ରାସ୍ତାର ପୁନରୁଦ୍ଧାର ପାଇଁ ସ୍ମାରକପତ୍ର

ଭଦ୍ରକ ଅଫିସ, ୨୬।୮ – ଆସନ୍ତା ନଭେମ୍ବର ୨୪ ତାରିଖରେ ଭଦ୍ରକର ଧର୍ମଗୁରୁ ବଡ଼ ସରକାରବାବାଙ୍କ ପବିତ୍ର ଉର୍ସ ଉତ୍ସବ। ଭଦ୍ରକ ପୌରାଞ୍ଚଳ ଅଧୀନ ସରକାରନଗର ଖାନ୍‌କା ଶରିଫଠାରେ ଉତ୍ସବ ପାଳନ ହେବ। ଏହି ଉତ୍ସବରେ ଭାରତର ବିଭିନ୍ନ ପ୍ରାନ୍ତରରୁ ଲକ୍ଷାଧିକ ଶ୍ରଦ୍ଧାଳୁ ଯୋଗ ଦେଇଥାନ୍ତି। ଏହି ଅବସରରେ ବାବାଙ୍କ ପୀଠକୁ ସଂଯୋଗ କରୁଥିବା ୨ଟି ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡ଼ିଥିବାରୁ ଏହାର ପୁନରୁଦ୍ଧାର ଲାଗି ଦାବି କରାଯାଇଛି। ଏ ପରିପ୍ରେକ୍ଷୀରେ ଭଦ୍ରକ ବିକାଶ ମଞ୍ଚ ପକ୍ଷରୁ ଅତିରିକ୍ତ ଜିଲାପାଳ ଶ୍ୟାମଭକ୍ତ ମିଶ୍ରଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି। ବିଶେଷକରି ପୁରୁଣାବଜାରରୁ ଛଡ଼ାକମହଲା ଦେଇ ସରକାରନଗରକୁ ଯାଇଥିବା ଓ ଚନ୍ଦନବଜାର ଛକରୁ ବୁଧବାରହାଟ ଦେଇ ଯାଇଥିବା ଭଦ୍ରକ-ଚାନ୍ଦବାଲି ରାସ୍ତାକୁ ସଂଯୋଗ କରୁଥିବା ରାସ୍ତା ଅବସ୍ଥା ଅତି ଶୋଚନୀୟ ହୋଇପଡ଼ିଛି। ଉର୍ସ ଉତ୍ସବ ସମୟରେ ଏହି ରାସ୍ତା ଦେଇ ହଜାର ହଜାର ସ୍ଥାନୀୟ ଅଞ୍ଚଳର ଶ୍ରଦ୍ଧାଳୁ ଯାଆସ କରିଥାନ୍ତି। ଏଣୁ ରାସ୍ତାର ନବୀକରଣ ସହିତ ପ୍ରଶସ୍ତିକରଣ ପାଇଁ ବିକାଶ ମଞ୍ଚ ପକ୍ଷରୁ ଦାବି କରାଯାଇଛି। ଉତ୍ସବ ପୂର୍ବରୁ କାମ କରାଯିବାକୁ ମଞ୍ଚର ମୁଖ୍ୟ ସଂଯୋଜକ ରାଜେନ୍ଦ୍ର ଯେନା, ସଭାପତି ଅବୁହୋସେନ ଖାନ, ସମ୍ପାଦକ ସେକ୍‌ ତାଜଉଦ୍ଦିନ, ଏମ୍‌ଡି. ଅସଗର, ଅବଦୁଲ ମୋନାନ ଖାନ, ଅନୱାର କାଲିକ, ଅମିତ ଘଡ଼େଇ, ସେକ ଜାନୁ, ଜାଫର ଖାନ, ସେକ ଆଶିକୁର ରହେମାନଙ୍କ ସମେତ ଶତାଧିକ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସରକାର ବଢାଇଲେ ପେନଶନ ଲିମିଟ୍‌, ଜାଣନ୍ତୁ କାହାକୁ ମିଳିବ ଲାଭ…

ନୂଆଦିଲ୍ଲୀ,୨୦ା୮: ସରକାରୀ କର୍ମଚାରୀମାନଙ୍କୁ ଅବସର ପରେ ପେନ୍‌ସନ୍ ସୁବିଧା ମିଳିଥାଏ। ପ୍ରତ୍ୟେକ ରାଜ୍ୟ ସରକାର ନିଜ ରାଜ୍ୟର ପେନ୍‌ସନ୍‌ଭୋଗୀଙ୍କ ପେନ୍‌ସନ୍‌ରେ ସମୟ ସମୟରେ ବୃଦ୍ଧି କିମ୍ବା ସଂଶୋଧନ…

‘ଯୁବବର୍ଗ ୧୮ ବର୍ଷରେ ଭୋଟ୍‌ ଦେବା ଅଧିକାର ହେଉଛି ରାଜୀବଙ୍କ ଅବଦାନ’

କେନ୍ଦୁଝର,୨୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଧୁନିକ ଭାରତର ନିର୍ମାତା, ଯୁବ ମାନସର ପ୍ରତୀକ, ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ସ୍ବର୍ଗତ ରାଜୀବ ଗାନ୍ଧୀଙ୍କର ୮୦ ତମ ଜନ୍ମଜୟନ୍ତୀ ସ୍ଥାନୀୟ…

ପୋଖରୀରେ ଗାଧୋଉଥିଲେ ଯୁବକ, ୨ ରାଉଣ୍ଡ ଗୁଳି ଚଳାଇ ଲୁଟିନେଲେ ବାଇକ

ନୟାଗଡ, ୨୦।୮(ଲୋକନାଥ ମିଶ୍ର): ନୟାଗଡ ଜିଲା ଚାନ୍ଦପୁର ଥାନା କୁସୂପଲାରେ ୨ରାଉଣ୍ଡ ଗୁଳି ଚାଳନା ହୋଇଛି । ପୋଖରୀରେ ଗାଧୋଉ ଥିବା ବେଳେ ଗୁରୁବାର ଅପରାହ୍ନ ପ୍ରାୟ…

କେସିଙ୍ଗାରେ ବିଜେଡି ଯୁବ ରାଜ୍ୟ ସଭାପତି, କହିଲେ ଆଗାମୀ ପଞ୍ଚାୟତ ନିର୍ବାଚନରେ…

କେସିଙ୍ଗା,୨୦ା୮(ତୁମେଶ୍ୱର ସାହୁ): ରାଜ୍ୟ ବିଜୁ ଯୁବ ଜନତା ଦଳର ରାଜ୍ୟ ସଭାପତି ଚିନ୍ମୟ କୁମାର ସାହୁ ନବରଙ୍ଗପୁରରେ ହେବାକୁ ଥିବା ଛାତ୍ର ସମାବେଶରେ ଯୋଗ ଦେବାପାଇଁ ଗୁରୁବାର…

ପୋଖରୀରେ ମୃତଦେହ-ଘରେ ମିଳିଲା କଟାମୁଣ୍ଡ, ବଲାଙ୍ଗୀରରେ ହଇଚଇ

ବଲାଙ୍ଗୀର, ୨୦।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଏକ ପୋଖରୀରୁ ମୁଣ୍ଡ ବିହୀନ ମୃତଦେହ ମିଳିବା ଘଟଣାରେ ବଡ଼ ଖୁଲାସା ହୋଇଛି ।…

ବୁଧଙ୍କ ସିଂହ ରାଶିର ପ୍ରବେଶରେ ଘଟିବ ବୁଦ୍ଧାଦିତ୍ୟ ରାଜଯୋଗ! ଏହି ରାଶିଙ୍କୁ ଧନଲାଭରୁ କ୍ୟାରିୟର ଯାଏ ଫିଟିଯିବ ଭାଗ୍ୟ…

ଗ୍ରହମାନଙ୍କର ରାଜକୁମାର ବୁଧ ରାଶି ପରିବର୍ତ୍ତନ କରିବାକୁ ଯାଉଛନ୍ତି| ୨୨ ଅଗଷ୍ଟ ୨୦୨୬ ସନ୍ଧ୍ୟା ୭ଟା ୨୪ ମିନିଟ୍‌ରେ ବୁଧ କର୍କଟ ରାଶିରୁ ବାହାରି ସିଂହ ରାଶିରେ…

ଦେବୀ ମିଶ୍ରଙ୍କ ଗାଡ଼ିକୁ ପିଟିଲା ଟ୍ରକ, ତା’ପରେ..

ଭୁବନେଶ୍ୱର,୨୦।୮: କଟକ ଜିଲା ନରସିଂହପୁର ମୁଖ୍ୟ ରାସ୍ତା କମଳାଦେଇପୁର ଛକ ନିକଟରେ ଗୁରୁବାର ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ଉପସଭାପତି ଦେବୀ ପ୍ରସାଦ ମିଶ୍ରଙ୍କ…

ବନ୍ଧ୍ୟାକରଣ ସତ୍ତ୍ୱେ କେମିତି ହେଲି ୬ଟି ଛୁଆର ବାପା? କୁକୁର ବେଶରେ ଆସି ଜନଶୁଣାଣିରେ ଏମିତି ପଚାରିଲେ…

ଭୋପାଳ,୨୦।୮: ମଧ୍ୟପ୍ରଦେଶର ଖଣ୍ଡୱାରେ ଜନଶୁଣାଣି ସମୟରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଜଣେ ବ୍ୟକ୍ତି କୁକୁରର ମୁଖା ଓ ପୋଷାକ ପିନ୍ଧି ‘କୁକୁର’ ହୋଇ କଲେକ୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri