ରାସ୍ତାକଡ଼ରେ ଛିଡା ହୋଇଥିବା ଗାଡିକୁ ଧକ୍କା ଦେଲା ୧୦୮ ଆମ୍ବୁଲାନ୍ସ

ଛେଣ୍ଡିପଦା,୨୮।୫(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ତିପଦା ଥାନା କୋଶଳା ଦେଇ ଯାଇଥିବା ୬୩ନଂ ରାଜ୍ୟ ରାଜପଥର କୋଶଳା ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ୨ ପିକଅପ୍‌ ଭ୍ୟାନକୁ ଧକ୍କା ଦେଲା ୧୦୮ ଆମ୍ବୁଲାନ୍ସ। ଏହି ଦୁର୍ଘଟଣାରେ ୩ ଜଣ ଆମ୍ବୁଲାନ୍ସ କର୍ମଚାରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ସୂଚନାଯୋଗ୍ୟ, ୧୦୮ଟି ଆମ୍ବୁଲାନ୍ସଟି ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀକୁ ଛାଡି ବାଗେଡିଆ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରକୁ ଫେରୁଥିବା ବେଳେ କୋଶଳା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖ ରାସ୍ତାକଡ଼ରେ ଛିଡା ହୋଇଥିବା ଦୁଇଟି ପିକଅପ୍‌ ଗାଡିକୁ ଧକ୍କା ଦେଇଥିଲା। ଏହି ଦୁର୍ଘଟଣାରେ ପିକଅପ୍‌ ଗାଡି ୨ଟି ସମ୍ପୁର୍ଣ୍ଣ ଚୁରମାର ହୋଇଯାଇଥିବା ବେଳେ ୧୦୮ ଆମ୍ବୁଲାନ୍ସରେ ଥିବା ୩ଜଣ କର୍ମଚାରୀଙ୍କ ମଧ୍ୟରୁ ଚାଳକ ଓ ଫାର୍ମାଷିଷ୍ଟ ସମାନ୍ୟ ଆହତ ହୋଇଛନ୍ତି। ସେହିପରି ହେଲ୍‌ପର ଜିତେନ୍ଦ୍ର ବେହେରା ଗୁରୁତର ଆହତ ହୋଇଥିବା ଜଣାପଡିଛି। ଖବରପାଇ ଘଟଣାସ୍ଥଳରେ ଛେଣ୍ତିପଦା ପୋଲିସ ଆହତ ହେଲପରଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ମେଡିକାଲକୁ ପଠାଇଛି। ଅପରପକ୍ଷେ ଆମ୍ବୁଲାନ୍ସର ଅନ୍ୟ ଦୁଇ କର୍ମଚାରୀଙ୍କୁ ଥାନାରେ ଅଟକ ରଖି ପୋଲିସ ପଚରାଉଚରା ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?