ରାସ୍ତାକଡ଼ରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଜମନକିରା, ୨୭।୯(ଡି.ଏନ୍‌.ଏ.) : ସମ୍ବଲପୁର ଜିଲା ଜମନକିରା ବ୍ଲକ୍‌ ଭୋଜପୁର ପଞ୍ଚାୟତ କୁଇଲାରିଯୋର ରାଜରାସ୍ତା ୨୦୦ କଡ଼ରୁ ଶନିବାର ଭୋର୍‌ ସମୟରେ ଜଣେ ଯୁବକଙ୍କ ମୃତଦେହକୁ କୁଚୁଣ୍ଡା ପୋଲିସ ଉଦ୍ଧାର କରିଛି। ସେ ହେଲେ ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଝିଲ୍ଲି ଗଁାର ଅରୁଣ ବେହେରାଙ୍କ ପୁଅ ରାଜୁ (୨୦)। ପୋଲିସ ମୃତଦେହ ଜବତ କରିବା ସହ ପରିବାରଲୋକଙ୍କୁ ଖବର ଦେଇଥିଲା। ବ୍ୟବଚ୍ଛେଦ ପରେ ମୃତଦେହ ପରିବାରଲୋକଙ୍କୁ ହସ୍ତାନ୍ତର କରିଛି। ଏନେଇ କୁଚିଣ୍ଡା ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଅଧିକ ତଦନ୍ତ ଜାରି ରଖିଛି। ତେବେ ପାରିପାଶ୍ୱିକ ସ୍ଥିତିରୁ ଏହା ଏକ ହତ୍ୟାକାଣ୍ଡ ବୋଲି ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିପାରିଛି। ମୃତ ରାଜୁଙ୍କ ସାର୍ଟ ପକେଟରୁ ମିଳିଥିବା ଡ୍ରାଇଭିଙ୍ଗ ଲାଇସେନ୍ସରୁ ସେ ପରଜଙ୍ଗ ଥାନା ଅଞ୍ଚଳର ବୋଲି ଜଣାପଡ଼ିଥିଲା। ତଦନ୍ତ ପରେ ମୃତ୍ୟୁର କାରଣ ଜଣାପଡ଼ିବ ବୋଲି ଥାନା ଅଧିକାରୀ ପ୍ରକାଶ କର୍ଣ୍ଣ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ କାଟ ପ୍ରତିବାଦରେ ଧାରଣା ଦେଲେ ବିସ୍ଥାପିତ

ବାରିପଦା ଅଫିସ, ୧୯ା୩- ମୟୂରଭଞ୍ଜ ଜିଲା ବାରିପଦା ବ୍ଲକ ଲକ୍ଷ୍ମୀପୋଷିଠାରେ ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପ ଯୋଗୁଁ ବିସ୍ଥାପିତ ହୋଇଥିବା ଶତାଧିକ ପରିବାରଙ୍କ ମଙ୍ଗଳବାରଠାରୁ ବିଦ୍ୟୁତକାଟ୍‌ କରାଯାଇଛି।...

ଭୋଗରାଇ ଥାନା ଆଗରେ ଡିଏସ୍‌ଓର ବିକ୍ଷୋଭ

ଭୋଗରାଇ,୧୩।୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ଥାନା ସମ୍ମୁଖରେ ଡିଏସ୍‌ଓ ପକ୍ଷରୁ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ନିକଟରେ ତାଳସାରୀ ବେଳାଭୂମିରେ କଲେଜ ଛାତ୍ରୀଙ୍କୁ ନିର୍ଯାତନା ଦେବା ଓ...

ରଥର ଦକ୍ଷିଣମୋଡ଼ ଆରମ୍ଭ

ପୁରୀ ଅଫିସ,୨୮ା୬: ଭାଇଭଉଣୀଙ୍କୁ ସାଥୀରେ ଧରି ନବଦିନାତ୍ମକ ଯାତ୍ରାରେ ଆସିଥିବା ମହାପ୍ରଭୁ ଏବେ ଜନ୍ମବେଦୀରେ ଲୀଳା କରୁଛନ୍ତି। ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଆସନ୍ତା ଜୁଲାଇ ୧...

ଶିକ୍ଷକଙ୍କୁ ନିଲମ୍ବନ ପ୍ରତିବାଦ: ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ

ଦେବଗଡ଼,୧୧।୯(ଡି.ଏନ୍‌.ଏ.): ଜିଲା ତିଲେଇବାଣି ବ୍ଲକ ଅଧୀନ ସାମନ୍ତରା ପାଳି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ଶିକ୍ଷକଙ୍କୁ ବିନା କାରଣରେ ନିଲମ୍ବନ କରାଯାଇଛି। ଏହାକୁ ପ୍ରତିବାଦ କରି...

ବାପାଙ୍କୁ ହତ୍ୟାକରି ଚତୁର୍ଥୀ ପୂର୍ବରୁ ଜେଲଗଲେ ପୁଅ

କେନ୍ଦୁଝର/ଝୁମ୍ପୁରା,୯ା୭ (ସ୍ବ.ପ୍ର.): ବିବାହ ସରିଲା। ଚତୁର୍ଥୀ ପାଇଁ ଘର ଦୁଆରେ ସାଜସଜ୍ଜା ଚାଲିଥିଲା। କିଛି ଘଣ୍ଟା ପରେ ହୋଇଥାନ୍ତା ଚତୁର୍ଥୀ। ମାତ୍ର ବାପାଙ୍କୁ ହତ୍ୟାକରି ଜେଲ...

ଅବାଧ, ନିରପେକ୍ଷ ନିର୍ବାଚନ ପାଇଁ ସଚେତନତା କାର୍ଯ୍ୟକ୍ରମ

ବାଲେଶ୍ୱର ଅଫିସ, ୨୦।୪-ବାଲେଶ୍ୱର ସହର ଆଇଟିଆଇ ସ୍ଥିତ ଏକ ଘରୋଇ ସମ୍ମିଳନୀ କକ୍ଷରେ ମାନବାଧିକାର ଇଲେକ୍ସନ ୱାଚ୍‌ କମିଟି ପକ୍ଷରୁ ଅବାଧ ଓ ନିରପେକ୍ଷ ନିର୍ବାଚନ...

ଶ୍ରୀମନ୍ଦିରରେ ନୃସିଂହ ଜନ୍ମ ନୀତି

ପୁରୀ ଅଫିସ,୭ା୫: ବୈଶାଖ ଶୁକ୍ଲ ଚତୁର୍ଦ୍ଦଶୀ ତଥା ନୃସିଂହ ଚତୁର୍ଦ୍ଦଶୀରେ ଶ୍ରୀମନ୍ଦିରରେ ନୃସିଂହ ଜନ୍ମ ନୀତି ସମ୍ପନ୍ନ ହୋଇଛି। ଯାତ ଭୋଗ ସରିବା ପରେ ଠାକୁର...

୨ କାର ମୁହାଁମୁହିଁ ଧକ୍କା: ଚାଲିଗଲା ଉଭଣୀଭାଇଙ୍କ ଜୀବନ

ପରଜଙ୍ଗ, ୨୩।୮(ଡି.ଏନ.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ ଫାଣ୍ଡି ଅଧୀନ ୧୪୯ନଂ. ଜାତୀୟ ରାଜପଥର ଭେଜିଆ ଛକ ନିକଟରେ ରବିବାର ଅପରାହ୍ନରେ ଦୁଃଖଦ ଦୁର୍ଘଟଣାରେ ୨...

Coronavirus Update


Archives

Model This Week

Why Dharitri