Posted inRasifala

ରାଶିଫଳ: ସୋମବାର, ମେ ୧୮ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ ବ୍ୟବହାରରେ ସଂଯମତା ଅଭାବରୁ ଅପ୍ରିୟସତ୍ୟ ଭାଷଣଜନିତ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବାରେ ସମର୍ଥ ହେବେ। ବିଭିନ୍ନ ପ୍ରକାରର କାର୍ଯ୍ୟ ବ୍ୟସ୍ତତା କାରଣରୁ ସ୍ବାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇପାରେ।
ବୃଷ
ବୃଷ
ପରିଚିତ ଭଦ୍ର ମହିଳାଙ୍କ ନିକଟରୁ ସାହାଯ୍ୟର ପ୍ରତିଶ୍ରୁତି ପାଇ ଟେନସନ୍‌ ଦୂର ହୋଇପାରେ। ଶୁକ୍ରଙ୍କ ପ୍ରଭାବରେ କଳା, ସାହିତ୍ୟ, ସଙ୍ଗୀତ,ଚଳଚ୍ଚିତ୍ର ପ୍ରଭୃତିରୁ ଶ୍ରଦ୍ଧା ଓ ସମ୍ମାନ ମିଳିବ। ପ୍ରତିବନ୍ଧକ କାରଣରୁ ପ୍ରତ୍ୟେକ କାମ ବିଳମ୍ବିତ ସମୟରେ ହାସଲ କରିବେ। ଯାତ୍ରା, ବାଣିଜ୍ୟ, ବ୍ୟବସାୟ ଭଲରେ ଚାଲିବ।
ମିଥୁନ
ମିଥୁନ
ଟଙ୍କା, ପଇସା ଖର୍ଚ୍ଚ କରିବାରେ କୁଣ୍ଠା ପ୍ରକାଶ କରି ସମାଲୋଚିତ ହୋଇପାରନ୍ତି। ଆଦେଶପ୍ରାପ୍ତ ହୋଇ ସାଙ୍ଗଠନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ। ସତ୍‌ସଙ୍ଗ ଓ ଆଧ୍ୟାତ୍ମିକତାରୁ ଶାନ୍ତି ଲାଭ କରିବେ। ବ୍ୟକ୍ତିଗତ କେତେକ ସମସ୍ୟାଜନିତ ପାରିବାରିକ ଦୁଶ୍ଚିନ୍ତା ମଧ୍ୟରେ ସମୟ କଟାଇବେ।
କର୍କଟ
କର୍କଟ
ସାମୟିକ ପ୍ରତିବନ୍ଧକ ଆପଣଙ୍କ ଅର୍ଥ, ଦ୍ରବ୍ୟ ଲାଭରେ ଅନ୍ତରାୟ ସୃଷ୍ଟି କରିପାରିବ ନାହିଁ। ନୂତନକର୍ମାରମ୍ଭ ତଥା ଶିଳ୍ପ,ବାଣିଜ୍ୟ ଓ ବ୍ୟବସାୟରେ ସଫଳତା ହାସଲ କରିବେ। ସାଂଗଠନିକ ଓ ଆଇନ, ଅଦାଲତ କ୍ଷେତ୍ରରେ ଉନ୍ନତ ମାନର ଫଳ ପ୍ରଦାନ କରିବେ। ଅନ୍ୟ କଥାରେ ପ୍ରଭାବିତ ହୋଇ ନିଜ ଲୋକଙ୍କୁ ଭୁଲ୍‌ ବୁଝିବେ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ପ୍ରବଳ ବିରୋଧର ସମ୍ମୁଖୀନ ହେବାକୁ ପଡ଼ିବ। ଆର୍ଥିକ ଦୁରବସ୍ଥା କାରଣରୁ ଇଚ୍ଛା କଲେ ମଧ୍ୟ କୌଣସି ଜିନିଷ କିଣି ନ ପାରି ମନ ଦୁଃଖ କରି ପାରନ୍ତି। ହଠାତ୍‌ ଶତ୍ରୁମାନଙ୍କ ମିତ୍ର ଭଳି ଆଚରଣ ଆପଣଙ୍କୁ ବିସ୍ମୟାଭୀଭୂତ କରିପାରେ। ଯାହା କରନ୍ତୁ ନା କାହିଁକି, ଶାରୀରିକ ସ୍ବାସ୍ଥ୍ୟ ପ୍ରତି ଧ୍ୟାନଦେବା ନିତାନ୍ତ ଆବଶ୍ୟକ।
କନ୍ୟା
କୌଣସି ଆନୁଷ୍ଠାନିକ କାର୍ଯ୍ୟ ସକାଶେ ବିଚାରବିମର୍ଶ । ସ୍ବାର୍ଥ ହାନି ଆଶଙ୍କାରେ ଭଲ ସମ୍ପର୍କ ଥିବା ଆତ୍ମୀୟମାନେ ଭୁଲ୍‌ ବୁଝି ଅର୍ଥକୁ ଅନର୍ଥ । କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଉପକୃତ ହୋଇପାରନ୍ତି।  ଅର୍ଥ ସମ୍ପର୍କୀୟ ବିବାଦରେ ସୁଧାର ପରିସ୍ଥିତି ସୃଷ୍ଟି ହେବାର ସମ୍ଭାବନା ରହିଛି।
ତୁଳା
ତୁଳା
ଆଜିର କାମଗୁଡିକ ସହଜରେ ସମ୍ପନ୍ନ ନ ହୋଇ ବିଶୃଙ୍ଖଳିତ । କୌଣସି ନିଷ୍ପତ୍ତିର ପରିବର୍ତ୍ତନ କଲେ ବିରୋଧାମତ୍କ ପରିସ୍ଥିତି ସୃଷ୍ଟି ହୋଇପାରେ। ସ୍ବାସ୍ଥ୍ୟ ପ୍ରତି ଅବହେଳା କଲେ ପରେ ଅନୁତାପ କରିବାକୁ ସମୟ ପାଇବେ ନାହିଁ। ସଭାସମିତିରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିପାରନ୍ତି ।
ବିଛା
ବିଛା
ସ୍ବାସ୍ଥ୍ୟ ସମସ୍ୟା ଉଦ୍‌ବେଗଜନକ ନ ହେଲେ ମଧ୍ୟ କିଛିଟା ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ। ପ୍ରଶାସନିକ ସ୍ତରରେ, ପ୍ରକାଶନ କ୍ଷେତ୍ରରେ, ଶିଳ୍ପ, ବାଣିଜ୍ୟରେ ସମସ୍ୟା ଦୂର । ବିଗତ ଦିନମାନଙ୍କର କଥାକୁ ଚିନ୍ତାକରି ‌ମାନସିକ ଗ୍ଲାନି ଅନୁଭବ କରିବେ।
ଧନୁ
ଧନୁ
ନିଜ ଲୋକମାନଙ୍କ ଅନାସ୍ଥା ଭାବ, ମାନସିକ ଅସୁସ୍ଥତାର କାରଣ ହୋଇପାରେ। ଆଧ୍ୟାତ୍ମିକତା, ସାହିତ୍ୟ, କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ପାଇବେ। ମିଥ୍ୟାଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବାକୁ ବାଧ୍ୟ ହେବେ। ବନ୍ଧୁମାନଙ୍କର ପରୋକ୍ଷ ଶତ୍ରୁତା ଯୋଗୁ ବିଚଳିତ ହୋଇପାରନ୍ତି ।
ମକର
ମକର
କର୍ମକ୍ଷେତ୍ରରେ ଉଚ୍ଚ ପଦାଧିକାରୀଙ୍କ ସହ ମତ ପାର୍ଥକ୍ୟ କାରଣରୁ ବିକଳ୍ପ ଚିନ୍ତା କରିବେ। ସାଧାରଣ ଘଟଣାରେ ସହକର୍ମୀଙ୍କ ସହ ସମ୍ପର୍କ ହାନି ଦୁଶ୍ଚିନ୍ତାର କାରଣ ହୋଇପାରେ। ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ସ୍ନେହ ଓ ସହାନୁଭୂତି ପରିବାର ଭିତରୁ ନ ପାଇ ଭାବପ୍ରବଣ ହୋଇପାରନ୍ତି।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ମାନସିକ ଚାପ ପାରିବାରିକ ଜୀବନକୁ କେତେକାଂଶରେ ପ୍ରଭାବିତ କରି ରଖିବ। ଯାନବାହନ, ଲୋକ ସମ୍ପର୍କ, ଘରୋଇ କଥା, ଆନୁଷ୍ଠାନିକ ତଥା ସାମାଜିକ କାମରେ କଳହ ସୃଷ୍ଟି ହୋଇପାରେ। ଅବଶ୍ୟ ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ।
ମୀନମୀନ

ନୂତନ ସୁଯୋଗ ପାଇବାର ମାର୍ଗ ଉନ୍ମୋଚିତ ହୋଇପାରେ। ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ ଓ ସହମତି ମାଧ୍ୟମରେ କାମ କରିବାର ସୁଯୋଗ ପାଇବେ। ବନ୍ଧୁଙ୍କ ଆମନ୍ତ୍ରଣକ୍ରମେ ଆକସ୍ମିକ ଭାବରେ ଭ୍ରମଣ ସୁଯୋଗ ଲାଭ କରିପାରନ୍ତି। ପରିବାରରେ ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ରହିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

ରାଶିଫଳ: ବୁଧବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ପ୍ରତି ମଙ୍ଗଳଙ୍କ ପ୍ରତ୍ୟକ୍ଷଦୃଷ୍ଟି ପ୍ରଭାବରେ କାର୍ଯ୍ୟ ହାସଲ କରିବେ। ରାହୁଙ୍କ ପ୍ରଭାବଜନିତ ପଡ଼ୋଶୀ ପ୍ରତିବାଦ କରିପାରନ୍ତି। ପାରିବାରିକ ସହମତି ସଙ୍ଗକୁ ବନ୍ଧୁମାନଙ୍କ ସହଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri