ରାହୁରେଖା ଲାଗି ହେଲେ ମହାପ୍ରଭୁ

ପୁରୀ ଅଫିସ,୨୨ା୮: ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କୁ ସୁନା ରାହୁରେଖା ଲାଗି କରାଯାଇଛି। ଦଇତାପତି ସେବକମାନେ ରାହୁରେଖା ଲାଗି କରିଛନ୍ତି। ଏଥିପାଇଁ ଅପରାହ୍ନ ୨ଟାରୁ ସନ୍ଧ୍ୟା ୬ଟା ୫ ମିନିଟ୍‌ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିଥିଲା। ଶ୍ରୀମନ୍ଦିରରେ ଭୋଗମଣ୍ଡପ ନୀତି ସମ୍ପନ୍ନ ପରେ ଜୟ ବିଜୟ ଦ୍ୱାର ବନ୍ଦ କରାଯାଇଥିଲା। ଏହାପରେ ପାଳିଆ ପୁଷ୍ପାଳକ ସେବକମାନେ ରତ୍ନସିଂହାସନ ଉପରକୁ ଉଠି ଠାକୁରଙ୍କ ଝୋବାକଣ୍ଠି ମଇଲମ କରିଥିଲେ। ଶ୍ରୀଦେବୀ, ଭୁଦେବୀଙ୍କୁ ଖଟଶେଜ ଘରକୁ ବିଜେ କରାଇଥିଲେ। ଶୁଦ୍ଧସୁଆରମାନେ ରତ୍ନସିଂହାସନ ତଳେ ଓଷୁଅ ପ୍ରସ୍ତୁତ କରିଥିଲେ। ବଣିଆମାନେ ସୁନା ରାହୁରେଖାକୁ ସଫା କରି ରଖିଥିଲେ। ଦଇତାପତି ଗର୍ଭଗୃହକୁ ପ୍ରବେଶ କରି ମହାପ୍ରଭୁଙ୍କୁ ରାହୁରେଖା ଲାଗି କରିବା ପାଇଁ ପ୍ରସ୍ତୁତ ହୋଇଥିଲେ। ପାଳିଆ ମେକାପ ରାହୁରେଖାଗୁଡ଼ିିକୁ ପତିମହାପାତ୍ରଙ୍କ ହାତକୁ ବଢାଇଥିଲେ। ସେଗୁଡ଼ିକୁ ପତିମହାପାତ୍ର ସଂସ୍କାର କରି ବଡ଼ବାଡ କ୍ରମରେ ଅର୍ଥାତ୍‌ ଶ୍ରୀବଳଭଦ୍ରଙ୍କଠାରୁ ଆରମ୍ଭ କରି ତିନିବାଡ଼ର ବାଡ଼ଗ୍ରାହୀ ଦଇତାଙ୍କୁ ପ୍ରଦାନ କରିଥିଲେ। ଏହାପରେ ସମସ୍ତ ଦଇତାପତି ମିଶି ଶୁଦ୍ଧସୁଆରଙ୍କଠାରୁ ଓଷୁଅ ଓ ଚାଙ୍ଗଡ଼ା ମେକାପଙ୍କଠାରୁ ବଇତମ (ସଫା ଛିଣ୍ଡାକନା) ନେଇ ଠାକୁରମାନଙ୍କ ଶ୍ରୀମୁଖରେ ରାହୁରେଖା ଲାଗି କରିଥିଲେ। ପରେ ରତ୍ନସିଂହାସନ ପୋଛା ମରାଯାଇ ମହାସ୍ନାନ ନୀତି ସମ୍ପନ୍ନ ହୋଇଥିଲା। ଶ୍ରୀଦେବୀ, ଭୁଦେବୀଙ୍କୁ ଖଟଶେଜ ଘରୁ ଆଣି ରତ୍ନସିଂହାସନରେ ବିଜେ କରାଯିବା ପରେ ଠାକୁରମାନଙ୍କ ମଇଲମ ହୋଇ ବେଶ ବଢିଥିଲା। ମଧ୍ୟାହ୍ନ ଧୂପ ପୂଜା ସରିବା ପରେ ପଣ୍ଡା, ପତି ମହାପାତ୍ର ଓ ମୁଦିରସ୍ତ ୩ ବାଡ଼ରେ ବନ୍ଦାପନା କରିଥିଲେ। ଏହାପରେ ମହାପ୍ରଭୁଙ୍କ ଅନ୍ୟାନ ନୀତି ବଢିଥିଲା। ସନ୍ଧ୍ୟା ୬ଟା ୫ରେ ମହାସ୍ନାନ ସରିବା ପରେ ଭକ୍ତଙ୍କୁ ଦର୍ଶନ ପାଇଁ ଛଡ଼ା ଯାଇଥିଲା।
ସୂଚନାଯୋଗ୍ୟ, ରାହୁରେଖା ହେଉଛି ମହାପ୍ରଭୁଙ୍କ ଶ୍ରୀମୁଖକୁ ଉଦ୍‌ଭାସିତ କରୁଥିବା ଏକ ସୁବର୍ଣ୍ଣ ଅଳଙ୍କାର। ଦେବସ୍ନାନ ପୂର୍ଣ୍ଣିମାରେ ରତ୍ନଚିତା ଏବଂ ରାହୁରେଖା ଓଲାଗି ହୋଇଥାଏ। ସପ୍ତାବରଣ କାର୍ଯ୍ୟ ପରେ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ରତ୍ନଚିତା ଏବଂ ରାହୁରେଖା ଲାଗି ହେବା ପରେ ଶ୍ରୀଅଙ୍ଗ ସ୍ବୟଂ ସମ୍ପୂର୍ଣ୍ଣ ହୋଇଥାଏ। ଚିତାଲାଗି ଅମାବାସ୍ୟରେ ରତ୍ନ ଚିତା ଓ ଭାଦ୍ରବ କୃଷ୍ଣପକ୍ଷ ପଞ୍ଚମୀରେ ରାହୁରେଖା ଲାଗି ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri