ରାସ୍‌ତାରେ ଆଁଠେ କାଦୋ: ଅସ୍‌ବିଧା ଭୁଗୁଛନ୍‌ ଛାତ୍ରୀଛାତ୍ର

ଲାଠୋର, ୧୧ା୯ (ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ହରିଶଙ୍କର ରୋଡ଼ ରେଲ ଷ୍ଟେଶନ ରାସ୍‌ତାର ଅବସ୍‌ତା ବହୁତ ଖରାପ ଅଛେ। ଇ ରାସ୍‌ତା ଦେଇ ଯାଉଥିବାର ଜନସାଧାରନ, ଛାତ୍ରୀଛାତ୍ର ବଡ଼ଭାରି ସମସିଆର ସାମନା କରୁଥିବାର ଅଭିଯୋଗ କରିଛନ୍‌।
ସୂଚନା ଅନ୍‌ସାରେ ବଛର କେତେ ହେଲା ରେଲ ଲାଇନ୍‌ ତିଆରି, ହରିଶଙ୍କର ରୋଡ଼ ରେଲ ଷ୍ଟେଶନର ଉନ୍‌ନତିକରନ କାମ୍‌ ଚାଲିଛେ। ଯେନ୍‌ଥିରଲାଗି ଇ ରାସ୍‌ତାରେ ବହୁତ୍‌ ଗାଡ଼ିମଟର ଯିବାର ଅଏବାର କରୁଛେ। ଲାଠୋର ବସ୍‌ଷ୍ଟାଣ୍ଡରୁ ଶ୍ରୀଦୁର୍ଗେଶ୍ୱରୀ ନୋଡାଲ ସ୍କୁଲକେ ଯାଇଥିବାର ଇ ରାସ୍‌ତା ଉପରେ ପରସ୍‌ତେ ମାଟି ପଡ଼ି ଅଁାଠେ କାଦୋ ହେଇଛେ। ହେଲେ ଯେନ୍‌ ଠିକାଦାର ଇ କାଯ୍‌ କରୁଛନ୍‌ ସେ ରାସ୍‌ତା ଉପରେ ଧିଆନ୍‌ ନାଇଁ ଦେଉଥିବାର ଲୋକ ଅଭିଯୋଗ କରିଛନ୍‌। ଯେନ୍‌ଥିରଲାଗି ଇ ରାସ୍‌ତା ଦେଇ ସ୍କୁଲକେ ଯାଉଥିବାର ଛାତ୍ରୀଛାତ୍ର ବଡ଼ଭାରି ସମସିଆର ସାମନା କରୁଛନ୍‌। ଅନେକ ସମିଆରେ କାଦୋପିଛଲ୍‌ରେ ଛୁଆମାନେ ହିଟିପଡ଼ି ଖଁଡ଼ିଆଡଁଡ଼ିଆ ହେଉଥିବାର ଦେଖ୍‌ବାକେ ମିଲୁଛେ। ଇ ବାବ୍‌ଦେ ଲାଠୋର ସରପଁଚ୍‌ ପ୍ରବିଣ ଅଗ୍ରଓ୍ବାଲ ବିଭାଗୀୟ ଠିକାଦାରକୁଁ ରାସ୍‌ତାରୁ ମାଟି ସଫାକରବାକେ ବାରବାର କହି ଥକିଗଲେନ। ହେଲେ କେହି ତାକର କଥା ନାଇଁ ଶୁନୁଥିବାର ସେ କହିଛନ୍‌। ଇ ରାସ୍‌ତାର ମରାମତି ସଂଗେ କାଦୋ ସଫା କରବାକେ ଅଂଚଲବାସୀ ଦାବି କରିଛନ୍‌।


Enter your email to get our daily news in your inbox.

All Right Reserved By Dharitri.Com

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

ସ୍ବାମୀଙ୍କ ଆଗରେ ଚାଲିଗଲା ସାବିତ୍ରୀଙ୍କ ଜୀବନ: ନାତୁଣୀ ଜନ୍ମଦିନ ସାରି ଫେରୁଥିବାବେଳେ ଘଟିଲା…

ତାଳଚେର,୨୫।୮(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଚାଇଁପାଳ ଓଭର ବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସ୍କୁଟିକୁ ଧକ୍କା ଦେଇଛି ଟ୍ରକ।…

ଡଙ୍ଗା ଚଢୁଥିଲେ ପରେଶ୍ୱର,ଟାଣିନେଲା କୁମ୍ଭୀର: ଆଉ ତା’ପରେ ଘଟିଲା…

ରାଜକନିକା,୨୫।୮(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ତ୍ରୈଲୋକ୍ୟପୁର ପଞ୍ଚାୟତ ଗଙ୍ଗାଧର ପ୍ରସାଦ ଡିଆ ଗାଁ ସନ୍ନିକଟ ଖରସ୍ରୋତା ନଦୀର ଭରାନଦୀରେ ମଙ୍ଗଳବାର ସକାଳେ ସମୟରେ…

ବିଧାୟକଙ୍କ ଉପସ୍ଥିତିରେ ଆପୋଷ ବୁଝାମଣାରେ ତୁଟିଲା ଉଠାଦୋକାନୀ ବିବାଦ

ଛତ୍ରପୁର,୨୫।୮(ଦିଲ୍ଲୀପ ସାମଲ): ଛତ୍ରପୁର ସହର ବାଳିକା ଉଚ୍ଚ ବିଦ୍ୟାଳୟ ନିକଟ ପରିବା ବଜାର ଉଠାଦୋକାନୀ ମଙ୍ଗଳବାର ବନ୍ଦ ଡାକରା ଦେଇଥିବା ବେଳେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri