Posted inଜାତୀୟ

ରାଷ୍ଟ୍ରପତିଙ୍କୁ ଭେଟି ଇସ୍ତଫା ଦେଲେ ପ୍ରଧାନମନ୍ତ୍ରୀ ମୋଦି: ଲୋକ ସଭା ଭଙ୍ଗ ପାଇଁ ପ୍ରସ୍ତାବ ଗୃହୀତ

ନୂଆଦିଲ୍ଲୀ,୨୪।୫: ଚଳିତ ଲୋକ ସଭା ନିର୍ବାଚନରେ ଭାଜପା ବହୁମତରେ ବିଜୟୀ ହୋଇଛି। ବହୁମତ ପାଇବା ପରେ ଶୁକ୍ରବାର ସାରେ ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଭେଟି ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଏଥିସହ ସମସ୍ତ ମନ୍ତ୍ରିପରିଷଦ ସଦସ୍ୟ ମଧ୍ୟ ରାଷ୍ଟ୍ରପତିଙ୍କୁ ନିଜର ଇସ୍ତଫା ପତ୍ର ଦେଇଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ପ୍ରଧାନମନ୍ତ୍ରୀଙ୍କ ଇସ୍ତଫା ପତ୍ର ସ୍ବୀକାର କରିବା ସହ ସମସ୍ତଙ୍କୁ ନୂତନ ସରକାର ଗଠନ ହେବା ପର୍ଯ୍ୟନ୍ତ ଦାୟିତ୍ୱ ସମ୍ଭାଳିବାକୁ ଅନୁରୋଧ କରିଛନ୍ତି। ଏବେ ଶପଥ ନେବା ପର୍ଯ୍ୟନ୍ତ ନରେନ୍ଦ୍ର ମୋଦି କାମଚଳା ପ୍ରଧାନମନ୍ତ୍ରୀ ରୂପେ ଦାୟିତ୍ୱ ସମ୍ଭାଳିବେ। ଏହା ପୂର୍ବରୁ ସନ୍ଧ୍ୟାରେ ନୂଆଦିଲ୍ଲୀରେ କେନ୍ଦ୍ରୀୟ କ୍ୟାବିନେଟ ବୈଠକ ବସିଥିଲା। ଏହି ବୈଠକରେ ସୁଷମା ସ୍ବରାଜ, ସ୍ମୃତି ଇରାନୀ ସମେତ ବହୁ ନେତା ମନ୍ତ୍ରୀ ଯୋଗଦେଇଥିଲେ। ବୈଠକରେ କ୍ୟାବିନେଟର ୧୬ଶ ଲୋକ ସଭା ଭଙ୍ଗ କରିବା ପାଇଁ ପ୍ରସ୍ତାବ ପାରିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ରେଳ ନିୟମ! ଟ୍ରେନ ଯାତ୍ରା ସମୟରେ ଏହି ଭୁଲ୍ ପହଞ୍ଚାଇପାରେ ଜେଲ୍

ନୂଆଦିଲ୍ଲୀ,୨୫।୫: ପ୍ରତିଦିନ, ଭାରତରେ ଲକ୍ଷ ଲକ୍ଷ ଲୋକ ଟ୍ରେନରେ ଯାତ୍ରା କରନ୍ତି । କିନ୍ତୁ ଟ୍ରେନରେ ଏପରି କିଛି ନିୟମ ରହିଛି ଯାହାକୁ ଅବମାନନା କଲେ ଜେଲ୍…

ପେଟ୍ରୋଲ-ଡିଜେଲ ମୂଲ୍ୟ ବୃଦ୍ଧି, ସାରା ଦେଶରେ କ’ଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୨୫।୫: ଭାରତ ୯୦ ପ୍ରତିଶତ ଅଶୋଧିତ ତୈଳ ଆମଦାନୀ କରେ। ଏହି ଆମଦାନୀର ଅଧିକାଂଶ ଆରବ ରାଷ୍ଟ୍ରଗୁଡ଼ିକରୁ ଆସିଥାଏ । ତଥାପି ଫେବୃଆରୀ ୨୮ ତାରିଖରୁ, ମଧ୍ୟପ୍ରାଚ୍ୟରେ…

ପେଟ୍ରୋଲ-ଡିଜେଲ ଦର ବଢିବା ପରେ କଂଗ୍ରେସ କହିଲା, ‘Inflation Man’s Extortion…’

ନୂଆଦିଲ୍ଲୀ,୨୫।୫: ଗତ ୧୦ ଦିନ ମଧ୍ୟରେ ପେଟ୍ରୋଲ ଏବଂ ଡିଜେଲର ଚତୁର୍ଥ ମୂଲ୍ୟ ବୃଦ୍ଧି ପରେ କଂଗ୍ରେସ ଦଳ ଏହାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛି। ପ୍ରଧାନମନ୍ତ୍ରୀ…

ମହାରାଷ୍ଟ୍ରରେ ଭୟଙ୍କର ସଡ଼କ ଦୁର୍ଘଟଣା, ୬ ମୃତ ଆଶଙ୍କା

ମୁମ୍ବାଇ,୨୫।୫: ବିଳମ୍ବିତ ରାତିରେ, ମହାରାଷ୍ଟ୍ରର ଧୂଲେ ତାଲୁକାର ଲାଲିଙ୍ଗ ଘାଟରେ ମୁମ୍ବାଇ-ଆଗ୍ରା ରାଜପଥରେ ତିନୋଟି ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ଘଟଣାରେ, ଏକ ଡମ୍ପର ଏକ ଟ୍ରକ…

ଭାଜପାର ବିଜୟକୁ ନେଇ ବର୍ଷିଲେ ଅଭିଷେକ ବାନାର୍ଜୀ !

କୋଲକାତା,୨୫।୫: ପଶ୍ଚିମବଙ୍ଗର ଫାଲଟା ବିଧାନସଭା ଆସନ ପାଇଁ ଅନୁଷ୍ଠିତ ନିର୍ବାଚନରେ, ଭାଜପାର ଦେବାଂଶୁ ପଣ୍ଡା ସିପିଆଇ(ଏମ)ର ତାଙ୍କ ପ୍ରତିଦ୍ୱନ୍ଦ୍ୱୀ ଶମ୍ଭୁ ନାଥ କୁର୍ମିଙ୍କୁ ୧୦୯,୦୨୧ ଭୋଟର ବିପୁଳ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଉପସ୍ଥିତିରେ ଟ୍ରମ୍ପ ତାଙ୍କ ସ୍ବତନ୍ତ୍ର ପ୍ରତିନିଧି ସର୍ଗିଓ ଗୋରଙ୍କୁ ଫୋନ ମାଧ୍ୟମରେ କ’ଣ ନିର୍ଦ୍ଦେଶ ଦେଇଥିଲେ? ଜାଣନ୍ତୁ…

ନୂଆଦିଲ୍ଲୀ,୨୫।୫: ଆମେରିକାର ସ୍ବାଧୀନତା ଘୋଷଣାର ୨୫୦ତମ ବାର୍ଷିକୀ ପାଳନ ପାଇଁ ଦିଲ୍ଲୀରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର ଏବଂ ଆମେରିକାର ବୈଦେଶିକ ସଚିବ…

ଭତ୍ତା ପାଇଁ ଶାଶୁଙ୍କୁ ୯ କି.ମି. ପିଠିରେ ବୋହିଲେ ବୋହୂ

ଅମ୍ବିକାପୁର,୨୫ା୫: ଛତିଶଗଡ଼ର ସୁର୍ଗୁଜା ଜିଲାରେ ଜଣେ ମହିଳା ତାଙ୍କ ୯୦ ବର୍ଷୀୟା ଶାଶୁଙ୍କ ଭତ୍ତା ଟଙ୍କା ଉଠାଇବା ପାଇଁ ପିଠିରେ ୯ କି.ମି. ବୋହି ବ୍ୟାଙ୍କକୁ ଯିବା…

ନକଲି ଆଇନଜୀବୀ

ଦେଶରେ ଥିବା ଆଇନଜୀବୀଙ୍କ ଶିକ୍ଷାଗତ ଯୋଗ୍ୟତା ଯାଞ୍ଚ ଲାଗି ବାର୍‌ କାଉନ୍‌ସିଲ୍‌ ଅଫ୍‌ ଇଣ୍ଡିଆ (ବିସିଆଇ) ପକ୍ଷରୁ ୨୦୨୫ ଜାନୁଆରୀରେ ଏକ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri