Posted inRasifala

ରାଶିଫଳ: ସୋମବାର, ସେପ୍ଟେମ୍ବର ୮ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସହଯୋଗରୁ ଅଟକିଥିବା କାମରେ ଅଗ୍ରଗତି ଘଟିବ। ଆର୍ଥିକ ସଂକଟ ଥିଲେ ମଧ୍ୟ ନୂତନ ଯୋଜନା ସକାଶେ ମନ ବଳାଇବେ। ଅଶ୍ୱିନୀ ନକ୍ଷତ୍ରର ଆକସ୍ମିକ ସମସ୍ୟା ହେତୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ। ପଡ଼ୋଶୀ କିମ୍ବା ସମ୍ପର୍କୀୟମାନେ ଆପଣଙ୍କୁ ଅଣଦେଖା କରି ସମାଲୋଚିତ ହୋଇପାରନ୍ତି।
ବୃଷ
ବୃଷ
ଆଜି ରୋହିଣୀ ନକ୍ଷତ୍ର କାର୍ଯ୍ୟସିଦ୍ଧି ହେବା କାରଣରୁ ମାନସିକ ଶାନ୍ତି ପାଇବେ। ପାରିବାରିକ କ୍ଷେତ୍ରରେ ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢ଼ତାର ସହ ସମ୍ମୁଖୀନ ହୋଇପାରିବେ। ସାହିତ୍ୟ, କ୍ରୀଡ଼ା ଓ ଚଳଚ୍ଚିତ୍ର ପ୍ରଭୃତିରେ ସମସ୍ୟାର ସମାଧାନ ହୋଇଯିବ। ସଭାସମିତି, ଆନୁଷ୍ଠାନିକ କାମରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି।
ମିଥୁନ
ମିଥୁନ
ସମ୍ପର୍କୀୟଙ୍କ ସହାୟତାରେ ପୂର୍ବ ଯୋଜନା ଅନୁଯାୟୀ କର୍ମ କରିବାରେ ସମର୍ଥ ହେବେ । ଆର୍ଦ୍ରା ନକ୍ଷତ୍ର ବିବାଦୀୟ କ୍ଷେତ୍ରରେ ପୁରୁଣା କଥାକୁ ବେଶି ଦୋହରାଇବା ଠିକ୍‍ ହେବନି। ପିଲାଙ୍କ ଅଭିଯୋଗକୁ ଗୁରୁତର ସହ ବିଚାର କରି ଉଚିତ ପଦେକ୍ଷପ ନିଅନ୍ତୁ। ଫାଇଲପତ୍ର କିମ୍ବା କୌଣସି ଜିନିଷଟି ପାଇଁ ତର୍କ ଓ ବିବାଦ ବଢ଼ିପାରେ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହାୟତାରେ କାମ ସମ୍ପନ୍ନ ହେବାରେ ଅସୁବିଧା ହେବ ନାହିଁ। ବ୍ୟବସାୟରେ ଲାଭବାନ ହେବେ ମାତ୍ର ଆଶାନୁରୂପ ନ ହୋଇପାରେ। ଆଲୋଚନା ପରିସରରେ ନ୍ୟାୟୋଚିତ ଏବଂ ଗଠନମୂଳକ ପରାମର୍ଶ ଦେଇ ପ୍ରଶଂସିତ ହେବେ। ପରିବାରରେ ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବ।
ସି˚ହ
ସି˚ହ
ମଘା ନକ୍ଷତ୍ର ଆଜି ଯାହା ପାଇବାକୁ ଇଚ୍ଛା କରୁଛନ୍ତି ତାହା ପାଇବା କଷ୍ଟକର ହେବ। ଉଚ୍ଚ ପଦାଧିକାରୀଙ୍କ ସହ ଗୁରୁତ୍ୱପୂର୍ଣ୍ଣ ଆଲୋଚନାରେ ସାମିଲ ହେବେ। ପାରିବାରିକ କ୍ଷେତ୍ରରେ ଅସଫଳତାର କାରଣ ଖୋଜିବାକୁ ଯାଇ ନିଜ ଲୋକଙ୍କୁ ଭୁଲ୍‍ ବୁଝିବେ। ସାଂଗଠନିକ କ୍ଷେତ୍ରରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ।
କନ୍ୟା
ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରିତ ରହିବା ଯୋଗୁ ଆଶ୍ୱସ୍ତି ଲାଭ କରିବେ। ଉତ୍ତରାଫାଲଗୁନୀ ନକ୍ଷତ୍ରର ପ୍ରତ୍ୟେକ କାର୍ଯ୍ୟ ବିବାଦୀୟ ହେବାରୁ ବ୍ୟସ୍ତତା ବଢ଼ିଯିବ। ବିବାଦୀୟ କଥାରେ ମୁଣ୍ଡ ପୂରାଇଲେ ଅଯଥା ଦୋଷୀ ହେବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ପ୍ରତିବନ୍ଧକ ଦୂରେଇଯିବାର ସମ୍ଭାବନା ରହିଛି।
ତୁଳା
ତୁଳା
ସ୍ବାତୀ ନକ୍ଷତ୍ରର କର୍ମକ୍ଷେତ୍ରରେ ଲାଗିରହିଥିବା ସମସ୍ୟା ସମାଧାନ ହେବ। ଅବଶ୍ୟ ଏହି ଦିଗରେ ଜଣେ ବାଲ୍ୟବନ୍ଧୁ ସାହାଯ୍ୟ କରିବେ। ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ ଅବଶ୍ୟ ଖର୍ଚ୍ଚାନ୍ତ ହୋଇ କାମକୁ ବଢ଼ାଇ ନେଇପାରନ୍ତି । ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରିତ ହେବାରୁ ସାମୟିକ ଆଶ୍ୱସ୍ତିଲାଭ କରିବେ।
ବିଛା
ବିଛା
ଅନ୍ୟମନସ୍କ କିମ୍ବା ଅସାବଧାନତା ହେତୁ ଟଙ୍କା ପଇସା ହଜି ଯାଇପାରେ। ଅନୁରାଧା ନକ୍ଷତ୍ର ଆନୁଷ୍ଠାନିକ କାମରେ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହେବେ। କଳା, କ୍ରୀଡ଼ା, ସଙ୍ଗୀତ, ସାହିତ୍ୟ ଓ ରଚନାତ୍ମକ କାର୍ଯ୍ୟରେ ସୁନାମ ଅର୍ଜନ କରିବେ। କାମ ହାସଲ ପାଇଁ କୌଣସି ପଦସ୍ଥ ବ୍ୟକ୍ତିଙ୍କ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ।
ଧନୁ
ଧନୁ
ଆଲୋଚନା ପରିସରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ପଡ଼ୋଶୀଙ୍କ ସହାୟତାରେ ବକେୟା ଅର୍ଥ ଆଦାୟରେ ସକ୍ଷମ ହେବେ। ଆଧ୍ୟାତ୍ମିକ କାର୍ଯ୍ୟକ୍ରମରେ ଶତ୍ରୁଠାରୁ ଦୂରେଇ ରହି କାମ କରିବା ଭଲ ହେବ। ଉତ୍ତରାଷାଢ଼ା ନକ୍ଷତ୍ର ପରିବାରର ଇଚ୍ଛା ବିରୁଦ୍ଧରେ କାମ କଲେ ସମାଲୋଚିତ ହେବାର ସୂଚନା ରହିଛି।
ମକର
ମକର
ଶ୍ରବଣା ନକ୍ଷତ୍ରର ସାମାନ୍ୟ ଅସୁସ୍ଥତାଜନିତ ମନଟା ଭଲ ରହି ନ ପାରେ। ବିଭିନ୍ନ ପ୍ରକାରର ସମସ୍ୟା ଜନିତ କଳା ସାହିତ୍ୟରେ ସମସ୍ୟା ବୃଦ୍ଧି ପାଇପାରେ। ଭୁଲ୍‍ ବୁଝାମଣା ଯୋଗୁ ନିଜ ଲୋକମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ପାରିବାରିକ ସ୍ଥିତି ପୂର୍ବପରି ରହିବ କିନ୍ତୁ ପୂର୍ବଶତ୍ରୁତାରେ ମନ ବିଚଳିତ ରହିପାରେ।
କୁମ୍ଭ
କୁମ୍ଭ
କାମଗୁଡିକ ପୂର୍ଣ୍ଣାଙ୍ଗ କରିବାକୁ ଅନ୍ୟମାନଙ୍କ ସାହାଯ୍ୟର ଆବଶ୍ୟକତା ଅନୁଭବ କରିବେ। ପାରିବାରିକ ଶୃଙ୍ଖଳା ରକ୍ଷାରେ ସମ୍ପର୍କୀୟଙ୍କ ସହାୟତା ନେବେ। ପୂର୍ବଭାଦ୍ରପଦ ନକ୍ଷତ୍ର ନୀଚ ଜାତିର ବ୍ୟକ୍ତିଙ୍କ ସହାୟତାରୁ ଉପକୃତ ହେବେ। ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା ବେଳେ ସ୍ପର୍ଶକାତର କଥାରେ ଚିହ୍ନା ପଡିବା ଠିକ୍‍ ହେବନାହିଁ।
ମୀନମୀନ

ପ୍ରତ୍ୟେକ କ୍ଷେତ୍ରରେ ଅସୁବିଧା ଦେଖାଦେଲେ ମଧ୍ୟ ପରକ୍ଷଣରେ ସବୁ ଠିକ୍‍ ହୋଇଯିବ। ଇଚ୍ଛା ନ ଥିଲେ ମଧ୍ୟ ବନ୍ଧୁଙ୍କ କାମରେ ବାହାରକୁ ଯିବାକୁ ପଡ଼ିପାରେ। ରାଜନୈତିକ ସ୍ତରରେ ସମସ୍ୟା ବୃଦ୍ଧି ପାଇବା କାରଣରୁ ମାନସିକ ସୁସ୍ଥତା ରହିବ ନାହିଁ। ସାମାଜିକ କିମ୍ବା ଆନୁଷ୍ଠାନିକ କାର୍ଯ୍ୟକ୍ରମରେ ଯୋଗଦେବା ସକାଶେ ଆଗ୍ରହୀ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ସେପ୍ଟେମ୍ବର ୧୪ ତାରିଖ – Daily Horoscope

ମେଷ ଆଜିର ପ୍ରତ୍ୟୁଷଯାତ୍ରା, ବିବାଦୀୟ ଘଟଣା, ପ୍ରତିଯୋଗିତାମୂଳକ କାର୍ଯ୍ୟରେ ସଫଳତା ମିଳିବାର ଆଶା କରାଯାଇପାରେ। ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ସୁପରିକଳ୍ପିତ ନୂଆ ଯୋଜନାଟିଏ କରିବା ସକାଶେ…

ରାଶିଫଳ: ରବିବାର, ସେପ୍ଟେମ୍ବର ୧୩ ତାରିଖ – Daily Horoscope

ମେଷ କର୍ମାଧିପ ଭାଗ୍ୟାଧିପ ଦୃଷ୍ଟିରେ ଥିବାରୁ ସାହାଯ୍ୟ ଓ ସହଯୋଗ ପାଇ କାମକୁ ତ୍ୱରାନ୍ବିତ କରିବେ। ପରିବର୍ତ୍ତିତ ଜୀବନଶୈଳୀ ଓ ସ୍ବାସ୍ଥ୍ୟ ସଚେତନତା ଅଭାବରୁ ଶାରୀରିକ ସୁସ୍ଥତା…

ରାଶିଫଳ: ଶନିବାର, ସେପ୍ଟେମ୍ବର ୧୨ ତାରିଖ – Daily Horoscope

ମେଷ ଅଶ୍ୱିନୀ ନକ୍ଷତ୍ରର କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଦୁର୍ବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?