ରାସ୍ତାକଡ଼ରେ ସନ୍ତାନ ପ୍ରସବ ଘଟଣା; ଏସ୍‌ସିବି ମେଡିକାଲରେ ଭର୍ତ୍ତି ହେଲେ ମହିଳା

କଟକ ଅଫିସ, ୭ା୧୧: ରାସ୍ତା କଡ଼ରେ ସନ୍ତାନ ପ୍ରସବ କରିଥିବା ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ଏସ୍‌ସିବି ମେଡ଼ିକାଲ ମାନସିକ ରୋଗ ଚିକିତ୍ସା ବିଭାଗରେ ଭର୍ତ୍ତି କରାଯାଇଛି। ସ୍ବେଚ୍ଛାସେବୀ ଅନୁଷ୍ଠାନ ଓଡ଼ିଶା ଲିଗାଲ ଆଣ୍ଡ ସୋସିଆଲ୍‌ ଆସୋସିଏଶନ(ଓଲ୍‌ସା) ପକ୍ଷରୁ ସମ୍ପୃକ୍ତ ମହିଳାଙ୍କ ପରିବାର ଲୋକଙ୍କ ସହ ଯୋଗାଯୋଗ କରାଯାଉଛି। ମହିଳାଙ୍କ ଘର କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଅଧୀନ ଦଶିପୁରରେ ବୋଲି ଜଣାପଡ଼ିଛି। ଏହି ମହିଳାଙ୍କର ୧୨ ବର୍ଷର ଝିଅ ଓ ସ୍ବାମୀ ରହିଥିବାବେଳେ ପାରିବାରିକ ଅଶାନ୍ତି କାରଣରୁ ସେ ପ୍ରାୟ ୨ବର୍ଷ ହେବ ଘରୁ ଚାଲି ଆସିଥିବା ଓଲ୍‌ସା ପକ୍ଷରୁ କୁହାଯାଇଛି। ମହିଳା ଓ ଚୌଦ୍ୱାର ସ୍ଥିତ ଶିଶୁ ଯତ୍ନ ଅନୁଷ୍ଠାନରେ ଥିବା ଶିଶୁ କନ୍ୟାଙ୍କ ଯତ୍ନ ଓଲ୍‌ସା ପକ୍ଷରୁ ନିଆଯାଉଛି। ପ୍ରକାଶଥାଉ କି, ଜଗତ୍‌ପୁର ଥାନା ଅଧୀନ ପୀରବଜାର ଅଞ୍ଚଳରେ ସୋମବାର ନବଜାତକ ଶିଶୁକୁ ନେଇ ବୁଲୁଥିବା ଏହି ମହିଳାଙ୍କୁ ଓଲ୍‌ସା ଉଦ୍ଧାର କରିଥିଲା। ପରେ ମହିଳାଙ୍କୁ ଏସ୍‌ସିବି ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସିତ ହେବା ପରେ ସମ୍ପୃକ୍ତା ମହିଳା ଝିଅକୁ ନେବା ପାଇଁ ଦୁଇଦିନ ହେବ ଜଗତ୍‌ପୁର ଥାନାକୁ ଯାଉଛନ୍ତି। ତେବେ ସେ ମାନସିକସ୍ତରରେ ସୁସ୍ଥ ନ ଥିବା ଜଣାପଡ଼ିବା ପରେ ବୁଧବାର ଜଗତ୍‌ପୁର ପୋଲିସ ସହାୟତାରେ ଓଲ୍‌ସା ଓ ସିଡବ୍ଲ୍ୟୁସିର କର୍ମକର୍ତ୍ତା ମହିଳାଙ୍କୁ ଆଣି ଏସ୍‌ସିବି ମେଡ଼ିକାଲରେ ଭର୍ତ୍ତି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଢିପାରେ ସ୍କୁଲ ଛୁଟି ଅବଧି! ରାଜ୍ୟ ସରକାର ନେବେ ବଡ଼ ନିଷ୍ପତ୍ତି…

ଭୁବନେଶ୍ୱର,୧୬।୬: ମୌସୁମୀରେ ପ୍ରତିବନ୍ଧକ ସାଜୁଛି କି ଏଲ ନି ନୋ?  କେବଳ ରାଜ୍ୟ ନୁହେଁ ସାରା ଦେଶରେ ଏଭଳି ସ୍ଥିତି ।ଏବେ ବି ଦିନରେ ଖରା ଗରମ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

ଚାଷୀଙ୍କ ପାଇଁ ଖୁସି ଖବର, ଏହି ଦିନ ମିଳିବ PM KISANର ୨୩ତମ କିସ୍ତି

ନୂଆଦିଲ୍ଲୀ,୧୬।୬: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନାର ୨୩ତମ କିସ୍ତିକୁ ନେଇ ସାରା ଦେଶର ଚାଷୀ ଅପେକ୍ଷା କରିଛନ୍ତି । ଏବେ ଦେଶର କୋଟି କୋଟି ଚାଷୀଙ୍କୁ…

ଘର ବାରିପଟେ କ୍ରିକେଟ ଖେଳୁଥିଲେ, ଆକାଶରୁ ଖସିଲା ମୃତ୍ୟୁ; ବଜ୍ରପାତରେ ଚାଲିଗଲା ୧୭ ବର୍ଷୀୟ…

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଅନ୍ତର୍ଗତ ଦଶିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଆକସ୍ମିକ ବଜ୍ରପାତ କାରଣରୁ…

ଓଡ଼ିଶା ଆସିବେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ: ସୁରକ୍ଷା, ପ୍ରସ୍ତୁତିର ଉଚ୍ଚସ୍ତରୀୟ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୬: ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଏକ ଉଚ୍ଚସ୍ତରୀୟ ସମୀକ୍ଷା କରିଛନ୍ତି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତି ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri