ରାସ୍ତା ପୁନରୁଦ୍ଧାର ଦାବିରେ ରାଜପଥ ଅବରୋଧ

ବୋଲଗଡ଼,୨୨ା୧୦(ଡି.ଏନ.ଏ.): ବୋଲଗଡ଼ ବ୍ଲକ ଫାସୀଓଦା ପଞ୍ଚାୟତ କୋଟପଲ୍ଲା ଗ୍ରାମ ରାସ୍ତା ପୁନରୁଦ୍ଧାର ଦାବିରେ ସୋମବାର ଭୀମପଡାଠାରେ ଗ୍ରାମବାସୀ ୫୭ନଂ. ଜାତୀୟ ରାଜପଥ ଅବରୋଧ କରିଥିଲେ। ଭୀମପଡାଠାରୁ କୋଟପଲ୍ଲା ପର୍ଯ୍ୟନ୍ତ ପ୍ରାୟ ଦେଢ କି.ମି. ରାସ୍ତା ମରଣଯନ୍ତା ପାଲଟିଛି। କେଉଁଠାରେ ଖାଲ ତ ଆଉ କେଉଁଠି ଅଣଓସାରିଆ। ଏହାର ମରାମତି ନେଇ ସ୍ଥାନୀୟ ଲୋକେ ବ୍ଲକଠାରୁ ଆରମ୍ଭ କରି ଜିଲାପ୍ରଶାସନ ଓ ଲୋକପ୍ରତିନିଧିଙ୍କୁ ଗୁହାରି କରିଥିଲେ ମଧ୍ୟ ସୁଫଳ ମିଳିନାହଁି । ତେଣୁ ପୂର୍ବ ନିଷ୍ପତ୍ତି ମୁତାବକ ଗ୍ରାମର ମହିଳାପୁରୁଷ ଓ ଛାତ୍ରୀଛାତ୍ର ରାଜପଥ ଉପରେ ବସିରହିଥିଲେ। ଫଳରେ ରାଜପଥର ଉଭୟ ପାର୍ଶ୍ୱରେ ବହୁ ଯାନବାହନ ଅଟକି ରହିଥିଲା। ଖବର ପାଇ ବୋଲଗଡ ବିଡିଓ ମଧୁସୂଦନ ବେହେରା, ତହସିଲଦାର ମୋନାଲିଶା ପଣ୍ଡା, ଥାନା ଆଇଆଇସି ସେଖ ଅକବର ଅଲ୍ଲୀ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚତ୍ ଆନ୍ଦୋଳନକାରୀଙ୍କୁ ବୁଝାଶୁଝା କରିଥିଲେ। ଜିଲାପାଳଙ୍କ ସହିତ ଆଲୋଚନା କରି ଆଗାମୀ ୨୯ ତାରିଖ ସୁଦ୍ଧା ଏହାର ସମାଧାନ କରାଯିବ ବୋଲି ବିଡିଓ ଓ ତହସିଲଦାର କହିଥିଲେ। ପରେ ଆନ୍ଦୋଳନକାରୀ ମହିଳାଙ୍କ ସହ ତହସିଲଦାର ପରିଦର୍ଶନ କରି ରାସ୍ତାର ଦୁରବସ୍ଥା ଉପଲବ୍‌ଧି କରିଥିଲେ। ପୂର୍ବରୁ ବୋଲଗଡ ବ୍ଲକ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିରରେ ମହିଳାମାନେ ରାସ୍ତା ସମ୍ପର୍କରେ ଅଭିଯୋଗ କରିଥିଲେ। ରାସ୍ତା ନିର୍ମାଣ କରା ନ ଗଲେ ରାଜପଥ ଅବରୋଧ କରିବେ ବୋଲି ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri