ରାସ୍ତା ତିଆରି କଲେ ଗ୍ରାମବାସୀ

ଭଣ୍ଡାରିପୋଖରୀ, ୮।୩(ଡି.ଏନ.ଏ.)-ଭଣ୍ଡାରିପୋଖରୀ ବ୍ଲକ କୁରିଗଁା ପଞ୍ଚାୟତ ଅଧୀନ ୧୨ ନଂ. ୱାର୍ଡ ସୁନିଗ୍ରାମ ରାସ୍ତା ଅବସ୍ଥା ଶୋଚନୀୟ। ୧୦ ବର୍ଷ ତଳେ ଏହି ରାସ୍ତାରେ ମୋରମ ବିଛାଯାଇଥିଲା। ଏବେ ଶୋଚନୀୟ ହୋଇପଡ଼ିଥିବାରୁ ଗ୍ରାମବାସୀ ଯାତାୟାତରେ ହଇରାଣ ହେଉଛନ୍ତି। ଏ ସମ୍ପର୍କରେ ସେମାନେ ବିଭିନ୍ନ ସମୟରେ ସ୍ଥାନୀୟ ଜନପ୍ରତିନିଧିଙ୍କ ଦୃଷ୍ଟିଗୋଚର କରିଥିଲେ ମଧ୍ୟ କେହି ଗୁରୁତ୍ୱ ଦେଉ ନ ଥିବା ଅଭିଯୋଗ ହୋଇଛି। ଖାଲଖମା ରାସ୍ତାରେ ପଡ଼ି ଲୋକେ ଆହତ ହେଉଥିବା ନଜିର ରହିଛି। ଫଳରେ ଗ୍ରାମବାସୀ ନିଜେ ଖର୍ଚ୍ଚ କରି ରାସ୍ତା ତିଆରି ପାଇଁ ଅଣ୍ଟା ଭିଡ଼ିଛନ୍ତି। ଗୋଟିଏ ସପ୍ତାହରେ ଗ୍ରାମରେ ହନୁମାନ ପ୍ରତିଷ୍ଠା ଉତ୍ସବ ଏବଂ ଦୋଳପୂର୍ଣ୍ଣିମାରେ କୀର୍ତ୍ତନ ଥିବାରୁ କେତେକ ବ୍ୟକ୍ତି ଜେସିବି ଆଣି ମାଟି ଖେଳାଇ ବଜ୍ରିଗୁଣ୍ଡ ପକାଇ ରୋଲିଂ କରିବା ଆରମ୍ଭ କରିଛନ୍ତି। ଗ୍ରାମର ନିରାକାର ରାଉତଙ୍କ ନେତୃତ୍ୱରେ ବସନ୍ତ ସେନାପତି, ଦିବାକର ରାଉତ, ରତ୍ନାକର ରାଉତ, ବିଜୟ ରାଉତ, ସଦାଶିବ ରାଉତ, ନିରାକାର ପାତ୍ର, ରମାକାନ୍ତ ମହାନ୍ତି, ବଳରାମ ସାମଲ, ହରିହର ସାମଲ, ଧନେଶ୍ୱର ରାଉତ, ପୂର୍ଣ୍ଣଚନ୍ଦ୍ର ପାତ୍ର, କାହ୍ନୁ ସାମଲ, ମୁନା ରାଉତ ପ୍ରମୁଖ ରବିବାର ରାସ୍ତାକାମରେ ସାମିଲ ହୋଇଥିଲେ। ପ୍ରଶାସନ ଉକ୍ତ ରାସ୍ତାର ୩ ନମ୍ବର କେନାଲଠାରୁ ବାଇଗଡ଼ିଆ ଭାୟା ସୁନିକୁ କଂକ୍ରିଟ କରିବାକୁ ସେମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପ ଖେଳିଲେ ବଡ଼ ଗେମ୍! ୪୮ ଘଣ୍ଟା ପରେ ଖୋଲିଲା ହର୍ମୁଜ୍ ପ୍ରଣାଳୀ

ଓ୍ବାଶିଂଟନ୍‌,୧୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ୍ ପ୍ରଣାଳୀରେ ଅବରୋଧ ହଟାଇବା ନେଇ ଘୋଷଣା କରିଛନ୍ତି। ଏକ ବିବୃତ୍ତିରେ ଟ୍ରମ୍ପ କହିଛନ୍ତି, “ଆମେ ଏବେ ଏହାକୁ ସମ୍ପୂର୍ଣ୍ଣ…

PNB ଗ୍ରାହକ ଆଲର୍ଟ! କାଲିଠୁ ବନ୍ଦ ହୋଇଯିବ ବ୍ୟାଙ୍କ୍‌ ଆକାଉଣ୍ଟ, ଲିଷ୍ଟରେ ଅଛି କି ନାଁ…

ନୂଆଦିଲ୍ଲୀ,୧୫।୪: ଯଦି ଆପଣଙ୍କର ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ରେ ଏକ ଆକାଉଣ୍ଟ ଅଛି, ତେବେ ଏହି ଅପଡେଟ ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ବ୍ୟାଙ୍କ…

ସ୍କୁଲ୍‌ରେ ଅଘଟଣ, ପାଚେରୀ ଭୁଶୁଡ଼ି ଚାଲିଗଲା ୨ ଛାତ୍ରୀଙ୍କ ଜୀବନ

ପାରଳାଖେମୁଣ୍ଡି/ମୋହନା,୧୫।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ରା.ଉଦୟଗିରିରେ ଅଭାବନୀୟ ଘଟଣା । ସ୍କୁଲ ପାଚେରୀ ତଳେ ଚାପି ହୋଇ ଦୁଇ ଛାତ୍ରୀଙ୍କର ମୃତ୍ୟୁ ହୋଇଛି । ରା.ଉଦୟଗିରି ଥାନା ୠବୁଡିସିଂ…

ଚିନ୍ତା ବଢ଼ାଇଲା ରିପୋର୍ଟ, ଆଗାମୀ ୩-୪ ବର୍ଷ ପାଇଁ ଲାଗି ରହିପାରେ ଗ୍ୟାସ୍ ଅଭାବ!

ନୂଆଦିଲ୍ଲୀ,୧୫।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଯୋଗୁଁ ଭାରତ ସହ ଅନେକ ଦେଶରେ ଗ୍ୟାସର ଅଭାବ ଦେଖାଦେଇଛି । ଦେଶକୁ ଆଗାମୀ ତିନିରୁ ଚାରି ବର୍ଷ ପାଇଁ ଏହି ଚ୍ୟାଲେଞ୍ଜର…

ପ୍ରକାଶ ପାଇଲା CBSE ଦଶମ ରେଜଲ୍ଟ,ଏପରି କରନ୍ତୁ ଚେକ୍

ନୂଆଦିଲ୍ଲୀ,୧୫।୪: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା  ଫଳାଫଳ ପ୍ରକାଶ ପାଇଛି । ଛାତ୍ରୀଛାତ୍ର ଏବଂ ଅଭିଭାବକମାନେ ବର୍ତ୍ତମାନ UMANG ଆପରେ…

ଆଇନମନ୍ତ୍ରୀଙ୍କ ଘୋଷଣା, ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାରେ ହେବ ବଡ଼ ପରିବର୍ତ୍ତନ

ଭୁବନେଶ୍ବର,୧୫।୪: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ନେଇ ବଡ଼ ଘୋଷଣା କଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ବଦଳିବ ଦର୍ଶନ ବ୍ୟବସ୍ଥା । ଖୁବଶୀଘ୍ର ସ୍ଲଟ ବୁକିଂ ମାଧ୍ୟମରେ…

ଏପ୍ରିଲ ୧୬ରେ ବଡ଼ ନିଷ୍ପତ୍ତି ନେବେ ଏମଏସ ଧୋନୀ! CSK ମ୍ୟାଚ୍…

ନୂଆଦିଲ୍ଲୀ,୧୫।୪:  ଏମଏସ ଧୋନୀ ଏପ୍ରିଲ ୧୬ରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ଯାଉଛନ୍ତି । ଏହି ନିଷ୍ପତ୍ତି ତାଙ୍କର ପରବର୍ତ୍ତୀ ଆଇପିଏଲ ୨୦୨୬ ମ୍ୟାଚରେ ଅଂଶଗ୍ରହଣ କରିବା…

ରାଜଧାନୀରେ ଚାଞ୍ଚଲ୍ୟ: ଟ୍ୟୁଶନ ଯାଇ ନିଖୋଜ ହେଲେ ନାବାଳିକା

ଭୁବନେଶ୍ୱର,୧୫।୪: ଟ୍ୟୁଶନ ଯାଇ ନିଖୋଜ ହେଲେ ନାବାଳିକା। ଏଭଳି ଅଭାବନୀୟ ଘଟଣା ଘଟିଛି ନୟାପଲ୍ଲୀ ଥାନା ଅଞ୍ଚଳରେ। ନୟାପଲ୍ଲୀ ଥାନା ସାଲିଆସାହି ନାବାଳିକାଙ୍କ ପତ୍ତା ମିଳୁନି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri