ରାସ୍ତାରେ ଗିଲିରି ଫୁଲର ପସରା

କେନ୍ଦୁଝର,୨୨ା୨(ସ୍ବ.ପ୍ର.): କେନ୍ଦୁଝର ଜିଲାର ବାଟେଘାଟେ ଓ ହାଟବଜାରରେ ଏବେ ଗିଲିରି ଫୁଲର ଆସର ଦେଖିବାକୁ ମିଳୁଛି। ଏହି ଋତୁରେ ଗିଲିରି ଫୁଲ ଫୁଟେ। ଏହି ଫୁଲ ଫୁଟି ଜଙ୍ଗଲାଞ୍ଚଳ ତଥା ବାଡ଼ିବଗିଚାର ଶୋଭାବର୍ଦ୍ଧନ କରେ। ତେବେ ଅନେକେ ଏହି ଗିଲିରି ଫୁଲ କିଣି ଖାଦ୍ୟ ଭାବେ ବ୍ୟବହାର କରିଥାନ୍ତି। ପ୍ରାକୃତିକ ପରିବେଶରେ ଫୁଟୁଥିବା ଏହି ଫୁଲର ସ୍ବାଦ ନିଆରା ଓ ସ୍ବାସ୍ଥ୍ୟ ପକ୍ଷେ ହିତକର ମଧ୍ୟ। ଏଣୁ ଏହି ବନବାସୀଙ୍କ ଖାଦ୍ୟ ଏବେ ଗ୍ରାମ ଓ ସହରର ଘରେ ଘରେ ପହଞ୍ଚିଯାଇଛି। ଏପରିକି ଆସୁଥିବା ପର୍ଯ୍ୟଟକ ମାନେ ମଧ୍ୟ ଏହାକୁ କିଣି ଘରକୁ ନେଉଥିବା ଦେଖିବାକୁ ମିଳୁଛି। ଏହାକୁ କିଏ ଚାଉଳ ବଟା ବା ବେସନରେ ମିଶାଇ ଭଜା କରେ ତ କିଏ ଶାଗ ଭଳି ଭାଜି ଖାଇଥାନ୍ତି। ବନବାସୀମାନେ ଏହାକୁ ଗଛରୁ ତୋଳି ଆଣି ଭାଗ ୧୦ରୁ ୨୦ ଟଙ୍କାରେ ବିକି ଦୁଇ ପଇସା ଉପାର୍ଜନ କରି ତେଲଲୁଣ କିଣି ଚଳନ୍ତି। ବିଶେଷ କରି ବଣଜଙ୍ଗଲ ପୂର୍ଣ୍ଣ ବାଂଶପାଳ, ତେଲକୋଇ, ହରିଚନ୍ଦନପୁର ଆଦି ଅଞ୍ଚଳର ବଣଜଙ୍ଗଲରେ ଅଧିକ ମିଳିଥାଏ। ଅନ୍ୟ ବନଜାତ ଦ୍ରବ୍ୟ ଭଳି ଗିଲିରି ଫୁଲ ଆଜିକାଲି ବନବାସୀଙ୍କ ଜୀବିକା ନିର୍ବାହରେ ସହାୟକ ହୋଇପାରୁଥିବା ବେଳେ ଏହା ସୁସ୍ବାଦୁ ଏବଂ ସ୍ବାସ୍ଥ୍ୟ ପକ୍ଷେ ହିତକର ହୋଇଥାଏ ବୋଲି କବିରାଜ ବିଶାରଦ ହରେକୃଷ୍ଣ ମହାନ୍ତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣଙ୍କ ଜୀବନ ଗଲା: ତଦନ୍ତ ଆରମ୍ଭ

ପଟ୍ଟାଙ୍ଗି,୧୯।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଦେଓପଟ୍ଟାଙ୍ଗି ପଞ୍ଚାୟତ ଅଧିନସ୍ଥ ପାଟଖଣ୍ଡା ଦେବତା ନିକଟରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ଯୁବକଙ୍କ ମୃତ…

ଟ୍ରେଲରକୁ ପଛପଟୁ ଧକ୍କା ଦେଲା ଟିପର, ଚାଳକ ଗୁରୁତର

ପରଜଙ୍ଗ,୧୯ା୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦେଇ ଯାଇଥିବା ୫୩ ନଂ ଜାତୀୟ ରାଜପଥର ପରଜଙ୍ଗ ବାଇପାସ୍ ରାସ୍ତାରେ ଦୁର୍ଘଟଣା । ଗୁରୁବାର ଭୋର ଏକ…

ମା’ଝିଅଙ୍କୁ ଜାଳିଦେଲେ ସମ୍ପର୍କୀୟ: କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ରାଞ୍ଚତ୍,୧୯ା୨:ଝାଡ଼ଖଣ୍ଡର ପଶ୍ଚିମ ସିଂହଭୂମ ଜିଲା କାଲାଇୟା ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଜଣେ ୩୨ ବର୍ଷୀୟା ମହିଳା ଓ ତାଙ୍କ ୨ ମାସର ଝିଅଙ୍କୁ ସମ୍ପର୍କୀୟମାନେ ଜାଳି ହତ୍ୟା…

ସ୍ତ୍ରୀଙ୍କ ବେକରେ ଟଓ୍ବେଲ୍‌ ବାନ୍ଧି ମାରିଦେଲେ ଅବସରପ୍ରାପ୍ତ ଇସ୍ରୋ ଅଧିକାରୀ: କାରଣ ଜାଣିଲେ…

ବେଙ୍ଗାଲୁରୁ,୧୯ା୨:ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ)ରୁ ଅବସର ଗ୍ରହଣ କରିଥିବା ଜଣେ ୬୫ ବର୍ଷୀୟ ଅଧିକାରୀ ତାଙ୍କ ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି। ନାଗେଶ୍ୱର ରାଓ ତାଙ୍କ ପରିବାର ସହ…

ପରୀକ୍ଷା ଦେବାକୁ ଯିବା ବେଳେ ସଡ଼କ ଦୁର୍ଘଟଣା, ବାଇକରୁ ପଡ଼ି ଦୁଇ ଛାତ୍ର….

ଗଜପତି,୧୯ା୨(ଗିରିଧାରୀ ପରିଛା): ମାଳିୟାରା ଓ ପୁଡ଼ଇଡା ଗ୍ରାମ ନିକଟରେ ସଡ଼କ ଦୁର୍ଘଟଣା । ପରୀକ୍ଷା ଦେବାକୁ ଯିବା ବେଳେ ବାଇକ୍ ଦୁର୍ଘଟଣାରେ ଛାତ୍ର ଆହତ ହୋଇଛନ୍ତି ।…

ଆରମ୍ଭ ହେଲା ମାଟ୍ରିକ୍ ପରୀକ୍ଷା, ଭଦ୍ରକରେ ୧୧୫ କେନ୍ଦ୍ରରେ ୨୧୦୨୪ ପରୀକ୍ଷାର୍ଥୀ

ଭଦ୍ରକ, ୧୯ା୨(ସନାତନ ରାଉତ)ଚଳିତବର୍ଷର ମାଟ୍ରିକ୍ ପରୀକ୍ଷା ଗୁରୁବାର ଆରମ୍ଭ ହୋଇଛି । ଭଦ୍ରକ ଜିଲାରେ ୩୧୮ଟି ଉଚ୍ଚ ବିଦ୍ୟା ବିଦ୍ୟାଳୟର ରେଗୁଲାର ଓ ଏକ୍ସ ରେଗୁଲାର ମୋଟ…

ଟ୍ରମ୍ପଙ୍କ ବଡ଼ ପ୍ଲାନ, ଆଗାମୀ କିଛି ଘଣ୍ଟା ମଧ୍ୟରେ ଇରାନ ଉପରେ ଆକ୍ରମଣ କରିପାରେ ଆମେରିକା

ଆମେରିକା,୧୯ା୨: ଗତ କିଛି ଦିନ ଧରି ଆମେରିକା ଏବଂ ଇରାନ ମଧ୍ୟରେ ପରମାଣୁ ଚୁକ୍ତିନାମା ସମ୍ପର୍କରେ ଆଲୋଚନା ଜାରି ରହିଛି । ଏହି ଆଲୋଚନାରେ ଉଭୟ ଦେଶର…

ଲଜ୍ଜାଜନକ ରେକର୍ଡ କଲେ ଅଭିଷେକ ଶର୍ମା: ପ୍ରଥମ ଭାରତୀୟ ଭାବେ…

ନୂଆଦିଲ୍ଲୀ,୧୯/୨: ଅଭିଷେକ ଶର୍ମା ଏକ ଲଜ୍ଜାଜନକ ରେକର୍ଡ ସୃଷ୍ଟି କରିଛନ୍ତି। ସେ ଟି-୨୦ ବିଶ୍ୱକପ ଇତିହାସରେ ପ୍ରଥମ ଭାରତୀୟ ବ୍ୟାଟ୍ସମ୍ୟାନ ଭାବେ ତାଙ୍କର ପ୍ରଥମ ତିନୋଟି ଇନିଂସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri