Posted inଜାତୀୟ

ରାଷ୍ଟ୍ରପତି ଶାସନ ପାଇଁ ମଞ୍ଜୁରୀ ଦେଲା ମୋଦି କ୍ୟାବିନେଟ: କୋବିନ୍ଦଙ୍କ ଅନୁମୋଦନକୁ ଅପେକ୍ଷା

ନୂଆଦିଲ୍ଲୀ,୧୨।୧୧: ମହାରାଷ୍ଟ୍ରରେ ସରକାର ଗଠନ ପାଇଁ ତୃତୀୟ ଦଳ ଭାବେ ଏନ୍‌ସିପିକୁ ଆମନ୍ତ୍ରଣ ଦେଇଥିଲେ ରାଜ୍ୟପାଳ ଭଗତ ସିଂ କୋଶିୟାରୀ। ଯାହାର ସମୟ ସୀମା ଥିଲା ମଙ୍ଗଳବାର ରାତି ୮ଟା ୩୦। ହେଲେ ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି ଏକ ଜରୁରୀ କ୍ୟାବିନେଟ ବୈଠକ ଡକାଇଥିଲେ। ମଙ୍ଗଳବାର ମୋଦି ବ୍ରାଜିଲ ଗସ୍ତ କରିବାର କାର୍ଯ୍ୟକ୍ରମ ଥିବାରୁ ନିର୍ଦ୍ଧାରିତ ସମୟ ପୂର୍ବରୁ ମହାରାଷ୍ଟ୍ରରେ ରାଷ୍ଟ୍ରପତି ଶାସନ ଜାରି କରିବାକୁ ତାଙ୍କ କ୍ୟାବିନେଟ ମଞ୍ଜୁରୀ ପ୍ରଦାନ କରିଥିବା ଜଣାପଡିଛି। ଅକ୍ଟୋବର ୨୪ରୁ ବିଧାନସଭା ନିର୍ବାଚନର ଫଳାଫଳ ଆସିଥିବା ବେଳେ ଏପର୍ଯ୍ୟନ୍ତ ଏଠାରେ ସରକାର ଗଠନକୁ ନେଇ କୌଣସି ଆଭାସ ମିଳୁ ନ ଥିବା ଓ ସବୁ ଦଳ ପରସ୍ପରର ଗୋଡ ଟଣାଟଣି ହେଉଥିବାରୁ ସରକାର ଗଠନକୁ ନେଇ ଅନିଶ୍ଚିତତା ଲାଗି ରହିଛି। ଏହାକୁ ଦେଖି ମୋଦି କ୍ୟାବିନେଟ ମହାରାଷ୍ଟ୍ରରେ ରାଷ୍ଟ୍ରପତି ଶାସନକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଏହାପରେ ଏବେ ସମସ୍ତଙ୍କ ନଜର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅନୁମୋଦନ ଉପରେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜନଗରର ପୂର୍ବତନ ବିଧାୟକଙ୍କୁ କାମୁଡ଼ିଲା ସାପ, ବନ୍ୟା ସ୍ଥିତି ସମୀକ୍ଷା ପାଇଁ ଯାଇଥିଲେ

ରାଜନଗର,୨୦।୮: ରାଜନଗରର ପୂର୍ବତନ ବିଧାୟକଙ୍କୁ କାମୁଡ଼ିଦେଲା ସାପ । ବନ୍ୟାଞ୍ଚଳ ସ୍ଥିତି ସମୀକ୍ଷା ପାଇଁ ଯାଇଥିବା ବେଳେ ଅଂଶୁମାନ ମହାନ୍ତିଙ୍କୁ ସାପ କାମୁଡ଼ି ଦେଇଥିବା ଜଣାପଡିଛି ।…

ସୁପ୍ରିମକୋର୍ଟରୁ ଆସିଲା ସାଂଘାତିକ ତଥ୍ୟ: ମୁଖ୍ୟମନ୍ତ୍ରୀ ବିଜୟ ଥଲାପତିଙ୍କ ନାଁରେ ଏତେ ଆପରାଧିକ ମାମଲା, ଶୀର୍ଷରେ…

ନୂଆଦିଲ୍ଲୀ, ୨୦।୮: ନେତାମାନଙ୍କ ବିରୋଧରେ ରହିଥିବା ଆପରାଧିକ ମାମଲାର ଶୀଘ୍ର ଶୁଣାଣି ଦାବିକୁ ନେଇ ସୁପ୍ରିମକୋର୍ଟରେ ଚାଲିଥିବା ଶୁଣାଣି ସମୟରେ ଚକିତ କରିଦେବା ଭଳି ତଥ୍ୟ ସାମ୍ନାକୁ…

ବନ୍ୟାସ୍ରୋତରେ ଭାସିଗଲେ ଯୁବକ, ବହୁ ସମୟ ଧରି ଖୋଜାଖୋଜି ପରେ ବି…

ପଟ୍ଟାମୁଣ୍ଡାଇ,୨୦ା୮(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ପେଣ୍ଠପାଳ ପଞ୍ଚାୟତ ନାହିଆ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ବନ୍ୟାପାଣିର ପ୍ରବଳ ସ୍ରୋତରେ ଭାସିଯାଇ…

୨୦ରୁ ୨୨ଅଗଷ୍ଟ ଯାଏ ସବୁ ସ୍କୁଲ-କଲେଜ ବନ୍ଦ; ରାଜ୍ୟପାଳ ଜାରି କଲେ ନିର୍ଦ୍ଦେଶ, ଜାଣନ୍ତୁ କାହିଁକି…

୨୦ ରୁ ୨୨ ଅଗଷ୍ଟ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ, ଯାହାକୁ ନେଇ ଶିକ୍ଷା ବିଭାଗ ପକ୍ଷରୁ ଆନୁଷ୍ଠାନିକ ନିର୍ଦ୍ଦେଶ ଜାରି କରାଯାଇଛି। ଶିକ୍ଷା ବିଭାଗ…

ବଲାଙ୍ଗୀରରେ ଚାଞ୍ଚଲ୍ୟ; ଯୁବକଙ୍କ ମୁଣ୍ଡ କାଟି ପୋଖରୀରେ ଫିଙ୍ଗିଦେଲେ

ବଲାଙ୍ଗୀର,୨୦।୮( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଦେଓଗାଁ ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଗଡା ଗ୍ରାମ ସ୍କୁଲ ନିକଟରେ ଏକ ପୋଖରୀରୁ…

କଂଗ୍ରେସ ଦଳ ବୈଠକରେ କର୍ମୀଙ୍କ ପ୍ରଶ୍ନରେ ବିଧାୟକ ଘାଇଲା, ନିର୍ବାଚନ ପୂର୍ବରୁ ଦେଇଥିବା ପ୍ରତିଶ୍ରୁତି ପାଳନ ନ କରି…

ଦାରିଙ୍ଗବାଡ଼ି,୨୦ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀର କଂଗ୍ରେସ ବିଧାୟକ ପ୍ରଫୁଲ ପ୍ରଧାନ ବୁଧବାର ବ୍ରାହ୍ମଣୀଗାଁ ଗସ୍ତରେ ଯାଇଥିଲେ। ସେଠାରେ ବିଧାୟକଙ୍କୁ କିଛି କର୍ମୀ…

ମେଣ୍ଢା ଫାର୍ମଠାରେ ୩୦ ଟିକିଆ ହାତୀପଲ: ଲୋକେ ଆତଙ୍କିତ

ବଲାଙ୍ଗିର,୨୦।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା ସଇଁତଳା ରେଞ୍ଜ ଅନ୍ତର୍ଗତ ଦେଓଗାଁ ବଙ୍ଗଳା ମେଣ୍ଢା ଫାର୍ମଠାରେ ଗତରାତିରୁ ୩୦ ଟିକିଆ ହାତୀପଲ ଆସି ଅଛନ୍ତି। ଦେଓଗାଁ ଅଞ୍ଚଳର…

ପଞ୍ଚାୟତିରାଜ ବ୍ୟବସ୍ଥାକୁ ଶକ୍ତିଶାଳୀ କରିବାରେ ରାଜୀବଙ୍କ ଅବଦାନ ଅତୁଳନୀୟ

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନଗର କଂଗ୍ରେସ କମିଟି ପକ୍ଷରୁ ଗୁରୁବାର ସ୍ଥାନୀୟ ଯୁବ କଂଗ୍ରେସ କାର୍ଯ୍ୟାଳୟ ପରିସରରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri