ରାସ୍ତା ଦୁର୍ଘଟଣାରେ ଯୁବ ବ୍ୟବସାୟୀ ମୃତ

ଆନନ୍ଦପୁର, ୨୪।୫(ସ୍ବ.ପ୍ର.): ରାମଚନ୍ଦ୍ରପୁର ଥାନା ୨୦ ନଂ ଜାତୀୟ ରାଜପଥର ପଦନା ହାଟ ନିକଟରେ ରାସ୍ତା ଦୁର୍ଘଟଣାରେ ଜଣେ ଯୁବ ବ୍ୟବସାୟୀ ପ୍ରାଣ ହରାଇଛନ୍ତି। ବ୍ୟବସାୟୀ ଜଣଙ୍କ ଘସିପୁରା ଥାନା ଆନନ୍ଦପୁର ପୌରପରିଷଦ ଖପରାଖାଇ ୧୩ ନଂ ଓାର୍ଡର ସୁଦର୍ଶନ ନାୟକ। ଶୁକ୍ରବାର ମଧ୍ୟାହ୍ନ ସମୟରେ ଯାଜପୁରରୁ ଜିନିଷ ଆଣି ଫେରୁଥିବା ସମୟରେ ପଦନା ହାଟ ନିକଟରେ ଏକ ଟ୍ରକ ସହିତ ତାଙ୍କର ଧକ୍କା ହୋଇଥିଲା। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତାଙ୍କୁ ପ୍ରଥମେ ସାଇଁକୁଳ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପରେ ମୃତଦେହ ବ୍ୟବଚ୍ଛେଦ ଲାଗି ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଥିଲା। ମୃତ ଯୁବ ବ୍ୟବସାୟୀ ଜଣଙ୍କ ଜଗତପୁର ଅଞ୍ଚଳର ହୋଇଥିବାବେଳେ ସେ ଦୀର୍ଘ ୨୦ ବର୍ଷରୁ ଉର୍ଦ୍ଧ ହେବ ଆନନ୍ଦପୁରରେ ରହି ବ୍ୟବସାୟ କରି ଆସୁଥିଲେ। ତାଙ୍କର ଏଭଳି ଦୁର୍ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରଥଯାତ୍ରା ପାଇଁ କୁଲାଡ ପ୍ରସ୍ତୁତ: ଜଗନ୍ନାଥ ମନ୍ଦିର ଦାନବାକ୍ସରୁ ମିଳିଲା କେତେ ଟଙ୍କା

ଭଞ୍ଜନଗର, ୧୦।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ କୁଲାଡ ଶ୍ରୀଜଗନ୍ନାଥ ମନ୍ଦିରର ଦାନବାକ୍ସ ଶୁକ୍ରବାର ଖୋଲାଯାଇଥିଲା। ଦାନବାକ୍ସରୁ ମୋଟ ୬୬,୮୫୫ ଟଙ୍କା ସଂଗ୍ରହ…

ଭାଜପାକୁ ଶକ୍ତ ଧକ୍କା, ନାମାଙ୍କନ ପ୍ରତ୍ୟାହାର କଲେ ଅଭିଷେକ ସିହ୍ନା

ପାଟନା,୧୦।୭: ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାର୍ଥୀ ଅଭିଷେକ ସିହ୍ନା ‘ବଣ୍ଟି’ ନିର୍ବାଚନ ଲଢିବେ ନାହିଁ ବୋଲି ତାଙ୍କର ନାମାଙ୍କନ ପ୍ରତ୍ୟାହାର କରିଛନ୍ତି। ସେ ରାଜ୍ୟ ସଭାପତି…

୧୦ କିଲୋମିଟର ବାଇକରେ ବୁହା ହେଲା ନାବାଳିକାଙ୍କ ମୃତଦେହ

ନବରଙ୍ଗପୁର,୧୦।୭ (ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାର ଉମରକୋଟ ଅଞ୍ଚଳରୁ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ପ୍ରାୟ ୧୦ କିଲୋମିଟର ଦୂର ବାଇକରେ ଜଣେ ନାବାଳିକାଙ୍କ ମୃତଦେହ…

ଦେଶରେ ମୌସୁମୀ ଆକ୍ଟିଭ: ଆସନ୍ତା ସପ୍ତାହରେ ପ୍ରବଳ ବର୍ଷିବ, ଜାଣନ୍ତୁ କ’ଣ କହୁଛି IMD

ନୂଆଦିଲ୍ଲୀ,୧୦।୭: ଆଗାମୀ କିଛି ଦିନ ମଧ୍ୟରେ ଦେଶର ବିଭିନ୍ନ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ଆଶା କରାଯାଉଛି। ଭାରତୀୟ ପାଣିପାଗ ବିଭାଗ (IMD)ର ବରିଷ୍ଠ ବୈଜ୍ଞାନିକ…

ଜୁଆଙ୍ଗ ମୃତ୍ୟୁ ରାଜ୍ୟବାସୀଙ୍କୁ କରିଛି ଲଜ୍ଜିତ, ତୁରନ୍ତ ଆଦିବାସୀ ମନ୍ତ୍ରୀଙ୍କୁ ଘଟଣାସ୍ଥଳକୁ ପଠାଇବା ପାଇଁ ଦାବି

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ସୁଦୂର ତାମିଲନାଡୁରେ ଥିବା ଏକ ଖାଦ୍ୟ ପ୍ରକ୍ରିୟାରଣ ଶିଳ୍ପରେ କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗ ବାଳିକାଙ୍କ ମୃତ୍ୟୁ ଘଟଣାକୁ ନେଇ ରାଜ୍ୟ…

ମ୍ୟାକ୍ସ ପିକ୍‌ଅପ୍ ସହ ବାଇକ୍‌ର ମୁହାଁମୁହିଁ ଧକ୍କା: ଦୁଇ ଯୁବକ ଗୁରୁତର

ମୋହନା,୧୦।୭(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବୁଲଡାପଙ୍କା ଗାଁ ନିକଟ ବୁଲାଣି ରାସ୍ତାରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଯୁବକ ଗୁରୁତର …

କଲେଜରେ ବନ ମହୋତ୍ସବ ପାଳିତ: ୧୦୦ ଔଷଧୀୟ ବୃକ୍ଷର ଚାରାରୋପଣ, ସାମିଲ ହେଲେ ଛାତ୍ରୀଛାତ୍ର

ଗଞ୍ଜାମ , ୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା (ଏନଏସଏସ) ୟୁନିଟ୍‌ର ଆନୁକୂଲ୍ୟରେ ଶୁକ୍ରବାର ବନ ମହୋତ୍ସବ ଶୁକ୍ରବାର ପାଳିତ ହୋଇଯାଇଛିl ଏହି ଅବସରରେ…

ଟ୍ରେଲର୍‌କୁ ପଛପଟୁ ଧକ୍କା ଦେଲା ଘରୋଇ ବସ୍‌; ୫ରୁ ଅଧିକ ଯାତ୍ରୀ ଆହତ

ଚୌଦ୍ୱାର, ୮।୭:  କଟକ ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ନିର୍ଗୁଣ୍ଡି ନିକଟ ଜାତୀୟ ରାଜପଥ–୧୬ରେ ମଙ୍ଗଳବାର ଏକ ସଡ଼କ ଦୁର୍ଘଟଣାରେ ଘରୋଇ ଯାତ୍ରୀବାହୀ ବସ୍‌ ଏକ ଟ୍ରେଲର୍‌କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri