ରାସ୍ତା ଖରାପ ଯୋଗୁ ଆସି ପାରିଲାନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ପ୍ରସୂତି

ମାଲକାନଗିରି,୧୯।୭(ସ୍ବ.ପ୍ର.): ଦୁର୍ଗମ ଗ୍ରାମକୁ ନାହିଁ ରାସ୍ତା। ଫଳରେ ଖଟିଆରେ ବୁହା ହେଲେ ପ୍ରସୂତି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ମାଲକାନଗିରି ଜିଲା ମାଥିଲି ବ୍ଲକ ଧୁଙ୍ଗିଆପୁଟ ପଞ୍ଚାୟତ ବେଙ୍ଗପାଣି ଗ୍ରାମରେ। ଉକ୍ତ ଗ୍ରାମର ମଙ୍ଗଳା ପାଙ୍ଗିଙ୍କ ସ୍ତ୍ରୀ ସୁରିଆଙ୍କୁ ଖଟିଆରେ ଏକ କିଲୋମିଟର ଜଙ୍ଗଲିଆ ରାସ୍ତାରେ ବୋହି ପ୍ରଥମେ ଆମ୍ବୁଲାନ୍ସ ନିକଟକୁ ଅଣାଯାଇଥିଲା। ପରେ ସେଠାରୁ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ମାଥିଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି।

ସୁରିଆଙ୍କ ପ୍ରସବ ବେଦନା ଆରମ୍ଭ ହେବା ପରେ ପରିବାରଲୋକେ ୧୦୮ ଆମ୍ବୁଲାନ୍ସକୁ ଖବର ଦେଇଥିଲେ। ଆମ୍ବୁଲାନ୍ସ ମଧ୍ୟ ଆସିଥିଲା। ହେଲେ ବର୍ଷା ଯୋଗୁ ରାସ୍ତା ଖରାପ ଥିବାରୁ ମାଥିଲି ମେଡିକାଲରୁ ବାଡ଼ିନିଗୁଡ଼ା ପର୍ଯ୍ୟନ୍ତ ଆମ୍ବୁଲାନ୍ସ ପହଞ୍ଚି ପାରିଥିଲା। ହେଲେ ବେଙ୍ଗପାଣିକୁ ଯାଇ ପାରି ନ ଥିଲା। ଫଳରେ ଅନ୍ୟୋପାୟ ନ ପାଇ ଆମ୍ବୁଲାନ୍ସ କର୍ମଚାରୀ ଓ ପରିବାରଲୋକଙ୍କ ସହାୟତାରେ ପ୍ରସୂତିଙ୍କୁ ଘରଠାରୁ ଖଟିଆରେ ବୋହି ଆମ୍ବୁଲାନ୍ସ ପର୍ଯ୍ୟନ୍ତ ଅଣାଯାଇଥିଲା। ସେଠାରୁ ଆମ୍ବୁଲାନ୍ସରେ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା।

ସୂଚନାଯୋଗ୍ୟ, ଜିଲାର ଅଧିକାଂଶ ଦୁର୍ଗମ ଗ୍ରାମକୁ ରାସ୍ତା ନ ଥିବାରୁ ଆମ୍ବୁଲାନ୍ସ ପହଞ୍ଚି ପାରୁନାହିଁ। ଫଳରେ ଗୁରୁତର ରୋଗୀ ଓ ଗର୍ଭବତୀ ମହିଳାଙ୍କୁ ବାଧ୍ୟହୋଇ ଭାର ଅଥବା ଖଟିଆରେ ବୋହି ଡାକ୍ତରଖାନାକୁ ନିଆଯାଉଛି। ଏଣୁ ଜିଲା ପ୍ରଶାସନ ଦୁର୍ଗମ ଅଞ୍ଚଳରେ ରାସ୍ତା ନିର୍ମାଣ ପ୍ରତି ଗୁରୁତ୍ୱ ଦେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଆରପି ଥାନା ଦାବି କଲା ରେଳ ଉପଭୋକ୍ତା ସଂଘ

ବରଗଡ଼,୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ରେଳ ଉପଭୋକ୍ତା ସଂଘର ଏକ ପ୍ରତିନିଧି ଦଳ ଗୁରୁବାର ବରଗଡ଼ ଏସ୍‌ପି ଶ୍ରୀ ରବୀନ୍ଦ୍ର ନାଥ ଶତପଥୀଙ୍କୁ ଫେରାଦ ହୋଇଥିଲେ। ନୂତନ…

କାଠଯୋଡ଼ି ନଦୀରୁ ମୃତଦେହ ଉଦ୍ଧାର ମାମଲା: ମୃତ ଯୁବତୀ FM ମେଡିକାଲ କଲେଜ ଛାତ୍ରୀ, ଘର…

କଟକ/ବାରଙ୍ଗ,୪।୬(ପ୍ରଭୁ କଲ୍ୟାଣ ପାଲ/ ଲିଙ୍ଗରାଜ ରାଉତ): କଟକ ଜିଲା ବାରଙ୍ଗ ଥାନା ଅଧୀନ କାଠଯୋଡ଼ି ନଦୀରୁ ଗୁରୁବାର ଭୋରୁ ଜଣେ ଯୁବତୀଙ୍କ ମୃତଦେହ ମିଳିଛି। ସେ ହେଲେ…

ବୁଲା କୁକୁର ଆତଙ୍କ, ଗୋଟିଏ ଦିନରେ ୭ଜଣଙ୍କୁ କାମୁଡ଼ିଲା

ଅମ୍ବାଦଳା,୪।୬(ରବୀନ୍ଦ୍ର ପଣ୍ଡା): ରାୟଗଡ଼ା ଜିଲା ଅମ୍ବାଦଳା ଅଞ୍ଚଳରେ ବୁଲା କୁକୁର ଆତଙ୍କ ଦେଖାଦେଇଛି। ଗୁରୁବାର ଏକ ବୁଲା କୁକୁର କାମୁଡାରେ ଜଣେ ଶିଶୁଙ୍କ ସହ ମୋଟ ୭ଜଣ…

ଜମି ବିକ୍ରି ନାଁରେ ୧୦ ଲକ୍ଷ ଟଙ୍କା ଠକେଇ, ବନ୍ଧା ହେଲେ ଜମି ମାଲିକ

କୋରୁକୋଣ୍ଡା,୪।୬(ଶିବଦତ୍ତ ସାହୁ): ଜମି ବିକ୍ରି ନାଁରେ ୧୦ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ମାଲକାନଗିରି ଜିଲା ଓର୍କେଲ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ…

ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ: ଖାର୍ଗେ-ପୱନ ଖେରା କର୍ନାଟକରୁ ମନୋନୀତ

ନୂଆଦିଲ୍ଲୀ,୪।୬: କଂଗ୍ରେସ ଦଳ କର୍ନାଟକ, ମଧ୍ୟ ପ୍ରଦେଶ, ରାଜସ୍ଥାନ, ତାମିଲନାଡୁ ଏବଂ ଝାଡ଼ଖଣ୍ଡ ରାଜ୍ୟ ପାଇଁ ରାଜ୍ୟ ସଭା ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ କର୍ନାଟକରୁ…

ପଦ୍ମପୁରରେ ନିଶା କାରବାର ଉପରେ ଚଢାଉ: ୨୨ ବସ୍ତା ବେଆଇନ କଫ୍ ସିରପ୍ ଜବତ, ୨ ଗିରଫ

ପଦ୍ମପୁର,୪।୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଅଞ୍ଚଳରେ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ବେଆଇନ ନିଶାଦ୍ରବ୍ୟ କାରବାର ବିରୋଧରେ କଡ଼ା ଆଭିମୁଖ୍ୟ ଗ୍ରହଣ କରି ପୋଲିସ…

ବିକାଶ ସ୍କୁଲ ଅଫ ବିଜ୍‌ନେସ୍‌ ମ୍ୟାନେଜ୍‌ମେଣ୍ଟ ଛାତ୍ରୀଛାତ୍ରଙ୍କ ସଫଳତା, ଏନ୍‌. ଝାନ୍ସିରାଣୀ ବିଶ୍ବବିଦ୍ୟାଳୟ ଟପ୍ପର

ବରଗଡ,୪।୬(ପ୍ରେମାନନ୍ଦ ଖମାରୀ): ସମ୍ବଲପୁର ବିଶ୍ୱବିଦ୍ୟାଳୟ ଅଧୀନରେ ଅନୁଷ୍ଠିତ ବିବିଏ ପରୀକ୍ଷାରେ ବିକାଶ ସ୍କୁଲ ଅଫ ବିଜ୍‌ନେସ୍‌ ମ୍ୟାନେଜମେଣ୍ଟର ଛାତ୍ରୀଛାତ୍ରମାନେ ସଫଳତା ହାସଲ କରି ଅନୁଷ୍ଠାନ ଓ ସମଗ୍ର…

NH କଡ଼ରେ ଛିଡ଼ା ହୋଇଥିବା ହାଇୱା ଭିତରୁ ମିଳିଲା ଯୁବକଙ୍କ ମୃତଦେହ, ପରିବାରର ହତ୍ୟା ଅଭିଯୋଗ

ଡେରାବିଶ, ୪।୬(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅଞ୍ଚଳରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ୫୩ ନମ୍ବର ଜାତୀୟ ରାଜପଥର ଲକ୍ଷ୍ମୀନାରାୟଣପୁର ଛକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri