ରାସ୍ତା ନାହିଁ, ଅଟକିଲା ଆମ୍ବୁଲାନ୍ସ: ଖଟିଆରେ ୨ କି.ମି. ବୁହାହେଲେ ବୃଦ୍ଧ

ପରଜଙ୍ଗ, ୧।୧ (ଡି.ଏନ.ଏ.) – ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ତୁମୁସିଂହା ଥାନା ରଘୁଆବିଲି ଗ୍ରାମରେ ପଦାକୁ ଆସିଛି ସ୍ବାସ୍ଥ୍ୟସେବାର ବିକଳ ଚିତ୍ର। ଗାଁକୁ ରାସ୍ତା ନ ଥିବାରୁ ଅଧାବାଟରେ ୧୦୮ ଆମ୍ବୁଲାନ୍ସ ଅଟକିଯାଇଥିଲା। ଫଳରେ ଜଣେ ଅସୁସ୍ଥ ବୃଦ୍ଧ ଖଟିଆରେ ୨କି.ମି. ବୁହାହୋଇ ଆସିଥିଲେ।
ମଙ୍ଗଳବାର ମଧ୍ୟାହ୍ନରେ ଉକ୍ତ ଗ୍ରାମର ରାମ ତରାଇ ହଠାତ୍‌ ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କୁ ଡାକ୍ତରଖାନା ନେବାକୁ ପରିବାର ଲୋକେ ୧୦୮ ଆମ୍ବୁଲାନ୍ସର ସହାୟତା ଲୋଡ଼ିଥିଲେ। ରୋଗୀଙ୍କୁ ଆଣିବାକୁ ଆସିଥିବା ୧୦୮ ଆମ୍ବୁଲାନ୍ସ ଜଙ୍ଗଲିଆ ରାସ୍ତା ମଝିରେ ଥିବା ଯୋର ପାର ହୋଇପାରି ନ ଥିଲା। ତେଣୁ ୧୦୮ କର୍ମଚାରୀ ଏବଂ ପରିବାର ଲୋକେ ମିଶି ରାମଙ୍କୁ ଏକ ଖଟିଆରେ କାନ୍ଧେଇ ଦୀର୍ଘ ୨ କିମି ବୋହି ଆଣିଥିଲେ। ଏହାପରେ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସ୍ବାଧୀନତାର ଦୀର୍ଘ ବର୍ଷ ପରେ ବି ରଘୁଆବିଲି ଗ୍ରାମକୁ ସବୁଦିନିଆ ରାସ୍ତା ନାହିଁ। ତେଣୁ ଜରୁରିକାଳୀନ ସମୟରେ ରୋଗୀମାନେ ନାହିଁ ନ ଥିବା ସମସ୍ୟା ଭୋଗୁଛନ୍ତି। ଅଗ୍ନିଶମ ଗାଡ଼ି ମଧ୍ୟ ଯାଇପାରୁନାହିଁ। ଏହାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି।
ଏ ନେଇ ୧୦୮ ଆମ୍ବୁଲାନ୍ସ ଚାଳକ କୁନାଲ ସାହୁ କୁହନ୍ତି, ଅଣଓସାରିଆ ରାସ୍ତା ସାଙ୍ଗକୁ ନାଳରେ ପାଣି ଥିବାରୁ ଅପରପାର୍ଶ୍ୱକୁ ଗାଡ଼ି ଯିବା ସମ୍ଭବ ହେଲାନାହିଁ। ଫାର୍ମାସିଷ୍ଟ ଯସ୍ମିନ ଦତ୍ତ ପରିଡ଼ା କୁହନ୍ତି, ଖଟିଆରେ ବୋହି ଆଣିବା ବେଳକୁ ବୃଦ୍ଧଙ୍କ ଅବସ୍ଥା ଗୁରୁତର ହୋଇପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୁଲାଡ ବଡ଼ଦାଣ୍ଡ ଭକ୍ତମୟ: ମାଉସୀମା ମନ୍ଦିରରେ ଲାଗିଲା ରଥ, ମଝି ରାସ୍ତାକୁ ଆଣିବା ପାଇଁ ନିଆଯାଇଥିଲା ହାଇୱାର ସହାୟତା

ଭଞ୍ଜନଗର, ୧୬।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡ ଜଗନ୍ନାଥ ମନ୍ଦିର ପକ୍ଷରୁ ପବିତ୍ର ଗୁଣ୍ଡିଚା ଯାତ୍ରା ଗୁରୁବାର ଅତି ଆଡ଼ମ୍ବର ସହକାରେ ପାଳିତ…

ରାସ୍ତାକଡ଼ରେ ଚାଲିଥିଲା ଜୁଆ ଆଡ୍ଡା: ପୋଲିସର ଅତର୍କିତ ଚଢାଉ; ୪ ଗିରଫ, ବାଇକ୍ ଓ ମୋବାଇଲ୍ ସହ…

ଦିଗପହଣ୍ଡି, ୧୬।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅଞ୍ଚଳରେ ପୋଲିସ ପକ୍ଷରୁ ଜୁଆଡ଼ିଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ସାନଖେମୁଣ୍ଡି ବ୍ଲକ…

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ବଡ଼ ସୂଚନା, ସକାଳ ସାଢେ ୯ଟାରେ ପୁଣି ଟଣା ହେବ ରଥ

ପୁରୀ,୬।୭: ଭକ୍ତି, ହର୍ଷଉଲ୍ଲାସରେ ଆରମ୍ଭ ହୋଇଛି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଘଣ୍ଟ, ଘଣ୍ଟା ଏବଂ ହରିବୋଲ ହୁଳହୁଳିରେ ଭକ୍ତ ଶ୍ରଦ୍ଧାର ସହିତ ଟାଣିଥିଲେ ୩ ରଥ। ସନ୍ଧ୍ୟା ପ୍ରାୟ…

ଦିଗପହଣ୍ଡିରେ ନିଆରା ପରମ୍ପରା: ଆଜି ଶେଷ ହେଲା ଶ୍ରୀଜୀଉଙ୍କ ପହଣ୍ଡି, କାଲି ଟଣା ହେବ ରଥ

ଦିଗପହଣ୍ଡି, ୧୬।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଗଡ଼ଜାତ ଅଞ୍ଚଳ ଦିଗପହଣ୍ଡିରେ ପବିତ୍ର ଘୋଷଯାତ୍ରା ଅବସରରେ ଏକ ନିଆରା ପରମ୍ପରା ଦେଖିବାକୁ ମିଳିଛି। ଗୁରୁବାର…

ଘର ଉପରକୁ ବୋମାମାଡ଼ କରି ହତ୍ୟା ଉଦ୍ୟମ ଘଟଣା: ବିସ୍ଫୋରକ ସାମଗ୍ରୀ ବିକ୍ରେତା ଗିରଫ, ଗଲେ ଜେଲ୍

ଦିଗପହଣ୍ଡି, ୧୬।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏସ. ଶିବ ରେଡ୍ଡୀଙ୍କ ଘର ଉପରକୁ ବୋମାମାଡ଼ କରି…

ସରିଲା ରଥ ଟଣା, ଅଳ୍ପବାଟ ଗଡ଼ି ଅଟକିଲା ନନ୍ଦିଘୋଷ

ପୁରୀ,୬।୭: ଭକ୍ତି, ହର୍ଷଉଲ୍ଲାସ ପରିବେଶରେ ଆରମ୍ଭ ହୋଇଛି ଚତୁର୍ଦ୍ଧାମୂର୍ତ୍ତୀଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ସନ୍ଧ୍ୟା ପ୍ରାୟ ୫ଟାରେ ଶରଧାବାଲି ଅଭିମୁଖେ ପ୍ରଥମେ ଗଡ଼ିଥିଲା ତାଳଧ୍ବଜ ରଥ। ଘଣ୍ଟ, ଘଣ୍ଟା…

Puri Rath Yatra, ଅଣନିଶ୍ବାସୀ ହୋଇ ଚାଲିଗଲା ୨ ଭକ୍ତଙ୍କ ଜୀବନ!

ପୁରୀ,୧୬।୭: ପୁରୀ ରଥଯାତ୍ରାରେ ଏକ ବଡ଼ ଅଘଟଣ ସାମ୍ନାକୁ ଆସିଛି। ଅଣନିଶ୍ବାସୀ ହୋଇ ୨ଜଣ ଭକ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଶତାଧିକ ଆହତ ହୋଇଥିବା ଜଣାପଡିଛି। ମୃତାହତଙ୍କୁ…

ଗଞ୍ଜାମରେ ରଥଯାତ୍ରା; ମାଉସୀ ମା’ ମନ୍ଦିରରେ ପହଞ୍ଚି ଦର୍ଶନ ଦେଲେ ତିନି ଠାକୁର, କୁନି ଭକ୍ତ କଲେ….

ଗଞ୍ଜାମ,୧୬।୭(ବିଦ୍ୟାଧର ସାହୁ ): ଗଞ୍ଜାମ ସହରରେ ଚଳିତ ବର୍ଷ ରଥଯାତ୍ରା ମହା ଆଡମ୍ବରରେ ପାଳିତ ହୋଇଛି । ବଡ଼ ବଜାର ସ୍ଥିତ ଜଗନ୍ନାଥ ମନ୍ଦିର ପରିଚାଳନା କମିଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri