍ୟ ଭଲ ରହିଲେ ମଧ୍ୟ ଅନ୍ତର୍ଦ୍ୱନ୍ଦ୍ୱ ଲାଗିରହିବ। କୌଣସି ବ୍ୟକ୍ତିଠାରୁ ଦୁଃଖଦ ଖବର ପାଇ ବିଚଳିତବୋଧ କରିପାରନ୍ତି ା ପଡ଼ୋଶୀମାନେ ବିଭିନ୍ନ ପ୍ରକାରର ଝମେଲା ସୃଷ୍ଟି କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ନିର୍ମାଣ, ସଭାସମିତି, ଗବେଷଣା ଓ ରଚନାତ୍ମକ କାର୍ଯ୍ୟରୁ ସୁଫଳ ପାଇବେ।
କୁମ୍ଭ
କୁମ୍ଭ
ଆଜି ମୁଖଭାବରେ ପାପଗ୍ରହ ଯୋଗୁ ବନ୍ଧୁଙ୍କ ସହ ସାଧାରଣ କଥାକୁ କେନ୍ଦ୍ରକରି ପାଟିତୁଣ୍ଡ ଲାଗିରହିବ। ପାରିବାରିକ ସମସ୍ୟାର ସମାଧାନ ସକାଶେ ବନ୍ଧୁଙ୍କ ସାହାଯ୍ୟ ଭିକ୍ଷା କରିପାରନ୍ତି। କ୍ରୀଡ଼ା, ସଙ୍ଗୀତ, ରାଜନୀତି ଓ ସାହିତ୍ୟ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଦେହ ଭଲ ରହିଲେ ମଧ୍ୟ କ୍ରନିକ ରୋଗରେ କଷ୍ଟ ପାଇପାରନ୍ତି।
ମୀନମୀନ

ରାଶିରେ ପାପଗ୍ରହ ପ୍ରଭାବରୁ ପରିବାରରେ ଅଯଥା ବ୍ୟସ୍ତତା ପ୍ରକାଶ କରି ଅଶାନ୍ତ ରହିବେ। ପରିସ୍ଥିତିବଶତଃ ଧାରକରଜ କରି ଆବଶ୍ୟକତାକୁ ଚଳାଇ ନେବାକୁ ବାଧ୍ୟ ହେବେ। ବ୍ୟବସାୟ ଓ ପରିବହନରେ ଦେଖିଚାହିଁ ପଦକ୍ଷେପ ନିଅନ୍ତୁ, ନତୁବା ସମସ୍ୟା ଉପୁଜିପାରେ। ରାସ୍ତାରେ ଅପରିଚିତ ବ୍ୟକ୍ତିକୁ ବିଶ୍ୱାସ କରି ଖାଲରେ ପଡିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଜୁନ୍ ୧୫ ତାରିଖ – Daily Horoscope

ମେଷ ଶୁକ୍ର ମୁଖଭାବରେ ରହି ଏକାଧାରରେ ଅର୍ଥ, ବସ୍ତ୍ରଭୂଷଣ, ବନ୍ଧୁଙ୍କ ଆତିଥ୍ୟଯୋଗ ଲାଭ କରି ଖୁସୀ ହେବେ ା ଅଫିସରେ ସହକର୍ମୀଙ୍କ ସୈାହାର୍ଦ୍ଦ୍ୟ ମଧ୍ୟରେ ନୂତନ ଯୋଜନା…

ରାଶିଫଳ: ରବିବାର, ଜୁନ୍ ୧୪ ତାରିଖ – Daily Horoscope

ମେଷ ଆଜି ସ୍ବଗୃହୀ ମଙ୍ଗଳଙ୍କ ଯୋଗୁ ଦୈହିକ ସ୍ବାସ୍ଥ୍ୟ ଭଲ ରହିବ। ବନ୍ଧୁଙ୍କ ସହଯୋଗରୁ ଅଟକି ରହିଥିବା କାର୍ଯ୍ୟଗୁଡ଼ିକ ତ୍ୱରାନ୍ବିତ କରିପାରିବେ। ପାରିବାରିକ ସ୍ତରରେ ଭାବ ପ୍ରବଣତା…

ରାଶିଫଳ: ଶନିବାର, ଜୁନ୍ ୧୩ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ରମଙ୍ଗଳ ଯୋଗ ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସହ ବୈଷୟିକ ଅଭିବୃଦ୍ଧି ଘଟିବ। ପାପଗ୍ରହ ମଧ୍ୟସ୍ଥ ଚନ୍ଦ୍ର ହେତୁ ପାରିବାରିକ କ୍ଷେତ୍ରରେ ମାନସିକ ଦ୍ୱନ୍ଦ୍ୱ କାର୍ଯ୍ୟରେ…

ରାଶିଫଳ: ଶୁକ୍ରବାର, ଜୁନ୍ ୧୨ ତାରିଖ – Daily Horoscope

ମେଷ ଗ୍ରହମାନଙ୍କ ଶୁଭ ସମ୍ବନ୍ଧ ଅଭାବରୁ ଯେ କୌଣସି ପ୍ରକାରର ପରିସ୍ଥିତିରେ ମଧ୍ୟ ଆପଣ ନିଜକୁ ଠିକ୍‌ ଭାବେ ଆଡ୍‌ଜଷ୍ଟ କରି ଚଳାଇ ନେଇ ପାରିବେ ନାହିଁ।…

ରାଶିଫଳ: ଗୁରୁବାର , ଜୁନ୍ ୧୧ ତାରିଖ – Daily Horoscope

ମେଷ ଆଜି ରାଶ୍ୟାଧିପତି ସ୍ବଗୃହରେ ଶୁକ୍ରନକ୍ଷତ୍ରସ୍ଥ ଯୋଗୁ ସ୍ବାସ୍ଥ୍ୟ ଭଲ ରହିବା ସହ ଖୁସିରେ ସମୟ କଟିବ। ଶନିଙ୍କ ସଂଯୋଗଜନିତ ଦ୍ୱାଦଶସ୍ଥ ଚନ୍ଦ୍ର ଯାତ୍ରା, ଆଧ୍ୟାତ୍ମିକ ଚିନ୍ତନ…

ରାଶିଫଳ: ବୁଧବାର, ଜୁନ୍ ୧୦ ତାରିଖ – Daily Horoscope

ମେଷ ଆପଣଙ୍କ ଦକ୍ଷତା ଏବଂ କର୍ତ୍ତବ୍ୟନିଷ୍ଠା କାରଣରୁ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଈର୍ଷାପରାୟଣ ବନ୍ଧୁ ଓ ସହକର୍ମୀ ଅପପ୍ରଚାର ଚଳାଇପାରନ୍ତି। ବାଣିଜ୍ୟ, ବ୍ୟବସାୟିକ କ୍ଷେତ୍ରରେ ଅର୍ଥ ସମ୍ପର୍କକୁ…

ରାଶିଫଳ: ମଙ୍ଗଳବାର , ଜୁନ୍ ୯ ତାରିଖ – Daily Horoscope

ମେଷ ଶ୍ରୁତିମଧୁର ବାକ୍ୟାଳାପ ଦ୍ୱାରା ବନ୍ଧୁଙ୍କୁ ଆପ୍ୟାୟିତ କରିବେ। ଶନିଙ୍କ ପ୍ରଭାବରୁ ମୃଦୁ ମନ୍ଦ ଗତିରେ କର୍ମପ୍ରବାହକୁ ଆଗକୁ ଗଡ଼ାଇନେବାରେ ସାହାଯ୍ୟ କରିପାରନ୍ତି। ବନ୍ଧୁଙ୍କ ସହ ଆନୁଷ୍ଠାନିକ…

ରାଶିଫଳ: ସୋମବାର, ଜୁନ୍ ୮ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ସମସ୍ୟା, ଜମିଜମା କଥା, ସମ୍ପର୍କୀୟଙ୍କ ସହ ଆଲୋଚନାରେ ସମୟ ଅତିବାହିତ କରିପାରନ୍ତି। ଆର୍ଥିକ ସ୍ଥିତିରେ ସୁଧାର ଆସିପାରେ। ପାରିବାରିକ ସ୍ତରରେ ମନ ଭୁଲାଣିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri