ରାସ୍ତା କଡ଼ରେ ଜଣଙ୍କୁ ଜାଳିଦେବା ଘଟଣା: ମିଳିନି ପରିଚୟ, ପୋଲିସର ଛାନ୍‌ବିନ୍‌

କଲଭର୍ଟ ଭିତରେ ଥିବା ବାଉଁଶ ଖଣ୍ଡର ଶଯ୍ୟା।

ଗୋପାଳପୁର,୮ା୫- ଦିଗପହଣ୍ଡି ଓ ଗୋଳନ୍ଥରା ଥାନା ସୀମାବର୍ତ୍ତୀ ଝାଡ଼ବାଙ୍କ କଲଭର୍ଟ ନିକଟରେ ବୁଧବାର ରାତିରେ ଜଣଙ୍କୁ ଦୁର୍ବୃତ୍ତ ଟାୟାର ଓ କାଠରେ ପୋଡି ଦେଇଥିଲେ। ଶୁକ୍ରବାର ସକାଳେ ଗୋଳନ୍ଥରା ପୋଲିସ ସିଂହଳା ସରପଞ୍ଚଙ୍କ ଅଭିଯୋଗକ୍ରମେ ନଂ.୧୨୮/୨୦ରେ ହତ୍ୟା ମାମଲା ରୁଜୁ କରିଛି। ବ୍ରହ୍ମପୁର ଅତିରିକ୍ତ ଏସପି ପ୍ରଶାନ୍ତ କୁମାର ମିଶ୍ର, ସଦର ଏସଡିପିଓ ଜୟନ୍ତ କୁମାର ମହାପାତ୍ର, ଗୋଳନ୍ଥରା ଥାନାଧିକାରୀ ବାବୁଲି ନାୟକ ଓ ସାଇଣ୍ଟିଫିକ ଟିମ୍‌ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଚଳାଇଛନ୍ତି। କଲଭର୍ଟ ଭିତରେ ବାଉଁଶ ଖଣ୍ଡରେ ଶଯ୍ୟା ରହିଥିବା ଦେଖିବାକୁ ମିଳିଛି। ସାଇଣ୍ଟିଫିକ୍‌ ଟିମ ମୃତଦେହ ପୋଡା ଯାଇଥିବା ସ୍ଥାନରୁ ପାଉଁଶ, ଦରପୋଡା ହାଡ, ମାଂସ, ଖପୁରୀ ସହ ପୋଡ଼ିଯାଇଥିବା ପାଉଁଜି, ଚୁଡ଼ି ଜବତ କରି ବ୍ରହ୍ମପୁରସ୍ଥିତ ଫରେନସିକ୍‌ ଲାବ୍‌କୁ ପଠାଇଛି। ପାଉଁଜି ଓ ଚୁଡି ମିଳିବାରୁ ମୃତକ ଜଣକ ମହିଳା ବୋଲି ସ୍ପଷ୍ଟ ହୋଇଛି। ବୁଧବାର ମଧ୍ୟରାତ୍ରରେ ଜନୈକା ମହିଳାଙ୍କ ଚିକତ୍ାର ଶୁଣିବାକୁ ମିଳିଥିଲା ବୋଲି ସ୍ଥାନୀୟ ଲୋକେ ପୋଲିସକୁ କହିଛନ୍ତି।
ଏନେଇ ସଦର ଏସ୍‌ଡିପିଓ ଜୟନ୍ତ ମହାପାତ୍ରଙ୍କ ସହ ଯୋଗାଯୋଗବେଳେ ବର୍ତ୍ତମାନ ସୁଦ୍ଧା ମୃତ ମହିଳାଙ୍କ ପରିଚୟ ମିଳିପାରିନାହିଁ। ହାଡ଼ ଓ ମାଂସର ଡିଏନ୍‌ଏ ଟେଷ୍ଟ ପାଇଁ ପଠାଯିବ। ଥାନାରେ ହତ୍ୟା ମାମଲା ରୁଜୁ କରାଯାଇଥିବାବେଳେ ବିଭିନ୍ନ ଦିଗକୁ ନେଇ ତଦନ୍ତ ଚାଲୁ ରହିଛି ବୋଲି ସେ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

କାମ ସାରି ଫେରିବା ବେଳେ ଖଣ୍ଡା-କାତିରେ ଆକ୍ରମଣ କରି ହତ୍ୟା, ୮ଜଣଙ୍କୁ ଆଜୀବନ କାରାଦଣ୍ଡରେ…

ଛତ୍ରପୁର,୨୦ା୨(ଦିଲୀପ ସାମଲ)- ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଦୟାପଲ୍ଲୀ ଗ୍ରାମର ୨୦୧୨ର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଶୁକ୍ରବାର ପ୍ରକାଶ ପାଇଛି। ଛତ୍ରପୁର ଅତିରିକ୍ତ ଜିଲା…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri