Posted inଖେଳ

ରାସ୍ତା ମଝିରେ ଭାଙ୍ଗଡା ଡ୍ୟାନ୍ସ କଲେ ସୂର୍ଯ୍ୟକୁମାର, ଆଶ୍ଚର୍ଯ୍ୟ ହୋଇଗଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୪।୭: ଆଜି ସାରା ଭାରତ ଉତ୍ସବମୁଖର। କାରଣ ଟି୨୦ ବିଶ୍ୱକପ ଧରି ଭାରତ ପହଞ୍ଚିଛି ଟିମ୍‌ ଇଣ୍ଡିଆ। ଦିଲ୍ଲୀରୁ ମୁମ୍ବାଇ ପର୍ଯ୍ୟନ୍ତ ସେଲିବ୍ରେଶନ ହେବାକୁ ଯାଉଛି। ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତୀୟ କ୍ରିକେଟ ଦଳ ଗୁରୁବାର ସକାଳେ ଦିଲ୍ଲୀରେ ପହଞ୍ଚିଛନ୍ତି। ଦିଲ୍ଲୀ ବିମାନବନ୍ଦରରୁ ଆଇଟିସି ମୌର୍ଯ୍ୟ ହୋଟେଲ ପର୍ଯ୍ୟନ୍ତ ଟିମ ଇଣ୍ଡିଆ ଖେଳାଳଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା। ରାସ୍ତାରେ ଫ୍ୟାନ୍ସଙ୍କ ଭିଡ଼ ଜମିଥିଲା।

ଟିମ୍‌ ଇଣ୍ଡିଆକୁ ଢୋଲବାଜାରେ ସ୍ବାଗତ କରାଯାଇଥିଲା। ତେବେ ହୋଟେଲକୁ ଆସୁଥିବାବେଳେ ଯେତେବେଳେ ଟିମ ଇଣ୍ଡିଆର ତାରକା ଅଧିନାୟକ ରୋହିତ ଶର୍ମା ଏବଂ ତାରକା ଖେଳାଳି ସୂର୍ଯ୍ୟକୁମାର ଯାଦବ ଢୋଲ ବାଜୁଥିବାର ଦେଖିଲେ, ଏହାପରେ ସେମାନେ ନିଜକୁ ଅଟକାଇ ପାରି ନ ଥିଲେ। ଏବେ ସଙ୍ଗେସଙ୍ଗେ ସୂର୍ଯ୍ୟକୁମାର ଭାଙ୍ଗଡାରେ ଡ୍ୟାନ୍ସ କରିଥିଲେ। ସୂର୍ଯ୍ୟ ଏମିତି ଡ୍ୟାନ୍ସ କରିଥିଲେ ଯେ ଦିଲ୍ଲୀ ପୋଲିସ କର୍ମଚାରୀ ମଧ୍ୟ ଆଶ୍ଚର୍ଯ୍ୟ ହୋଇଯାଇଥିଲେ।

ଟି ୨୦ ବିଶ୍ୱକପ ଟ୍ରଫି ସହ ଟିମ ଇଣ୍ଡିଆ ବାର୍ବାଡୋସରୁ ଭାରତ ଫେରିଛି। ଏନେଇ ବିସିସିଆଇ ଏକ୍ସ ପୋଷ୍ଟ କରିଛି। ଟିମ୍ର ସମସ୍ତ ଖେଳାଳୀ ଟ୍ରଫି ସହ ଏକ ଭିଡିଓ ଶେୟାର କରିଛନ୍ତି। ଯେଉଁଥିରେ ବିସିସିଆଇ ‘ଇଟସ ହୋମ ’ ବୋଲି କହିଛି। ଭାରତୀୟ ଟିମ ବିମାନରେ ୧୬ଘଣ୍ଟାର ଯାତ୍ରା କରି ସ୍ବଦେଶ ଫେରିଛନ୍ତି। ଏୟାର ଇଣ୍ଡିଆର ଏକ ସ୍ବତନ୍ତ୍ର ବିମାନରେ ତାଙ୍କୁ ଭାରତ ଅଣାଯାଇଛି।

ସୂଚନାଥାଉ କି, ଟିମ ଇଣ୍ଡିଆ ଗୁରୁବାର ସକାଳ ୧୧ଟାରେ ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କରିବେ। ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବା ଏହାପରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବା ପରେ ଭାରତୀୟ କ୍ରିକେଟ ଦଳ ମୁମ୍ବାଇ ଅଭିମୁଖେ ଯାତ୍ରା କରିବ। ଏଠାରେ ଟିମ ଇଣ୍ଡିଆ ଖେଳାଳିମାନେ ପ୍ରାୟ ୧ କିଲୋମିଟର ପର୍ଯ୍ୟନ୍ତ ଏକ ଖୋଲା ବସ୍ରେ ବିଜୟ ପରେଡରେ ଅଂଶଗ୍ରହଣ କରିବେ। ଏହି ପ୍ୟାରେଡ ନରିମାନ ପଏଣ୍ଟରୁ ୱାନକେଡେ ଷ୍ଟାଡିୟମ ମଧ୍ୟରେ ଅନୁଷ୍ଠିତ ହେବ। ଏହା ପରେ ଭାରତୀୟ ଖେଳାଳିଙ୍କୁ ୧୨୫ କୋଟି ଟଙ୍କା ପୁରସ୍କାର ରାଶି ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ପରଜା ବଡପଡ଼ା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ…

କଟକରେ ଲଜ୍ଜା: କଥା ହେବା ବାହାନାରେ ନାବାଳିକାଙ୍କୁ ହୋଟେଲକୁ ଡାକି ନେଇ ଗଣବଳାତ୍କାର କଲେ ସହପାଠୀ

କଟକ, ୧୩।୮(ପ୍ରଭୁ କଲ୍ୟାଣ ପାଲ୍‌): କଟକରେ ଲଜ୍ଜା। ନାବାଳିକାଙ୍କୁ ହୋଟେଲକୁ ନେଇ ଗଣବଳାତ୍କାର ଅଭିଯୋଗ। ବାଦାମବାଡ଼ି ଥାନା ଅଂଚଳରେ ଘଟିଛି ଏହି ସଙ୍ଗୀନ ଘଟଣା। ଜଣେ ନାବାଳିକାଙ୍କୁ…

ରାଶନ ନେଉଥିବା ଲୋକଙ୍କ ପାଇଁ ଜରୁରୀ ଖବର: ଏଣିକି ଖାତାକୁ ଆସିବ ଟଙ୍କା, ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୩।୮: ଚଣ୍ଡୀଗଡ଼ ଏବଂ ଦାଦ୍ରା ଓ ନଗର ହାବେଳି ଏବେ ଏପରି ଦୁଇଟି କେନ୍ଦ୍ରଶାସିତ ପ୍ରଦେଶ ହୋଇଛି, ଯେଉଁଠାରେ ୧୪ ଅଗଷ୍ଟ ୨୦୨୬ରୁ ସରକାର ଡିଜିଟାଲ ରୁପି…

ନାଁରେ ଆସିଲା ସାଂଘାତିକ ଅଭିଯୋଗ, ଡାକ୍ତରଙ୍କୁ ଚାକିରିରୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି,୧୩।୮(ଗିରିଧାରୀ ପରିଛା): ଦୁର୍ନୀତି ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ଗଜପତି ଜିଲାର ଗୁରାଣ୍ଡି ସିଏଚ୍‌ସିର ପୂର୍ବତନ ଭାରପ୍ରାପ୍ତ ମେଡିକାଲ ଅଧିକାରୀ ଡାକ୍ତର ପତିତପାବନ ବାରିକଙ୍କୁ ସରକାରୀ…

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

ସ୍ତ୍ରୀଙ୍କ ମୋବାଇଲରେ ଏମିତି ଚାଟ୍‌ ଦେଖି ସ୍ବାମୀଙ୍କ ପାଦ ତଳୁ ଖସିଗଲା ମାଟି, ସିଧା ପହଞ୍ଚିଲେ ଥାନାରେ…

ନୂଆଦିଲ୍ଲୀ,୧୩।୮: ତେଲଙ୍ଗାନାର ମହବୁବାବାଦ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ପତ୍ନୀ ଓ ତାଙ୍କର କଥିତ ପ୍ରେମିକଙ୍କ ବିରୋଧରେ…

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri