ପଦ୍ମପୁର, ୨୫ା୮(ଡି.ଏନ୍.ଏ.)- କରୋନା ଆକ୍ରାନ୍ତ ଜଣେ ମହିଳାଙ୍କୁ କଟକରୁ ଗାଁକୁ ନେଇ ଆସୁଥିବା ଏକ ଘରୋଇ ଆମ୍ବୁଲାନ୍ସ ରାସ୍ତା ମଝିରେ ଛାଡ଼ି ପଳାଇବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବାଲିମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ନନ୍ଦପାଟଣା ଗ୍ରାମରେ ଏହି ଘଟଣା ଘଟିଛି। ଏହାକୁ ସ୍ଥାନୀୟ ଲୋକେ ବିରୋଧ କରି ଆକ୍ରାନ୍ତଙ୍କୁ କୋଭିଡ୍ ହସ୍ପିଟାଲକୁ ନେବା ପାଇଁ ଜିଦ୍ ଧରି ରୋଗୀଙ୍କୁ ଶୁଆଇ ରାସ୍ତା ଅବରୋଧ କରିଥିଲେ। ଫଳରେ ବାସୁଦେବପୁର-ଧାମରା ରାସ୍ତାର ଉଭୟ ପାର୍ଶ୍ୱରେ ଶତାଧିକ ଗାଡ଼ି ଅଟକି ରହିଥିଲା। ଖବର ପାଇ ନାୟିକାଣିଡିହୀ ଥାନାଧିକାରୀ ଉମାଶଙ୍କର ନାୟକ ପୋଲିସ କର୍ମଚାରୀଙ୍କ ସହ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିଥିଲେ। ଏକ ଘଣ୍ଟା ପରେ ଯାନବାହାନ ଚଳାଚଳ ସ୍ବାଭାବିକ ହୋଇଥିଲା।
ସୂଚନା ଅନୁଯାୟୀ, ମହିଳା ଜଣକ କଟକର ଏକ ହସ୍ପିଟାଲରେ ଗତ ୧୫ ଦିନ ହେଲା ଚିକତ୍ସିିତ ହେଉଥିଲେ। କରୋନା ପରୀକ୍ଷାରୁ ପିଜିଟିଭ୍ ରିପୋର୍ଟ ଆସିବା ପରେ ହସ୍ପିଟାଲ କର୍ତ୍ତୃପକ୍ଷ ତାଙ୍କୁ ଘରକୁ ପଠାଇ ଦେଇଥିଲେ। ସୋମବାର ମଧ୍ୟାହ୍ନରେ ଉକ୍ତ ମହିଳାଙ୍କୁ ଆଣିଥିବା ଘରୋଇ ଆମ୍ବୁଲାନ୍ସଟି ବାଲିମୁଣ୍ଡା ବଜାରରେ ଛାଡ଼ି ପଳାଇ ଯାଇଥିଲା। ମହିଳା ଜଣକ ସେଠାରେ ୪ ଘଣ୍ଟା ଧରି ପଡ଼ି ରହିଥିଲେ ମଧ୍ୟ ତାଙ୍କୁ କୌଣସି ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇ ନ ଥିଲା। ଏସଂକ୍ରାନ୍ତରେ ବାସୁଦେବପୁର ତହସିଲଦାର ସୌମ୍ୟଶ୍ରୀ ପାଣିଗ୍ରାହୀଙ୍କୁ ପଚାରିବାରୁ ଆକ୍ରାନ୍ତଙ୍କୁ ଭଦ୍ରକ ସାଳନ୍ଦୀ କୋଭିଡ୍ ହସ୍ପିଟାଲକୁ ସ୍ଥାନାନ୍ତର କରିବେ ବୋଲି କହିଛନ୍ତି। ରିପୋର୍ଟ ଲେଖା ବେଳକୁ ଆକ୍ରାନ୍ତ ମହିଳା ବାଲିମୁଣ୍ଡା ହାଟଚାଳୀରେ ଅବହେଳିତ ଅବସ୍ଥାରେ ପଡ଼ି ରହିଥିଲେ। ଏହାକୁ ନେଇ ସାଧାରଣରେ ଅସନ୍ତୋଷ ଦେଖା ଦେଇଛି।
ଜାତୀୟ ରାଜପଥ ଉପରେ ପଡ଼ିଥିଲେ ଯୁବକ; ମାନବିକତା ଦେଖାଇଲେ ବିଧାୟକ କଲେ ଏମିତି…ଚାରିଆଡେ ଚର୍ଚ୍ଚା
ଛତ୍ରପୁର,୮।୬( ଦିଲ୍ଲୀପ ସାମଲ): ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ । ବିଧାୟକ ତାଙ୍କର କ୍ଷେତ୍ର ପରିଦର୍ଶନ ସାରି ଫେରୁଥିବା ବେଳେ ଗଞ୍ଜାମ ହୁମା…
ବଦଳିଗଲା ନିୟମ! ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ନେଇ ବଡ଼ ରାୟ ଶୁଣାଇଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୮।୬: ଭାରତରେ, ଯଦି ଜଣେ ମହିଳା କିମ୍ବା ପୁରୁଷ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କରେ ଲିପ୍ତ ହୁଅନ୍ତି, ତେବେ ସମାଜରେ ତାଙ୍କୁ ଖରାପ ନଜରରେ ଦେଖାଯାଏ ।…
ଗାଁ ଛକ ନିକଟରେ ପଡ଼ିଛି ଅଗ୍ନିଶମ ବିଭାଗ କର୍ମଚାରୀଙ୍କ ମୃତଦେହ: ବଢ଼ୁଛି ସନ୍ଦେହ
ଡେରାବିଶ, ୮।୬ (ବୈବର୍ତ୍ତ ଅଜୟ ଦାସ): ଡେରାବିଶ ଥାନା ଅନ୍ତର୍ଗତ ଏଣ୍ଡର ପଞ୍ଚାୟତର ନୀଳକଣ୍ଠପୁର ଗ୍ରାମ ନିକଟରୁ ସୋମବାର ସକାଳେ ଜଣେ ବ୍ୟକ୍ତିଙ୍କ ମୃତଦେହ ପୋଲିସ ଉଦ୍ଧାର…
ଝାରସୁଗୁଡ଼ାରେ ଅଘୋଷିତ ବିଦ୍ୟୁତ୍ କାଟ୍, ତେଜିଲା ଅସନ୍ତୁଷ୍ଟ
ଝାରସୁଗୁଡ଼ା, ୮ା୬(ଆଶିଷ ରଞ୍ଜନ ଦାଶ)- ଝାରସୁଗୁଡ଼ା ଜିଲାରେ ପ୍ରବଳ ଗ୍ରୀଷ୍ମପ୍ରବାହ ଓ ଅସହ୍ୟ ଗୁଳୁଗୁଳି ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଏଭଳି ସ୍ଥିତିରେ ଅଘୋଷିତ ବିଦ୍ୟୁତ୍ କାଟ୍…
ଭୁବନେଶ୍ବର ପରିବର୍ତ୍ତେ ପୁରୀ ବସଷ୍ଟାଣ୍ଡରେ ଅବତରଣ କଲା ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର: କାରଣ…
ପୁରୀ,୮।୬(ଅଜିତ ମହାନ୍ତି): ଭୁବନେଶ୍ବରରେ ଅବତରଣ କରିପାରି ନାହିଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ହେଲିକପ୍ଟର। ପ୍ରତିକୂଳ ପାଗ ପାଇଁ ଭୁବନେଶ୍ବର ପରିବର୍ତ୍ତେ ପୁରୀରେ ଅବତରଣ କରିଛି। ସମଙ୍ଗ ଅସ୍ଥାୟୀ…
ଦିଗପହଣ୍ଡି ଦୁର୍ଘଟଣା: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ସହାୟତା
ଦିଗପହଣ୍ଡି,୮ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଘଟିଥିବା ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଦୁଇ ଜଣଙ୍କ ପରିବାର ପାଇଁ ରାଜ୍ୟ ସରକାର ସହାୟତା ଘୋଷଣା…
ଗ୍ରାହକଙ୍କୁ ବଡ଼ ଝଟ୍କା! ଆହୁରି ମହଙ୍ଗା ହେବ ଏଲ୍ପିଜି ଗ୍ୟାସ୍ ସିଲିଣ୍ଡର, କେନ୍ଦ୍ର ସରକାର ସ୍ପଷ୍ଟ କରି କହିଲେ…..
ନୂଆଦିଲ୍ଲୀ,୮।୬: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଯୋଗୁଁ ଭାରତରେ ଲୋକମାନେ ମଧ୍ୟ ମୂଲ୍ୟ ବୃଦ୍ଧିର ଶିକାର ହେଉଛନ୍ତି । ଗତ କିଛି ଦିନ ମଧ୍ୟରେ…
ଭାରତ ପାଇଁ ଖେଳିବା ପୂର୍ବରୁ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଚେତାବନୀ: ଆଗକୁ…
ନୂଆଦିଲ୍ଲୀ,୮।୬: ମାତ୍ର ୧୫ ବର୍ଷ ବୟସରେ ବିଶ୍ୱର ସବୁଠାରୁ ଚର୍ଚ୍ଚିତ କ୍ରିକେଟର ପାଲଟିଛନ୍ତି ବୈଭବ ସୂର୍ଯ୍ୟବଂଶୀ। IPLରେ ଚହଳ ସୃଷ୍ଟି କରିବା ଠାରୁ ଆରମ୍ଭ କରି ଟିମ…
Archives

