ରାଷ୍ଟ୍ରପତି ଉଦ୍ଦେଶ୍ୟରେ ବିଡିଓଙ୍କୁ ଦାବିପତ୍ର

ବେତନଟୀ,୩ା୮(ଡି.ଏନ୍‌.ଏ.)- ସଂସଦ ଅଧିବେଶନରେ ଉଭୟ ଲୋକସଭା ଓ ରାଜ୍ୟସଭାରେ ପାରିତ ହୋଇଥିବା ୨୦୧୯ ସୂଚନା ଅଧିକାର ଆଇନ୍‌ ସଂଶୋଧନ ଚିଠା ବିଲ୍‌କୁ ରାଷ୍ଟ୍ରପତି ଅନୁମୋଦନ ନ କରିବାକୁ ଅନୁରୋଧ କରାଯାଇଛି। ବେତନଟୀ ସିଭିଲ୍‌ ସୋସାଇଟି ପକ୍ଷରୁ ଏହି ମର୍ମରେ ଏକ ସ୍ମାରକପତ୍ର ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଶୁକ୍ରବାର ବେତନଟୀ ବିଡିଓଙ୍କୁ ପ୍ରଦାନ କରାଯାଇଛି। ସ୍ମାରକପତ୍ର ପ୍ରଦାନ ସମୟରେ ସୋସାଇଟିର ସଭାପତି ଚୂଡାମଣି ମହାପାତ୍ର, ସମ୍ପାଦକ ସଚ୍ଚିଦାନନ୍ଦ ମହାନ୍ତି, ଭବାନୀ ଶଙ୍କର ପରିଡା, ହରିଶ୍‌ ଚନ୍ଦ୍ର ନନ୍ଦଗୋସ୍ବାମୀ, ବିଜୟ କୁମାର ଦ୍ୱିବେଦୀ, ହରେନ୍ଦ୍ରନାଥ ବାରିକ, ରବିନ୍ଦ୍ର ଖଟୁଆ, ସହଦେବ ଗିରି, ବିରଞ୍ଚି ଦଣ୍ଡପାଟ ପ୍ରମୁଖ ଉପସ୍ଥିତ ଥିଲେ। ଏହି ବିଲ୍‌ ସଂଶୋଧନ ଦ୍ୱାରା କେନ୍ଦ୍ର ଓ ରାଜ୍ୟ କିମିଶନର୍‌ଙ୍କ କାର୍ଯ୍ୟକାଳ, ଦରମା ଆଦିକୁ କେନ୍ଦ୍ର ସରକାର ନିଜ ନିୟନ୍ତ୍ରଣକୁ ନେଇ ନିଜ ଇଚ୍ଛାରେ ପରିଚାଳିତ କରିପାରିବେ। ୨୦୦୫ ମସିହାରୁ ପ୍ରଚଳିତ ଥିବା ସୂଚନା ଅଧିକାର ଆଇନ୍‌ ବଳରେ ସାଧାରଣ ନାଗରିକ ସ୍ବାଧୀନ ଭାବେ ତଥ୍ୟ ପାଇ ପାରୁଥିଲେ। ମାତ୍ର ସଂଶୋଧିତ ଚିଠା ବିଲ୍‌ ରାଷ୍ଟ୍ରପତିଙ୍କ ଅନୁମୋଦନ ପାଇବା ପରେ ଏହି ବିଭାଗକୁ ସରକାର ନିୟନ୍ତ୍ରଣରେ ରଖୁଥିବାରୁ ସାଧାରଣ ନାଗରିକମାନଙ୍କୁ ତଥ୍ୟ ଦେବାରେ କଟକଣା କରାଯିବ। ଜନସାଧାରଣଙ୍କଠାରୁ ମତାମତ ସଂଗ୍ରହ କରା ନ ଯାଇ ଏଭଳି ସଂଶୋଧନ କେବଳ ସରକାର ଓ ସରକାରୀକଳର ସ୍ବାର୍ଥରକ୍ଷା ପାଇଁ ଉଦ୍ଦିଷ୍ଟ ବୋଲି ସିଭିଲ୍‌ ସୋସାଇଟି ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri