ରାସ୍ତା କାଦୁଅ ପଚପଚ, ବାଟରେ ଅଟକିଲା ଆମ୍ବୁଲାନ୍ସ

ଝରିଗାଁ, ୫।୭(ସ୍ବ.ପ୍ର.) : ସାମାନ୍ୟ ବର୍ଷାରେ ରାସ୍ତା କାଦୁଅରେ ପଚପଚ। ଜରୁରିକାଳୀନ ରୋଗୀ, ଗର୍ଭବତୀଙ୍କୁ ଆଣିବା ପାଇଁ ଗାଁରେ ପହଞ୍ଚିପାରୁନି ଆମ୍ବୁଲାନ୍ସ। ଅଧା ବାଟରେ ଅଟକି ରହୁଛି। ପ୍ରସୂତିଙ୍କୁ ପ୍ରସବ ପାଇଁ ଡାକ୍ତରଖାନା ନେବା ଲାଗି ସମ୍ପର୍କୀୟମାନେ ଗାଁରୁ ଖଟିଆରେ ବୋହି ଆମ୍ବୁଲାନ୍ସ ନିକଟକୁ ଆଣୁଛନ୍ତି। ଏହିପରି ଏକ ଘଟଣା ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚକଲାପଦର ପଞ୍ଚାୟତରେ ଗୁରୁବାର ଦେଖିବାକୁ ମିଳିଛି । ଏହି ପଞ୍ଚାୟତର ବାଘଡଙ୍ଗରୀ ଗ୍ରାମର ଦୃପତି ପୂଜାରୀ(୨୫)ଙ୍କ ପ୍ରସବ ଯନ୍ତ୍ରଣା ଗୁରୁବାର ପୂର୍ବାହ୍ନ ୧୦ଟାରେ ହୋଇଥିଲା। ହେଲେ ଗାଁକୁ ମୋବାଇଲ ସେବା ନଥିବା ଯୋଗୁ ପରିବାର ଲୋକେ ଗାଁ ବାହାରେ ଗୋଟିଏ ଉଚ୍ଚ ସ୍ଥାନରେ ରହି ୧୦୮ ଆମ୍ବୁଲାନ୍ସକୁ ବହୁ କଷ୍ଟରେ ମଧ୍ୟାହ୍ନ ୧୨ଟାରେ ଯୋଗାଯୋଗ କରିଥିଲେ। ଅପରାହ୍ନ ୩ଟାରେ ଆମ୍ବୁଲାନ୍ସଟି ରାସ୍ତା ଖରାପ ରହିଥିବା ଯୋଗୁ ବାଘଡଙ୍ଗରୀ ଗ୍ରାମକୁ ନଯାଇ ଯୋଡାଆମ୍ବ ଛକ ନିକଟରେ ଅଟକି ରହିଥିଲା। ଏହାପରେ କୌଣସି ପ୍ରକାରରେ ଆମ୍ବୁଲାନ୍ସ କର୍ମଚାରୀ ମାନେ ଦୃପତିଙ୍କ ପରିବାର ଲୋକଙ୍କୁ ଖବର ଦେଇଥିଲେ। ଏହାପରେ ଦୃପତିଙ୍କୁ ଏକ ଖଟିଆରେ ପରିବାର ଲୋକେ ବୋହି ପ୍ରାୟ ୧ କି.ମି. କାଦୁଅ ପଚପଚ ରାସ୍ତା ଅତିକ୍ରମ କରି ଆମ୍ବୁଲାନ୍ସ ନିକଟରେ ପହଞ୍ଚି ଥିଲେ। ଏହାପରେ ଦୃପତିଙ୍କୁ ୧୦୮ଆମ୍ବୁଲାନ୍ସରେ ଝରିଗାଁ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଅଣାଯାଇଥିଲା। ସେଠାରେ ଦୃପତି ଏକ ଶିଶୁକନ୍ୟାଙ୍କୁ ଜନ୍ମ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ଥାୟୀ ସେତୁ ଦାବିରେ ଗ୍ରାମବାସୀଙ୍କ ଆମରଣ ଅନଶନ: ଭରା ନଦୀ ଘେରରେ ୧୩୦ ପରିବାର, ୧୭୨୧ ଜୀବନ

ରାଜକନିକା, ୭।୯ (ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଆଳି ନିର୍ବାଚନମଣ୍ଡଳୀ ଅଧୀନ ରାଜକନିକା ବ୍ଲକର ତ୍ରୈଲୋକ୍ୟପୁର ପଞ୍ଚାୟତ ଅନ୍ତର୍ଗତ ଦ୍ୱୀପାଞ୍ଚଳ ଗାଁ ଭାବେ ପରିଚିତ ଗଙ୍ଗାଧର…

ସ୍ତ୍ରୀଙ୍କୁ ଗୁଳିକଲେ ସ୍ବାମୀ: ରେଢ଼ାଖୋଲର ଲାଣ୍ଡିମାଲ ଗାଁରେ ଚାଞ୍ଚଲ୍ୟ

ରେଢ଼ାଖୋଲ, ୭।୯: ସମ୍ବଲପୁର ଜିଲା ରେଢ଼ାଖୋଲ ଅଞ୍ଚଳରେ ପାରିବାରିକ କଳହକୁ କେନ୍ଦ୍ର କରି ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ ଗୁଳି କରି ହତ୍ୟା କରିଥିବା ଅଭିଯୋଗ ହୋଇଛି।…

ଲାଞ୍ଚ ନେବା ବେଳେ ଧରାପଡିଲେ ରାଜସ୍ୱ ଅଧିକାରୀ, ଏକକାଳୀନ ୩ସ୍ଥାନରେ ଚଢ଼ାଉ

ପିପିଲି,୭।୯: ଲାଞ୍ଚ କାରବାର ବିରୋଧରେ ଓଡ଼ିଶା ଭିଜିଲାନ୍ସ ଟିମ୍ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ପୁରୀ ଜିଲା ପିପିଲି ତହସିଲ ଅଧୀନ ସିଉଳା ଆରଆଇ ସର୍କଲର…

ରାଜ୍ୟ ନିର୍ବାଚନ କମିଶନଙ୍କ ବଡ଼ ନିର୍ଦ୍ଦେଶ, ବୁଥର ହେବ ଫିଜିକାଲ ଭେରିଫିକେସନ

ଭୁବନେଶ୍ୱର,୭।୯: ରାଜ୍ୟ ନିର୍ବାଚନ କମିଶନ ସୋମବାର ପଞ୍ଚାୟତ ନିର୍ବାଚନ ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବୁଥଗୁଡିକ ଠିକ୍‌ ଅଛି ନା ନାହିଁ ଏହାର ଫିଜିକାଲ ଭେରିଫିକେସନ…

ଭଞ୍ଜନଗରରେ ଜିଲାସ୍ତରୀୟ ଜନଅଭିଯୋଗ ଶୁଣାଣି: ୧୮୮ ଅଭିଯୋଗର ଶୁଣାଣି, ୧୦ର ତୁରନ୍ତ ସମାଧାନ

ଭଞ୍ଜନଗର, ୭।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଜିଲା ପ୍ରଶାସନ ପକ୍ଷରୁ ଜିଲାସ୍ତରୀୟ ମିଳିତ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ…

ଗିଲଙ୍କୁ ୫ ହଜାର ଟଙ୍କା ଦେଲେ ଅଭିଷେକ ଶର୍ମାଙ୍କ ପିତା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୯: ଟିମ ଇଣ୍ଡିଆର ଅଧିନାୟକ ଶୁବମନ ଗିଲଙ୍କ ମୋଟ ସମ୍ପତ୍ତି ୮୦ କୋଟି ବୋଲି ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ୫,୦୦୦ ତାଙ୍କ ପାଇଁ ବିଶେଷ…

କୁମ୍ଭ-ବିଛା ସମେତ ୪ ରାଶି ପାଇଁ ଭାଗ୍ୟଶାଳୀ ଏହି ସପ୍ତାହ: ଚାକିରିରେ ପ୍ରମୋସନ ସହ ବଢ଼ିବ ଦରମା!

ଭୁବନେଶ୍ୱର: ନୂଆ ସପ୍ତାହର ଆରମ୍ଭ ବୁଧଙ୍କ ଗୋଚର ସହ ହେଉଛି। ଜ୍ୟୋତିଷ ଗଣନା ଅନୁସାରେ, ଏହି ସପ୍ତାହ କୁମ୍ଭ, ମିଥୁନ, ବିଛା ଓ ମୀନ ରାଶିର ଲୋକଙ୍କ…

ଏହି ଦିନଠୁ ଯାଞ୍ଚ ହେବ ଅଗ୍ନି ସୁରକ୍ଷା

ଭୁବନେଶ୍ୱର,୭।୯: ଚିଫ୍‌ ଫାୟାର ଅଫିସର ଦେବେନ୍ଦ୍ର ସ୍ବାଇଁ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ସେପ୍ଟେମ୍ବର ୧୫ରୁ ଅକ୍ଟୋବର ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଅଗ୍ନି ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri