ରାସ୍ତାକାମ ନ କରି ଉଠାଇ ନେଲେ ଟଙ୍କା

ବରଗଡ଼ ଅଫିସ୍‌,୧୨।୫: ବରଗଡ଼ ଜିଲା ଗ୍ରାମ୍ୟ ଉନ୍ନୟନ(ଆର୍‌ଡି) ବିଭାଗ ଅଧୀନରେ ଚାଲିଥିବା ପ୍ରକଳ୍ପ କାମରେ କିଭିଳି ସ୍ବଚ୍ଛତା ରହିଛି, ତାର ଏକ ଦୃଷ୍ଟାନ୍ତ ପଦାକୁ ଆସିଛି । ଏହି ବିଭାଗ ଅଧୀନରେ ରହିଥିବା ଭେଡ଼େନ ବ୍ଲକ ଅନ୍ତର୍ଗତ ଦବକା ଏବଂ ବଇପୁର ଛକରୁ ଆଖିଫୁଟା ରାସ୍ତା ପାଇଁ ମଞ୍ଜୁର ହୋଇଥିବା ଟଙ୍କାକୁ ବିନା କାମରେ ଉଠାଇ ନିଆଯାଇଥିବା ଜଣାପଡ଼ିଛି। ଏହାର ଖୋଲତାଡ଼ ହେବା ପରେ ଘଟଣାଟି ପଦାକୁ ଆସିଥିଲା ।
ସୂଚନା ଅନୁଯାୟୀ, ଦବକା ଏବଂ ବଇପୁର ଛକରୁ ଆଖିଫୁଟା ୨ଟି ରାସ୍ତା ମରାମତି ପାଇଁ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ୨ଲକ୍ଷ ୬୧ହଜାର ଟଙ୍କା ଲେଖାଏଁ ମଞ୍ଜୁର ହୋଇଥିଲା । ଉକ୍ତ ରାସ୍ତାର ଉଭୟ ପାର୍ଶ୍ୱରୁ ଘାସଲଟା ସଫା କରିବା ସହିତ ମୋରମ୍‌ ବିଛାଇବା କାମ ରହିଥିଲା । ତେବେ ଏହି ଦୁଇଟି ରାସ୍ତାରେ କିଛି କାମ ହୋଇ ନ ଥିଲେ ସୁଦ୍ଧା ବିଭାଗୀୟ ଯନ୍ତ୍ରୀ ଓ ସମ୍ପୃକ୍ତ ଠିକାଦାର ସଲାସୁତୁରା କରି ସମୁଦାୟ ମଞ୍ଜୁର ଟଙ୍କା ଉଠାଇ ନେଇଥିବା ଜଣାପଡ଼ିଛି । ଏ ସମ୍ପର୍କରେ ଗ୍ରାମ୍ୟ ଉନ୍ନୟନ ବିଭାଗର ନିର୍ବାହୀ ଯନ୍ତ୍ରୀ ସଞ୍ଜୟ ମିଶ୍ରଙ୍କୁ ପଚାରିବାରୁ ଏହି କାମରେ ଅନିୟମିତତା ହୋଇଛି ଏବଂ ସେ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଜଣାଇ ଦେଇଥିବା କହିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସାତୁଲୀ ୟୁଥ୍ କ୍ଲବ୍ କ୍ରିକେଟ ଟୁର୍ନାମେଣ୍ଟ: ସେମିଫାଇନାଲରେ ଅଙ୍ଗାରଗାଁର ଦମଦାର ବିଜୟ, ଫାଇନାଲରେ…

ଗଞ୍ଜାମ,୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସନ୍ତୋଷପୁର ପଞ୍ଚାୟତ ଅଧୀନସ୍ଥ ସାତୁଲୀ ୟୁଥ୍ କ୍ଲବ୍ ଆନୁକୂଲ୍ୟରେ ଚାଲିଥିବା କ୍ରିକେଟ ଟୁର୍ନାମେଣ୍ଟର ଶୁକ୍ରବାର ଦିନ ସେମିଫାଇନାଲ ମ୍ୟାଚ୍ ଅନୁଷ୍ଠିତ ହୋଇଯାଇଛି।…

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ସମଣା ଘାଟରୁ ଉଠୁନି ଗୋଟେ ମୁଠା ବାଲି; ତଥାପି ପୋଲିସ,ପ୍ରଶାସନ, ମୁଖ୍ୟମନ୍ତ୍ରୀଙ୍କୁ ମିଛ ଟାର୍ଗେଟ: ପ୍ରତିବାଦରେ ଗର୍ଜିଲେ…

ହାଟଡିହୀ,୧୦।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ସମଣା ବାଲିଘାଟକୁ ନେଇ ଚାଲିଥିବା ଇଚ୍ଛାକୃତ ଅପପ୍ରଚାର ଓ ଷଡ଼ଯନ୍ତ୍ର ବିରୋଧରେ ଗ୍ରାମବାସୀ ସ୍ୱର ଉତ୍ତୋଳନ କରିଛନ୍ତି।…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ: ଦ୍ୱିପ୍ରହରରେ ଗାଡ଼ି ଡିକି ଭାଙ୍ଗି ଦେଢ଼ ଲକ୍ଷ ଟଙ୍କା ଲୁଟ

ଛତ୍ରପୁର, ୧୦।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ ଦ୍ୱିପ୍ରହରରେ ଏକ ଦୁଃସାହସିକ ଲୁଟ୍ ଘଟଣା ଘଟିଛି। ଦୁର୍ବୃତ୍ତମାନେ…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

ଇନ୍ଦ୍ରାବତୀରୁ ଖରିଫ ପାଇଁ ଜଳ ସେଚନର ଶୁଭାରମ୍ଭ

ଜୟପାଟଣା,୧୦।୭(ଓମ ପ୍ରକାଶ ବୈଠାରୁ): ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ମଙ୍ଗଳପୁର ବ୍ୟାରେଜରୁ ଶୁକ୍ରବାର ସକାଳରୁ ଚଳିତ ପାଇଁ ଖରିଫ ଜଳ ସେଚନ ର ଶୁଭାରମ୍ଭ ହୋଇ ଯାଇଛି।ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri