ରାଷ୍ଟ୍ରୀୟ କିକ୍‌ ବକ୍ସିଂ ପ୍ରତିଯୋଗିତା: ଓଡ଼ିଶାକୁ ୨୦ ପଦକ

ବଅଁରପାଳ, ୨୭।୭(ଡି.ଏନ.ଏ.) – ଚଳିତ ମାସ ୧୮ ତାରିଖ ଠାରୁ ୨୧ ପର୍ଯ୍ୟନ୍ତ ହରିୟାଣାର ରୋହତକ ସ୍ଥିତ ଏମ୍‌ଡିୟୁ ବିଶ୍ୱ ବିଦ୍ୟାଳୟରେ ସିନିୟର ରାଷ୍ଟ୍ରୀୟ କିକ୍‌ ବକ୍ସିଂ ପ୍ରତିଯୋଗିତାରେ ଆମେଚର କିକବକ୍ସିଂ ଆସୋସିଏଶନ ଓଡ଼ିଶାର ଖେଳାଳିମାନେ ସଫଳତା ହାସଲ କରିଛନ୍ତି। ୧୭ ଜଣ ଖେଳାଳି ସହିତ ୩ ଜଣ ରେଫରି ଭାଗ ନେଇ ଓଡ଼ିଶା ପାଇଁ ୨୦ଟି ପଦକ ହାସଲ କରିଛନ୍ତି। ଏଥିରୁ ୭ଟି ସ୍ବର୍ଣ୍ଣ, ୭ଟି ରୌପ୍ୟ ଓ ୬ଟି କାଂସ୍ୟ ପଦକ ରହିଛି। ଏଥିରେ ଅମନ କୁମାର ନନ୍ଦା ୨ଟି କାଂସ୍ୟ, ମିହିର କୁମାର ସାହୁ ୨ଟି ରୌପ୍ୟ, ଦେବବ୍ରତ୍ତ ରାଉଳ ଗୋଟିଏ ରୌପ୍ୟ, ଦୀପକ କୁମାର ସା ୨ଟି ସ୍ବର୍ଣ୍ଣ, ଜ୍ୟୋତିଷ ମହାନନ୍ଦ ଗୋଟିଏ ରୌପ୍ୟ, ଏମଡି ଶାବାଜ ଗୋଟିଏ ରୌପ୍ୟ, ହବିବ ହୂର ରହମାନ ଗୋଟିଏ ରୌପ୍ୟ, ଅଶୋକ କୁନବର ଗୋଟିଏ ସ୍ବର୍ଣ୍ଣ, କୀର୍ତ୍ତିରାଣୀ ସାହୁ ୩ଟି ସ୍ବର୍ଣ୍ଣ, ସୁଦୀପା ମହାରଣା ଗୋଟିଏ ସ୍ବର୍ଣ୍ଣ, ଅମ୍ବିକା ଗୁପ୍ତା ଗୋଟିଏ ରୌପ୍ୟ ଓ ନଜମା ବାନୁ ଗୋଟିଏ କାଂସ୍ୟ ପଦକ ହାସଲ କରିଛନ୍ତି। ଏଥିସହ ଭାରତ ତାଲିକାର ଷଷ୍ଠ ସ୍ଥାନରେ ରହିଛି। ଏହି ଖେଳାଳିମାନେ ୱାକୋ ଓଡ଼ିଶାର ସଭାପତି କାର୍ତ୍ତିକ ଡାକୁଆଙ୍କ ନେତୃତ୍ୱରେ ବିଭିନ୍ନ ବର୍ଗ ପଏଣ୍ଟ ଫାଇଟ, ଲାଇଡ କଣ୍ଟାଟ, କିକ୍‌ ଲାଇଟ, ଲୋ କିକ ଓ ମ୍ୟୁଜିକାଲ ଇଭେଣ୍ଟରେ ଅଂଶଗ୍ରହଣ କରିଥିଲେ। ୨୯ଟି ରାଜ୍ୟରୁ ୫୨୦ ଖେଳାଳି ପ୍ରତିଯୋଗିତାରେ ଭାଗ ନେଇଥିଲେ। ୱାକୋ ଓଡ଼ିଶାର ମୁଖ୍ୟ ଉପଦେଷ୍ଟା ଭବାନୀ ପ୍ରସାଦ ମିଶ୍ର, ଉପାଧ୍ୟକ୍ଷ ହେମନ୍ତ ଦାସ କୃତୀ ଖେଳାଳିଙ୍କୁ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକଙ୍କ ଆତ୍ମହତ୍ୟାର ୨୪ ଘଣ୍ଟା ପରେ ଓଢ଼ଣିରେ ଝୁଲିପଡ଼ିଲେ ୧୩ ବର୍ଷୀୟା ପ୍ରେମିକା

ଅନୁଗୋଳ,୨୬।୪(ଦିବ୍ୟଶାନ୍ତନୁ ନାଥ): ମାତ୍ର ୧୩ ବର୍ଷ ବୟସରେ ସଂସାର କରିବାକୁ ଘରୁ ଗୋଡ଼ କାଢ଼ିଥିଲେ। ୨୩ ବର୍ଷୀୟ ପ୍ରେମିକଙ୍କ ହାତଧରି ମୁମ୍ୱାଇ ଚାଲିଯାଇଥିଲେ। ହେଲେ ପ୍ରେମିକଙ୍କ ମା’…

ମୋ ପ୍ରେମିକାଙ୍କୁ ଡାକ, ନଚେତ୍‌ ମୁଁ… ପ୍ରେମ ପାଇଁ ଗଛ ଉପରେ ନାବାଳକ

ଅନୁଗୋଳ,୨୩ା୪ (ଜ୍ୟୋତିରଞ୍ଜନ ସାହୁ):ନାବାଳିକା ପ୍ରେମିକାଙ୍କୁ ଦେଖାକରିବାକୁ ନ ଦେଲେ ଆତ୍ମହତ୍ୟା କରିଦେବି। ବେକରେ ଗାମୁଛା ବାନ୍ଧି ଝୁଲିପଡ଼ିବି। ଏକ ଗଛର ୧୦୦ ଫୁଟ୍‌ ଉପରୁ ଜଣେ ନାବାଳକ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଆରମ୍ଭ: ପୂଜାର୍ଚ୍ଚନା କଲେ କେନ୍ଦ୍ରମନ୍ତ୍ରୀ

ତାଳଚେର,୩୧।୩(ମନୋଜ ନନ୍ଦ): ମଙ୍ଗଳବାର ଆରମ୍ଭ ହୋଇଛି ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ବାର୍ଷିକ ଯାତ୍ରା ଏବଂ ଲୋକ ମହୋତ୍ସବ। ଏନେଇ ଅଞ୍ଚଳ ଚଳଚଞ୍ଚଳ ହୋଇପଡିଛି।…

ମା’ ଅଗ୍ନିରୁପାଙ୍କ ଆବର୍ଭାବ: ଭକ୍ତଙ୍କ ପ୍ରବଳ ଭିଡ଼, ଅଧରାତିରେ ଦେହୁରୀ ଯାଇ…

ତାଳଚେର,୨୩/୩(ମନୋଜ ନନ୍ଦ):ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳା ମନ୍ଦିରର ପୂର୍ବ ଦିଗ ହିଙ୍ଗୁଳା ମନ୍ଦିର ପଛ ପାଖରେ ପ୍ରାୟ ୨ ସହ ମିଟର ଦୂରରେ ଚଳିତ ବର୍ଷ…

ଡ୍ୟୁଟି ସାରି ଫେରୁଥିଲେ ସୁମନ୍ତ, ଧକ୍କା ଦେଲା ଟ୍ରକ୍‌: ଆଉ ତା’ପରେ…

କଣିହାଁ,୨୩/୩(ନିରୋଜ ପ୍ରଧାନ):ଅନୁଗୋଳ ଜିଲା କଣିହାଁ ବ୍ଲକ ଗୋଡିବନ୍ଧଠାରୁ କଣିହାଁ ଯାଇଥିବା ଜାତୀୟ ରାଜପଥ ୫୩ର ନୂଆଁ ବଲାଙ୍ଗି ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ଟ୍ରକ ଚକା…

ଭାରସାମ୍ୟ ହରାଇ ଓଲଟିଲା ପିଚୁ ବୋଝେଇ ଟ୍ୟାଙ୍କର, ନିଆଁ ଲାଗି ଡ୍ରାଇଭର ଜୀବନ୍ତ ଦଗ୍ଧ

ପାଲଲହଡା,୧୩।୩(ଦିବ୍ୟଜ୍ୟୋତି ଦାଶ): ଗୁରୁବାର ବିଳମ୍ବିତ ରାତିରେ ଭୟଙ୍କର ଦୁର୍ଘଟଣା । ଟ୍ୟାଙ୍କର ସହ ଜୀଅନ୍ତା ଜଳିଗଲେ ଡ୍ରାଇଭର । ବିଳମ୍ବିତ ରାତିରେ ଅନୁଗୁଳ ଜିଲା ଖମାର ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri