ରାସ୍ତାରେ ଯୁବକଙ୍କୁ ଗଳାକାଟି ହତ୍ୟା

ପୁରୀ ଅଫିସ,୧୪ା୫: ପୁରୀ ସଦର ଥାନା ଅନ୍ତର୍ଗତ ଶାସନ ଦାମୋଦରପୁର ପଞ୍ଚାୟତ ହାଟସାହି ନିକଟରେ ଜଣେ ଯୁବକଙ୍କୁ ଗଳା କାଟି ବୀଭତ୍ସ ଭାବେ ହତ୍ୟା କରାଯାଇଛି। ଦିନ ଦ୍ୱିପ୍ରହରରେ ଯୁବକଙ୍କୁ ଦୁର୍ବୃତ୍ତ ରାସ୍ତାରେ ଭୁଜାଲିରେ ହାଣି ହତ୍ୟା କରି ଫେରାର ହୋଇଯାଇଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ କରିଥିଲେ ମଧ୍ୟ ଅଭିଯୁକ୍ତଙ୍କ ସୁରାକ୍‌ ପାଇପାରିନାହିଁ। ହତ୍ୟାର ଶିକାର ହୋଇଥିବା ଯୁବକ ହେଲେ ପୁରୀ ମାର୍କଣ୍ଡେଶ୍ୱର ସାହି ରାଧାଗୋବିନ୍ଦ ଲେନ୍‌ର ପ୍ରକାଶ ସାହୁ (୨୮)। ହତ୍ୟାକାଣ୍ଡର କାରଣ ସ୍ପଷ୍ଟ ହୋଇ ନ ଥିବାବେଳେ ବିଭିନ୍ନ ଦିଗକୁ ନେଇ ପୋଲିସ ଏବଂ ସ୍ଥାନୀୟ ଲୋକେ ସନ୍ଦେହ କରୁଛନ୍ତି।
ବୁଧବାର ଅପରାହ୍ନ ପ୍ରାୟ ୨ଟାରେ ଶାସନ ଦାମୋଦରପୁର -ହାଟସାହି ରାସ୍ତାର ହାଟସାହି ନିକଟରେ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ଜଣେ ଯୁବକଙ୍କ ମୃତଦେହ ପଡ଼ିିଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ। ସଙ୍ଗେସଙ୍ଗେ ଆଖପାଖ ଲୋକ ଘଟଣାସ୍ଥଳରେ ରୁଣ୍ଡ ହେବା ସହ ସଦର ଥାନା ପୋଲିସକୁ ଖବର ଦେଇଥିଲେ। ସଦର ଏସ୍‌ଡିପିଓ କିଶୋର ଚନ୍ଦ୍ର ମୁଡୁ, ଥାନା ଆଇଆଇସି ଏସ୍‌. ମହାନ୍ତି ଏବଂ ସାଇଣ୍ଟିଫିକ୍‌ ଟିମ୍‌ ସନ୍ଧାନୀ କୁକୁର ସହ ପହଞ୍ଚତ୍ଥିଲେ। ସେମାନେ ଘଟଣାସ୍ଥଳରେ ଛାନ୍‌ଭିନ କରିଥିଲେ। ଯୁବକଙ୍କ ବେକକୁ ଅତି ବୀଭତ୍ସ ଭାବେ କାଟିଦିଆଯାଇଥିଲା। ଫଳରେ ତାଙ୍କ ଶରୀର ରକ୍ତରେ ଜୁଡ଼ୁବୁଡ଼ୁ ହୋଇଯାଇଥିଲା। ହତ୍ୟାରେ ବ୍ୟବହୃତ ଭୁଜାଲି ଏବଂ ରାସ୍ତାକଡ଼ ବାଡ଼ ଉପରେ ଏକ ମାଏଷ୍ଟ୍ରୋ (ନଂ.ଓଡି ୦୨ବି-ଇ ୩୫୫୦) ବାଇକ୍‌ ପଡ଼ିରହିଥିଲା। ପୋଲିସ ସ୍ଥାନୀୟ ଲୋକଙ୍କୁ ପଚରାଉଚରା କରିଥିଲେ ମଧ୍ୟ କେହି କିଛି ଜାଣି ନ ଥିବା କହିଥିଲେ। ପରେ ପୋଲିସ ଭୁଜାଲି ଓ ଗାଡ଼ିକୁ ଜବତ କରିବା ସହ ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ହସ୍ପିଟାଲକୁ ପଠାଇଥିଲା। ଏ ସମ୍ପର୍କରେ ଏସ୍‌ପି ଉମାଶଙ୍କର ଦାଶ କହିଛନ୍ତି, ହତ୍ୟାର ଶିକାର ହୋଇଛନ୍ତି ମାର୍କଣ୍ଡେଶ୍ୱର ସାହି ରାଧାଗୋବିନ୍ଦ ଲେନ୍‌ର ପ୍ରକାଶ ସାହୁ। କିନ୍ତୁ ଅଭିଯୁକ୍ତଙ୍କ ସମ୍ପର୍କରେ କୌଣସି ସୂଚନା ମିଳିନାହିଁ। ପୋଲିସ ତଦନ୍ତ ଜାରି ରଖିଛି, ଖୁବ୍‌ଶୀଘ୍ର ଘଟଣା ସଂକ୍ରାନ୍ତରେ ସ୍ପଷ୍ଟ ହେବ। ଅନ୍ୟପକ୍ଷରେ ସ୍ଥାନୀୟ ଲୋକେ ଏବଂ ପୋଲିସ ବିଭିନ୍ନ ଦିଗ ପ୍ରତି ସନ୍ଦେହ କରୁଛନ୍ତି। ପୂର୍ବରୁ ଏହି ଅଞ୍ଚଳରେ ଏକାଧିକ ହତ୍ୟାକାଣ୍ଡ ଘଟିଛି। ସରକାରୀ ଜମିରୁ ବାଲି ବିକ୍ରି, ଜମି କିଣାବିକା ଏବଂ ଦାଦାବଟି ଆଦାୟ ହିଁ ହତ୍ୟାକାଣ୍ଡର କାରଣ ହୋଇଥାଏ। ମାତ୍ର ପ୍ରକାଶଙ୍କ ହତ୍ୟା ପଛର କାରଣ ନେଇ ଭିନ୍ନ ଭିନ୍ନ କଥା ଶୁଣିବାକୁ ମିଳୁଛି। ପୋଲିସ କେବେ ଅଭିଯୁକ୍ତଙ୍କୁ ଧରି କାରଣ ସ୍ପଷ୍ଟ କରିବ ତାହା ଉପରେ ଏବେ ସମସ୍ତଙ୍କ ନଜର।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଘୋଷଣା କଲେ ଅଭିଜିତ ଦୀପକେ! ରାଜନୀତିକୁ ଆସିବା ନେଇ… ପଡିଗଲା ଚହଳ

ନୂଆଦିଲ୍ଲୀ,୩୧।୭: ‘କକ୍ରୋଚ ଜନତା ପାର୍ଟି’ (CJP) ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଏକ ସାକ୍ଷାତକାରରେ ନିଟ (NEET) ପ୍ରଶ୍ନପତ୍ରଲିକ ସଂଶୋଧନ ବିଲ, ଛାତ୍ର ଆନ୍ଦୋଳନ ଏବଂ ସରକାରଙ୍କ…

‘ଭଞ୍ଜ ସାହିତ୍ୟର ସୃଜନଶୀଳତାକୁ ନେଇ ଚିନ୍ତନର ଆବଶ୍ୟକତା ରହିଛି’

ଭଞ୍ଜନଗର,୩୧ା୭(ବାବୁଲା ପ୍ରଧାନ): ଓଡ଼ିଆ ସାହିତ୍ୟ ଜଗତର ଅମର ସ୍ରଷ୍ଟା କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ସାହିତ୍ୟ ଓ ସୃଜନଶୀଳତାକୁ ନେଇ ଗଭୀର ଆଲୋଚନା ଓ ଚିନ୍ତନର ଆବଶ୍ୟକତା ରହିଛି।…

ଆଉ ୧୨ ଗେଟ୍‌ ଖୋଲିଲା ହୀରାକୁଦ

ସମ୍ବଲପୁର,୩୧।୭ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ବୃଦ୍ଧି ସାଙ୍ଗକୁ ଜଳସ୍ତର ମଧ୍ୟ ବଢ଼ିବାରେ ଲାଗିଛି। ଫଳରେ ଶୁକ୍ରବାର ଜଳଭଣ୍ଡାରରୁ ପୁଣିଥରେ ଦୁଇଟି ପର୍ଯ୍ୟାୟରେ…

‘ଆମ ପାଖରେ ଧୋନି ନାହାଁନ୍ତି,’ ଇଂଲଣ୍ଡ ପ୍ରଶିକ୍ଷକ ହେବା ପରେ ଷ୍ଟିଫେନ ଫ୍ଲେମିଂଙ୍କୁ ‘ଚେତାବନୀ’ ମିଳିଛି

ନୂଆଦିଲ୍ଲୀ,୩୧।୭: ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସ ସହିତ ଦୀର୍ଘ ସମୟ ଧରି କାର୍ଯ୍ୟ କରିଥିବା ଷ୍ଟିଫେନ ଫ୍ଲେମିଂଙ୍କୁ ଏବେ ଇଂଲଣ୍ଡ ଟେଷ୍ଟ ଦଳର ପ୍ରଶିକ୍ଷକ ନିଯୁକ୍ତ କରାଯାଇଛି।…

ବନ୍ୟା ବିପନ୍ନଙ୍କ ପାଇଁ ବଡ଼ ଘୋଷଣା କଲେ ରାଜସ୍ବ ମନ୍ତ୍ରୀ, ମିଳିବ…

ଭୂବନେଶ୍ୱର,୩୧।୭: ବନ୍ୟାସ୍ଥିତିର ସମୀକ୍ଷା ପରେ ରାଜସ୍ବ ମନ୍ତ୍ରୀ ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀରେ ବନ୍ୟା ଜଳ ବଢୁଥିବା ଗଣମାଧ୍ୟମ ଆଗରେ ମନ୍ତ୍ରୀ ପ୍ରକାଶ କରିଛନ୍ତି। କେବଳ…

ସାଧୁ ବେଶରେ ସଂସଦ ଆସିଲେ ପପ୍ପୁ ଯାଦବ, ଦାନ ଦେଲେ ଏମପି

ପାଟନା,୩୧।୭: ବିହାର ପୁର୍ନିଆର ଏମପି ପପ୍ପୁ ଯାଦବ ଅଯୋଧ୍ୟା ରାମ ମନ୍ଦିର ଚାନ୍ଦା ସଂଗ୍ରହରେ କଥିତ ଅନିୟମିତତା ପ୍ରସଙ୍ଗକୁ ନେଇ ସଂସଦ ପରିସରରେ ପ୍ରତିବାଦ କରିଛନ୍ତି ।…

ବସ୍‌ ଷ୍ଟପ ଅଛି, ବସ୍‌ ଆସୁନାହିଁ: ମୁଖ୍ୟମନ୍ତ୍ରୀ ବସ୍‌ ସେବାରୁ ବଞ୍ଚିତ ଅଞ୍ଚଳବାସୀ

ଅମରପାଲି,୩୧ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଖଣ୍ଡହତା ପଞ୍ଚାୟତର ସୀମାବର୍ତ୍ତୀ ଉପାନ୍ତ ଗ୍ରାମ ସାହାଜଲଥାରେ ସରକାରୀ ଖର୍ଚ୍ଚରେ ଯାତ୍ରୀ ପ୍ରତୀକ୍ଷାଳୟ (ବସ୍‌ ଷ୍ଟପ୍‌) ନିର୍ମାଣ ହୋଇଥିଲେ…

ଭୀମଭୋଇ ସାମର୍ଥ୍ୟ ଶିବିର: ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ

କର୍ଲାମୁଣ୍ଡା,୩୧।୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କାର୍ଯ୍ୟାଳୟରେ ବ୍ଳକସ୍ତରୀୟ ଭୀମଭୋଇ ସାମର୍ଥ୍ୟ ଶିବିର ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ ସଭାରେ ବ୍ଲକ ଅଧ୍ୟକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri