Posted inRasifala

ରାଶିଫଳ: ସୋମବାର, ମେ ୪ ତାରିଖ – Daily Horoscope

ମେଷ
ଆଜି ସକାଳୁ ସକାଳୁ ନିକଟରେ ରହୁ ନ ଥିବା ପିଲାଙ୍କ ସ୍ବାସ୍ଥ୍ୟ ସକାଶେ ଚିନ୍ତିତ ହେବେ। ବନ୍ଧୁମାନଙ୍କ ନିମନ୍ତ୍ରଣ କ୍ରମେ ସଭାସମିତି ଓ ଆନୁଷ୍ଠାନିକ କାମରେ ବ୍ୟସ୍ତ ରହିପାରନ୍ତି। ସମସ୍ୟାକୁ ସୁଧାରି ନେବେ କିନ୍ତୁ ନିଜ ଲୋକମାନେ ଅସୁବିଧାରେ ପକାଇ ପାରନ୍ତି। ପରିବହନ ତଥା ପାରିବାରିିକ କ୍ଷେତ୍ର ବୁଝାମଣାରେ ଶୃଙ୍ଖଳିତ ହେବ।
ବୃଷ
ବୃଷ
ଶୁକ୍ର ପ୍ରଭାବରେ କଳା, କ୍ରୀଡ଼ା ଓ ସାହିତ୍ୟ, ସଂଗୀତ ଓ ଚଳଚ୍ଚିତ୍ରରେ ସୁନାମ ଅର୍ଜନ କରିବେ। ପରିବାରରେ ସ୍ତ୍ରୀ କିମ୍ବା ଭାଇଙ୍କ ସ୍ବାସ୍ଥ୍ୟ ସକାଶେ ଚିନ୍ତା କରିପାରନ୍ତି। ଆର୍ଥିକ ସମସ୍ୟା କେତେକାଂଶରେ ପାରିବାରିକ ଆବଶ୍ୟକତାକୁ ଅଟକାଇ ଦେଇପାରେ।ନିର୍ମାଣ, ବ୍ୟବସାୟ, ସାମ୍ବାଦିକତା,ଏଜେନ୍ସିପ୍‌, ମାଲିମକଦ୍ଦମା ପ୍ରଭୃତିରେ ଉନ୍ନତି କରିବେ।
ମିଥୁନ
ମିଥୁନ
ଅଧିକାଂଶ ସମୟ ସ୍ବାସ୍ଥ୍ୟ ସମସ୍ୟା ଲାଗିରହିବା କାରଣରୁ ମନରେ ସରସତା ରହିବ ନାହିଁ। କର୍ମକ୍ଷେତ୍ର ପ୍ରତି ଉଦାସୀନ ହେବେ, ଯାହା କି ନୂତନ ସମସ୍ୟାକୁ ଜନ୍ମ ଦେଇପାରେ। ମିତ୍ରତା ବନ୍ଧନରେ ଆବଦ୍ଧ ହେବେ ଓ କାମ ସକାଶେ ସାହାଯ୍ୟ ପାଇବେ। ଜାଣିଶୁଣି କେତେକ ଈର୍ଷାପରାୟଣ ବ୍ୟକ୍ତି ସମସ୍ୟା ସୃଷ୍ଟି କରିପାରନ୍ତି।
କର୍କଟ
କର୍କଟ
ପୁନର୍ବସୁ ନକ୍ଷତ୍ର କର୍ମକ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ସହ କୂଟନୀତି ବଳରେ କାର୍ଯ୍ୟ ସାଧନ କରିବେ। ପାରିବାରିକ ଅସ୍ଥିରତା କ୍ଷେତ୍ରରେ ଅତିପ୍ରିୟ ବନ୍ଧୁଙ୍କ ପରାମର୍ଶରେ ସାନ୍ତ୍ୱନା ମିଳିବ। ଦ୍ରବ୍ୟ ନଷ୍ଟ ଯୋଗୁଁ କ୍ଷୋଭ ପ୍ରକାଶ କରିପାରନ୍ତି।ପଡୋଶୀଙ୍କ ସହ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ।
ସି˚ହ
ସି˚ହ
ପୂର୍ବାଫାଲ୍‌ଗୁନୀ ନକ୍ଷତ୍ର ମନକଥା ମନରେ ଗୋପନ ରଖି ପିଠି ଥାପୁଡ଼େଇ କାମ ହାସଲ କରିବେ। କଠିନ ଶ୍ରମଜନିତ ସନ୍ଧ୍ୟା ସମୟରେ ପୁରାତନ ରୋଗର ପୀଡା ବୃଦ୍ଧି ପାଇପାରେ। ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ସଭାସମିତିରେ ଶେଷ ସମୟରେ ନିଷ୍ପତ୍ତି ବଦଳାଇ ଦେଇ ସମାଲୋଚିତ ହୋଇପାରନ୍ତି।
କନ୍ୟା
ସମସ୍ତ ପ୍ରକାରର ସୁବିଧା ଥାଇ ମଧ୍ୟ ଈର୍ଷାଳୁ ବ୍ୟକ୍ତିଙ୍କ ଦ୍ୱାରା କାମରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ହସ୍ତା ନକ୍ଷତ୍ର ଜାତ ବ୍ୟକ୍ତିମାନେ ପରକୁ ସାହାଯ୍ୟ କରିବାକୁ ଯାଇ ନିଜେ ହଇରାଣରେ ପଡିପାରନ୍ତି। ଅଧ୍ୟୟନ, ଅଧ୍ୟାପନା, ଲେଖାପଢା କ୍ଷେତ୍ରରୁ ଶୁଭଫଳ ପାଇବେ ଘରର ଆବଶ୍ୟକତାକୁ ନେଇ ଆଜି ଗୃହୋପକରଣ କ୍ରୟ କରିପାରନ୍ତି।
ତୁଳା
ତୁଳା
ମାନସିକ ଅସ୍ଥିରତା ଅବଶ୍ୟ ରହିବ, ତା’ବୋଲି ଆପଣ ତରତର ହୋଇ କିଛି କାମ କରନ୍ତୁ ନାହିଁ। ବନ୍ଧୁମାନଙ୍କୁ ଉପଯୁକ୍ତ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ ।  ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ, ଯାହା କି ଅନର୍ଥର କାରଣ ହୋଇପାରେ। ଆଜିର ବ୍ୟବସାୟିକ ସ୍ଥିତି ମାନ୍ଦା ହେବନାହିଁ ,ବିଭିନ୍ନ ଦିଗରୁ ଅର୍ଥ ପାଇପାରିବେ।
ବିଛା
ବିଛା
ଦୀର୍ଘ ସମୟର ପ୍ରତୀକ୍ଷା ମାନସିକ ଅଶାନ୍ତିର ମୂଳ କାରଣ ହେବ। ସମୟ ସ୍ରୋତରେ ଅତି ଭଲ ସମ୍ପର୍କ ଥିବା ବ୍ୟକ୍ତିମାନଙ୍କ ସହ ବୈରତା ସୃଷ୍ଟି ହୋଇପାରେ। ଆଲୋଚନାରେ ବହୁତ ଯୁକ୍ତି ତର୍କ ପରେ ଯାଇ ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ ା ବନ୍ଧୁଗହଣରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହେବାର ସମ୍ଭାବନା ରହିଛି।
ଧନୁ
ଧନୁ
ନିକଟ ସମ୍ପର୍କୀୟମାନଙ୍କ ସନ୍ଦେହାମତ୍କ ବ୍ୟବହାର ମନରେ ଭାବାନ୍ତର ସୃଷ୍ଟି କରିବ। ବନ୍ଧୁଙ୍କ ସକାଶେ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ, କିନ୍ତୁ ଲାଭ କିଛି ହେବନି ବରଂ ଟେନ୍ସନ ବଢିବ। ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ। ଶତ୍ରୁତା କରୁଥିବା ବ୍ୟକ୍ତିମାନେ ପଛରେ ନାନାଦି କଥା କହିପାରନ୍ତି।
ମକର
ମକର
ବିଭିନ୍ନ ସମସ୍ୟା ମଧ୍ୟ ଦେଇ ଗତି କରିବେ କିନ୍ତୁ ସମ୍ମାନ ଓ ପ୍ରଶଂସାର ଅଭାବ ରହିବ ନାହିଁ। କର୍ମକ୍ଷେତ୍ରରେ ନୀଚବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି। ନିର୍ମାଣାଧୀନ କାମ ଶେଷ ହେବାରେ ଅନ୍ୟମାନେ ଜାଣିଶୁଣି ସମସ୍ୟା ସୃଷ୍ଟି କରିବେ। ମାଲିମକଦ୍ଦମା, ପରୋକ୍ଷ ଶତ୍ରୁତା ଚିନ୍ତାର କାରଣ ହୋଇପାରେ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ସ୍ବାର୍ଥହାସଲ ଅଭାବରୁ ନିଜ ଲୋକଟି ହଠାତ୍‌ ଶତ୍ରୁତା କରିବାକୁ ପଛାଇବ ନାହିଁ। ପାରିବାରିକ କ୍ଷେତ୍ରରେ ସାଧାରଣ କଥାକୁ କେନ୍ଦ୍ର କରି ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖାଦେଇପାରେ। ନିଜ ବ୍ୟବହାର୍ଯ୍ୟ ଜିନିଷ ପରକୁ ଦେଇ ଅପଦସ୍ଥ ହୋଇପାରନ୍ତି। ଦୈହିକ ଦୁର୍ବଳତା ଯୋଗୁଁ ମନୋବଳ କମି ଯାଇପାରେ।
ମୀନମୀନ
ସଜାଗ ରହି କାମ କରି ଚାଲିଲେ ପ୍ରତିବନ୍ଧକ ବେଶି ସମୟ ଅଟକାଇ ପାରିବ ନାହିଁ। ସାମାଜିକ ପ୍ରଗତି,ପୂର୍ବପରି ଅକ୍ଷୁଣ୍ଣ ରହିବ। ମାଲି ମକଦ୍ଦମାରେ ସଫଳତା ହାସଲ କରିବେ ଓ ଏକ ପ୍ରକାର ଆଶ୍ୱସ୍ତି ଲାଭ କରିପାରନ୍ତି। ସ୍ତ୍ରୀଙ୍କ ଅଭିଯୋଗ ଅମୂଳକ ନୁହେଁ ଏବଂ ଏହାକୁ ଗୁରୁତର ସହ ବିଚାର କରିବା ଭଲ ହେବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

ରାଶିଫଳ: ବୁଧବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ପ୍ରତି ମଙ୍ଗଳଙ୍କ ପ୍ରତ୍ୟକ୍ଷଦୃଷ୍ଟି ପ୍ରଭାବରେ କାର୍ଯ୍ୟ ହାସଲ କରିବେ। ରାହୁଙ୍କ ପ୍ରଭାବଜନିତ ପଡ଼ୋଶୀ ପ୍ରତିବାଦ କରିପାରନ୍ତି। ପାରିବାରିକ ସହମତି ସଙ୍ଗକୁ ବନ୍ଧୁମାନଙ୍କ ସହଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri